ଚାଇନାରେ ମୋଦି, ଜିନପିଙ୍ଗଙ୍କ ସହ ହେବ ବଡ଼ ଡିଲ୍‌!

ତିଆନଜିନ, ୩୧।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସାତ ବର୍ଷ ପରେ ପ୍ରଥମ ଥର ପାଇଁ ଚାଇନାରେ ପହଞ୍ଚିଛନ୍ତି। ଆଜି ସେ ଚାଇନାର ରାଷ୍ଟ୍ରପତି ସି ଜିନପିଙ୍ଗଙ୍କୁ ଭେଟିବେ ଏବଂ ଶାଙ୍ଘାଇ ସହଯୋଗ ସଂଗଠନ (SCO) ଶିଖର ବୈଠକରେ ଭାଗ ନେବେ। ଏହି ବୈଠକ ଚାଇନାର ତିଆନଜିନ ସହରରେ ଆଜି ଓ ଆସନ୍ତାକାଲି (ଅଗଷ୍ଟ ୩୧ ଓ ସେପ୍ଟେମ୍ବର ୧) ଅନୁଷ୍ଠିତ ହେବ।

ମୋଦି ଶନିବାର ତିଆନଜିନର ବିନହାଇ ଆନ୍ତର୍ଜାତିକ ବିମାନବନ୍ଦରରେ ପହଞ୍ଚିବା ପରେ ସ୍ବାଗତ କରାଯାଇଥିଲା। ସେମାନେ “ଭାରତ ମାତା କୀ ଜୟ” ଓ “ବନ୍ଦେ ମାତରମ” ନାରା ଦେଇ ପ୍ରଧାନମନ୍ତ୍ରୀଙ୍କୁ ସୱାଗତ କରିଥିଲେ। ଏହା ପରେ ଚୀନୀ କଳାକାରମାନେ ଭାରତୀୟ ଶାସ୍ତ୍ରୀୟ ସଙ୍ଗୀତ ଯନ୍ତ୍ର ଯଥା ସିତାର, ସନ୍ତୁର ଓ ତବଲାରେ ପ୍ରଦର୍ଶନ କରିିଥିଲେ।

ଏହି ଭେଟ ଭାରତ ଓ ଚୀନ ମଧ୍ୟରେ ସମ୍ପର୍କକୁ ଆହୁରି ମଜବୁତ କରିବା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ହେବ ବୋଲି ଆଶା କରାଯାଉଛି। ୨୦୨୦ରେ ଗାଲୱାନ ଉପତ୍ୟକାରେ ହୋଇଥିବା ସଂଘର୍ଷ ଓ ପୂର୍ବ ଲଦାଖରେ ଦୀର୍ଘ ସମୟ ଧରି ଚାଲିଥିବା ସାମରିକ ଉତ୍ତେଜନା ପରେ ଉଭୟ ଦେଶ ମଧ୍ୟରେ ସମ୍ପର୍କ ଉନ୍ନତି ହେବାରେ ଲାଗିଛି। ଗତ ଅକ୍ଟୋବର ୨୦୨୪ରେ ରୁଷିଆର କାଜାନଠାରେ ବ୍ରିକ୍ସ ଶିଖର ବୈଠକରେ ମୋଦୀ ଓ ସି ଜିନପିଙ୍ଗଙ୍କ ମଧ୍ୟରେ ହୋଇଥିବା ବୈଠକ ପରେ ଉଭୟ ଦେଶ ସୀମା ସମସ୍ୟାର ସମାଧାନ ପାଇଁ ଏକ ବିଶେଷଜ୍ଞ ଗୋଷ୍ଠୀ ଗଠନ କରିବାକୁ ସହମତ ହୋଇଥିଲେ। ଏହା ସହିତ, ସିଧାସଳଖ ବିମାନ ସେବା ପୁନଃସ୍ଥାପନ ଓ ଭିସା ପ୍ରକ୍ରିୟାକୁ ସହଜ କରିବା ପାଇଁ ମଧ୍ୟ ନିଷ୍ପତ୍ତି ନିଆଯାଇଛି।

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଭାରତୀୟ ରପ୍ତାନୀ ଉପରେ ୫୦ ପ୍ରତିଶତ ଶୁଳ୍କ ଏବଂ ରୁଷିଆ ତୈଳ କ୍ରୟ ପାଇଁ ୨୫ ପ୍ରତିଶତ ’ଦଣ୍ଡ’ ଶୁଳ୍କ ଆରୋପ କରାଯାଇଛି। ଏହା ଭାରତକୁ ଚୀନ ଓ ରୁଷିଆ ସହ ଆହୁରି ନିକଟତର କରିଛି। ଏହି ପରିପ୍ରେକ୍ଷୀରେ ମୋଦୀ ଓ ସି ଜିନପିଙ୍ଗଙ୍କ ମଧ୍ୟରେ ହେବାକୁ ଥିବା ବୈଠକ ବାଣିଜ୍ୟ, ବିନିଯୋଗ ଏବଂ ଆଞ୍ଚଳିକ ଶାନ୍ତି ଓ ସ୍ଥିରତା ଉପରେ ଗୁରୁତ୍ୱ ଦେବ ବୋଲି ଆଶା କରାଯାଉଛି। ପ୍ରଧାନମନ୍ତ୍ରୀ ମୋଦୀ ଜାପାନରେ ଏକ ସାକ୍ଷାତକାରରେ କହିଥିଲେ ଯେ ଭାରତ-ଚୀନ ସମ୍ପର୍କ ଆଞ୍ଚଳିକ ଶାନ୍ତି ଓ ସମୃଦ୍ଧି ପାଇଁ ଗୁରୁତ୍ୱପୂର୍ଣ୍ଣ।

ପ୍ରଧାନମନ୍ତ୍ରୀ ମୋଦି ସୋମବାର (ସେପ୍ଟେମ୍ବର ୧) SCO ଶିଖର ବୈଠକରେ ଭାଗ ନେବା ପରେ ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସହ ଏକ ଦ୍ୱିପାକ୍ଷିକ ବୈଠକ କରିବେ। ଏହି ବୈଠକରେ ଟ୍ରମ୍ପଙ୍କ ଶୁଳ୍କ ନୀତି, ରୁଷିଆ-ୟୁକ୍ରେନ ସଂଘର୍ଷ ଏବଂ ଗାଜା ପରିସ୍ଥିତି ଉପରେ ଆଲୋଚନା ହେବାର ସମ୍ଭାବନା ରହିଛି।

SCO ସମ୍ମିଳନୀରେ ୧୦ଟି ସଦସ୍ୟ ରାଷ୍ଟ୍ର (ଭାରତ, ଚୀନ, ରୁଷିଆ, ପାକିସ୍ତାନ, ଇରାନ, କାଜାଖସ୍ତାନ, ର୍କିଗିଜସ୍ତାନ, ତାଜିକିସ୍ତାନ, ଉଜବେକିସ୍ତାନ ଓ ବେଲାରୁଷ) ମିଳିତ ହୋଇ ସନ୍ତ୍ରାସବାଦ, ଆଞ୍ଚଳିକ ସୁରକ୍ଷା ଓ ବାଣିଜ୍ୟ ଭଳି ମୁଖ୍ୟ ବିଷୟ ଉପରେ ଆଲୋଚନା କରିବେ। ଭାରତ ଏହି ସମ୍ମିଳନୀରେ ସୀମାନ୍ତ ସନ୍ତ୍ରାସବାଦ ବିରୋଧରେ କଡ଼ା ନିନ୍ଦା କରିବା ପାଇଁ ଜୋର ଦେବ ବୋଲି ଜଣାପଡ଼ିଛି। ଏହି ଗସ୍ତ ଓ ବୈଠକ ଭାରତ-ଚୀନ ସମ୍ପର୍କକୁ ଏକ ନୂଆ ଦିଗ ଦେବା ସହ ଆଞ୍ଚଳିକ ଓ ବିଶ୍ୱସ୍ତରୀୟ ରାଜନୀତି ଉପରେ ଗଭୀର ପ୍ରଭାବ ପକାଇବ ବୋଲି ଆଶା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକାରେ ହଇଚଇ: ଟ୍ରମ୍ପଙ୍କୁ ହତ୍ୟା କରିବାକୁ ଷଡ଼ଯନ୍ତ୍ର! ଗଲ୍ଫ କ୍ଲବ ନିକଟରୁ ବନ୍ଧୁକଧାରୀ ସନ୍ଦିଗ୍ଧ ଗିରଫ

ଓ୍‌ବାଶିଂଟନ୍‌,୫।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ କାଲିଫର୍ଣ୍ଣିଆସ୍ଥିତ ଗଲ୍ଫ କ୍ଲବ ନିକଟରୁ ୩୮ ବର୍ଷୀୟ ଜଣେ ବ୍ୟକ୍ତିଙ୍କୁ ପୋଲିସ ହେପାଜତକୁ ନେଇଛି। ଯାଞ୍ଚ ବେଳେ ତାଙ୍କ ନିକଟରୁ…

ଜାମିନ୍‌ରୁ ଆସି ପିତା ଷ୍ଟାଲିନଙ୍କୁ ଭେଟିଲେ ଉଦୟନିଧି, କହିଲେ- ‘ମୋ ସହ ଆତଙ୍କବାଦୀଙ୍କ ଭଳି…’

ନୂଆଦିଲ୍ଲୀ,୫।୮: ତାମିଲନାଡୁର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଉଦୟନିଧି ଷ୍ଟାଲିନଙ୍କୁ ମଙ୍ଗଳବାର ପୋଲିସ ହେପାଜତକୁ ନେଇଥିଲା। ସେହି ଦିନ ତାଙ୍କୁ ମୁକ୍ତ ମଧ୍ୟ କରାଯାଇଥିଲା। ମୁକ୍ତି ପାଇବା ପରେ ଉଦୟନିଧି…

‘ଆପଣ ପୁରୁଷ ହୋଇଥିଲେ…’ ତ୍ରିଶାଙ୍କୁ ନେଇ ଷ୍ଟାଲିନଙ୍କ ବିବାଦୀୟ ମନ୍ତବ୍ୟ ପରେ ଏମିତି କହିଲେ ଭାଜପା ନେତ୍ରୀ

ନୂଆଦିଲ୍ଲୀ,୫।୮: ଡିଏମକେ (DMK) ନେତା ଉଦୟନିଧି ଷ୍ଟାଲିନ ଅଭିନେତ୍ରୀ ତ୍ରିଶା କୃଷ୍ଣନଙ୍କୁ ନେଇ କରିଥିବା ବିବାଦୀୟ ମନ୍ତବ୍ୟ ପରେ ଭାରି ବିବାଦରେ ଫସିଯାଇଛନ୍ତି। ମଙ୍ଗଳବାର ପୋଲିସ ତାଙ୍କୁ…

ଚାପରୁ ବର୍ଷା

ଯୁଦ୍ଧ, ଅନ୍ତର୍ଜାତୀୟ ରାଜନୀତି ଓ ଅର୍ଥନୈତିକ ଅସ୍ଥିରତା ପୃଥିବୀକୁ ଯେତିକି ଆକ୍ତାମାକ୍ତା କରୁଛି, ତା’ଠାରୁ ଅଧିକ କ୍ଷତାକ୍ତ କଲାଣି ଜଳବାୟୁ ପରିବର୍ତ୍ତନଜନିତ ଅସ୍ବାଭାବିକତା। ଥଣ୍ଡା ଜଳବାୟୁରେ ବଢ଼ି…

ରାଷ୍ଟ୍ରପତି ଭବନରେ ପ୍ରଦର୍ଶିତ ହେବ ରଥଚକ

ଭୁବନେଶ୍ୱର,୫ା୮:ଓଡ଼ିଶାର ଆଧ୍ୟାତ୍ମିକ ଓ ସାଂସ୍କୃତିକ ଐତିହ୍ୟର ପ୍ରତୀକ ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା ଏବେ ଦେଶର ସର୍ବୋଚ୍ଚ କାର୍ଯ୍ୟାଳୟ ରାଷ୍ଟ୍ରପତି ଭବନରେ ସ୍ଥାନ ପାଇବାକୁ ଯାଉଛି। ପୁରୀ ରଥଯାତ୍ରାର…

ଗ୍ରାହକଙ୍କ ପାଇଁ ଖୁସି ଖବର: ଶସ୍ତା ହୋଇଯିବ ପେଟ୍ରୋଲ-ଡିଜେଲ! ହ୍ରାସ ପାଇଲା…

ନୂଆଦିଲ୍ଲୀ,୫।୮: ଆଜି ବିଶ୍ୱ ବଜାରରେ ଅଶୋଧିତ ତୈଳ (କ୍ରୁଡ ଅଏଲ) ଦରରେ ବଡ଼ ଧରଣର ହ୍ରାସ ଦେଖାଯାଇଛି। ଆମେରିକା ଓ ଇରାନ ମଧ୍ୟରେ ଚାଲିଥିବା କୂଟନୈତିକ ଆଲୋଚନା…

ରାଜନୈତିକ ଦଳ ନୁହେଁ, ଏହି ରୂପରେ ମଇଦାନକୁ ଆସିବ CJP: ବଡ଼ ଖୁଲାସା କଲେ ସିଜେପି ପ୍ରବକ୍ତା

ନୂଆଦିଲ୍ଲୀ,୫।୮: ଜନ୍ତର-ମନ୍ତରରେ ଛାତ୍ରୀଛାତ୍ରଙ୍କ ଆନ୍ଦୋଳନ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ସହ ସଫଳ ହୋଇଥିଲା। ଏହି ଆନ୍ଦୋଳନର ଆରମ୍ଭ କରିଥିବା କକରୋଚ ଜନତା ପାର୍ଟି (CJP) ଏବେ…

ଏହି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା: ଅରେଞ୍ଜ୍‌ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୫ା୮(ବନ୍ଦନା ସେଠୀ):ଚଳିତ ମୌସୁମୀରେ ଏଯାଏ ରାଜ୍ୟରେ ଭଲ ବର୍ଷା ହୋଇଛି। ଜୁଲାଇରେ ସ୍ବାଭାବିକଠାରୁ ଅଧିକ ବର୍ଷା ହୋଇଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri