ପାହାଡପୁରରେ ପହଞ୍ଚିଲେ ମୋଦି: ଓଡ଼ିଶା ଇତିହାସରେ ପ୍ରଥମଥର ପାଇଁ…

ବାରିପଦା,୨୦।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି MI-17 ହେଲିକପ୍ଟର ଯୋଗେ ମୟୂରଭଞ୍ଜ ପାହାଡ଼ପୁରରେ ପହଞ୍ଚିଛନ୍ତି। ପୂର୍ବରୁ ପାହାଡ଼ପୁରରେ ପହଞ୍ଚି ସାରିଛନ୍ତି ରାଷ୍ଟ୍ରପତି ଶ୍ରୀମତୀ ମୁର୍ମୁ। ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ ଓ ଅନ୍ୟ ବରିଷ୍ଠ ନେତୃବୃନ୍ଦ ମାନେ ମଧ୍ୟ ଉପସ୍ଥିତ ଅଛନ୍ତି। ଏହା ପରେ ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀ ପବିତ୍ର ସାନ୍ତାଳୀ ଜାହେରା ଏବଂ ହୋ ଜାହେରା, ଦକ୍ଷତା କେନ୍ଦ୍ର ଏବଂ ପାହାଡ଼ପୁର ସ୍କୁଲରେ ପ୍ରାର୍ଥନା କରିବେ। ଅପରାହ୍ନ ୧ଟାରେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ ରାଇରଙ୍ଗପୁରରେ ଓଡ଼ିଶା ସରକାରଙ୍କ ୨ ବର୍ଷ ପୂର୍ତ୍ତି ଅବସରରେ ଏକ କାର୍ଯ୍ୟକ୍ରମରେ ଯୋଗଦେବେ। ଏହି କାର୍ଯ୍ୟକ୍ରମର ବିଷୟବସ୍ତୁ ରହିଛି ‘ବିକାଶର ଧାରା, ଓଡ଼ିଶା ସାରା’। କାର୍ଯ୍ୟକ୍ରମ ସମୟରେ ୪୭,୬୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଏବଂ ଭିତ୍ତିପ୍ରସ୍ତର ସ୍ଥାପନ ହେବ। ଏହି ଅବସରରେ ପ୍ରଧାନମନ୍ତ୍ରୀ ଜନସାଧାରଣଙ୍କୁ ସମ୍ବୋଧନ ମଧ୍ୟ କରିବେ। ଏହି କାର୍ଯ୍ୟକ୍ରମ ସମୟରେ, ଶକ୍ତି, ଶିଳ୍ପ ଭିତ୍ତିଭୂମି, ସଡ଼କ ସଂଯୋଗୀକରଣ, ପାନୀୟ ଜଳ, ସ୍ବାସ୍ଥ୍ୟ, ଶିକ୍ଷା, ପର୍ଯ୍ୟଟନ ଏବଂ ଜଳସେଚନ ସମେତ ପ୍ରମୁଖ କ୍ଷେତ୍ରର ପ୍ରକଳ୍ପଗୁଡ଼ିକର ଉଦ୍‌ଘାଟନ ଏବଂ ଭିତ୍ତିପ୍ରସ୍ତର ସ୍ଥାପନ କରାଯିବ। ଏହି ପ୍ରକଳ୍ପଗୁଡ଼ିକ ସମଗ୍ର ଓଡ଼ିଶାରେ ଭିତ୍ତିଭୂମିକୁ ସୁଦୃଢ଼ କରିବା, ସଂଯୋଗୀକରଣରେ ଉନ୍ନତି ଆଣିବା, ଶକ୍ତି ସୁରକ୍ଷା ବୃଦ୍ଧି କରିବା ଏବଂ ନିଯୁକ୍ତି ସୁଯୋଗ ସୃଷ୍ଟିକରିବ ବୋଲି ଆଶା କରାଯାଉଛି। ପ୍ରଥମ ଥର ପାଇଁ ଓଡ଼ିଶା ଇତିହାସରେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ ଗୋଟିଏ ମଞ୍ଚରେ ଉପସ୍ଥିତ ରହିବା ସହ ଜନସାଧାରଣଙ୍କୁ ସମ୍ବୋଧିତ କରିବା କାର୍ଯ୍ୟକ୍ରମ ରହିଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ବୁରୁଡ଼ି ଗ୍ରାମକୁ ନିର୍ମାଣ ହେବ ସ୍ଥାୟୀ ପକ୍କା ରାସ୍ତା: ସ୍ଥିତି ପରଖିଲେ ବିଡ଼ିଓ, ଖୁସି ପ୍ରକାଶ କଲେ…

ଗୁଡ଼ାରି, ୧୯/୯ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍ ଅନ୍ତର୍ଗତ କଦମା ଗ୍ରାମପଞ୍ଚାୟତର ଆଦିବାସୀ ଅଧ୍ୟୁଷିତ ବୁରୁଡ଼ି ଗ୍ରାମବାସୀଙ୍କ ଦୀର୍ଘଦିନର ସମସ୍ୟାର ସମାଧାନ ହେବାକୁ…

ଚାଲାଣ ବେଳେ ଧରାପଡ଼ିଲା ୧୧୪୦ କେଜି ଗଞ୍ଜେଇ

ତୁମୁଡିବନ୍ଧ,୧୯ା୯(ଦୀପକ କୁମାର ପରାସେଠ): ଏକ ବଡ଼ ଧରଣର ଗଞ୍ଜେଇ ଚୋରା ଚାଲାଣକୁ ପଣ୍ଡ କରିଛି କନ୍ଧମାଳ ଜିଲା ତୁମୁଡିବନ୍ଧ ପୋଲିସ। ଚୋରା ଚାଲାଣ ହେବାକୁ ଥିବା ଗଞ୍ଜେଇ…

ମୁଜାଗଡ଼ରେ ବ୍ଲକ୍ ସ୍ତରୀୟ କ୍ରୀଡ଼ା ମହୋତ୍ସବ: ଚମକିଲେ ଯୁବ କ୍ରୀଡ଼ାବିତ୍‌, କୃତୀ ପ୍ରତିଯୋଗୀଙ୍କୁ ପୁରସ୍କାର

ମୁଜାଗଡ଼, ୧୯/୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ୍ ସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା ଶନିବାର ମୁଜାଗଡ଼ସ୍ଥିତ ପି.ଏମ୍. ଶ୍ରୀ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି

କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…

ପାର୍ବଣ ଆସୁଛି, ଚୋରା ମଦ ବିକ୍ରି ବଢ଼ୁଛି: ଡବେରୀ ଗ୍ରାମବାସୀଙ୍କ ଚିନ୍ତା, ଆଇଆଇସିଙ୍କୁ ଭେଟି ଦେଲେ ଦାବିପତ୍ର

ଦାରିଙ୍ଗବାଡ଼ି, ୧୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ଡବେରୀ ଗ୍ରାମରେ ଦିନକୁ ଦିନ ବେଆଇନ ମଦ କାରବାର ବୃଦ୍ଧି ପାଉଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ…

କ୍ରସର ବେଲ୍ଟ ଭିତରେ ଲୁଚା ହୋଇଥିଲା ଗଞ୍ଜେଇ: ପଶ୍ଚିମବଙ୍ଗ ଚାଲାଣ ବେଳେ ଧରାପଡ଼ିଲେ, ୫୬ କେଜି ଗଞ୍ଜେଇ ସହ ୪ ଗିରଫ

ବ୍ରହ୍ମପୁର, ୧୯।୯ (ସୁବାସ ଚନ୍ଦ୍ର ପାଢ଼ୀ): ପାର୍ବଣ ଋତୁ ପାଖେଇ ଆସୁଥିବା ବେଳେ ବ୍ରହ୍ମପୁର ଅଞ୍ଚଳରେ ଗଞ୍ଜେଇ ମାଫିଆଙ୍କ ପ୍ରାଦୁର୍ଭାବ ବୃଦ୍ଧି ପାଇବାରେ ଲାଗିଛି। ତେବେ ଅବକାରୀ…

ଶେଶାନନ୍ଦଙ୍କ ଜନ୍ମୋତ୍ସବକୁ ନିଆରା ଢଙ୍ଗରେ ପାଳିଲା ଲୋହରାଖଣ୍ଡି ସାହିତ୍ୟ ସଂସଦ

ଭଞ୍ଜନଗର, ୧୯।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଶ୍ରୀ ଜଗନ୍ନାଥ ରିସର୍ଟଠାରେ ଶନିବାର ସନ୍ଧ୍ୟାରେ ଜଗନ୍ନାଥପ୍ରସାଦ ବ୍ଲକର ବରିଷ୍ଠ କର୍ମଚାରୀ ଶେଶାନନ୍ଦ ଆରୁଖଙ୍କ ଜନ୍ମଦିନ ଏକ…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?