ମୋଦି ପଛୁଆ: କଂଗ୍ରେସ କହିଲା, ଏହା କେବଳ ଟ୍ରେଲର

ନୂଆଦିଲ୍ଲୀ,୪।୬: ଭାଜପା ପାଇଁ ସବୁଠାରୁ ବଡ ଝଟକା ୟୁପିର ବାରାଣସୀ ଆସନରୁ ଆସିପାରେ। କଂଗ୍ରେସ ମଙ୍ଗଳବାର ବାରାଣସୀ ଆସନରୁ ପ୍ରାରମ୍ଭିକ ଟ୍ରେଣ୍ଡରେ ପଛରେ ପଡ଼ିଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ୍‌ କରିଛି।
କଂଗ୍ରେସର ସାଧାରଣ ସମ୍ପାଦକ ଜୟରାମ ରମେଶ ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସରେ ଲେଖିଛନ୍ତି, ଏହା ଏକ ଟ୍ରେଲର। ସେ ନିର୍ବାଚନ ଆୟୋଗର ଏକ ଫଟୋ ମଧ୍ୟ ସେୟାର କରିଛନ୍ତି। ଏଥିରେ କଂଗ୍ରେସର ଅଜୟ ରାୟ ପିଏମ ମୋଦୀଙ୍କ ଅପେକ୍ଷା ୬ ହଜାର ୨୨୩ ଭୋଟରେ ଆଗୁଆ ଅଛନ୍ତି।
ଉତ୍ତରପ୍ରଦେଶର ବାରାଣସୀ ଆସନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଗଡ଼ ବୋଲି ବିବେଚନା କରାଯାଏ। ସେ ୨୦୧୪ ଏବଂ ୨୦୧୯ରେ ଦୁଇଥର ଲୋକ ସଭା ନିର୍ବାଚନରେ ଜିତିଛନ୍ତି। ଏଥର ପୁଣିଥରେ ପ୍ରଧାନମନ୍ତ୍ରୀ ମୋଦି ଭାଜପା ପକ୍ଷରୁ ବାରାଣସୀରୁ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି।
ନିର୍ବାଚନ ଆୟୋଗର ତଥ୍ୟ ଅନୁଯାୟୀ, ବର୍ତ୍ତମାନ ପର୍ଯ୍ୟନ୍ତ ୫୪୩ଟି ମଧ୍ୟରୁ ୫୨୯ଟି ସିଟ ପାଇଁ ଟ୍ରେଣ୍ଡ ପ୍ରକାଶ ପାଇଛି। ଏଥିମଧ୍ୟରୁ ଭାଜପା ୨୨୯ଟି ଆସନରେ ଆଗୁଆ ଥିବାବେଳେ କଂଗ୍ରେସ ୯୮ଟି ଆସନରେ ଆଗୁଆ ରହିଛି। ରାଜସ୍ଥାନ ଏବଂ ମହାରାଷ୍ଟ୍ରରେ ଭାଜପା ବିପର୍ଯ୍ୟୟର ସମ୍ମୁଖୀନ ହେଉଥିବା ଜଣାପଡିଛି।
ମିଳିତ ମେଣ୍ଟକୁ ମିଳିଥିବା ଆସନ ବିଷୟରେ ଆଲୋଚନା କରିବା, ତେବେ ଏନଡିଏ ସହଯୋଗୀ ଦଳ ୨୮୭ଟି ଆସନରେ ଆଗୁଆ ଥିବାବେଳେ ଇଣ୍ଡିଆ ସହଯୋଗୀ ଦଳ ୧୫୮ଟି ଆସନରେ ଆଗୁଆ ରହିଛି। ଉତ୍ତରପ୍ରଦେଶରେ ଇଣ୍ଡିଆ ମିଳିତ ମେଣ୍ଟ ସର୍ବାଧିକ ଲାଭ ପାଉଥିବା ଜଣାପଡିଛି। ଏଠାରେ ଦଳ ପ୍ରାୟ ୪୦ଟି ଆସନରେ ଆଗକୁ ବଢୁଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ନକଲି ନୋଟ୍‌ ଦେଇ କିଣୁଥିଲେ ବାଇକ୍, ଧରିଲା ବରଗଡ଼ ପୋଲିସ

ବରଗଡ଼,୨୨।୯(ପ୍ରେମାନନ୍ଦ ଖମାରୀ): ଜାଲ ନୋଟ୍ ଦେଇ ବରଗଡ଼ ସହରରେ ଜଣେ ସ୍କୁଟି କିଣି ଧରାପଡ଼ିଡା ଘଟଣା ଚର୍ଚ୍ଚାର ବିଷୟ ହୋଇଛି । ସୂଚନୀ ଅନୁଯାୟୀ, ବରଗଡ ବ୍ୟାଙ୍କ…

ବଡ଼ ବର୍ଷା ନେଇ ସତର୍କ କରାଇଲେ ରାଜସ୍ବ ମନ୍ତ୍ରୀ: ଏହି ୭ ଜିଲାରେ ଭୀଷଣ ବର୍ଷା! ରେଡ୍‌ ୱାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୨।୯: ବଡ଼ ବର୍ଷା ନେଇ ସତର୍କ କରାଇଲେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ। ୨୩ ଓ ୨୪ ପାଇଁ କୋରାପୁଟ, ଗଜପତି, ଗଞ୍ଜାମକୁ ରେଡ…

ଚିଲିକାରେ ଡଙ୍ଗା ଚଳାଚଳ ବନ୍ଦ, ଆତଙ୍କିତ କୃଷ୍ଣପ୍ରସାଦବାସୀ

କୃଷ୍ଣପ୍ରସାଦ, ୨୨।୯(କୈଳାଶ ଚନ୍ଦ୍ର ପଟନାୟକ ): ବଙ୍ଗୋପସାଗରରେ ଧୀରେ ଧୀରେ ତୀବ୍ର ହେଉଛି ଅବପାତ । ଏହାକୁ ନେଇ ପୁରୀ ଜିଲା ଉପକୂଳବାସୀଙ୍କ ମନରେ ଛନକା ପଶିଛି…

ନବରଙ୍ଗପୁର ଜିଲାପାଳଙ୍କ ବଡ଼ ଘୋଷଣା: ସରକାରୀ ଅଧିକାରୀଙ୍କୁ ଦେଲେ ଏହି ନିର୍ଦ୍ଦେଶ

ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଧୀରେ ଧୀରେ ଗଭୀର ଅବପାତର ରୂପ ନେଉଛି। ଫଳରେ ରାଜ୍ୟ ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ଆସନ୍ତା…

ମହିଳାଙ୍କ ପାଇଁ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଅକ୍ଟୋବର ୨ରୁ ମାଗଣାରେ ବସ୍‌ ଯାତ୍ରା

ନୂଆଦିଲ୍ଲୀ,୨୨।୯: ଆଗାମୀ ୨ ଅକ୍ଟୋବର ୨୦୨୬ରୁ ସମଗ୍ର ତାମିଲନାଡୁରେ ଲାଗୁ ହେବାକୁ ଥିବା ‘ଭେଟ୍ରି ପୟନମ’ ଯୋଜନା ଦ୍ୱାରା ପ୍ରତିଦିନ ପ୍ରାୟ ୮୪.୩୨ ଲକ୍ଷ ମହିଳା ପ୍ରତ୍ୟକ୍ଷ…

PM Kisan କୁ ନେଇ ବଡ଼ ଖବର, ଅକ୍ଟୋବରରୁ ଏମାନଙ୍କୁ ମିଳିବନି କିସ୍ତି ଟଙ୍କା; ଲିଷ୍ଟରୁ କଟିଲା ନାଁ!

ନୂଆଦିଲ୍‌ଲୀ,୨୨।୮: ଦେଶର କୋଟି କୋଟି ଚାଷୀଙ୍କ ପାଇଁ ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (PM-KISAN) ଯୋଜନା ଏକ ବଡ଼ ସାହାଯ୍ୟରୁ କମ ନୁହେଁ। ୨୩ତମ କିସ୍ତି ମିଳିବା…

ଏସିଆନ୍ ଗେମ୍ସରେ ଇତିହାସ ରଚିଲା ମହିଳା କ୍ରିକେଟ୍ ଟିମ୍‌, ଶ୍ରୀଲଙ୍କାକୁ ହରାଇ ଜିତିଲା ସ୍ୱର୍ଣ୍ଣ

ନୂଆଦିଲ୍ଲୀ,୨୨।୯: ଏସିଆନ୍ ଗେମ୍ସ ୨୦୨୬ରେ ଭାରତକୁ ପ୍ରଥମ ସ୍ୱର୍ଣ୍ଣ ପଦକ ଦେଇଛି ମହିଳା କ୍ରିକେଟ୍ ଟିମ୍ । ଫାଇନାଲ୍‌ରେ ଶ୍ରୀଲଙ୍କାକୁ ୧୪୭ ରନ୍‌ର ବଡ଼ ବ୍ୟବଧାନରେ ହରାଇ…

ଘୁଞ୍ଚିଲା ପଞ୍ଚମ ଶ୍ରେଣୀ ବୃତ୍ତି ପରୀକ୍ଷା, ଜାଣନ୍ତୁ ପୁଣି କେବେ ହେବ…

ଖୋର୍ଦ୍ଧା,୨୨।୯(ପ୍ରଭାତ ପାଣିଗ୍ରାହୀ): ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’କୁ ଦୃଷ୍ଟିରେ ରଖି ଉଚ୍ଚ ପ୍ରାଥମିକ ପଞ୍ଚମ ଶ୍ରେଣୀ ବୃତ୍ତି ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଛି। ବୃତ୍ତି ପରୀକ୍ଷା ସେପ୍ଟେମ୍ବର ୨୪ରେ ହେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?