Posted inଜାତୀୟ

ଆମେରିକା ସଂସଦର ମିଳିତ ଅଧିବେଶନକୁ ସମ୍ବୋଧିତ କରିବାରେ ବାଜପେୟୀଙ୍କୁ ଟପିଲେ ମୋଦି, ନେଲସନ ମଣ୍ଡେଲାଙ୍କ ହେବେ ସମକ୍ଷକ…

ନୂଆଦିଲ୍ଲୀ,୩।୬ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଖୁବ ଶୀଘ୍ର ଆମେରିକା ଗସ୍ତ କରିବାକୁ ଯାଉଛନ୍ତି। ପ୍ରଧାନମନ୍ତ୍ରୀ ତାଙ୍କ ଗସ୍ତରେ ଆମେରିକା ସଂସଦର ମିଳିତ ଅଧିବେଶନକୁ ମଧ୍ୟ ସମ୍ବୋଧିତ କରିବେ। ଏଭଳି କରି ସେ ମହାନ ନେତା ନେଲସନ ମଣ୍ଡେଲାଙ୍କ ସମକ୍ଷକ ହେବାକୁ ଯାଉଛନ୍ତି। ଆମେରିକା ସଂସଦର ମିଳିତ ଅଧିବେଶନରେ ପ୍ରଧାନମନ୍ତ୍ରୀ୍‌ଙ୍କ ସମ୍ବୋଧନକୁ ନେଇ ଭାରତ କୋକ୍ସର ସାଂସଦମାନେ ବହୁତ ଖୁସି ଅଛନ୍ତି। ଭାରତ-ଆମେରିକୀୟ ଆଇନଜୀବୀ ତଥା ଭାରତ କୋକ୍ସର ଉପାଧ୍ୟକ୍ଷ ରୋ ଖାନ୍ନା କହିଛନ୍ତି ଭାରତ କୋକ୍ସା ପ୍ରତିନିଧିସଭାର ବାଚସ୍ପତି କେଭିନ ମ୍ୟାକକାରି ମିଳିତ ଅଧିବେଶନକୁ ସମ୍ବୋଧିତ କରିବାକୁ ମୋଦିଙ୍କୁ ଆମନ୍ତ୍ରଣ କରିବାକୁ ଅପିଲ କରିଥିଲେ।

ଏହାପୂର୍ବରୁ ୮ ଜୁନ ୨୦୧୬ ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆମେରିକା ଗସ୍ତ ସମୟରେ ଆମେରିକାର ସଂସଦର ମିଳିତ ଅଧିବେଶନକୁ ସମ୍ବୋଧିତ କରିଥିଲେ। ବର୍ତ୍ତମାନ ସେ ୨୨ଜୁନ ରେ ତାଙ୍କର ଆଗାମୀ ଗସ୍ତରେ ଦ୍ୱିତୀୟ ଥର ପାଇଁ ଆମେରିକା ହାଉସକୁ ସମ୍ବୋଧିତ କରିବେ। ଏହା ସହ ପିଏମ ମୋଦି ସେହି ଅଳ୍ପ କିଛି ମହାନ ନେତାଙ୍କ ସହ ସମାନ ହେବେ ଯେଉଁମାନେ ଦୁଇଥର କିମ୍ବା ଅଧିକ ଥର ଆମେରିକା ସଂସଦକୁ ସମ୍ବୋଧିତ କରିଛନ୍ତି। ଦକ୍ଷିଣ ଆଫ୍ରିକାର ପୂର୍ବତନ ରାଷ୍ଟ୍ରପତି ନେଲସନ ମଣ୍ଡେଲା ଏବଂ ଇସ୍ରାଏଲର ପୂର୍ବତନ ପ୍ରଧାନମନ୍ତ୍ରୀ ୟିତଜକ ରବିନଙ୍କ ଭଳି ମହାନ ନେତା ମଧ୍ୟ ଦୁଇଥର ଆମେରିକା ସଂସଦକୁ ସମ୍ବୋଧିତ କରିଛନ୍ତି। ଏଥି ସହିତ ୱିନଷ୍ଟନ ଚର୍ଚ୍ଚିଲ ଏବଂ ଇସ୍ରାଏଲର ବର୍ତ୍ତମାନର ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ପ୍ରତ୍ୟେକ ଥରେ ଲେଖାଏଁ ଆମେରିକା ସଂସଦକୁ ସମ୍ବୋଧିତ କରିଛନ୍ତି।

ଏହି ପରିପ୍ରେକ୍ଷୀରେ ପ୍ରଧାନମନ୍ତ୍ରୀ ମୋଦି ତାଙ୍କ ପୂର୍ବ ଆମେରିକା ଗସ୍ତରେ ରାଜୀବ ଗାନ୍ଧୀ ଏବଂ ଅଟଳ ବିହାରୀ ବାଜପେୟୀଙ୍କ ସହିତ ମନମୋହନ ସିଂ ଏବଂ ପି.ଭି ନରସିଂହ ରାଓଙ୍କୁ ପଛରେ ପକାଇବେ। ଏହି ନେତାମାନେ ଆମେରିକାର ସଂସଦର ମିଳିତ ଅଧିବେଶନକୁ ଥରେ ଥରେ ସମ୍ବୋଧିତ କରିଛନ୍ତି। ରାଜୀବ ଗାନ୍ଧୀ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ଥିଲେ, ଯିଏକି ୧୯୮୫ରେ ପ୍ରଥମ ଥର ପାଇଁ ଆମେରିକାର ସଂସଦକୁ ସମ୍ବୋଧିତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ଆସିବେ ରାଷ୍ଟ୍ରପତି

ଭୁବନେଶ୍ୱର,୨୨।୯: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତକୁ ନେଇ ସାଂସଦ ନବ ଚରଣ ମାଝୀ ମଙ୍ଗଳବାର…

୮ମ ବେତନ ଆୟୋଗକୁ ନେଇ ଆସିଲା ବଡ଼ ଅପଡେଟ୍‌: ଏହି ସରକାରୀ କର୍ମଚାରୀଙ୍କୁ ମିଳିବ ୧୮ ଲକ୍ଷ ଟଙ୍କାର…

ନୂଆଦିଲ୍ଲୀ,୨୨।୯: ୮ମ ବେତନ ଆୟୋଗକୁ ନେଇ କେନ୍ଦ୍ରୀୟ କର୍ମଚାରୀଙ୍କ ଅପେକ୍ଷା ଜାରି ରହିଛି। ବର୍ତ୍ତମାନ ଆୟୋଗ ବିଭିନ୍ନ କର୍ମଚାରୀ ସଂଗଠନ ସହ ଆଲୋଚନା କରୁଛି। ରିପୋର୍ଟ ଲାଗୁ…

ହଠାତ୍‌ ଅବସର ନେଇ ସମସ୍ତଙ୍କୁ ଚମକାଇଦେଲେ ଏହି ଖେଳାଳି: କ୍ରିକେଟ୍‌ ଜଗତ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୨।୯: ଦକ୍ଷିଣ ଆଫ୍ରିକା ପାଇଁ ପ୍ରାୟ ଏକ ଦଶନ୍ଧି ପୂର୍ବେ ନିଜର ଶେଷ ଅନ୍ତର୍ଜାତୀୟ ମ୍ୟାଚ ଖେଳିଥିବା ବ୍ୟାଟର କୋଲିନ ଇଙ୍ଗ୍ରାମ ୪୧ ବର୍ଷ ବୟସରେ ବୃତ୍ତିଗତ…

ଭାରତ ପୁଣି ହେଲା ବିଶ୍ୱର ନମ୍ବର-୧ ଟିମ୍‌: ଇଂଲଣ୍ଡକୁ ହଟାଇ…

ନୂଆଦିଲ୍ଲୀ,୨୨।୯: ଶ୍ରେୟସ ଆୟରଙ୍କ ଅଧିନାୟକତ୍ୱରେ ଭାରତୀୟ କ୍ରିକେଟ ଦଳ ପୁଣିଥରେ ICC T20 ମାନ୍ୟତାରେ ପ୍ରଥମ ସ୍ଥାନ ହାସଲ କରିଛି। ନିକଟରେ ଇଂଲଣ୍ଡ ଏହି ସ୍ଥାନ ଅକ୍ତିଆର…

ବାତ୍ୟା ଆଶଙ୍କାରେ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ: ୨୪ ତାରିଖ ପରୀକ୍ଷା ସ୍ଥଗିତ

ଭଞ୍ଜନଗର,୨୨।୯ (ବାବୁଲା ପ୍ରଧାନ): ସମ୍ଭାବ୍ୟ ବାତ୍ୟା ଓ ପ୍ରବଳ ବର୍ଷାକୁ ନେଇ ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ସତର୍କତାମୂଳକ ପଦକ୍ଷେପ ଆରମ୍ଭ ହୋଇଛି। ଉପଜିଲାପାଳ ଉମାଶଙ୍କର ବେହେରା…

ବଳାତ୍କାର ମାମଲାରେ କେଉଁ ରାଜ୍ୟ ଆଗରେ? ଓଡ଼ିଶାର ସ୍ଥିତି ଜାଣି ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୨।୯: ବିହାରର ଜମୁଇ ଜିଲାରୁ ସାମ୍ନାକୁ ଆସିଥିବା ଏକ ଘଟଣାକୁ ନେଇ ଚର୍ଚ୍ଚା ଜୋର ଧରିଛି। ସୋସିଆଲ ମିଡିଆରେ ଭାଇରାଲ ହୋଇଥିବା ଏକ ଭିଡିଓରେ ଜଣେ ନାବାଳିକା…

ଜାଲ ନୋଟ ଦେଇ କିଣୁଥିଲେ ସ୍କୁଟି, ଧରାପଡ଼ିଲେ ଅଭିଯୁକ୍ତ: ପୂରା ଘଟଣା ଜାଣିଲେ…

ବରଗଡ଼,୨୨।୯(ପ୍ରେମାନନ୍ଦ ଖମାରୀ):ଜାଲ ନୋଟ ଦେଇ ବରଗଡ଼ ସହରରେ ଜଣେ ସ୍କୁଟି କିଣି ଧରାପଡ଼ିଡା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ସୂଚନ ଅନୁଯାୟୀ, ବରଗଡ ବ୍ୟାଙ୍କ କଲୋନୀ ବାସିନ୍ଦା…

ଗ୍ରାଚ୍ୟୁଇଟିକୁୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ରାୟ: ଚୁକ୍ତିଭିତ୍ତିକ କର୍ମଚାରୀଙ୍କ ପାଇଁ…

ନୂଆଦିଲ୍‌ଲୀ,୨୨।୯: ସୁପ୍ରିମକୋର୍ଟଙ୍କ ଦ୍ୱାରା ଗ୍ରାଚ୍ୟୁଇଟିକୁ ନେଇ ଏକ ବଡ଼ ରାୟ ପ୍ରକାଶ ପାଇଛି। ଏଥିରେ କୁହାଯାଇଛି ଯେ ଚୁକ୍ତିଭିତ୍ତିକ (କଣ୍ଟ୍ରାକ୍ଟ) କାର୍ଯ୍ୟ କରୁଥିବା କର୍ମଚାରୀମାନଙ୍କ ପାଇଁ ମୁଖ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?