Posted inଜାତୀୟ

ପୁଟିନଙ୍କ ପଛରେ ମୋଦି: ୨୧ ବର୍ଷ ପୁରୁଣା ଫଟୋ ହେଉଛି ଭାଇରାଲ

ନୂଆଦିଲ୍ଲୀ,୭।୩: ୟୁକ୍ରେନ ଏବଂ ରୁଷିଆ ମଧ୍ୟରେ ଚାଲିଥିବା ଯୁଦ୍ଧର ଆଜି ଦ୍ୱାଦଶ ଦିନ। ତିକ୍ତ ସମୟରେ ରୁଷିଆ ଭାରତର ଆଭିମୁଖ୍ୟକୁ ପ୍ରଶଂସା କରୁଥିବାବେଳେ ୟୁକ୍ରେନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଏହି ଘଟଣାରେ ହସ୍ତକ୍ଷେପ କରିବାକୁ ନିବେଦନ କରିଛନ୍ତି। ୟୁକ୍ରେନରେ ଫସିଥିବା ଭାରତୀୟଙ୍କ ଯେଉଁ ଭଳି ଭାବରେ ସୁରକ୍ଷିତ ଭାବରେ ଭାରତ ଅଣାଯାଉଛି ସେଥିରୁ ବିଶ୍ୱରେ ଭାରତର ପ୍ରଭାବ ବୃଦ୍ଧି ପାଉଥିବା ଜଣାପଡେ ବୋଲି ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି। ଏହି ସମୟରେ ବିଶ୍ୱରେ ବଢୁଥବା ଭାରତର ଗୁରୁତ୍ୱ ମଧ୍ୟରେ ପ୍ରାୟ ୨୧ ବର୍ଷ ପୂର୍ବେ ଏକ ଫଟୋ ଭାଇରାଲ ହେବାରେ ଲାଗିଛି। ତତ୍କାଳୀନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀ ଏବଂ ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ବସିଛନ୍ତି। ଏଥିସହିତ ନରେନ୍ଦ୍ର ମୋଦି ତାଙ୍କ ପଛରେ ଠିଆ ହୋଇଛନ୍ତି। ସେତେବେଳେ ସେ ଗୁଜୁରାଟର ମୁଖ୍ୟମନ୍ତ୍ରୀ ଭାବରେ କାର୍ଯ୍ୟ କରୁଥିଲେ। ଏହି ଫଟୋଟି ନଭେମ୍ବର ୨୦୦୧ରୁ। ଭାରତର ତତ୍କାଳୀନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀ ରୁଷିଆ ଗସ୍ତରେ ଯାଇଥିଲେ। ସେବେଠୋରୁ ରୁଷିଆ ଏବଂ ଭାରତ ସମ୍ପର୍କ ଭଲ ରହିଆସିଛି।
ପ୍ରଧାନମନ୍ତ୍ରୀ ମୋଦୀ ନିଜେ ୨୦୦୧ର ସେହି ବୈଠକକୁ ଭୁଲି ନାହାଁନ୍ତି। ୨୦୧୯ ମସିହାରେ, ଯେତେବେଳେ ପ୍ରଧାନମନ୍ତ୍ରୀ ମୋଦି ୨୦ ତମ ଭାରତ-ରୁଷିଆ ସମ୍ମିଳନୀ ପାଇଁ ମସ୍କୋ ଯାଇଥିଲେ, ସେତେବେଳେ ସେ ଚାରୋଟି ଫଟୋ ଟୁଇଟ କରିଥିଲେ। ସେଥିରେ ୨୦୦୧ ବୈଠକ ଫଠୋ ମଧ୍ୟ ଥିଲା।
ଏବେ ୟୁକ୍ରେନ ଏବଂ ରୁଷିଆ ମଧ୍ୟରେ ମୁହାଁମୁହିଁ ପରିସ୍ଥିତି ଜାରି ରହିଛି। ଏଭଳି ପରିସ୍ଥିତିରେ ଭାରତ ନିରପେକ୍ଷ ରହୁଛି। ପ୍ରଧାନମନ୍ତ୍ରୀ ମୋଦି ଏବଂ ରୁଷିଆ ରାଷ୍ଟ୍ରପତି ପୁଟିନଙ୍କ ମଧ୍ୟରେ ଭଲ ବନ୍ଧୁତା ଅଛି ଏବଂ ସମଗ୍ର ବିଶ୍ୱ ଏହା ଜାଣେ। ୟୁକ୍ରେନ ଉପରେ ଆକ୍ରମଣ ପରେ ମୋଦି ପୁଟିନଙ୍କୁ ଟେଲିଫୋନ କରିଥିଲେ। ସେ ୟୁକ୍ରେନର ବିଭିନ୍ନ ସହରରୁ ଭାରତର ନାଗରିକମାନଙ୍କୁ ନିରାପଦ ସ୍ଥାନାନ୍ତର ବିଷୟରେ ଆଲୋଚନା କରିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

କୁଲଦୀପ ଯାଦବଙ୍କୁ ଦ୍ୱିତୀୟ ଟେଷ୍ଟରୁ କାହିଁକି ବାଦ ଦିଆଗଲା? ବିସିସିଆଇ ପ୍ରକୃତ କାରଣ ପ୍ରକାଶ କଲା

ନୂଆଦିଲ୍ଲୀ,୨୩।୮: କୁଲଦୀପ ଯାଦବ ବର୍ତ୍ତମାନ କଲମ୍ବୋରେ ଚାଲିଥିବା ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଖେଳୁନାହାଁନ୍ତି। ତାଙ୍କ ସ୍ଥାନରେ ଅଫ ସ୍ପିନର ସାରାଂଶ ଜୈନଙ୍କୁ ପ୍ଲେଇଂ ଏକାଦଶରେ ସାମିଲ…

ଭାରତରେ କିଏ ସ୍ଥିର କରେ ଚିନି ଦାମ୍‌? ସରକାର ନା କୃଷକ, ଜାଣନ୍ତୁ…

ନୂଆଦିଲ୍ଲୀ,୨୩ା୮: ଚା’ କପ୍‌ରୁ ଆରମ୍ଭ କରି ପର୍ବପର୍ବାଣିର ମିଠା ପର୍ଯ୍ୟନ୍ତ, ଚିନି ପ୍ରତ୍ୟେକ ଘରର ଦୈନନ୍ଦିନ ଆବଶ୍ୟକତାର ଏକ ପ୍ରମୁଖ ଅଂଶ। ଏହି ସମୟରେ ଦେଶରେ ଚିନି…

୨୪ ତାରିଖ ଯାଏଁ ଓଡ଼ିଶାରେ ପ୍ରବଳବର୍ଷା

ଭୁବନେଶ୍ୱର,୨୩।୮ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଓଡ଼ିଶାରେ ପୁଣି ବଢ଼ିବ ବର୍ଷାର ପରିମାଣ। ଭାରତୀୟ ପାଣିପାଗ ବିଭାଗର…

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

ଶକ୍ତିଶାଳୀ ଭୂକମ୍ପ ଝଟକାରେ ଥରିଲା ଜାପାନ: ୨୩ ଆହତ, ଟୋକିଓରେ ବିଦ୍ୟୁତ୍ କାଟ୍, ଟ୍ରେନ୍ ଚଳାଚଳ ବ୍ୟାହତ

ଟୋକିଓ,୨୩ା୮: ପୂର୍ବ ଜାପାନର ବିଭିନ୍ନ ଅଞ୍ଚଳ ସମେତ ରାଜଧାନୀ ଟୋକିଓରେ ରବିବାର ସକାଳେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ପ୍ରାରମ୍ଭିକ ତୀବ୍ରତା…

ଗୋବରୀ ନଦୀ ପାଇଁ ଜମ୍ବୁବାସୀଙ୍କ ଚିନ୍ତା: ଫାଇଲରେ ରହିଗଲା ଯୋଜନା, ବିପଦସଙ୍କୁଳ ଅବସ୍ଥାରେ ନଦୀ ପାର୍‌ ହେଉଛନ୍ତି ଛାତ୍ରୀଛାତ୍ର

ମହାକାଳପଡ଼ା,୨୩।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ନଦୀ, ନାଳ ଘେରା ଜମ୍ବୁ ପଞ୍ଚାୟତକୁ ଦୀର୍ଘ ବର୍ଷଧରି ଡଙ୍ଗାରେ ଲୋକମାନେ ଯାତାୟାତ କରୁଥିବା…

ମଙ୍ଗଳଙ୍କ ଗୋଚରରେ ରାଜଯୋଗ; ବଢିବ ୫ରାଶିର ଇନକମ୍‌, ହୁ ହୁ ହୋଇ ବଢିବ ଧନ!

ଦ୍ରିକ୍ ପଞ୍ଚାଙ୍ଗ ଅନୁସାରେ, ୧୮ ସେପ୍ଟେମ୍ବର ୨୦୨୬ ତାରିଖ ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ. ଏହି ଦିନ ମଙ୍ଗଳ ଗ୍ରହ ନିଜର ନୀଚ ରାଶି କର୍କଟରେ…

ପୁଣି ଡରାଇଲାଣି ଲଘୁଚାପ, ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି

ଭୁବନେଶ୍ୱର,୨୩ା୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବ। ଶୁକ୍ରବାର ମ୍ୟାନ୍‌ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri