Posted inଜାତୀୟ

ପୁଟିନଙ୍କ ପଛରେ ମୋଦି: ୨୧ ବର୍ଷ ପୁରୁଣା ଫଟୋ ହେଉଛି ଭାଇରାଲ

ନୂଆଦିଲ୍ଲୀ,୭।୩: ୟୁକ୍ରେନ ଏବଂ ରୁଷିଆ ମଧ୍ୟରେ ଚାଲିଥିବା ଯୁଦ୍ଧର ଆଜି ଦ୍ୱାଦଶ ଦିନ। ତିକ୍ତ ସମୟରେ ରୁଷିଆ ଭାରତର ଆଭିମୁଖ୍ୟକୁ ପ୍ରଶଂସା କରୁଥିବାବେଳେ ୟୁକ୍ରେନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଏହି ଘଟଣାରେ ହସ୍ତକ୍ଷେପ କରିବାକୁ ନିବେଦନ କରିଛନ୍ତି। ୟୁକ୍ରେନରେ ଫସିଥିବା ଭାରତୀୟଙ୍କ ଯେଉଁ ଭଳି ଭାବରେ ସୁରକ୍ଷିତ ଭାବରେ ଭାରତ ଅଣାଯାଉଛି ସେଥିରୁ ବିଶ୍ୱରେ ଭାରତର ପ୍ରଭାବ ବୃଦ୍ଧି ପାଉଥିବା ଜଣାପଡେ ବୋଲି ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି। ଏହି ସମୟରେ ବିଶ୍ୱରେ ବଢୁଥବା ଭାରତର ଗୁରୁତ୍ୱ ମଧ୍ୟରେ ପ୍ରାୟ ୨୧ ବର୍ଷ ପୂର୍ବେ ଏକ ଫଟୋ ଭାଇରାଲ ହେବାରେ ଲାଗିଛି। ତତ୍କାଳୀନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀ ଏବଂ ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ବସିଛନ୍ତି। ଏଥିସହିତ ନରେନ୍ଦ୍ର ମୋଦି ତାଙ୍କ ପଛରେ ଠିଆ ହୋଇଛନ୍ତି। ସେତେବେଳେ ସେ ଗୁଜୁରାଟର ମୁଖ୍ୟମନ୍ତ୍ରୀ ଭାବରେ କାର୍ଯ୍ୟ କରୁଥିଲେ। ଏହି ଫଟୋଟି ନଭେମ୍ବର ୨୦୦୧ରୁ। ଭାରତର ତତ୍କାଳୀନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀ ରୁଷିଆ ଗସ୍ତରେ ଯାଇଥିଲେ। ସେବେଠୋରୁ ରୁଷିଆ ଏବଂ ଭାରତ ସମ୍ପର୍କ ଭଲ ରହିଆସିଛି।
ପ୍ରଧାନମନ୍ତ୍ରୀ ମୋଦୀ ନିଜେ ୨୦୦୧ର ସେହି ବୈଠକକୁ ଭୁଲି ନାହାଁନ୍ତି। ୨୦୧୯ ମସିହାରେ, ଯେତେବେଳେ ପ୍ରଧାନମନ୍ତ୍ରୀ ମୋଦି ୨୦ ତମ ଭାରତ-ରୁଷିଆ ସମ୍ମିଳନୀ ପାଇଁ ମସ୍କୋ ଯାଇଥିଲେ, ସେତେବେଳେ ସେ ଚାରୋଟି ଫଟୋ ଟୁଇଟ କରିଥିଲେ। ସେଥିରେ ୨୦୦୧ ବୈଠକ ଫଠୋ ମଧ୍ୟ ଥିଲା।
ଏବେ ୟୁକ୍ରେନ ଏବଂ ରୁଷିଆ ମଧ୍ୟରେ ମୁହାଁମୁହିଁ ପରିସ୍ଥିତି ଜାରି ରହିଛି। ଏଭଳି ପରିସ୍ଥିତିରେ ଭାରତ ନିରପେକ୍ଷ ରହୁଛି। ପ୍ରଧାନମନ୍ତ୍ରୀ ମୋଦି ଏବଂ ରୁଷିଆ ରାଷ୍ଟ୍ରପତି ପୁଟିନଙ୍କ ମଧ୍ୟରେ ଭଲ ବନ୍ଧୁତା ଅଛି ଏବଂ ସମଗ୍ର ବିଶ୍ୱ ଏହା ଜାଣେ। ୟୁକ୍ରେନ ଉପରେ ଆକ୍ରମଣ ପରେ ମୋଦି ପୁଟିନଙ୍କୁ ଟେଲିଫୋନ କରିଥିଲେ। ସେ ୟୁକ୍ରେନର ବିଭିନ୍ନ ସହରରୁ ଭାରତର ନାଗରିକମାନଙ୍କୁ ନିରାପଦ ସ୍ଥାନାନ୍ତର ବିଷୟରେ ଆଲୋଚନା କରିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀପତ୍ର ଦାଖଲ କଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ

ଭୋପାଳ,୧୯।୪: ଭାଜପାର ବରିଷ୍ଠ ନେତା ତଥା ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀ ଭାବେ ଶୁକ୍ରବାର ନାମାଙ୍କନପତ୍ର ଦାଖଲ...

କଂଗ୍ରେସକୁ ଭୋଟ ନ ଦେବାକୁ କହିଲେ ମମତା ବାନାର୍ଜୀ

କୋଲକତା,୧୯।୪: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ବିରୋଧୀ ଇଣ୍ଡିଆ ମେଣ୍ଟରେ ଥିବା ସିପିଆଇ(ଏମ) ଓ କଂଗ୍ରେସକୁ ତୀବ୍ର ସମାଲୋଚନା କରିଛନ୍ତି। ଉଭୟ ଦଳ ବେଙ୍ଗଲରେ...

‘ଜେଲ୍‌ରେ କେଜ୍‌ରିଓ୍ବାଲଙ୍କ ସହ କିଛି ବି ହୋଇପାରେ’

ନୂଆଦିଲ୍ଲୀ,୧୯।୪: ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ମଧୁମେହ ହୋଇଥିଲେ ହେଁ ସେ ଜେଲ୍‌ରେ ଆମ୍ବ ଏବଂ ମିଠା ଖାଉଛନ୍ତି ବୋଲି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଦାବି କରିଛି। ଏହାପରେ ରାଜନୈତିକ...

ନାଗାଲାଣ୍ଡର ୬ ଜିଲାରେ ବୁଥ୍‌ ଖାଁ ଖାଁ, ଭୋଟ ଦେବାକୁ ଆସିଲେ ନାହିଁ ଜଣେ ହେଲେ ବି ଭୋଟର୍‌  

କୋହିମା,୧୯ା୪: ନାଗାଲାଣ୍ଡରେ ପୃଥକ ସରକାର(ରାଜ୍ୟ) ଏବଂ ଅଧିକ ଆର୍ଥିକ ସ୍ବାଧୀନତା ଦାବିରେ ‘ଲୋକଙ୍କ ଜରୁରୀକାଳିନ ପରିସ୍ଥିତି’ ନେଇ ଘୋଷଣା କରି ପୂର୍ବ ନାଗାଲାଣ୍ଡ ଲୋକ ସଂଗଠନ(ଇଏନ୍‌ପିଓ)...

ନାନୋ ୟୁରିଆ ବ୍ୟବହାର ପାଇଁ ଆସିଲା ବିଜ୍ଞପ୍ତି

ନୂଆଦିଲ୍ଲୀ,୧୯ା୪: ୩ ବର୍ଷ ପାଇଁ ନାନୋ ୟୁରିଆ ପ୍ଲସ୍‌ ସାର ବ୍ୟବହାର ନିମନ୍ତେ କେନ୍ଦ୍ର ସରକାର ବିଜ୍ଞପ୍ତି ଜାରି କରିଛନ୍ତି। ତେବେ ଏହି ସାରର ଉର୍ବରତା...

ଜେଲ୍‌ ଭିତରେ କେଜରିଓ୍ବାଲଙ୍କୁ ମାରି ଦେବାକୁ ଷଡଯନ୍ତ୍ର!

ନୂଆଦିଲ୍ଲୀ,୧୯।୪: ଅବକାରୀ ଦୁର୍ନୀତି ମାମଲାରେ ଗିରଫ ହୋଇ ଜେଲରେ ଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ବିରୋଧରେ ଚାଲିଛି ସାଂଘାତିକ ଷଡଯନ୍ତ୍ର। ଜେଲ ଭିତରେ କେଜରିୱାଲଙ୍କୁ...

ନିଜକୁ ଭୋଟ୍‌ ଦେଇପାରିବେନି ଏହି ପ୍ରାର୍ଥୀ

ନୂଆଦିଲ୍ଲୀ,୧୯।୪: ଶୁକ୍ରବାର ପ୍ରଥମ ପର୍ଯ୍ୟାୟ ମତଦାନ ଚାଲିଛି। ଏହି ପରିପ୍ରେକ୍ଷୀରେ ୧୦୨ଟି ଲୋକସଭା ଆସନ ପାଇଁ ଭୋଟ ଗ୍ରହଣ ହେଉଥିବା ବେଳେ ବିହାରର ୪ଟି ଲୋକସଭା...

ଭୋଟ ଦେଲେ ବିଶ୍ୱର ସବୁଠୁ ଛୋଟ ମହିଳା

ପୁଣେ,୧୯।୪: ମହାରାଷ୍ଟ୍ରର ପାଞ୍ଚଟି ସିଟ ପାଇଁ ଆଜି ଭୋଟଗ୍ରହଣ ଚାଲିଛି। ଲୋକମାନେ ଉତ୍ସାହର ସହ ଭୋଟ ଦେଉଛନ୍ତି। ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଛି। ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri