Posted inଜାତୀୟ

୨୪ରେ ମୋଦି-ବାଇଡେନ ଆଲୋଚନା

ଓ୍ବାଶିଂଟନ/ନୂଆଦିଲ୍ଲୀ, ୨୨।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାରଠାରୁ ଆମେରିକା ଗସ୍ତରେ ଯାଉଥିବାବେଳେ ଶୁକ୍ରବାର (ସେପ୍ଟେମ୍ବର ୨୪ରେ) ସେ ଓ୍ବାଶିଂଟନରେ ରାଷ୍ଟ୍ରପତି ଜୋ ବାଇଡେନ୍‌ଙ୍କ ସହ ବୈଠକରେ ଯୋଗଦେବେ। ଉଭୟ ନେତାଙ୍କ ମଧ୍ୟରେ ଆଲୋଚନା ବାଣିଜ୍ୟ, ପୁଞ୍ଜିନିବେଶ, ପ୍ରତିରକ୍ଷା ଏବଂ ସୁରକ୍ଷା କ୍ଷେତ୍ରରେ ଦ୍ୱିପାକ୍ଷିକ ସମ୍ପର୍କ ବଢ଼ାଇବ ବୋଲି ଆଶା କରାଯାଉଥିବା ବହିର୍ବ୍ୟାପାର ସଚିବ ହର୍ଷବର୍ଦ୍ଧନ ଶ୍ରିଙ୍ଗଲା କହିଛନ୍ତି। ଆଲୋଚନାରେ ମୌଳବାଦ, ଆତଙ୍କବାଦୀ ଏବଂ ବିଭିନ୍ନ ଆଞ୍ଚଳିକ ପ୍ରସଙ୍ଗ ସ୍ଥାନ ପାଇବ। ଏହା ବ୍ୟତୀତ ଆଫଗାନିସ୍ତାନ ସ୍ଥିତି ସମ୍ପର୍କରେ ମଧ୍ୟ ଦୁଇ ନେତା ଆଲୋଚନା କରିପାରନ୍ତି। ବାଇଡେନ୍‌ଙ୍କ ବ୍ୟତୀତ ଉପରାଷ୍ଟ୍ରପତି କମଲା ହାରିସ୍‌ଙ୍କ ସହ ମଧ୍ୟ ପ୍ରଧାନମନ୍ତ୍ରୀ ଆଲୋଚନା କରିବେ। ଏଥିସହିତ ମୋଦି ଓ୍ବାଶିଂଟନଠାରେ ୨୪ରେ ଅନୁଷ୍ଠିତ ହେବାକୁ ଥିବା କ୍ୱାଡ୍‌ ସମ୍ମିଳନୀରେ ଯୋଗଦେବେ। ଉକ୍ତ ବୈଠକରେ ମୁଖ୍ୟତଃ ସମସାମୟିକ ଅନ୍ତର୍ଜାତୀୟ ଏବଂ ଆଞ୍ଚଳିକ ସମସ୍ୟା ଉପରେ ଗୁରୁତ୍ୱାରୋପ କରାଯିବା ଆଶା କରାଯାଉଛି। ଏହି ବୈଠକରେ ବାଇଡେନ୍‌, ମୋଦିଙ୍କ ସହ ଜାପାନ ପ୍ରଧାନମନ୍ତ୍ରୀ ୟୋଶିହିଡେ ସୁଗା ଏବଂ ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ସ୍କଟ୍‌ ମୋରିସନ ଯୋଗଦେବେ। ପ୍ରଧାନମନ୍ତ୍ରୀଙ୍କ ସହ ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର, ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ ଏବଂ ବହିର୍ବ୍ୟାପାର ସଚିବ ଶ୍ରିଙ୍ଗଲାଙ୍କ ସମେତ ଅନ୍ୟ ଅଧିକାରୀମାନେ ଆମେରିକା ଯିବେ। ସେଠାରେ ମୋଦି ବିଭିନ୍ନ ଆମେରିକୀୟ କମ୍ପାନୀର ଶୀର୍ଷ କାର୍ଯ୍ୟନିର୍ବାହୀଙ୍କୁ ଭେଟିବା କାର୍ଯ୍ୟକ୍ରମ ରହିଛି।
ଆଲୋଚନା ଦ୍ୱିପାକ୍ଷିକ ସମ୍ପର୍କକୁ ଆହୁରି ମଜଭୁତ କରିବ ବୋଲି ହ୍ବାଇଟ୍‌ ହାଉସ୍‌ ପକ୍ଷରୁ କୁହାଯାଇଛି। ବୈଠକରେ ଆଫଗାନିସ୍ତାନ ପ୍ରସଙ୍ଗ ସ୍ଥାନ ପାଇବା ସହ ଆତଙ୍କବାଦ ବିରୋଧରେ ମିଳିତ ଲଢ଼େଇରେ ଉଭୟ ଦେଶ କିପରି କାର୍ଯ୍ୟ କରିବେ ତାହା ଉପରେ ଆଲୋଚନା ହେବ ବୋଲି ହ୍ବାଇଟ୍‌ ହାଉସ୍‌ର ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି। ଗତ ଜାନୁୟାରୀରେ ବାଇଡେନ୍‌ ଆମେରିକା ରାଷ୍ଟ୍ରପତି ନିର୍ବାଚିତ ହେବା ପରେ ମୋଦି ତାଙ୍କ ସହ ଭର୍ଚୁଆଲି ଏକାଧିକ ଥର ଆଲୋଚନା କରିଛନ୍ତି। ଗତ ଏପ୍ରିଲ୍‌ ୨୬ରେ ମୋଦି-ବାଇଡେନ୍‌ ଟେଲିଫୋନ୍‌ ଆଲୋଚନା ହୋଇଥିଲା। ଆସନ୍ତା ୨୪ରେ ପ୍ରଥମ ଥର ପାଇଁ ଉଭୟ ନେତା ଏକାଠି ବସି ଆଲୋଚନା କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

ଇରାନ ବରୋଧରେ ଯୁଦ୍ଧକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଲାଣି ଏହି ଦେଶ, ଆମେରିକାକୁ କରିବ ସହଯୋଗ, ଟାର୍ଗେଟରେ ହର୍ମୁଜ ପ୍ରଣାଳୀ

ତେହରାନ,୧।୪: ସଂଯୁକ୍ତ ଆରବ ଏମିରେଟ୍ସ (UAE) ଆମେରିକା ଏବଂ ଅନ୍ୟାନ୍ୟ ପାଶ୍ଚାତ୍ୟ ମିତ୍ରମାନଙ୍କୁ ସୂଚନା ଦେଇଛି ଯେ ଏହା ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବାରେ ସାହାଯ୍ୟ କରିବ।…

ପୁଣି ଭାଙ୍ଗିଗଲା ଇଟାଲୀର ଫିଫା ବିଶ୍ୱକପ ସ୍ବପ୍ନ: ଲଗାତାର ତୃତୀୟ ଥର ପାଇଁ ଯୋଗ୍ୟତା ଅର୍ଜନ କରିପାରିଲା ନାହିଁ

ରୋମ,୧।୪: ଚାରିଥର ଫିଫା ବିଶ୍ୱକପ ଚାମ୍ପିଅନ ଇଟାଲୀ ଆଉ ଏକ ବଡ଼ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ଦଳ ଲଗାତାର ତୃତୀୟ ଥର ପାଇଁ ଫିଫା ବିଶ୍ୱକପ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri