Posted inଜାତୀୟ

ଟିକେଟ୍‌ କିଣି ମେଟ୍ରୋ ଟ୍ରେନ୍‌ରେ ଯାତ୍ରା କଲେ ମୋଦି

ପୁଣେ,୬।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ମହାରାଷ୍ଟ୍ରର ପୁଣେରେ ପହଞ୍ଚି ମେଟ୍ରୋ ରେଳ ପ୍ରକଳ୍ପର ଉଦଘାଟନ କରିଛନ୍ତି। ମୋଟ ୩୨.୨ କିମି ପୁଣେ ମେଟ୍ରୋ ରେଳ ପ୍ରକଳ୍ପର ୧୨ କିମି ବିଭାଗକୁ ପ୍ରଧାନମନ୍ତ୍ରୀ ଉଦ୍‌ଘାଟନ କରିଛନ୍ତି। ଉଦ୍‌ଘାଟନ ପରେ ପ୍ରଧାନମନ୍ତ୍ରୀ ଷ୍ଟେଶନରେ ପହଞ୍ଚି ଡିଜିଟାଲ ଆପରୁ ଟିକେଟ କିଣିଥିଲେ। ଏହା ପରେ ପ୍ରଧାନମନ୍ତ୍ରୀ ମେଟ୍ରୋ ଟ୍ରେନରେ ଚଢିଥିଲେ। ଏହି ଗସ୍ତ ସମୟରେ ସେ ବିଦ୍ୟାଳୟର ଛାତ୍ରୀଛାତ୍ରମାନଙ୍କ ସହ କଥାବାର୍ତ୍ତା ହେଉଥିବା ଦେଖିବାକୁ ମିଳିଥିଲା। ଏହା ବ୍ୟତୀତ ପ୍ରଧାନମନ୍ତ୍ରୀ ସହରର ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ମୂଳଦୁଆ ପକାଇଲେ।
ପ୍ରଧାନମନ୍ତ୍ରୀ ମୋଦିଙ୍କ ମେଟ୍ରୋ ଯାତ୍ରା ସମୟରେ ମହାରାଷ୍ଟ୍ର ରାଜ୍ୟପାଳ ଭଗତ ସିଂ କୋଶିୟାରି  ଏବଂ ପୁଣେ ମେୟର ମୁରଲୀଧର ମୋହୋଲ ମଧ୍ୟ ଉପସ୍ଥିତ ଥିଲେ। ପ୍ରଧାନମନ୍ତ୍ରୀ ପୁଣେର ଗାରୱେୟାର କଲେଜରୁ ମେଟ୍ରୋରେ ଆନନ୍ଦ ନଗର ଅଭିମୁଖେ ଯାତ୍ରା କରିଥିଲେ। ଏହି ସମୟରେ ସେ ଛାତ୍ରମାନଙ୍କ କଥାକୁ ଯତ୍ନର ସହ ଶୁଣୁଥିଲେ ଏବଂ ଉତ୍ତର ଦେଉଥିଲେ। ଡିସେମ୍ବର ୨୪, ୨୦୧୬ରେ, ୧୧,୪୦୦ କୋଟିରୁ ଅଧିକ ଟଙ୍କା ବ୍ୟୟରେ ନିର୍ମିତ ଏହି ମେଟ୍ରୋ ପ୍ରକଳ୍ପର ମୂଳଦୁଆ ପ୍ରଧାନମନ୍ତ୍ରୀ ମୋଦି ସ୍ଥାପନ କରିଥିଲେ। ଏହି ମେଟ୍ରୋ ପ୍ରକଳ୍ପ ପୁଣେରେ ସହରୀ ଗତିବିଧି ପାଇଁ ବିଶ୍ୱ ସ୍ତରୀୟ ଭିତ୍ତିଭୂମି ଯୋଗାଇବାକୁ ଏକ ପ୍ରୟାସ। ଏହାପୂର୍ବରୁ ସେ ପୁଣେ ମ୍ୟୁନିସିପାଲିଟି କର୍ପୋରେସନ ପରିସରରେ ଛତ୍ରପତି ଶିବାଜୀ ମହାରାଜଙ୍କ ପ୍ରତିମୂର୍ତ୍ତିକୁ ଉନ୍ମୋଚନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଷୋଡ଼ଶ ପର୍ବ ପାଇଁ ପ୍ରଶାସନ ତତ୍ପର: ଝଲସିବ ମା’ ତାରାତାରିଣୀ ପୀଠ

ପୁରୁଷୋତ୍ତମପୁର,୨୮ା୯(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପବିତ୍ର ଷୋଡ଼ଶ ପର୍ବକୁ ନେଇ ଚଳଚଞ୍ଚଳ ହୋଇଉଠିଛି। ହଜାର ହଜାର ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି…

ଆଫଗାନିସ୍ତାନ ସହ ମ୍ୟାଚ୍ ରଦ୍ଦ, ତଥାପି କିପରି ସେମିଫାଇନାଲରେ ପହଞ୍ଚିଲା ଭାରତ? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୨୮ା୯: ଏସିଆନ୍ ଗେମ୍ସ ୨୦୨୬ରେ ଭାରତୀୟ ପୁରୁଷ କ୍ରିକେଟ୍‌ ଦଳ ବିନା ମଇଦାନକୁ ଓହ୍ଲାଇ ସେମିଫାଇନାଲ୍‌ରେ ପହଞ୍ଚିଛି । ସୋମବାର ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଖେଳାଯିବାକୁ…

ସୃଷ୍ଟି ହେଲା ଅବପାତ: ଆଗାମୀ ୧୨ ଘଣ୍ଟାରେ ଘନୀଭୂତ ହୋଇ…

ଭୁବନେଶ୍ୱର,୨୮ା୯: ଉତ୍ତର ଆଣ୍ଡାମାନ ସାଗର ଏବଂ ଏହାର ପାର୍ଶ୍ୱବର୍ତ୍ତୀ ମ୍ୟାନ୍‌ମାର ଉପକୂଳରେ ଅବପାତ ସୃଷ୍ଟି ହୋଇଛି। ଲଘୁଚାପ କ୍ଷେତ୍ରଟି କ୍ରମଶଃ ଶକ୍ତିଶାଳୀ ହୋଇ ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଗତି…

ଟାଟା ଷ୍ଟିଲ ଖଣ୍ଡବନ୍ଧ ଖଣି ସମ୍ମାନିତ

ଯୋଡ଼ା,୨୮ା୯(ମାନସ ମହାନ୍ତି): ସୁରକ୍ଷା, ସ୍ବାସ୍ଥ୍ୟ ଏବଂ ପରିବେଶ (ଏସ୍‌ଏଚ୍‌ଇ) ପରିଚାଳନା କ୍ଷେତ୍ରରେ ଶ୍ରେଷ୍ଠତା ପ୍ରଦର୍ଶନ ପାଇଁ ଟାଟା ଷ୍ଟିଲ୍‌ର ଖଣ୍ଡବନ୍ଧ ଲୁହାପଥର ଖଣି ସମ୍ମାନିତ ହୋଇଛି। କୋଲକାତାଠାରେ…

କେଦାରନାଥରେ ଅଘଟଣ: ପାହାଡ଼ରୁ ପଥର ଖସି ଚାଲିଗଲା ୫ ବର୍ଷ ଶିଶୁର ଜୀବନ, ୧୧୦୦ ଲୋକଙ୍କୁ ଉଦ୍ଧାର କରାଯାଇ…

ଡେରାଡୁନ୍‌,୨୮ା୯: ରବିବାର ସନ୍ଧ୍ୟାରେ କେଦାରନାଥର ଚିରବାସା ନିକଟରେ ଏକ ଅଭାବନୀୟ ଘଟଣା ଘଟିଛି। ପାହାଡ଼ରୁ ହଠାତ୍ ପଥର ଓ ମାଟି ଅସଡ଼ା ଧସିବା ଫଳରେ ଜଣେ ୫…

ହୋମ୍‌ଷ୍ଟେରୁ ମିଳିଲା ପ୍ରେମିକାଙ୍କ ମୃତଦେହ, ପ୍ରେମିକଙ୍କୁ ଅଟକ ରଖି…

ଗୁଆହାଟି,୨୮।୯: ଗୌହାଟୀ ବିଶ୍ୱବିଦ୍ୟାଳୟର ସମାଜଶାସ୍ତ୍ର ବିଭାଗର ଜଣେ ୨୧ ବର୍ଷୀୟା ଛାତ୍ରୀ ନିମିଷା ଠାକୁରିଆଙ୍କୁ ଗାରାଲ-ଧାରାପୁର ଅଞ୍ଚଳର ଏକ ହୋମ୍‌ଷ୍ଟେରୁ ମୃତ ଅବସ୍ଥାରେ ଉଦ୍ଧାର କରାଯାଇଛି। ଏହି…

ଦକ୍ଷିଣ ଆଫ୍ରିକାରେ ଗୁଳିକାଣ୍ଡ: ୨୭ ମୃତ

କେପ୍‌ ଟାଉନ୍‌,୨୮ା୯: ଦକ୍ଷିଣ ଆଫ୍ରିକୀୟ ସହରରେ ୨ଟି ଗୁଳିକାଣ୍ଡ ଘଟଣାରେ ଅନୂ୍ୟନ ୨୭ ଜଣଙ୍କ ମୃତ୍ୟୁ ହୋଇଛି। ପ୍ରଥମ ଘଟଣା ଶନିବାର ରାତିରେ ଜୋହାନ୍ସବର୍ଗ ନିକଟରେ ଥିବା…

ୟୁଏନ୍‌ଜିଏରେ ପାକିସ୍ତାନକୁ ନିନ୍ଦାକଲେ ଜୟଶଙ୍କର, କହିଲେ କ୍ରମାଗତ ଆତଙ୍କବାଦ ଚଳାଉଥିବା ଦେଶର…

ଜାତିସଂଘ,୨୮ା୯(ପି.ଟି.): ଜାତିସଂଘ ସାଧାରଣ ସଭା (ୟୁଏନ୍‌ଜିଏ)ରେ ଶନିବାର ଭାରତ ପାକିସ୍ତାନକୁ କଡ଼ା ସମାଲୋଚନା କରିଛି। ଆତଙ୍କବାଦକୁ ସ୍ବାଭାବିକ ରୂପ ଦେବା ଏବଂ ଏହାର ପ୍ରଭାବରୁ ରକ୍ଷା ପାଇବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?