ଅଧରାତିରେ ନେତାଙ୍କ ସହ ମାନସମନ୍ଥନ କଲେ ମୋଦି: ଜାଣନ୍ତୁ କ’ଣ ହେଲା ଆଲୋଚନା

ଭୁବନେଶ୍ୱର,୯।୧: ପ୍ରବାସୀ ଭାରତୀୟ ସମ୍ମିଳନୀରେ ଯୋଗଦେବା ପାଇଁ ପ୍ରଧାନମନ୍ତ୍ରୀ ଓଡ଼ିଶାରେ ଅଛନ୍ତି। ଓଡ଼ିଶାରେ ପହଞ୍ଚିବା ପରେ ମୋଦି ଅଧରାତିରେ ବିକାଶର ଦୂରଦୃଷ୍ଟି ସଂପନ୍ନ ଯୋଜନାର ମାନସମନ୍ଥନ କରିଛନ୍ତି। ବିଭିନ୍ନ ଯୋଜନା ଓ କ୍ରିୟାନ୍ବୟନ ନେଇ ସେ ଆଲୋଚନା କରିଛନ୍ତି। ବିଭିନ୍ନ ଯୋଜନା କେମିତି ଲୋକଙ୍କ ପାଖରେ ପହଞ୍ଚିବ ସେ ଦଳୀୟ ନେତାମାନଙ୍କୁ ପରାମର୍ଶ ଦେଇଛନ୍ତି।
ବିଶାଖାପାଟଣାର ଏନ୍‌ଟିପିସିର ଅତ୍ୟାଧୁନିକ ଗ୍ରୀନ୍‌ ହାଇଡ୍ରୋଜେନ୍‌ ହବ୍‌ ପ୍ରକଳ୍ପର ଶିଳାନ୍ୟାସ କରିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ସାରେ ସ୍ବତନ୍ତ୍ର ବିମାନ ଯୋଗେ ଆସି ଭୁବନେଶ୍ୱରଠାରେ ପହଞ୍ଚିଥିଲେ। ଏହି ସମୟରେ ତାଙ୍କୁ ସ୍ବାଗତକରିବା ପାଇଁ ବିମାନବନ୍ଦରଠାରେ ରାଜ୍ୟପାଳ ହରିବାବୁ କମ୍ଭମପଟି, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସମେତ ବହୁ ଭାଜପା ନେତା ଓ ମନ୍ତ୍ରୀ ଉପସ୍ଥିତ ଥିଲେ। ପ୍ରଧାନମନ୍ତ୍ରୀଙ୍କୁ ସ୍ବାଗତକରିବା ଲାଗି ଏୟାରପୋର୍ଟ ଛକଠାରୁ ଆରମ୍ଭକରି କ୍ୟାପିଟାଲ ହସ୍ପିଟାଲ, ଏଜି ଛକ ଏବଂ ରାଜଭବନ ଛକ ଭଳି ବିଭିନ୍ନ ସ୍ଥାନରେ ଓଡ଼ିଶାର ପାରମ୍ପରିକ ନୃତ୍ୟ ପରିବେଷଣ ସହ ବହୁ ଲୋକ ଏକତ୍ର ହୋଇଥିଲେ। ପ୍ରଧାନମନ୍ତ୍ରୀ ବୁଧବାର ରାଜଭବନଠାରେ ରାତ୍ରିଯାପନ କରିଥିଲେ।
ଗୁରୁବାର ପୂର୍ବାହ୍ନ ୧୦ଟାରୁ ୧୧ଟା ୩୦ ଯାଏ ସେ ପ୍ରବାସୀ ଭାରତୀୟ ସମ୍ମିଳନୀରେ ଉପସ୍ଥିତ ରହି ଉଦ୍‌ବୋଧନ ଦେବେ। ପ୍ରଧାନମନ୍ତ୍ରୀଙ୍କୁ ସ୍ବାଗତକରିବା ଲାଗି ସବୁଆଡ଼େ ରାଜ୍ୟ ସରକାରଙ୍କ ପକ୍ଷରୁ ବଡ଼ ବଡ଼ ଫ୍ଲେକ୍ସ ଏବଂ ବ୍ୟାନରରେ ଛାଉଣି କରାଯାଇଛି। ଗୁରୁବାରର କାର୍ଯ୍ୟକ୍ରମ ସାରି ସେ ଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିବେ। ଅନ୍ୟପଟେ ସମ୍ମିଳନୀର ଉଦ୍‌ଯାପନୀ ଉତ୍ସବରେ ଯୋଗଦେବା ଲାଗି ଗୁରୁବାର ରାତିରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୨ଦିନିଆ ଓଡ଼ିଶା ଗସ୍ତରେ ଆସିବେ।

 


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ନେତାଙ୍କୁ ଛୁରି ଭୁସି ହତ୍ୟା, ରକ୍ତ ଜୁଡୁବୁଡୁ ଅବସ୍ଥାରେ…

ଭବାନୀପାଟଣା,୫।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ. ରାମପୁର ଥାନା ଡମକର୍ଲାଖୁଣ୍ଟାର ସରପଞ୍ଚ ସ୍ନିଗ୍ଧା ରଣାଙ୍କ ସ୍ୱାମୀ ତଥା ଭାଜପା ନେତା ଫକୀର ରଣାଙ୍କୁ ବୁଧବାର ସନ୍ଧ୍ୟାରେ…

ଉଠୁନି ଚାଉଳ.. ଏବେଠୁ ଧାନ ବିକ୍ରି ଚିନ୍ତା, ଲୋକ ସଭାରେ ପ୍ରଶ୍ନ ଉଠାଇଲେ ବରଗଡ଼ ଏମପି

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍‌ ଚାଷ କାର୍ଯ ଜାରି ରହିଛି । ଆଉ ଅଢ଼େଇ ମାସରୁ ୩ମାସ ମଧ୍ୟରେ ଧାନ ଅମଳ ହେବ ଏବଂ ଏହାପରେ…

ବିନା ଲାଇସେନ୍ସରେ ବିକ୍ରି ହେଉଥିଲା ବିଦେଶୀ ମଦ, ଫାଷ୍ଟଫୁଡ୍ ଦୋକାନରେ ଚଢ଼ାଉ କରି ଧରିଲା ପୋଲିସ

ଦିଗପହଣ୍ଡି,୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମ ଛକରେ ଥିବା ସମୀର ରାଉତଙ୍କ ଫାଷ୍ଟଫୁଡ୍ ଦୋକାନରୁ ୫୮ ବୋତଲ ବିଦେଶୀ ମଦ ଜବତ…

‘ରାଜନୈତିକ ଭୂମିକା ନ ନେଇ ଚାପ ଗୋଷ୍ଠୀ ଭାବେ କାମ କରିବ ସିଜେପି’

ମୁମ୍ବାଇ,୫ା୮: କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ବର୍ତ୍ତମାନ ପାଇଁ ଏକ ଚାପ ଗୋଷ୍ଠୀ ଭାବେ କାର୍ଯ୍ୟ କରିବ ବୋଲି ଏହାର ପ୍ରତିଷ୍ଠାତା ଅଭିଜିତ ଦୀପ୍‌କେ ବୁଧବାର କହିଛନ୍ତି।…

ଜଗପାଡୁ ବଡବନ୍ଧର ପୁନରୁଦ୍ଧାର ପାଇଁ ଅଣ୍ଟା ଭିଡିଲେ ବିଧାୟକ ରୂପେଶ, ସ୍ଥିତି ସମୀକ୍ଷା ପରେ….

ପାରଳାଖେମୁଣ୍ଡି,୫।୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲାର ଗୁମ୍ମା ବ୍ଲକ ଅନ୍ତର୍ଗତ ଜଗପାଡୁ ଗ୍ରାମର ବହୁ ପୁରୁଣା ବଡବନ୍ଧ (ପୋଖରୀ)ର ସ୍ଥିତି ସମୀକ୍ଷା କରିଛନ୍ତି ସ୍ଥାନୀୟ ବିଧାୟକ ରୂପେଶ ପାଣିଗ୍ରାହୀ।…

୪୦ ହେକ୍ଟର ଜମିରେ ଲାଗିବ ଅଏଲ ପାମ୍‌ ବୃକ୍ଷ, କନ୍ଧମାଳରେ ୨ ବର୍ଷ ହେଲା…

ଦାରିଙ୍ଗବାଡ଼ି,୫ା୮(ଅରୁଣ ସାହୁ): ଦେଶରେ ଖାଇବା ତେଲର ଚାହିଦା ରହିଛି। ତେବେ ଖାଇବା ତେଲକୁ ଅନେକ ସମୟରେ ବାହାର ଦେଶରୁ ଆମଦାନୀ କରାଯାଉଛି। ଦେଶରେ ଚାହିଦା ରହିଥିଲେ ମଧ୍ୟ…

‘ଶିକ୍ଷାକ୍ଷେତ୍ରରେ ST-SC ଶିକ୍ଷକ ସଂଘର ସଭାପତି ବିଶ୍ୱନାଥଙ୍କ ଅବଦାନ ଅତୁଳନୀୟ’

କଲ୍ୟାଣସିଂହପୁର,୫ା୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ST, SC ଶିକ୍ଷକ ସଂଘର ସଭାପତି ସ୍ବର୍ଗତ ବିଶ୍ୱନାଥ କାଡ୍ରାକାଙ୍କ ଦ୍ୱାଦଶାହ କାର୍ଯ୍ୟକ୍ରମ ଶିରିପୁରସ୍ଥିତ ତାଙ୍କ ବାସଭବନରେ…

୨୨ ବର୍ଷ ପରେ ଜେଲ୍‌ରୁ ମୁକୁଳିଲେ ଆଜୀବନ କଏଦୀ ଅର୍ଜୁନ ଜାନି

କୋରାପୁଟ,୫ା୮(ଅମିତାଭ ବେହେରା): ସର୍ବୋଚ୍ଚ ନ୍ୟାୟାଳୟଙ୍କ ନିଷ୍ପତ୍ତି କ୍ରମେ ୨୦୦୪ରେ ଏକ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ଦୀର୍ଘ ୨୨ ବର୍ଷର କାରାଦଣ୍ଡ ଭୋଗିବା ପରେ ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri