Posted inଜାତୀୟ

ଦୀପାବଳି ପୂର୍ବରୁ କୃଷକଙ୍କୁ ସରକାରଙ୍କ ଭେଟି: ଗହମ ସମେତ ଏସବୁ ଫସଲ ଉପରେ ଏମଏସପି ବଢାଇଲେ

ନୂଆଦିଲ୍ଲୀ,୧୬ା୧୦: ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବସିଥିବା କ୍ୟାବିନେଟ ବୈଠକରେ ଅନେକ ନିଷ୍ପତ୍ତିରେ ମୋହର ମାରିଛନ୍ତି ସରକାର। ଗୋଟିଏ ପଟେ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ବୃଦ୍ଧି କରିଥିବା ବେଳେ ଅନ୍ୟପଟେ କୃଷକମାନଙ୍କୁ ଦୀପାବଳି ଭେଟି ଦେଇଛନ୍ତି ମୋଦି ସରକାର। ରବି ଋତୁରେ ଅମଳ ହେଉଥିବା ଫସଲ ଗୁଡ଼ିକର ନୁନ୍ୟତମ ସହାୟତା ମୂଲ୍ୟ(ଏମଏସପି) ବୃଦ୍ଧି କରାଯାଇଛି। ଏଥିରେ ଗହମ କୁଇଣ୍ଟାଲ ପିଛା ୧୫୦ ଟଙ୍କା, ସୋରିଷ ୩୦୦ ଟଙ୍କା ପ୍ରତି କୁଇଣ୍ଟାଲ ବୃଦ୍ଧି କରାଯାଇଛି।

ରିପୋର୍ଟ ଅନୁସାରେ ୨୦୨୫-୨୬ ସିଜିନ୍ ପାଇଁ ଏହି ନୁନ୍ୟତମ ସହାୟତା ମୂଲ୍ୟ ନିର୍ଦ୍ଧାରଣ କରାଯାଇଛି। ଏହା ମୁତାବିକ ଗହମ ମୂଲ୍ୟ ୧୫୦ ଟଙ୍କା ବୃଦ୍ଧି ପାଇ ପ୍ରତି କୁଇଣ୍ଟାଲ ୨୪୨୫ ଟଙ୍କା ହୋଇଛି। ସୋରିଷ ପ୍ରତି କୁଇଣ୍ଟାଲ ୩୦୦ ଟଙ୍କା ବୃଦ୍ଧି ପାଇ ୫,୯୫୦ ଟଙ୍କା ହୋଇଛି। ଚଣା କୁଇଣ୍ଟାଲ ପିଛା ୨୧୦ ଟଙ୍କା ବୃଦ୍ଧି ପାଇ ୫୬୫୦ ଟଙ୍କା ହୋଇଛି। ଏହାବାଦ ମସୁର ଉପରେ ୨୭୫ ଟଙ୍କା ପ୍ରତି କୁଇଣ୍ଟାଲ ବୃଦ୍ଧିପାଇ ୬୭୦୦ ଟଙ୍କା ପ୍ରତି କୁଇଣ୍ଟାଲ ହୋଇଛି। ସୂର୍ୟ୍ୟମୁଖୀ ଉପରେ କୁଇଣ୍ଟାଲ ପିଛା ୧୪୦ ଟଙ୍କା ବୃଦ୍ଧି ପାଇ ୫୯୪୦ ତାଙ୍କ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଗ୍ନିବୀର ନିଯୁକ୍ତି: ଲିଖିତ ପରୀକ୍ଷା ପାଇଁ ଭାରତୀୟ ସେନା ଜାରି କଲା ସାମ୍ପଲ ପେପର, ମାଗଣାରେ ଏମିତି କରନ୍ତୁ ଡାଉନଲୋଡ୍‌

ଭାରତୀୟ ସେନାରେ ଅଗ୍ନିବୀର ହେବା ପାଇଁ ପ୍ରସ୍ତୁତ ହେଉଥିବା ଯୁବକମାନଙ୍କ ପାଇଁ ଏକ ବଡ଼ ଖବର। ସେନା ପକ୍ଷରୁ ଲିଖିତ ପରୀକ୍ଷା ପାଇଁ ‘ଫ୍ରି ସାମ୍ପଲ ପେପର…

ଇରାନ-ଆମେରିକା ଯୁଦ୍ଧବିରତି ଭାରତ ପାଇଁ ପାଲଟିଲା ସଞ୍ଜିବନୀ, ସିଧାସଳଖ ମିଳିବ ଲାଭ

ନୂଆଦିଲ୍ଲୀ,୯।୪: ଇରାନ ଏବଂ ଆମେରିକା ମଧ୍ୟରେ ୧୪ ଦିନିଆ ଅସ୍ତ୍ରବିରତିରୁ ଭାରତକୁ ଗୁରୁତ୍ୱପୂର୍ଣ୍ଣ ଲାଭ ମିଳିବ। ପଶ୍ଚିମ ଏସିଆରେ ଉତ୍ତେଜନା ହ୍ରାସ ପାଇବା ସହିତ, ଭାରତର ଶକ୍ତି…

ନିର୍ବାଚିତ ନହୋଇ ବିଧାୟକ ହେବେ ସୁନେତ୍ରା ପାୱାର, ନାମାଙ୍କନ ପ୍ରତ୍ୟାହାରର ୧ ଘଣ୍ଟା ପୂର୍ବରୁ ମତ ବଦଳାଇଲା କଂଗ୍ରେସ

ମୁମ୍ବାଇ,୯।୪: ବର୍ତ୍ତମାନ ଏହା ପ୍ରାୟ ନିଶ୍ଚିତ ଯେ ମହାରାଷ୍ଟ୍ରର ବାରାମତୀ ବିଧାନସଭା ଆସନରୁ ସ୍ବର୍ଗତ ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ପତ୍ନୀ ସୁନେତ୍ରା ପାୱାର ବିଧାୟକ ହେବେ।…

୧୦ରେ ରାଜ୍ୟ କ୍ୟାବିନେଟ୍‌: ଆସିବ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ

ଭୁବନେଶ୍ୱର,୯ା୪ (ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଏପ୍ରିଲ ୧୦ରେ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବା ଭବନର ତୃତୀୟ ମହଲାରେ ପୂର୍ବାହ୍ନ ୧୧ଟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ପିଏମ୍‌ କିଷାନ ଯୋଜନା ଟଙ୍କା ପାଉଥିଲେ ମିଳିବ ନାହିଁ ଏସବୁ ସୁବିଧା, ସରକାର ଅଯୋଗ୍ୟା ଘୋଷଣା କରି…

ନୂଆଦିଲ୍ଲୀ,୯ା୪: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନା ଆଜି ଲକ୍ଷଲକ୍ଷ ଚାଷୀଙ୍କ ପାଇଁ ଜୀବନରେଖା ପାଲଟିଛି। ବାର୍ଷିକ ମିଳୁଥିବା ୬୦୦୦ ଟଙ୍କା ଚାଷୀଙ୍କ ପାଇଁ ଏକ ବଡ଼…

ଇରାନ-ଆମେରିକା ଯୁଦ୍ଧବିରତି ମଧ୍ୟରେ ଇସ୍ରାଏଲର ବଡ଼ ଦାବି: ହିଜବୁଲ୍ଲା ମୁଖ୍ୟଙ୍କ ଘନିଷ୍ଠ ସହଯୋଗୀ ନିହତ

ନୂଆଦିଲ୍ଲୀ,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ୧୪ ଦିନିଆ ଯୁଦ୍ଧବିରତି ପାଇଁ ସହମତ ହୋଇଥିଲେ ମଧ୍ୟ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଇଛି। ଏହି ସମୟରେ, ଇସ୍ରାଏଲ ହିଜବୁଲ୍ଲା…

ଆମେରିକା-ଇରାନ ଯୁଦ୍ଧରେ ମଧ୍ୟସ୍ଥତା କରିବା ପରେ ଏତେ ବଡ଼ ପୁରସ୍କାର ମାଗିଦେଲା ପାକିସ୍ତାନ, ସାରା ବିଶ୍ୱ ଚକିତ

ଇସଲାମାବାଦ,୯।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତିରେ ସାମିଲ ହେବାରେ ପାକିସ୍ତାନ ଅତ୍ୟନ୍ତ ଖୁସି। ପାକିସ୍ତାନୀ ଗଣମାଧ୍ୟମ ଦାବି କରିଛି ଯେ ଏହି ସଙ୍କଟକୁ ଏଡାଇବାରେ ଇସଲାମାବାଦ…

ହର୍ମୁଜ ପ୍ରଣାଳୀରେ ବଡ଼ ଗେମ୍‌ ଖେଳିବ ଭାରତ, ବାଧା ସୃଷ୍ଟି କରିପାରିବେନି ଆମେରିକା-ଇରାନ, ଧଡ଼ାଧଡ଼ ଆସିବ…

ନୂଆଦିଲ୍ଲୀ,୯।୪: ଇରାନ ଯୁଦ୍ଧ ମଧ୍ୟରେ ପଶ୍ଚିମ ଏସିଆରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ, ଭାରତ ଉପସାଗରୀୟ ଅଞ୍ଚଳରେ ଫସି ରହିଥିବା ଏହାର ଜାହାଜ ଏବଂ ନାବିକମାନଙ୍କୁ ସୁରକ୍ଷିତ ଭାବରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri