Posted inଜାତୀୟ

ଦୀପାବଳି ପୂର୍ବରୁ କୃଷକଙ୍କୁ ସରକାରଙ୍କ ଭେଟି: ଗହମ ସମେତ ଏସବୁ ଫସଲ ଉପରେ ଏମଏସପି ବଢାଇଲେ

ନୂଆଦିଲ୍ଲୀ,୧୬ା୧୦: ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବସିଥିବା କ୍ୟାବିନେଟ ବୈଠକରେ ଅନେକ ନିଷ୍ପତ୍ତିରେ ମୋହର ମାରିଛନ୍ତି ସରକାର। ଗୋଟିଏ ପଟେ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ବୃଦ୍ଧି କରିଥିବା ବେଳେ ଅନ୍ୟପଟେ କୃଷକମାନଙ୍କୁ ଦୀପାବଳି ଭେଟି ଦେଇଛନ୍ତି ମୋଦି ସରକାର। ରବି ଋତୁରେ ଅମଳ ହେଉଥିବା ଫସଲ ଗୁଡ଼ିକର ନୁନ୍ୟତମ ସହାୟତା ମୂଲ୍ୟ(ଏମଏସପି) ବୃଦ୍ଧି କରାଯାଇଛି। ଏଥିରେ ଗହମ କୁଇଣ୍ଟାଲ ପିଛା ୧୫୦ ଟଙ୍କା, ସୋରିଷ ୩୦୦ ଟଙ୍କା ପ୍ରତି କୁଇଣ୍ଟାଲ ବୃଦ୍ଧି କରାଯାଇଛି।

ରିପୋର୍ଟ ଅନୁସାରେ ୨୦୨୫-୨୬ ସିଜିନ୍ ପାଇଁ ଏହି ନୁନ୍ୟତମ ସହାୟତା ମୂଲ୍ୟ ନିର୍ଦ୍ଧାରଣ କରାଯାଇଛି। ଏହା ମୁତାବିକ ଗହମ ମୂଲ୍ୟ ୧୫୦ ଟଙ୍କା ବୃଦ୍ଧି ପାଇ ପ୍ରତି କୁଇଣ୍ଟାଲ ୨୪୨୫ ଟଙ୍କା ହୋଇଛି। ସୋରିଷ ପ୍ରତି କୁଇଣ୍ଟାଲ ୩୦୦ ଟଙ୍କା ବୃଦ୍ଧି ପାଇ ୫,୯୫୦ ଟଙ୍କା ହୋଇଛି। ଚଣା କୁଇଣ୍ଟାଲ ପିଛା ୨୧୦ ଟଙ୍କା ବୃଦ୍ଧି ପାଇ ୫୬୫୦ ଟଙ୍କା ହୋଇଛି। ଏହାବାଦ ମସୁର ଉପରେ ୨୭୫ ଟଙ୍କା ପ୍ରତି କୁଇଣ୍ଟାଲ ବୃଦ୍ଧିପାଇ ୬୭୦୦ ଟଙ୍କା ପ୍ରତି କୁଇଣ୍ଟାଲ ହୋଇଛି। ସୂର୍ୟ୍ୟମୁଖୀ ଉପରେ କୁଇଣ୍ଟାଲ ପିଛା ୧୪୦ ଟଙ୍କା ବୃଦ୍ଧି ପାଇ ୫୯୪୦ ତାଙ୍କ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆବର୍ଷରୁ ବଦଳିଯିବ ଏହି ୧୦ନିୟମ, ଜାନୁଆରୀରୁ ବଢିଯିବ ପେଟ୍ରୋଲ-ଗ୍ୟାସ ଦର!

ନୂଆଦିଲ୍ଲୀ,୨୬।୧୨: ନୂଆବଷର୍ର୍ ୨୦୨୬ କେବଳ କ୍ୟାଲେଣ୍ଡରରେ ପରିବର୍ତ୍ତନ ପର୍ଯ୍ୟନ୍ତ ସୀମିତ ରହିବ ନାହିଁ; ଏହା ସହିତ ଅନେକ ନିୟମ ମଧ୍ୟ ଆଣିବ ଯାହା ସିଧାସଳଖ ଆପଣଙ୍କ...

ଖୁବଶୀଘ୍ର BSNL ବନ୍ଦ କରିଦେବ ଏହି ସର୍ଭିସ, ଲକ୍ଷଲକ୍ଷ ୟୁଜର୍ସଙ୍କ ଉପରେ ପଡିବ ପ୍ରଭାବ

ନୂଆଦିଲ୍ଲୀ,୨୬।୧୨: ଦେଶର ସରକାରୀ ଟେଲିକମ କମ୍ପାନୀ ଭାରତ ସଞ୍ଚାର ନିଗମ ଲିମିଟେଡ (BSNL) ଏହାର 3G ସେବା ବନ୍ଦ କରିବାକୁ ନିଷ୍ପତ୍ତି ନେଇଛି। ଆଗାମୀ କିଛି...

ୟୁନୁସ ସରକାରଙ୍କ କ୍ଲାସ୍‌ ନେଲା ଭାରତ: ଆମେ ଅଣଦେଖା କରିପାରିବୁ ନାହିଁ…

ଢାକା,୨୬।୧୨: ବାଂଲାଦେଶରେ ଚାଲିଥିବା ରାଜନୈତିକ ସଙ୍କଟ ଏବଂ ସଂଖ୍ୟାଲଘୁ ହିନ୍ଦୁଙ୍କ ଉପରେ ଅତ୍ୟାଚାର ସମ୍ପର୍କରେ ଭାରତ ସରକାର ଏକ ବିବୃତ୍ତି ଜାରି କରିଛନ୍ତି। ବୈଦେଶିକ ମନ୍ତ୍ରଣାଳୟର...

କେରଳରେ ଇତିହାସ ରଚିଲା ଭାଜପା: ଘଟିଲା ବଡ଼ ରାଜନୈତିକ ପରିବର୍ତ୍ତନ

ଥିରୁଭାନନ୍ତପୁରମ୍‌,୨୬।୧୨: କେରଳରେ ଭାଜପା ଇତିହାସ ସୃଷ୍ଟି କରିଛି। ଶୁକ୍ରବାର ଭାଜପା ନେତା ଭିଭି ରାଜେଶ ତିରୁଭାନନ୍ତପୁରମର ମେୟର ଭାବରେ ଶପଥ ଗ୍ରହଣ କରି ରାଜ୍ୟ ରାଜନୀତିରେ...

ପ୍ରତି ମାସରେ ମହିଳାଙ୍କୁ ମିଳିବ ୧୦୦୦ଟଙ୍କା, ଜାଣନ୍ତୁ କେମିତି କରିବେ ଆବେଦନ

ନୂଆଦିଲ୍ଲୀ,୨୬।୧୨: ଆର୍ଥିକ ଦୃଷ୍ଟିରୁ ଦୁର୍ୱଳ ଏବଂ ବେକାର ମହିଳାମାନଙ୍କୁ ସୁରକ୍ଷିତ ଜୀବନ ପ୍ରଦାନ କରିବା ପାଇଁ, କେରଳ ସରକାର ସ୍ତ୍ରୀ ସୁରକ୍ଷା ଯୋଜନା ଆରମ୍ଭ କରିଛନ୍ତି।...

ବିସ୍ଫୋରକ ବୟାନ ଦେଲେ ବିଜେଡି ନେତା ପ୍ରଭାତ ବିଶ୍ୱାଳ: ପାଣ୍ଡିଆନ ଦମ୍ପତିଙ୍କ ପ୍ରତି ଅବିଚାର ହେଲେ ମୁଁ…

ଭୁବନେଶ୍ୱର,୨୬।୧୨: ବିଜେଡି ପ୍ରତିଷ୍ଠା ଦିବସରେ ଦଳର ନେତା ପ୍ରଭାତ ବିଶ୍ୱାଳଙ୍କ ଖୋଲା ମଞ୍ଚରେ ବଡ଼ ବୟାନ ଦେଇଛନ୍ତି ପ୍ରଭାତ ବିଶ୍ୱାଳ। ସେ ବିଜେଡି ନେତାଙ୍କୁ ଧୋଇଛନ୍ତି...

ଫରେଷ୍ଟର ନିରଞ୍ଜନ ଶତପଥୀଙ୍କ ବିପୁଳ ସଂପତ୍ତି ଠାବ: ୨କୋଠା ୭ପ୍ଲଟ୍‌, କେଜିଏ ସୁନା

ଭୁବନେଶ୍ୱର,୨୬।୧୨: ଫରେଷ୍ଟର ନିରଞ୍ଜନ ଶତପଥୀଙ୍କ ବିପୁଳ ସଂପତ୍ତି ଠାବ କଲା ଭିଜିଲାନ୍ସ। ଫରେଷ୍ଟରଙ୍କର ଭୁବନେଶ୍ବର ଝାରପଡ଼ାରେ ଅଛି ୨ଟି ବହୁତଳ କୋଠା। ଭୁବନେଶ୍ବର ସମେତ ଜଗତସିଂହପୁର...

ନବୀନଙ୍କ ସାମ୍ନାରେ ପାଣ୍ଡିଆନଙ୍କୁ ନେଇ ଏମିତି କହିଦେଲେ ମୁନ୍ନା ଖାଁ: ଓଡ଼ିଶା ରାଜନୀତିରେ ହଲଚଲ

ଭୁବନେଶ୍ୱର,୨୬।୧୨: ବିଜେଡିର ପ୍ରତିଷ୍ଠା ଦିବସରେ ନାଁ ନ ନେଇ ପାଣ୍ଡିଆନଙ୍କୁ ଟାର୍ଗେଟ କରିଛନ୍ତି ଏମ୍‌ପି ମୁନ୍ନା ଖାଁ। ସେ କହିଛନ୍ତି, ବିଜୁ ବାବୁଙ୍କ ରାସ୍ତାରେ ଆମେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri