Posted inଜାତୀୟ

ମୋଦି କଲ୍‌ କରିଥିଲେ, ରିସିଭ୍‌ କଲିନି: ଭିନେଶ

ଚଣ୍ଡିଗଡ଼,୩ା୧୦: ହରିୟାଣା ବିଧାନସଭା ନିର୍ବାଚନରେ ଜୁଲାନା ଆସନରୁ ଲଢ଼ୁଥିବା ଭିନେଶ ଫୋଗଟ୍‌ ଅଲିମ୍ପିକ୍‌ ଫାଇନାଲ୍‌ର ୫୦ ଓମେନ୍ସ ୫୦ କେ.ଜି. ପୂର୍ବରୁ ଅଯୋଗ୍ୟ ଘୋଷିତ ହୋଇଥିଲେ। ଏହାର ମାସକ ପରେ ସେ କୁସ୍ତି କ୍ୟାରିୟରରୁ ଅବସର ଘୋଷଣା କରି ରାଜନୀତିରେ ସାମିଲ ହୋଇଥିଲେ। ହରିୟାଣାରେ ପ୍ରଚାର ଚାଲିଥିବାବେଳେ ଏକ ଓ୍ବେବ୍‌ ଚ୍ୟାନେଲକୁ ସାକ୍ଷାତ୍‌କାର ଦେଇ ଭିନେଶ କହିଛନ୍ତି, ପ୍ୟାରିସ୍‌ ଅଲିମ୍ପିକ୍‌ରୁ ଅଯୋଗ୍ୟ ଘୋଷିତ ହେବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କୁ କଲ୍‌ କରିଥିଲେ। କିନ୍ତୁ ସେ ପ୍ରଧାନମନ୍ତ୍ରୀଙ୍କ କଲ୍‌ ରିସିଭ୍‌ କରିବାକୁ ମନା କରିଦେଇଥିଲେ। କାରଣ ସେ ନିଜ ଭାବାବେଗ ଓ ଉଦ୍ୟମକୁ ରାଜନୈତିକ ଉଦ୍ଦେଶ୍ୟରେ ଶୋଷିତ ହେବାକୁ ଦେବା ପାଇଁ ଚାହିଁ ନ ଥିଲେ। ପ୍ରଧାନମନ୍ତ୍ରୀଙ୍କ ଅଫିସ (ପିଏମ୍‌ଓ)ରୁ ଫୋନ୍‌ କରିଥିବା ଅଧିକାରୀ ଜଣକ କହିଥିଲେ, ପ୍ରଧାନମନ୍ତ୍ରୀ ଆପଣଙ୍କ ସହ କଥା ହେବାକୁ ଚାହୁଁଛନ୍ତି। କିନ୍ତୁ ବାର୍ତ୍ତାଳାପ ବେଳେ ଆପଣଙ୍କ ସହ ନିଜ ଟିମ୍‌ର କେହି ଉପସ୍ଥିତ ରହିବେ ନାହିଁ। ସୋସିଆଲ ମିଡିଆ ପାଇଁ ଉଭୟ ପକ୍ଷର ଦୁଇଜଣ ଲେଖାଏ ବାର୍ତ୍ତାଳାପର ରେକର୍ଡିଂ କରିବେ ବୋଲି ସର୍ତ୍ତ ରଖାଯାଇଥିଲା। ଭିନେଶ ନିଜ ଆବେଗ ଓ କଠିନ ପରିଶ୍ରମକୁ ସାମାଜିକ ଗଣମାଧ୍ୟମରେ ଉପହାସର ପାତ୍ର ହେଉ ବୋଲି ଚାହିଁ ନ ଥିଲେ। ପ୍ରଧାନମନ୍ତ୍ରୀ ବିନା କୌଣସି ପ୍ରଚାର ପ୍ରସାର ସର୍ତ୍ତରେ କଲ୍‌ କରିଥିଲେ ସେ ତାକୁ ପ୍ରଶଂସା କରିଥାଆନ୍ତେ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ଭାରତକୁ ୪୦,୦୦୦ ଏଲ୍‌ଏମ୍‌ଜି ଯୋଗାଇବ ଇସ୍ରାଏଲୀ କମ୍ପାନୀ

ଜେରୁଜେଲମ୍‌ ,୬ା୧୨: ଇସ୍ରାଏଲ୍‌ର ଏକ ପ୍ରମୁଖ ପ୍ରତିରକ୍ଷା କମ୍ପାନୀ ଭାରତକୁ ପ୍ରଥମ ପର୍ଯ୍ୟାୟରେ ୪୦ ହଜାର ହାଲୁକା ମେଶିନ୍‌ ଗନ୍‌ (ଏଲ୍‌ଏମ୍‌ଜି) ଯୋଗାଇବାକୁ ଯାଉଛି। ଆସନ୍ତାବର୍ଷ...

ଏୟାରବସ୍‌ ଏ-୩୨୦ରେ ଗୁଣବତ୍ତା ସମସ୍ୟା, ବିମାନ ଡେଲିଭରିରେ ବିଳମ୍ବ

ପ୍ୟାରିସ୍‌,୬ା୧୨: ଏୟାର ବସ୍‌ ଏ-୩୨୦ ବିମାନଗୁଡ଼ିକରେ ସଫ୍ଟଓ୍ବେର ସମସ୍ୟା ଦେଖାଦେବା ପରେ ଗତ ମାସରେ କମ୍ପାନୀ ସେଗୁଡ଼ିକର ସମାଧାନ କରିଥିଲା। ସଫ୍ଟଓ୍ବେର ଅପ୍‌ଡେଟ୍‌ ପାଇଁ ଅନେକ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri