Posted inଜାତୀୟ

ଏହି ନେତାଙ୍କୁ ହଠାତ୍‌ ଫୋନ୍‌ କଲେ ମୋଦି: ଆଉ ତା’ପରେ ମିଳିଲା ଖୁସିଖବର

ଅଗରତାଲା,୨୯।୭: ତ୍ରିପୁରାର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଜିଷ୍ଣୁ ଦେବ ବର୍ମା ତେଲଙ୍ଗାନାର ନୂତନ ରାଜ୍ୟପାଳ ଭାବେ ନିଯୁକ୍ତି ପାଇଛନ୍ତି। ତ୍ରିପୁରାରୁ ସେ ହେଉଛନ୍ତି ପ୍ରଥମ ବ୍ୟକ୍ତି ଯିଏକି ରାଜ୍ୟର ରାଜ୍ୟପାଳ ହୋଇଛନ୍ତି। ଦେବ ଭର୍ମା ଗତ ବର୍ଷ ସିପାହିଜାଲା ଜିଲାର ଚାରିଲାମରୁ ବିଧାନସଭା ନିର୍ବାଚନରେ ହାରିଯାଇଥିଲେ। ତେବେ ରାଜ୍ୟପାଳ ହେବାକୁ ନେଇ ଏକ ରୋଚକ ଖୁଲାସା କରିଛନ୍ତି ଦେବ ବର୍ମା।
ଜିଷ୍ଣୁ ଦେବ ଭର୍ମା ଗଣମାଧ୍ୟମକୁ କହିଛନ୍ତି, ପିଏମ ମୋଦି ମୋତେ ହଠାତ୍‌ ଫୋନ କରିଥିଲେ। ସେପର୍ଯ୍ୟନ୍ତ ମୋର କୌଣସି ଧାରଣା ନ ଥିଲା ଯେ ମୋତେ ତେଲଙ୍ଗାନାର ରାଜ୍ୟପାଳ ଭାବେ ନିଯୁକ୍ତି ଦିଆଯିବ। ସେ (ପିଏମ ମୋଦି) ମୋତେ କହିଥିଲେ ଯେ ମୋତେ ତ୍ରିପୁରା ବାହାରେ ନିଯୁକ୍ତି ଦିଆଯିବ। ମୁଁ କହିଲି ଯେ ମୋତେ ଯାହା ଦାୟିତ୍ୱ ଦିଆଯିବ, ତାହା ପାଇଁ ମୁଁ ପ୍ରସ୍ତୁତ ଅଛି।
ଦେବ ବର୍ମା ଆହୁରି କହିଛନ୍ତି, କିଛି ଘଣ୍ଟା ପରେ, ମୁଁ ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେଭନ୍ତ ରେଡ୍ଡୀଙ୍କଠାରୁ ଏକ କଲ ପାଇଲି। ସେ ମୋତେ ତେଲଙ୍ଗାନାକୁ ସ୍ବାଗତ କରିଥିଲେ। ସେତେବେଳେ ମୁଁ ଜାଣିବାକୁ ପାଇଲି ଯେ ମୁଁ ତେଲଙ୍ଗାନାର ନୂତନ ରାଜ୍ୟପାଳ ଭାବରେ ଯାଉଛି। ମୁଁ ଜୁଲାଇ ୩୧ରେ ତେଲଙ୍ଗାନାରେ ପହଞ୍ଚି ରାଜ୍ୟପାଳ ଭାବରେ ଶପଥ ଗ୍ରହଣ କରିବି।ଏହାପୂର୍ବରୁ ମୁଁ ଉପମୁଖ୍ୟମନ୍ତ୍ରୀ ଭାବରେ ମୋର କର୍ତ୍ତବ୍ୟ ପାଳନ କରିଥିଲି, ଯାହା ଏକ ରାଜନୈତିକ ପଦବୀ ଥିଲା। ବର୍ତ୍ତମାନ ମୁଁ ସାମ୍ବିଧାନିକ କର୍ତ୍ତବ୍ୟ ପାଳନ କରିବାକୁ ଯାଉଛି। ମୁଁ ମୁଖ୍ୟମନ୍ତ୍ରୀଙ୍କ ସହ ସମନ୍ବୟ ରକ୍ଷା କରି କାର୍ଯ୍ୟ କରିବି, ଯାହାଫଳରେ ସମ୍ବିଧାନ ସଠିକ ଭାବରେ କାର୍ଯ୍ୟକାରୀ ହେବ।୍‌


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ବଳ ହେଲା ଅବପାତ; ରାଜ୍ୟରେ ୧୮ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୪।୮ (ବନ୍ଦନା ସେଠୀ)- ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଅବପାତ ସକ୍ରିୟ ରହିଛି। ଶୁକ୍ରବାର ପୂର୍ବାହ୍ନ ୧୧ଟା ୩୦ରେ ଏହା ଝାଡ଼ଖଣ୍ଡ ଉପରେ…

ମହିଳାଙ୍କୁ ମାରପିଟ, ଗାଳି ଗୁଲଜ ମାମଲାରେ ୮ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ, ଜେଲ ଦଣ୍ଡ

ଗୁଣପୁର,୧୪/୮(ସୁଜାତା ପାଢ଼ୀ):ମହିଳାଙ୍କୁ ମାରପିଟ,ଗାଳି ଗୁଲଜ ଏବଂ ଅସ ଅସଦାଚାରଣ କରିବା ଘଟଣାକୁ ନେଇ ରାୟଗଡା ଜିଲା ଗୁଣପୁର ଏସଡିଜେଏମଙ୍କ କୋର୍ଟରେ ଶୁକ୍ରବାର ରାୟ ପ୍ରକାଶ ପାଇଛି। ଅଭିଯୁକ୍ତ…

ଗମ୍ଭୀର-ଅଗରକରଙ୍କ BOSS ହେବେ VVS ଲକ୍ଷ୍ମଣ! ପ୍ରଥମ ଥର ଭାରତୀୟ କ୍ରିକେଟରେ ବଡ଼ ପରିବର୍ତ୍ତନ…

ନୂଆଦିଲ୍ଲୀ,୧୪।୮ : ଆଗାମୀ ଦିନରେ ଭାରତୀୟ କ୍ରିକେଟ୍‌ରେ ଏକ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିବ। ଏଯାବତ୍‌ ବୋର୍ଡର କ୍ରିକେଟ୍‌ ସମ୍ବନ୍ଧୀୟ ସମସ୍ତ ବଡ଼ ନିଷ୍ପତ୍ତି ସଭାପତି ଏବଂ…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ , ମନ୍ଦିର ପରିବେଶ ସଫା କାହିଁକି କଲ ନାହିଁ ବୋଲି ଗାଳି କରି…

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ଗ୍ରାମର ଶିବରାମ ସାହୁ ତାଙ୍କ ଗ୍ରାମର ବିଦେଶୀ ସାହୁଙ୍କୁ ମରଣାନ୍ତକ ଆକ୍ରମଣ କରି ହତ୍ୟା ଉଦ୍ୟମ…

ନଅ ଫୁଟ୍‌ ଲମ୍ବର ଅଜଗର ଉଦ୍ଧାର:ଚାଷ କାମ କରୁଥିବା ସମୟରେ…

କେସିଙ୍ଗା, ୧୪।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ପଥର୍ଲା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବାହାଦୁରପଦର ଗାଁ ନିକଟ ତେଲନଦୀ ପାର୍ଶ୍ୱରୁ ଶୁକ୍ରବାର ଅପରାହ୍ନ…

ବିଭାଜନ ବିଭୀଷିକା ସ୍ମୃତି ସଭାରେ ଯୋଗଦେଲେ ଆଇନ ମନ୍ତ୍ରୀ

ଛତ୍ରପୁର, ୧୪।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ୧୯୪୭ ମସିହାରେ ଭାରତ ସ୍ୱାଧୀନତା ପାଇବା ପୂର୍ବରୁ ଦେଶ ବିଭାଜନ ସମୟରେ ଘଟିଥିବା ବିଭୀଷିକା ଓ ଦୁଃଖଦ ଘଟଣାଗୁଡ଼ିକର ସ୍ମୃତିରେ…

ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକଙ୍କୁ ଆକ୍ରମଣ ଅଭିଯୋଗ

ଛତ୍ରପୁର, ୧୪ା୮ (ଦିଲ୍ଲୀପ ସାମଲ): ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକ ଚକ୍ରପାଣି ପୋଲାଇଙ୍କୁ ଆକ୍ରମଣର ଧମକ ମିଳିଥିବା ଅଭିଯୋଗ ହୋଇଛି। ଏନେଇ ଚକ୍ରମଣିଙ୍କ କହିବା ଅନୁସାରେ,…

ନିଜ ଝିଅ ବୟସର ଯୁବତୀଙ୍କୁ ଧରି ବୁଲୁଛନ୍ତି ଗୋବିନ୍ଦା, ସ୍ତ୍ରୀ କହିଲେ-ଲଜ୍ଜା ଲାଗିବା କଥା

ମୁମ୍ବାଇ: ଦିନ ଥିଲା ବଲିଉଡ ଅଭିନେତା ଗୋବିନ୍ଦା ନିଜର ଫିଲ୍ମକୁ ନେଇ ବେଶ ଚର୍ଚ୍ଚାରେ ରହୁଥିଲେ। ହେଲେ ଆଜିକାଲି ସିନେମାକୁ ନେଇ କମ୍‌ ହେଲେ ବ୍ୟକ୍ତିଗତ ଜୀବନକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri