Posted inଜାତୀୟ

ମସ୍କୋରେ ହୋଇଥିବା ଆତଙ୍କବାଦୀ ଆକ୍ରମଣକୁ ନିନ୍ଦା କଲେ ମୋଦି, ଏହି ଦୁଃଖ ସମୟରେ ମସ୍କୋ ସହ ଠିଆ ହୋଇଛି ଭାରତ

ନୂଆଦିଲ୍ଲୀ,୨୩।୩: ରୁଷିଆର ରାଜଧାନୀ ମସ୍କୋ ନିକଟରେ ଥିବା କ୍ରୋକସ ସିଟି ହଲରେ ଏକ କନ୍‌ସର୍ଟ ସମୟରେ ଆତଙ୍କବାଦୀ ଆକ୍ରମଣ ହୋଇଥିଲା। ଆତଙ୍କବାଦୀମାନେ ନିର୍ଦ୍ଦୟ ଭାବରେ ଲୋକଙ୍କ ଉପରକୁ ଗୁଳି ଚଳାଇଥିଲେ। ଏହି ଆକ୍ରମଣରେ ୬୦ରୁ ଅଧିକ ଲୋକ ପ୍ରାଣ ହରାଇଥିବାବେଳେ ୧୦୦ରୁ ଅଧିକ ଆହତ ହୋଇଛନ୍ତି। ଗୁଳି ବିନିମୟ ପରେ ହଲରେ ବିସ୍ଫୋରଣ ଘଟିଥିଲା, ସେଥିପାଇଁ ଅଗ୍ନିକାଣ୍ଡ ଘଟିଥିଲା। ମସ୍କୋରେ ହୋଇଥିବା ଏହି ଆତଙ୍କବାଦୀ ଆକ୍ରମଣକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମାଲୋଚନା କରିଛନ୍ତି।
ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସରେ ପୋଷ୍ଟ କରି ସେ କହିଛନ୍ତି, ମସ୍କୋରେ ହୋଇଥିବା ଆତଙ୍କବାଦୀ ଆକ୍ରମଣକୁ ଆମେ ଦୃଢ ନିନ୍ଦା କରୁଛୁ। ଆମର ଚିନ୍ତାଧାରା ଏବଂ ପ୍ରାର୍ଥନା ପୀଡିତଙ୍କ ପରିବାର ଲୋକଙ୍କ ସହ ଅଛି। ଏହି ଦୁଃଖ ସମୟରେ ଭାରତ ରୁଷିଆ ସହିତ ଛିଡା ହୋଇଛି।
ସୂଚନାଯୋଗ୍ୟ,ଏହି ଆକ୍ରମଣ ପାଇଁ ଆତଙ୍କବାଦୀ ସଂଗଠନ ଇସଲାମିକ ଷ୍ଟେଟ ନିଜକୁ ଦାୟୀ କରିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ତିନିରୁ ଚାରି ଜଣ ବନ୍ଧୁକଧାରୀ କନସର୍ଟ ସମୟରେ ଲୋକଙ୍କ ଉପରକୁ ଗୁଳି ଚଳାଇବା ଆରମ୍ଭ କରିଥିଲେ ଯେଉଁଥିରେ ୬୦ରୁ ଅଧିକ ଲୋକ ପ୍ରାଣ ହରାଇଥିଲେ। ଗୁଳି ବିନିମୟ ପରେ କେତେକ ଲୋକ ତଳ ମହଲା ଆଡକୁ ଦୈଡ଼ିବା ଆରମ୍ଭ କରିଥିବାବେଳେ ଅନ୍ୟମାନେ ଟେରାସରେ ଲୁଚିବାକୁ ଚେଷ୍ଟା କରିଥିଲେ। ଆକ୍ରମଣକାରୀମାନେ ବିସ୍ଫୋରକ ମଧ୍ୟ ବ୍ୟବହାର କରିଥିଲେ, ଯାହା ହଲରେ ନିଆଁ ଲଗାଇ ଦେଇଥିଲା। ରିପୋର୍ଟ ଅନୁଯାୟୀ ଆତଙ୍କବାଦୀମାନେ ମଧ୍ୟ ଶହ ଶହ ଲୋକଙ୍କୁ ବନ୍ଧକ ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହେମନ୍ତ ସୋରେନ୍‌ଙ୍କୁ ବଡ଼ ଝଟ୍‌କା, ଅନ୍ତିମ ସଂସ୍କାରରେ ଯୋଗ ଦେବାକୁ ବି ମିଳିଲା ନାହିଁ ଜାମିନ୍‌

ରାଞ୍ଚି,୨୭।୪: ଜମି ଦୁର୍ନୀତି ମାମଲାରେ ଜେଲରେ ଥିବା ଝାଡଖଣ୍ଡ ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍‌ଙ୍କୁ ବଡ଼ ଝଟ୍‌କା। ତାଙ୍କୁ ନିଜ ବଡ଼ବାପା ରାଜାରାମ ସୋରେନଙ୍କ ଅନ୍ତିମ...

ପୁଣି ଆହତ ହେଲେ ମମତା ବାନାର୍ଜୀ, ହେଲିକପ୍ଟର ଚଢ଼ିବା ବେଳେ ଗୋଡ଼ ଖସିଲା…

କୋଲକାତା,୨୭।୪: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପୁଣି ଆହତ ହୋଇଛନ୍ତି । ଦୁର୍ଗାପୁରରେ ହେଲିକପ୍ଟର ଚଢିବା ସମୟରେ ଗୋଡ ଖସିଯିବା ଯୋଗୁ ସେ ପଡିଯାଇଥିଲେ ।...

‘କଂଗ୍ରେସ ମୁସଲମାନଙ୍କ ଭୋଟ୍‌ ଚାହୁଁଛି ହେଲେ ପ୍ରାର୍ଥୀ ନୁହେଁ’

ନୂଆଦିଲ୍ଲୀ,୨୭।୪: ଲୋକ ସଭା ନିର୍ବାଚନରେ କଂଗ୍ରେସ ମୁସଲମାନ ପ୍ରାର୍ଥୀଙ୍କୁ ଟିକେଟ ନ ଦେବାରୁ ଦଳ ଭିତରେ ଅସନ୍ତୋଷ ପ୍ରକାଶ ପାଇଛି। ଏନେଇ କଂଗ୍ରେସ ନେତା ଆରିଫ...

ଧନଞ୍ଜୟ ସିଂଙ୍କୁ ଝଟକା: ଜାମିନ ମଞ୍ଜୁର, ହେଲେ ଲଢିପାରିବେନି ନିର୍ବାଚନ

ପ୍ରୟାଗରାଜ,୨୭।୪: ଆହ୍ଲାବାଦ ହାଇକୋର୍ଟ ଜୈନପୁରର ପୂର୍ବତନ ଏମପି ଧନଞ୍ଜୟ ସିଂଙ୍କ ଜାମିନକୁ ଅନୁମୋଦନ କରିଛନ୍ତି କିନ୍ତୁ ତାଙ୍କ ଦଣ୍ଡାଦେଶ ଶୁଣାଣିକୁ ମନା କରି ଦେଇଛନ୍ତି। ଏହି...

ରେଳ ବିଭାଗର ବଡ଼ ନିଷ୍ପତ୍ତି: ବନ୍ଦେ ଭାରତ-ଶତାବ୍ଦୀରେ ମିଳିବ ନାହିଁ…

ନୂଆଦିଲ୍ଲୀ,୨୭।୪: ନିକଟରେ ଭାରତୀୟ ରେଳବିଭାଗ ପକ୍ଷରୁ ଗୁରୁତ୍ୱପୂର୍ଣ୍ଣ ଅପ୍‌ଡେଟ୍‌ ସାମ୍ନାକୁ ଆସିଛି। ବନ୍ଦେ ଭାରତ, ରାଜଧାନୀ, ଶତାବ୍ଦୀ ଭଳି ପ୍ରିମିୟମ ଟ୍ରେନ୍‌ରେ ଯାତ୍ରା କରିବା ବେଳେ...

‘ଜୟ ଶ୍ରୀରାମ’ ଲେଖି ପରୀକ୍ଷାରେ ପାସ୍‌, ମିଳିଛି ୬୦% ମାର୍କ

ଲକ୍ଷ୍ନୌ,୨୭।୪: ପରୀକ୍ଷା ଖାତାରେ କିଛି ଛାତ୍ରୀଛାତ୍ର ଗୀତ କିମ୍ବା ଫିଲ୍ମ ସମ୍ପର୍କରେ ଲେଖିଥିବା ମାମଲା ନିଶ୍ଚୟ ଶୁଣିଥିବେ। ଆଉ ଏହି ପରୀକ୍ଷା ଖାତା ଭାଇରାଲ ହେବା...

ଏଏପି ବିଧାୟକ ଅମାନତୁଲ୍ଲାଙ୍କୁ ବଡ ଆଶ୍ୱସ୍ତି, ମିଳିଲା ଜାମିନ

ନୂଆଦିଲ୍ଲୀ,୨୭।୪: ଶନିବାର (ଏପ୍ରିଲ ୨୭ରେ ଦିଲ୍ଲୀର ରାଉଜ ଆଭେନ୍ୟୁ କୋର୍ଟ ଆମ ଆଦମୀ ପାର୍ଟି (ଏଏପି) ବିଧାୟକ ଅମାନତୁଲ୍ଲା ଖାନଙ୍କୁ ଏକ ବଡ଼ ଆଶ୍ୱସ୍ତି ପ୍ରଦାନ...

ନୈନିତାଲ ଜଙ୍ଗଲରେ ଲାଗିଲା ନିଆଁ, ଜନବସତି ପାଇଁ ବିପଦ

ଡେରାଡୁନ,୨୭।୪: ସାରା ବିଶ୍ୱରେ ଉତ୍ତାପ ଦିନକୁ ଦିନ ବଢିବା ସହିତ ସହିତ ଉତ୍ତରପ୍ରଦେଶର ବିଭିନ୍ନ ସ୍ଥାନରେ ଜଙ୍ଗଲରେ ନିଆଁ ଲାଗିଯିବା ଖବର ସମସ୍ତଙ୍କୁ ଚିନ୍ତାରେ ପକାଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri