ବ୍ରିଟେନର ନୂଆ ପ୍ରଧାନମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି

ନୂଆଦିଲ୍ଲୀ,୫।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବ୍ରିଟେନର ନୂଆ ପ୍ରଧାନମନ୍ତ୍ରୀ ଲିଜ୍‌ ଟ୍ରସ୍‌ଙ୍କୁ ଟୁଇଟ୍‌ କରି ଶୁଭେଚ୍ଛା ଜଣାଇଛନ୍ତି। ସେ କହିଛନ୍ତି, ଟ୍ରସଙ୍କ ନେତୃତ୍ୱରେ ଭାରତ-ବ୍ରିଟେନ ମଧ୍ୟରେ ଦ୍ବିପାକ୍ଷିକ ସମ୍ପର୍କ ଆହୁରି ସୁଦୃଢ ହେବାକୁ ଯାଉଛି। ନୂତନ ଦାୟିତ୍ୱ ଓ ସଫଳ କାର୍ଯ୍ୟକାଳ ପାଇଁ ମୋଦି ଶୁଭେଚ୍ଛା ଜଣାଇଛନ୍ତି। ଫଳାଫଳ ଘୋଷଣା ପରେ ଲିଜ୍‌ ଟ୍ରସ୍‌ ନିଜର ପ୍ରତିଦ୍ବନ୍ଦ୍ବୀ ତଥା ଭାରତୀୟ ବଂଶୋଦ୍ଭବ ଋଷି ସୁନକଙ୍କୁ ପଛରେ ପକାଇ ପ୍ରଧାନମନ୍ତ୍ରୀ ଭାବେ ଚୟନ ହୋଇଛନ୍ତି । ବିଶ୍ବବ୍ୟାପୀ ତାଙ୍କୁ ଶୁଭେଚ୍ଛା ବାର୍ତ୍ତା ଆସିବାରେ ଲାଗିଛି ।