ପାକିସ୍ତାନ ପ୍ରଧାନମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି, ଜାଣନ୍ତୁ କ’ଣ କହିଲେ…

ନୂଆଦିଲ୍ଲୀ/ଇସଲାମାବାଦ,୫।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ପାକିସ୍ତାନର ପ୍ରଧାନମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିବା ପରେ ଶେହବାଜ ସରିଫଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଶେହାବାଜ ସରିଫ ସୋମବାର ପାକିସ୍ତାନର ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ଏହି ସମୟରେ ତାଙ୍କୁ ଅଭିନନ୍ଦନ ଜଣାଇ ପ୍ରଧାନମନ୍ତ୍ରୀ ମୋଦି ସୋସିଆଲ ମିଡିଆ ସାଇଟ ଏକ୍ସରେ ଏକ ପୋଷ୍ଟରେ କହିଛନ୍ତି ଯେ ଶେହବାଜ ସରିଫଙ୍କୁ ପାକିସ୍ତାନର ପ୍ରଧାନମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଥିବାରୁ ତାଙ୍କୁ ଅଭିନନ୍ଦନ।

ପାକିସ୍ତାନ ମୁସଲିମ ଲିଗ-ନୱାଜ (ପିଏମଏଲ-ଏନ) ଅଧ୍ୟକ୍ଷ ଶେହବାଜ ସରିଫ ପୁଣି ଥରେ ନାଶନାଲ ଆସେମ୍ଲିରେ ୨୦୧ ଭୋଟ ପାଇ ଦେଶର ପ୍ରଧାନମନ୍ତ୍ରୀ ହୋଇଥିଲେ। ସେ ପାକିସ୍ତାନର ୨୪ତମ ପ୍ରଧାନମନ୍ତ୍ରୀ ଏବଂ ଲଗାତାର ଦ୍ୱିତୀୟ ଥର ପାଇଁ ଏହି ପଦ ପାଇଁ ନିର୍ବାଚିତ ହୋଇଛନ୍ତି।
ସୁନ୍ନି ଇନ୍ତେହାଦ ପରିଷଦ ସାଂସଦଙ୍କ ବିରୋଧ ମଧ୍ୟରେ ନାଶନାଲ ଆସେମ୍ଲି ସ୍ପିକର ଆୟାଜ ସାଦିକ ଘୋଷଣା କରିଛନ୍ତି ଯେ ମିଆଁ ମହମ୍ମଦ ଶେହବାଜ ସରିଫ ୨୦୧ ଭୋଟ ସହିତ ପ୍ରଧାନମନ୍ତ୍ରୀ ଭାବରେ ନିର୍ବାଚିତ ହୋଇଥିବାବେଳେ ଓମାର ଆୟୁବ ଖାନ ୯୨ ଭୋଟ ପାଇଛନ୍ତି।
ଦି ନ୍ୟୁଜ ରିପୋର୍ଟ ଅନୁଯାୟୀ, ଏହା ପରେ ସ୍ପିକର ଶେହବାଜ ସରିଫଙ୍କୁ ପ୍ରଧାନମନ୍ତ୍ରୀଙ୍କ ଆସନରେ ବସିବାକୁ ନିମନ୍ତ୍ରଣ କରିଥିଲେ ଏବଂ ତାଙ୍କୁ ଗୃହକୁ ସମ୍ବୋଧିତ କରିବାକୁ କହିଥିଲେ। ପ୍ରଧାନମନ୍ତ୍ରୀ ଭାବରେ ତାଙ୍କର ପ୍ରଥମ ଅଭିଭାଷଣରେ ଦଳର ନେତାମାନେ ଘେରି ରହିଥିବା ଶେହବାଜ ସରିଫ ତାଙ୍କୁ ଏହି ପଦ ପାଇଁ ମନୋନୀତ କରିଥିବାରୁ ପିଏମଏଲ-ଏନ ସୁପ୍ରିମୋ ନୱାଜ ସରିଫଙ୍କୁ ଧନ୍ୟବାଦ ଜଣାଇଛନ୍ତି ଏବଂ ତାଙ୍କୁ ସମର୍ଥନ କରିଥିବାରୁ ସହକର୍ମୀଙ୍କୁ କୃତଜ୍ଞତା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଟିଏମସି ଅପେକ୍ଷା ଭାଜପାକୁ ଭୋଟ୍ ଦେବା ଭଲ’ କହିଲେ ଅଧୀର ରଞ୍ଜନ ଚୌଧୁରୀ, କଂଗ୍ରେସ ଦେଲା ପ୍ରତିକ୍ରିୟା

କୋଲକାତା,୧ା୫: କଂଗ୍ରେସର ବରିଷ୍ଠ ନେତା ଆଧୀର ରଂଜନ ଚୌଧୁରୀ ବୁଧବାର ପଶ୍ଚିମବଙ୍ଗରେ ଏକ ନିର୍ବାଚନ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିବାବେଳେ ତୃଣମୂଳ କଂଗ୍ରେସକୁ ଭୋଟ୍ ଦେବା ଅପେକ୍ଷା...

ସୁପ୍ରିମକୋର୍ଟଙ୍କ ଆଦେଶ ପରେ ସିମ୍ବଲ ଲୋଡିଂ ୟୁନିଟ୍ ଗୁଡ଼ିକର ସଂରକ୍ଷଣ ପାଇଁ ନୂଆ ପ୍ରୋଟୋକଲ ଜାରି କଲେ ନିର୍ବାଚନ ଆୟୋଗ

କୋଲକାତା,୧ା୫: ଭାରତ ନିର୍ବାଚନ ଆୟୋଗ ଆଜି ସିମ୍ବଲ ଲୋଡିଂ ୟୁନିଟ୍ – ଏସଏଲୟୁ ପରିଚାଳନା ଓ ଭଣ୍ଡାରଣ ପାଇଁ ନୂଆ ପ୍ରୋଟୋକଲ ଜାରି କରିଛନ୍ତି ।...

ପାକିସ୍ତାନରେ ଅଟା କେଜି ୮୦୦ ଟଙ୍କା, ରୁଟି ୨୫ ଟଙ୍କା, ଜାଣନ୍ତୁ କାହିଁକି ସବୁ ଏତେ ମହଙ୍ଗା

ନୂଆଦିଲ୍ଲୀ,୧ା୫: ପଡୋଶୀ ଦେଶ ପାକିସ୍ତାନରେ ଖାଦ୍ୟ ସାମଗ୍ରୀ ସହିତ ବିଭିନ୍ନ ଜିନିଷର ଦାମ୍ ଆକାଶ ଛୁଆଁ ରହିଛି।ଯାହାକୁ ନେଇ ଲୋକମାନେ ସରକାରଙ୍କ ବିରୋଧରେ ଖୋଲାଖୋଲି ଭାବେ...

ସଲମାନଙ୍କ ଘର ଉପରକୁ ଗୁଳିମାଡ଼ କରିଥିବା ଅଭିଯୁକ୍ତଙ୍କ ଆତ୍ମହତ୍ୟା

ମୁମ୍ବାଇ,୧ା୫: ବି’ ଟାଉନ୍‌ର ଭାଇଜାନ ସଲମାନ ଖାନଙ୍କ ଘର ଉପରକୁ ଗୁଳିମାଡ଼ ଘଟଣାର ଏକ ବଡ଼ ଖବର ସାମ୍ନାକୁ ଆସିଛି। ସଲମାନଙ୍କ ଗାଲାକ୍ସି ଆପାର୍ଟମେଣ୍ଟ ବାହାରେ...

‘କାଲି ସୁଦ୍ଧା ରାହୁଲ ଗାନ୍ଧୀ ଆମେଠିରୁ ନିଜ ନାମ ଘୋଷଣା ନ କଲେ ଆତ୍ମହତ୍ୟା କରିବି’

ନୂଆଦିଲ୍ଲୀ,୧।୫: କଂଗ୍ରେସ ଆମେଠୀ ଆସନରୁ ଏଯାବତ ପ୍ରାର୍ଥୀ ଘୋଷଣା କରିନାହିଁ। ଏହାକୁ ନେଇ ଦଳର ନେତାଙ୍କ ସହ କର୍ମୀମାନେ ଅସନ୍ତୁଷ୍ଟ ବ୍ୟକ୍ତ କରୁଛନ୍ତି। ରାହୁଲ ଗାନ୍ଧୀ...

ଭାଜପାରେ ସାମିଲ ହେଲେ ‘ଅନୁପମା’

ନୂଆଦିଲ୍ଲୀ,୧।୫: ଲୋକପ୍ରିୟ ଅଭିନେତ୍ରୀ ରୁପାଲୀ ଗାଙ୍ଗୁଲି ଭାଜପାରେ ସାମିଲ ହୋଇଛନ୍ତି। ଦିଲ୍ଲୀ ସ୍ଥିତ ପାର୍ଟି ମୁଖ୍ୟାଳୟରେ ସେ ଭାଜପାରେ ଯୋଗ ଦେଇଛନ୍ତି। ଏହି ଅବସରରେ ଦଳର...

ଏପ୍ରିଲରେ ରେକର୍ଡ ସଂଗ୍ରହ ଜିଏସ୍‌ଟି: ୨.୧୦ ଲକ୍ଷ କୋଟିରେ ପହଞ୍ଚିଲା

ନୂଆଦିଲ୍ଲୀ,୧।୫: ଏପ୍ରିଲ ମାସରେ ଦେଶରେ ଦ୍ରବ୍ୟ ଓ ସେବା କର(ଜିଏସ୍‌ଟି) ସଂଗ୍ରହ ରେକର୍ଡ ସୃଷ୍ଟି କରିଛି। ସମସ୍ତ ରେକର୍ଡ ଭାଙ୍ଗି ଏପ୍ରିଲ ୨୦୨୪ରେ ଜିଏସ୍‌ଟି ସଂଗ୍ରହ...

ରାଏବରେଲିରୁ ପ୍ରିୟଙ୍କା, ଏଇଠୁ ଲଢିବେ ରାହୁଲ, ଆସିଲା କଂଗ୍ରେସର ପ୍ରାର୍ଥୀ ତାଲିକା!

ନୂଆଦିଲ୍ଲୀ,୧।୫: ୨୦୨୪ ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ଆମେଠି ଏବଂ ରାଏବରେଲିରୁ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। କଂଗ୍ରେସର ଏହି ତାଲିକା ସୋସିଆଲ ମିଡିଆରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri