Posted inଜାତୀୟ

ମକର ସଂକ୍ରାନ୍ତି ଅବସରରେ ଗୋମାତାଙ୍କୁ ଘାସ ଖୁଆଇଲେ ମୋଦି

ନୂଆଦିଲ୍ଲୀ,୧୪।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମକର ସଂକ୍ରାନ୍ତି ଅବସରରେ ଗୋମାତାଙ୍କୁ ନିଜ ଘରେ ଘାସ ଖୁଆଇଛନ୍ତି। ଦକ୍ଷିଣ ଭାରତରେ ମକର ସଂକ୍ରାନ୍ତି ଖୁବ ଧୁମଧାମରେ ପାଳନ କରାଯାଉଥିବା ବେଳେ ଏହି ସମୟରେ ଗୁଡି ଉଡା ପ୍ରତିଯୋଗୀତା ଅନୁଷ୍ଠିତ ହୋଇଥାଏ।

ଏହାସହ ରବିବାର ରାଜଧାନୀ ଦିଲ୍ଲୀରେ ଦକ୍ଷିଣ ଭାରତର ସବୁଠାରୁ ପବିତ୍ର ପର୍ବ ପୋଙ୍ଗଲ ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅଂଶଗ୍ରହଣ କରିଥିଲେ। ପୋଙ୍ଗଲ ମହୋତ୍ସବର ଏହି କାର୍ଯ୍ୟକ୍ରମ ଦିଲ୍ଲୀର ରାଜ୍ୟ ମନ୍ତ୍ରୀ ଏଲ ମୁରୁଗାନଙ୍କ ବାସଭବନରେ ଆୟୋଜିତ ହୋଇଥିଲା। ଏହି ସମୟରେ ପ୍ରଧାନମନ୍ତ୍ରୀ ରୀତିନୀତି ଅନୁଯାୟୀ ପୂଜା କରିଥିଲେ। ଏହି କାର୍ଯ୍ୟକ୍ରମରେ ତାଙ୍କ ସହ ପୁଡୁଚେରୀର ଲେଫ୍ଟନାଣ୍ଟ ଗଭର୍ଣ୍ଣର ତଥା ତେଲଙ୍ଗାନା ରାଜ୍ୟପାଳ ତାମିଲିସାଇ ସୌନ୍ଦର୍ଯ୍ୟରାଜନ ମଧ୍ୟ ଅଂଶଗ୍ରହଣ କରିଥିଲେ। ଏମାନଙ୍କ ବ୍ୟତୀତ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମନ ମଧ୍ୟ ଏହି ପୋଙ୍ଗଲ କାର୍ଯ୍ୟକ୍ରମରେ ଭାଗ ନେବାକୁ ଆସିଥିଲେ।
ଏହି ସମୟରେ ମୋଦୀ ତାମିଲନାଡୁବାସୀ ତଥା ଦେଶବାସୀଙ୍କୁ ପୋଙ୍ଗଲର ଶୁଭେଚ୍ଛା ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ପୋଙ୍ଗଲ ଦିନ ତାମିଲନାଡୁର ପ୍ରତ୍ୟେକ ଘର ପୋଙ୍ଗଲ ଧାରା ଦ୍ୱାରା ପ୍ରଭାବିତ ହୋଇଛି। ସେ ଆହୁରି ମଧ୍ୟ କହିଛନ୍ତି ଯେ ସେହିଭଳି ଆପଣଙ୍କ ଜୀବନରେ ସୁଖ, ସମୃଦ୍ଧତା ଏବଂ ସନ୍ତୁଷ୍ଟିର ପ୍ରବାହ ଜାରି ରହିବ। ଏହା ସହିତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମକର ସଂକ୍ରାନ୍ତି ଏବଂ ମାଘ ବିହୁରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

୧୮ ଘଣ୍ଟା ଧରି ଶୁଟିଂ କଲେ ପ୍ରୀତି ଜିଣ୍ଟା: ପଛରେ କାରଣ ଜାଣିଲେ…

ଦୀର୍ଘ ଦିନ ପରେ ଅଭିନେତ୍ରୀ ପ୍ରୀତି ଜିଣ୍ଟା ‘ପାର୍ଟିସନ ୧୯୪୭’ ସହିତ ବଡ଼ ପରଦାକୁ ଫେରିଛନ୍ତି। ଚଳିତ ବର୍ଷ ତାଙ୍କର ଦ୍ୱିତୀୟ ଫିଲ୍ମ ରିଲିଜ ଅପେକ୍ଷାରେ ଅଛନ୍ତି।…

ରୋହିତ ଶର୍ମାଙ୍କ ଭବିଷ୍ୟତ ବିଷୟରେ BCCI କେବେ ନେବ ନିଷ୍ପତ୍ତି? ସାମ୍ନାକୁ ଆସିଲା ତାରିଖ

ନୂଆଦିଲ୍ଲୀ,୫।୯: ଭାରତୀୟ ODI ଦଳରେ ରୋହିତ ଶର୍ମାଙ୍କ ଭବିଷ୍ୟତ କ’ଣ ଅଛି, ଏବଂ ସେ କ’ଣ 2027 ODI ବିଶ୍ୱକପ ପାଇଁ ଯୋଜନାର ଅଂଶ ହେବେ? ଏହି…

ଜୁନ୍‌ରେ ଅବସରପ୍ରାପ୍ତ ଶିକ୍ଷକଙ୍କ ଘରୁ ଚୋରି କରିଥିଲେ ଲକ୍ଷାଧିକ ଟଙ୍କାର ସୁନାଗହଣା: ୨ ଜଣଙ୍କୁ ଧରି…

ଝରିଗାଁ,୫ା୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପୋଲିସକୁ ମିଳିଛି ବଡ଼ ସଫଳତା। ଝରିଗାଁ ଥାନା ଅଞ୍ଚଳରେ ଗତ ଜୁନ୍‌ ମାସରେ ଲକ୍ଷାଧିକ ଟଙ୍କା ସହ ସୁନା…

‘ଆମେରିକା-ଭାରତ ମଧ୍ୟରେ ଥିବା ଦୃଢ଼ ସମ୍ପର୍କକୁ ନେଇ ବିଶ୍ୱ ଈର୍ଷା କରୁଛି,’ ପ୍ରଧାନମନ୍ତ୍ରୀ ମୋଦିଙ୍କ ପ୍ରଶଂସା କରି ଆମେରିକୀୟ ରାଷ୍ଟ୍ରଦୂତ କହିଲେ..

ନୂଆଦିଲ୍ଲୀ,୫।୯: ଭାରତରେ ଅବସ୍ଥାପିତ ଆମେରିକୀୟ ରାଷ୍ଟ୍ରଦୂତ ସର୍ଗିଓ ଗୋର୍‌ ଭାରତ ଏବଂ ଆମେରିକା ମଧ୍ୟରେ ସହଭାଗୀତାର ଶକ୍ତି ଉପରେ ଗୁରୁତ୍ୱାରୋପ କରିଛନ୍ତି। ସେ ନୂଆଦିଲ୍ଲୀ ଏବଂ ୱାଶିଂଟନ…

ନେପାଳ ବନ୍ୟା: ମୃତ୍ୟୁ ସଂଖ୍ୟା ୧୩୦୦ ଅତିକ୍ରମ କଲା, ଉଦ୍ଧାର ହୋଇଛନ୍ତି ୧୬୯ ଭାରତୀୟ

କାଠମାଣ୍ଡୁ,୫।୯: ନେପାଳରେ ବନ୍ୟାରେ ମୃତ୍ୟୁ ସଂଖ୍ୟା ପ୍ରାୟ ୧୩୦୦କୁ ବୃଦ୍ଧି ପାଇଛି। ଏହି ପ୍ରାକୃତିକ ବିପର୍ଯ୍ୟୟର ଆଜି ୧୧ତମ ଦିନ। ଉଲ୍ଲେଖନୀୟ ଯେ ୨୬ ଅଗଷ୍ଟ ସକାଳେ…

ସିମନବାଡ଼ି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗୁରୁଦିବସ: ବର୍ଷୀୟାନ ଶିକ୍ଷକଙ୍କୁ…

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ସର୍ବପଲ୍ଲୀ ରାଧାକ୍ରିଷ୍ଣନ୍‌ଙ୍କ ଜନ୍ମଦିବସ ତଥା ପବିତ୍ର ଗୁରୁଦିବସ ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ପାଳିତ ହୋଇଯାଇଛି। ଏହି ଅବସରରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି…

ମିଳିଲାନି ଝଡ଼ବର୍ଷା କ୍ଷତିପୂରଣ: ରାଜରାସ୍ତାକୁ ଓହ୍ଲାଇଲେ କ୍ଷତିଗ୍ରସ୍ତ

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ଚକରକେନ୍ଦ ଗ୍ରାମରେ ଗତ ଜୁଲାଇ ୨୮ ତାରିଖ ସାରେ ହୋଇଥିବା ଝଡ଼ବର୍ଷାରେ ବ୍ୟାପକ କ୍ଷୟକ୍ଷତି ହୋଇଥିଲା। ଘରଦ୍ୱାର ଭାଙ୍ଗିବା ସହିତ ଚାଷଜମି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri