Posted inଜାତୀୟ

କୋର୍ଟ କାନ୍ଧରେ ବନ୍ଧୁକ ରଖି ଅନ୍ନଦାତାଙ୍କ ଉପରେ ଚଳାଇଲେ ମୋଦି: ଶିବସେନା

ମୁମ୍ବାଇ,୧୪।୧: କୃଷି ଆଇନ ନେଇ ସୁପ୍ରିମ୍‌କୋର୍ଟଙ୍କ ରାୟ ଉପରେ ଶିବସେନା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ ଘେରିବା ଆରମ୍ଭ କରିଛିି। ମୋଦି ସୁପ୍ରିମ୍‌କୋର୍ଟ କାନ୍ଧରେ ବନ୍ଧୁକ ରଖି ଅନ୍ନଦାତାଙ୍କ ଉପରେ ଚଳାଇଥିବା ଶିବସେନା ମୁଖପତ୍ର ସାମନାରେ ପ୍ରକାଶ ପାଇଛି। ଅନ୍ନଦାତାଙ୍କୁ ଆଲୋଚନାରେ ବ୍ୟସ୍ତ ରଖିବାକୁ ମୋଦି ସରକାର ଚାହୁଁଛନ୍ତି। ତେବେ ମୋଦି ସରକାରଙ୍କ ଯୋଜନା ଫସର ଫାଟି ଯାଇଛି। ଏହାକୁ ଅନ୍ନଦାତା ଖାତିର କରି ନାହାନ୍ତି। ସେହିପରି ନ୍ୟାୟାଳୟଙ୍କ ସ୍ଥଗିତ ଆଦେଶ ମଧ୍ୟ ଅନ୍ନଦାତା ସ୍ବୀକାର କରୁ ନାହାନ୍ତି। ଏପରିସ୍ଥଳେ ମୋଦି ସରକାର ଏତେ ସଂଖ୍ୟକ ଅନ୍ନଦାତାଙ୍କୁ କ’ଣ ଦେଶଦ୍ରୋହୀ ପ୍ରମାଣିତ କରିବେ ବୋଲି ଶିବସେନା ପ୍ରଶ୍ନ କରିଛି। ଚାଷୀ ସଂଗଠନଗୁଡ଼ିକ ଏବେ କର ଅବା ମର ସ୍ଥିତିରେ ରହିଥିବା ସାମନାରେ କୁହାଯାଇଛି। ଏହି ପ୍ରସଙ୍ଗରେ କାହାର ମାନ-ସମ୍ମାନର ପ୍ରଶ୍ନ ନାହିଁ। ଏଠାରେ ଦେଶର କୃଷି ନୀତି ଉପରେ ପ୍ରଶ୍ନ ସୃଷ୍ଟି ହୋଇଥିବା ସାମନା କହିଛି। ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେ ମଧ୍ୟ କୃଷି ଆଇନ ନେଇ ଲଗାତାର ମୋଦି ସରକାରଙ୍କୁ ଟାର୍ଗେଟ୍‌ କରିବା ଜାରି ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ତାତି ବରଗଡ଼ରେ: ଗାନ୍ଧୀଛକରେ କଂଗ୍ରେସର ବିକ୍ଷୋଭ ସହ ମୋଦୀ-ଶାହ-ଧର୍ମେନ୍ଦ୍ରଙ୍କ କୁଶପୁତ୍ତଳିକା ଦାହ

ବରଗଡ଼, ୨୩ା୭(ପ୍ରେମାନନ୍ଦ ଖମାରୀ): ଦିଲ୍ଲୀ ଜନ୍ତରମନ୍ତରରେ ଚାଲିଥିବା ଛାତ୍ର ଆନ୍ଦୋଳନ ଉପରେ ପୋଲିସର ଦମନଲୀଳା ଏବଂ ଶୀର୍ଷ ନେତୃବୃନ୍ଦଙ୍କ ଗିରଫଦାରୀ ପ୍ରତିବାଦରେ ଗୁରୁବାର ସନ୍ଧ୍ୟାରେ ବରଗଡ଼ ଜିଲା…

ଜନ୍ତର ମନ୍ତର ଅନ୍ଦୋଳନକୁ ନେଇ ଗୃହ ମନ୍ତ୍ରଣାଳୟର ବଡ଼ ନିର୍ଦ୍ଦେଶ: ଏସବୁ ଅଞ୍ଚଳରେ ବନ୍ଦ ହେବ ମୋବାଇଲ ଇଣ୍ଟରନେଟ ସେବା

ନୂଆଦିଲ୍ଲୀ,୨୩।୭: ଗୃହ ମନ୍ତ୍ରଣାଳୟ ଜନ୍ତର ମନ୍ତର ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଜାରି କରିଛି। ଚାଲିଥିବା ପ୍ରତିବାଦକୁ ଦୃଷ୍ଟିରେ ରଖି, ସରକାର ନିର୍ଦ୍ଦେଶ ଦେଇଛନ୍ତି ଯେ ଜନ୍ତର…

ଛାତ୍ର ଆନ୍ଦୋଳନକୁ ନେଇ ମୁହଁ ଖୋଲିଲେ କ୍ରିକେଟର ଭଗବାନ, ବାପାଙ୍କୁ ମନେ ପକାଇ କହିଲେ…

ନୂଆଦିଲ୍ଲୀ,୨୩।୭: NEET-UG ପେପର୍‌ ଲିକ ନେଇ ବିବାଦ ତୀବ୍ର ହେବାରେ ଲାଗିଛି। CJP ଦେଶବ୍ୟାପୀ ପ୍ରତିବାଦ ଘୋଷଣା କରିଛନ୍ତି ଏବଂ ଛାତ୍ରୀଛାତ୍ରମାନଙ୍କୁ ଅଂଶଗ୍ରହଣ କରିବାକୁ ଆହ୍ବାନ କରିଛନ୍ତି।…

ଗୌତମ ଗମ୍ଭୀର ପ୍ରଶିକ୍ଷକ ପଦ ଛାଡିବା ପରେ ପ୍ରଥମ ମ୍ୟାଚ ଜିତିଲେ ଅଧିନାୟକ ଶ୍ରେୟସ ଆୟର

ନୂଆଦିଲ୍ଲୀ,୨୩।୭: ପ୍ରଥମ ଟି-୨୦ ମ୍ୟାଚରେ ଭାରତୀୟ ଦଳ ଜିମ୍ବାୱେକୁ ୭ ୱିକେଟରେ ପରାସ୍ତ କରିଛି। ଶ୍ରେୟସ ଆୟରଙ୍କ ଅଧିନାୟକତ୍ୱରେ ଏହା ଟି-୨୦ ଦଳର ପ୍ରଥମ ବିଜୟ। ଉଲ୍ଲେଖନୀୟ…

ରେକର୍ଡ ବର୍ଷା, ଗୁଜରାଟରେ ବନ୍ୟା

ଅହମଦାବାଦ,୨୩ା୭: ଗୁଜରାଟର ଦକ୍ଷିଣ ଭାଗରେ ଥିବା ଜିଲାଗୁଡ଼ିକରେ ପ୍ରବଳ ବର୍ଷା ଯୋଗୁ ବନ୍ୟା ସ୍ଥିତି ସୃଷ୍ଟି ହୋଇଛି। ବର୍ଷା ଯୋଗୁ ତଳିଆ ଅଞ୍ଚଳ ବୁଡ଼ିଯାଇଥିବା ବେଳେ ସାଧାରଣ…

‘ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ନିଅନ୍ତୁ, ନଚେତ୍ କଥା ଆପଣଙ୍କ ଇସ୍ତଫା ପର୍ଯ୍ୟନ୍ତ ଯିବ’: ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଖୋଲା ଚେତାବନୀ ଦେଲେ…

ନୂଆଦିଲ୍ଲୀ,୨୩ା୭: କକ୍ରୋଚ ଜନତା ପାର୍ଟି (ସିଜେପି)ର ସଂସ୍ଥାପକ ଅଭିଜିତ ଦୀପକେ ଗୁରୁବାର କେନ୍ଦ୍ରର ନରେନ୍ଦ୍ର ମୋଦି ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି। ଦିଲ୍ଲୀର ଜନ୍ତରମନ୍ତରକୁ ଏକ ‘ୱାର୍…

ପୁଣି ଚମକିଲେ ବୈଭବ ସୂର୍ଯ୍ୟବଂଶୀ… ଟି-୨୦ରେ ଏମିତି କରି ପାଲଟିଲେ ବିଶ୍ୱର ସର୍ବକନିଷ୍ଠ ବ୍ୟାଟ୍ସମ୍ୟାନ

ନୂଆଦିଲ୍ଲୀ,୨୩।୭: କ୍ରିକେଟ ଜଗତରେ ନିରନ୍ତର ନୂତନ ରେକର୍ଡ ସୃଷ୍ଟି ହେଉଛି, କିନ୍ତୁ ଯେତେବେଳେ ଜଣେ ୧୫ ବର୍ଷୀୟ ବାଳକ ଅଭିଜ୍ଞ ବୋଲରମାନଙ୍କୁ ଅନ୍ତର୍ଜାତୀୟ ମଞ୍ଚରେ ସଫା କରିବାକୁ…

ଛାତ୍ରମାନେ ଏକା ନୁହଁନ୍ତି… ଇଣ୍ଡିଆ ବ୍ଲକ ବୈଠକ ପରେ ରାହୁଲଙ୍କ ସହ ବିରୋଧୀ ଏମପି ଗଲେ ଗାନ୍ଧୀ ସ୍ମୃତି

ନୂଆଦିଲ୍ଲୀ,୨୩।୭: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ନୂଆଦିଲ୍ଲୀସ୍ଥିତ ବାସଭବନରେ ଗୁରୁବାର ଇଣ୍ଡିଆ ବ୍ଲକର ଏକ ବୈଠକ ଡକାଯାଇଥିଲା। NEET ପେପର୍‌ ଲିକ ପ୍ରସଙ୍ଗ ଉପରେ ଆଲୋଚନା କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri