Posted inଜାତୀୟ

ନୀତୀଶ କୁମାରଙ୍କ ଶପଥ ସମାରୋହରେ ଗାମୁଛା ଉଡ଼ାଇଲେ ମୋଦି, ବିହାରର ଜନସାଧାରଣଙ୍କୁ ଦେଲେ…

ପାଟ୍‌ନା,୨୦ା୧୧: ବିହାରର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ଶପଥ ସମାରୋହରେ ଗାମୁଛା ଉଡ଼ାଇ ବିହାରର ଜନସାଧାରଣଙ୍କୁ ଧନ୍ୟବାଦ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।

ଜନତା ଦଳ (ୟୁନାଇଟେଡ)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତୀଶ କୁମାର ଗୁରୁବାର ବିହାରର ରାଜଧାନୀ ପାଟନାର ଐତିହାସିକ ଗାନ୍ଧୀ ମଇଦାନରେ ରେକର୍ଡ ଦଶମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଥିଲେ। ରାଜ୍ୟପାଳ ଆରିଫ ମହମ୍ମଦ ଖାନ ତାଙ୍କୁ ପଦ ଏବଂ ଗୋପନୀୟତାର ଶପଥ ପାଠ କରାଇଥିଲେ। ନୀତୀଶ କୁମାର ଭାରତର ସମ୍ବିଧାନ ଉପରେ ଶପଥ ଗ୍ରହଣ କରିଥିଲେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା, ଭାରତୀୟ ଜନତା ପାର୍ଟିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଏବଂ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନଡିଏ)ର ଅନେକ ପ୍ରମୁଖ ନେତା ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେଇଥିଲେ। ଏନ୍‌ଡିଏ ଶାସିତ ଅନେକ ରାଜ୍ୟର ମୁଖ୍ୟମନ୍ତ୍ରୀ ମଧ୍ୟ ଯୋଗ ଦେଇଥିଲେ।

ଏନଡିଏ ସରକାରରେ ୨୩ ଜଣ ବିଧାୟକ ଏବଂ ୨ ଜଣ ଏମଏଲସି ମନ୍ତ୍ରୀ ଭାବରେ ପଦ ଏବଂ ଗୋପନୀୟତାର ଶପଥ ଗ୍ରହଣ କରିଥିଲେ। ନୂତନ ସରକାରରେ ମୋଟ୍‌ ୨୬ ଜଣ ବିଧାୟକ ମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଥିଲେ। ଶପଥ ଗ୍ରହଣ ଉତ୍ସବ ସକାଳ ୧୧:୩୦ରେ ଆରମ୍ଭ ହୋଇଥିଲା। ଦଳଗତ ଦୃଷ୍ଟିରୁ ଦେଖିଲେ, ଭାଜପାରେ ୧୪ ଜଣ, ଜେଡିୟୁରେ ୮ ଜଣ ଏବଂ ଏଚ୍‌ଏଏମ୍‌, ଆର୍‌ଏଲ୍‌ଏମ୍‌ ଏବଂ ରାମବିଳାସଙ୍କ ଯଥାକ୍ରମେ ୧ ଏବଂ ୨ ଜଣ ମନ୍ତ୍ରୀ ଥିଲେ।

Dharitri – Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ସିଭିଲ ସର୍ଭିସ ପରୀକ୍ଷାରେ ଓଡ଼ିଶା ଟପ୍ପର ସାତ୍ତ୍ୱିକ ସତ୍ୟକାମ: ସମ୍ବର୍ଦ୍ଧିତ କରି ମୁଖ୍ୟମନ୍ତ୍ରୀ କହିଲେ କେନ୍ଦୁଝରର ପୁଅ…

ଭୁବନେଶ୍ୱର,୭ା୩: ସର୍ବ ଭାରତୀୟ ସିଭିଲ ସର୍ଭିସ୍‌ ପରୀକ୍ଷା (UPSC)ରେ ଅଲ୍‌ ଇଣ୍ଡିଆ ର଼୍ୟାଙ୍କରେ ୧୦୦ତମ ସ୍ଥାନ ହାସଲ କରିଥିବା କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ମେଧାବୀ ଛାତ୍ର…

କାଲି ମିଳିବ ସୁଭଦ୍ରା ଟଙ୍କା, ସୂଚନା ଦେଇ ଉପମୁଖ୍ୟମନ୍ତ୍ରୀ କହିଲେ…

ଭୁବନେଶ୍ୱର,୭ା୩: ଆସନ୍ତାକାଲି ଅର୍ଥାତ୍‌ ରବିବାର ମିଳିବ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ଟଙ୍କା। ଏନେଇ ଶନିବାର ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ୧ କୋଟି ୧୨…

ସରକାରଙ୍କ ବଡ଼ ଘୋଷଣା: ତୃତୀୟ ସନ୍ତାନ ଜନ୍ମ ହେଲେ ମିଳିବ ୨୫,୦୦୦ ଟଙ୍କା

ହାଇଦ୍ରାବାଦ୍‌,୭।୩: ଆନ୍ଧ୍ର ପ୍ରଦେଶ ସରକାର ଏକ ନୂତନ ପଦକ୍ଷେପ ଘୋଷଣା କରିଛନ୍ତି। ରାଜ୍ୟ ମୁଖ୍ୟମନ୍ତ୍ରୀ ଏନ. ଚନ୍ଦ୍ରବାବୁ ନାଇଡୁ ବିଧାନସଭାରେ କହିଛନ୍ତି,ରାଜ୍ୟର ଜନ୍ମହାର ନିରନ୍ତର ହ୍ରାସ ପାଉଛି…

ମଦ ବୋତଲରେ ମିଳିଲା ଏମିତି ଜିନିଷ ଗ୍ରାହକଙ୍କ ଉଡିଲା ହୋସ୍‌, ଦୋକାନି କହିଲେ ଆମ କାମ ବିକ୍ରି କରିବା ତିଆରି କରିବା ନୁହେଁ

ହାଇଦ୍ରାବାଦ,୭।୩: ହାଇଦ୍ରାବାଦର ନାଚାରାମ ଅଞ୍ଚଳରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ବିୟର ବୋତଲ ଖୋଲିବା ମାତ୍ରେ ଜଣେ ବ୍ୟକ୍ତି ଭିତରେ ଏକ ଛୋଟ ମାଛ ପହଁରୁଥିବାର ଦେଖିଲେ।…

ଯୁଦ୍ଧ ହେଲା, ମିଶାଇଲ ଗର୍ଜିଲା…, ହେଲେ ବଢିବା ପରିବର୍ତ୍ତେ କାହିଁକି କମିଲା ସୁନାର ଦାମ୍‌? ଜାଣନ୍ତୁ ଭିତିରି କଥା

ନୂଆଦିଲ୍ଲୀ,୭।୩: ମଧ୍ୟପ୍ରାଚ୍ୟ ଉଷ୍ମ ହେଉଛି। ଇରାନ ବିରୁଦ୍ଧରେ ଆମେରିକା-ଇସ୍ରାଏଲ ମିଳିତ ସାମରିକ କାର୍ଯ୍ୟାନୁଷ୍ଠାନ ଏବଂ ତେହେରାନର ପ୍ରତିଶୋଧମୂଳକ ଆକ୍ରମଣ, ବିଶ୍ୱବ୍ୟାପୀ ବଜାରରେ ଭୟ ସୃଷ୍ଟି କରିଛି। ଇତିହାସ…

ଉପମୁଖ୍ୟମନ୍ତ୍ରୀ ଯାଉଥିବା ହେଲିକପ୍ଟରରୁ ବାହାରିଲା ଧୂଆଁ: ଆଉ ତା’ପରେ…

ଲକ୍ଷ୍ନୌ,୭।୩: ଉତ୍ତର ପ୍ରଦେଶର ଉପମୁଖ୍ୟମନ୍ତ୍ରୀ କେଶବ ପ୍ରସାଦ ମୌର୍ଯ୍ୟଙ୍କ ହେଲିକପ୍ଟରକୁ ଲକ୍ଷ୍ନୌ ବିମାନବନ୍ଦରରେ ଜରୁରୀକାଳୀନ ଅବତରଣ କରିବାକୁ ପଡିଛି। କୌଶାମ୍ବୀ ଅଭିମୁଖେ ଯାଉଥିବା ସମୟରେ ହେଲିକପ୍ଟରଟି ହଠାତ୍‌…

ଭାରତକୁ ପଶିଲା ଇରାନୀ ଜାହାଜ, ଆମେରିକାରେ ବାଜିଲା ସାଇରନ!

ନୂଆଦିଲ୍‌ଲୀ,୭।୩: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ପରିସ୍ଥିତି ଖରାପ ହେଉଛି। ସମ୍ପ୍ରତି ଭାରତରୁ ଫେରୁଥିବା ଇରାନୀ ଜାହାଜ ISIS ଡେନା ଉପରେ ଆମେରିକା ଆକ୍ରମଣ କରିଥିଲା। ୮୭ ଜଣ ଇରାନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri