Posted inଜାତୀୟ

ଚାଷୀଙ୍କୁ ନବରାତ୍ରୀ ଉପହାର ଦେଲେ ମୋଦି: ଚାଷୀଙ୍କ ଆକାଉଣ୍ଟକୁ ଗଲା…

ପୁଣେ,୫।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି କିଷାନ ସମ୍ମାନ ନିଧିର ୧୮ତମ କିସ୍ତି ରିଲିଜ୍‌ କରିଛନ୍ତି। ଦେଶର କୋଟି କୋଟି ଚାଷୀଙ୍କୁ ନବରାତ୍ରୀ ଉପହାର ଦେଇଛନ୍ତି। ମହାରାଷ୍ଟ୍ର ଗସ୍ତରେ ଆସିଥିବା ପ୍ରଧାନମନ୍ତ୍ରୀ ମୋଦି ପ୍ରାୟ ୯.୪ କୋଟି ଚାଷୀଙ୍କୁ ୨୦ ହଜାର କୋଟି ଟଙ୍କା ଟ୍ରାନ୍ସଫର କରିଛନ୍ତି। ଏହି ସମସ୍ତ ଚାଷୀଙ୍କ ଆକାଉଣ୍ଟକୁ ୨୦୦୦ ଟଙ୍କା ଟ୍ରାନ୍ସଫର କରାଯାଇଥିଲା। ଅଦ୍ୟାବଧି ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଅଧୀନରେ କେନ୍ଦ୍ର ସରକାର ଚାଷୀଙ୍କୁ ମୋଟ ୩.୪୫ ଲକ୍ଷ କୋଟି ଟଙ୍କା ପଠାଇଛନ୍ତି।

ଫେବୃଆରୀ ୨୪, ୨୦୧୯ରେ ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନା ଆରମ୍ଭ କରାଯାଇଥିଲା। ଏଥିରେ ବାର୍ଷିକ ୩ କିସ୍ତିରେ ୬ ହଜାର ଟଙ୍କା ଚାଷୀଙ୍କୁ ହସ୍ତାନ୍ତର କରାଯାଏ। ଏହି ଟଙ୍କା ସିଧାସଳଖ ଲାଭ ଟ୍ରାନ୍ସଫର ମାଧ୍ୟମରେ ଚାଷୀଙ୍କ ଆକାଉଣ୍ଟକୁ ଯାଏ। ମହାରାଷ୍ଟ୍ରରେ ଏହି ଯୋଜନାର ୧୭ କିସ୍ତିରେ ପ୍ରାୟ ୧.୨୦ କୋଟି ଚାଷୀଙ୍କୁ ପ୍ରାୟ ୩୨,୦୦୦ କୋଟି ଟଙ୍କା ପ୍ରଦାନ କରାଯାଇଛି। କିଷାନ ସମ୍ମାନ ନିଧିର ୧୮ତମ କିସ୍ତିରେ ରାଜ୍ୟର ପ୍ରାୟ ୯୧.୫୧ ଲକ୍ଷ କୃଷକ ୧,୯୦୦ କୋଟିରୁ ଅଧିକ ଲାଭ ପାଇବେ। ଏହା ବ୍ୟତୀତ ପ୍ରଧାନମନ୍ତ୍ରୀ ମୋଦି ମହାରାଷ୍ଟ୍ରର ଚାଷୀଙ୍କୁ ନାମୋ ଶେତକାରି ମହାସମ୍ମାନ ନିଧି ଯୋଜନାର ପଞ୍ଚମ କିସ୍ତିରେ ପ୍ରାୟ ୨,୦୦୦ କୋଟି ଟଙ୍କା ଅତିରିକ୍ତ ସୁବିଧା ପ୍ରଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏସବୁ ରାଜ୍ୟରେ ବଢିବ SIR ସମୟସୀମା: ରିପୋର୍ଟ

ନୂଆଦିଲ୍ଲୀ,,୧୦।୧୨: ସ୍ୱତନ୍ତ୍ର ପରିଚୟପତ୍ର ସଂଶୋଧନ (SIR) ପାଇଁ ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ ସମେତ ଅନେକ ରାଜ୍ୟରେ ସମୟସୀମା ବଢ଼ାଇବାକୁ ନିର୍ବାଚନ କମିଶନ (EC) ଯୋଜନା କରୁଥିବା ଶୀର୍ଷ...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

ବାହାଘର ଭାଙ୍ଗିବା ପରେ ପ୍ରଥମଥର କ୍ୟାମେରା ଆଗରେ ମୁହଁ ଖୋଲିଲେ ସ୍ମୃତି ମନ୍ଧନା

ନୂଆଦିଲ୍ଲୀ,୧୦।୧୨: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ବ୍ୟାଟର୍ ସ୍ମୃତି ମନ୍ଧନା ବ୍ୟକ୍ତିଗତ ଜୀବନର ଝଡ଼ ପରେ ପୁଣି ଥରେ ନିଜ ପ୍ରିୟ ଖେଳ କ୍ରିକେଟକୁ...

ସ୍କୁଲରୁ ଘରକୁ ଫେରିବା ବେଳେ ଚାଲିଗଲା ପ୍ରଧାନଶିକ୍ଷକଙ୍କ ଜୀବନ

ପୁରୁଷୋତ୍ତମପୁର,୧୦ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ପ୍ରତାପୁର ଛକ ନିକଟରେ ବୁଧବାର ସନ୍ଧ୍ୟାରେ ଦୁଇ ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri