Posted inଜାତୀୟ

ଚାଷୀଙ୍କୁ ନବରାତ୍ରୀ ଉପହାର ଦେଲେ ମୋଦି: ଚାଷୀଙ୍କ ଆକାଉଣ୍ଟକୁ ଗଲା…

ପୁଣେ,୫।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି କିଷାନ ସମ୍ମାନ ନିଧିର ୧୮ତମ କିସ୍ତି ରିଲିଜ୍‌ କରିଛନ୍ତି। ଦେଶର କୋଟି କୋଟି ଚାଷୀଙ୍କୁ ନବରାତ୍ରୀ ଉପହାର ଦେଇଛନ୍ତି। ମହାରାଷ୍ଟ୍ର ଗସ୍ତରେ ଆସିଥିବା ପ୍ରଧାନମନ୍ତ୍ରୀ ମୋଦି ପ୍ରାୟ ୯.୪ କୋଟି ଚାଷୀଙ୍କୁ ୨୦ ହଜାର କୋଟି ଟଙ୍କା ଟ୍ରାନ୍ସଫର କରିଛନ୍ତି। ଏହି ସମସ୍ତ ଚାଷୀଙ୍କ ଆକାଉଣ୍ଟକୁ ୨୦୦୦ ଟଙ୍କା ଟ୍ରାନ୍ସଫର କରାଯାଇଥିଲା। ଅଦ୍ୟାବଧି ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଅଧୀନରେ କେନ୍ଦ୍ର ସରକାର ଚାଷୀଙ୍କୁ ମୋଟ ୩.୪୫ ଲକ୍ଷ କୋଟି ଟଙ୍କା ପଠାଇଛନ୍ତି।

ଫେବୃଆରୀ ୨୪, ୨୦୧୯ରେ ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନା ଆରମ୍ଭ କରାଯାଇଥିଲା। ଏଥିରେ ବାର୍ଷିକ ୩ କିସ୍ତିରେ ୬ ହଜାର ଟଙ୍କା ଚାଷୀଙ୍କୁ ହସ୍ତାନ୍ତର କରାଯାଏ। ଏହି ଟଙ୍କା ସିଧାସଳଖ ଲାଭ ଟ୍ରାନ୍ସଫର ମାଧ୍ୟମରେ ଚାଷୀଙ୍କ ଆକାଉଣ୍ଟକୁ ଯାଏ। ମହାରାଷ୍ଟ୍ରରେ ଏହି ଯୋଜନାର ୧୭ କିସ୍ତିରେ ପ୍ରାୟ ୧.୨୦ କୋଟି ଚାଷୀଙ୍କୁ ପ୍ରାୟ ୩୨,୦୦୦ କୋଟି ଟଙ୍କା ପ୍ରଦାନ କରାଯାଇଛି। କିଷାନ ସମ୍ମାନ ନିଧିର ୧୮ତମ କିସ୍ତିରେ ରାଜ୍ୟର ପ୍ରାୟ ୯୧.୫୧ ଲକ୍ଷ କୃଷକ ୧,୯୦୦ କୋଟିରୁ ଅଧିକ ଲାଭ ପାଇବେ। ଏହା ବ୍ୟତୀତ ପ୍ରଧାନମନ୍ତ୍ରୀ ମୋଦି ମହାରାଷ୍ଟ୍ରର ଚାଷୀଙ୍କୁ ନାମୋ ଶେତକାରି ମହାସମ୍ମାନ ନିଧି ଯୋଜନାର ପଞ୍ଚମ କିସ୍ତିରେ ପ୍ରାୟ ୨,୦୦୦ କୋଟି ଟଙ୍କା ଅତିରିକ୍ତ ସୁବିଧା ପ୍ରଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ ହେଲେ ଆଦିତ୍ୟ: ଖେଳିଗଲା ଖୁସିର ଲହରୀ

ଗୁଡାରି, ୨୧/୯ (ପ୍ରମୋଦ କୁମାର ପତି): ସ୍ଥାନୀୟ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ସପ୍ତମ ଶ୍ରେଣୀ ଛାତ୍ର ଆଦିତ୍ୟ ନାରାୟଣ ଗୌଡ଼ ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ…

ମଙ୍ଗଳବାର ସୁଦ୍ଧା ଗଭୀର ଅବପାତ: ଘଣ୍ଟା ପ୍ରତି ଏତିକି କି.ମି. ବେଗରେ ପବନ, ୨୪ ଘଣ୍ଟାରେ… 

ଭୁବନେଶ୍ୱର, ୨୧।୯(ବନ୍ଦନା ସେଠୀ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଥିବା ଲଘୁଚାପ ଆହୁରି ଘନୀଭୂତ ହୋଇ ସୋମବାର ସକାଳ ୮ଟା ୩୦ରେ ପଶ୍ଚିମ-କେନ୍ଦ୍ରୀୟ ଓ ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ…

ବାପାଙ୍କୁ ପିଟିପିଟି ମାରିଲେ ପୁଅ: ଘରୋଇ ଝଗଡା ହେଲା କାଳ

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧିନ ବ୍ରାହ୍ମଣଗାଁ ଗ୍ରାମପଞ୍ଚାୟତ ତାଳବନ୍ଦ ବୁରୁଡି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳିକୁ ନେଇ…

ଶୋକାକୁଳ ପରିବେଶରେ ଅବକାରୀ ବିଭାଗର ଅଧିକାରୀଙ୍କୁ ଶେଷ ବିଦାୟ: ବଜ୍ରପାତରେ…

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଶ୍ରାନିକେତା ଗାଁର ଯୁବ ସରକାରୀ ଅଧିକାରୀ ବୌଦ୍ଧ ଜିଲାରେ ରବିବାର ବଜ୍ରପାତରେ ମୃତ୍ୟୁବରଣ କରିଥିଲେ। ସୋମବାର ତାଙ୍କ…

ଦୀପାବଳି ପୂର୍ବରୁ ମାଲାମାଲ ହେବେ ଚାଷୀ! ଆସିବାକୁ ଯାଉଛି…

ନୂଆଦିଲ୍ଲୀ, ୨୧।୯: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (PM-KISAN) ଯୋଜନାର ୨୪ତମ କିସ୍ତିକୁ ଦେଶର କୋଟି କୋଟି ଚାଷୀ ଅପେକ୍ଷା କରିଛନ୍ତି। ଏହି ଯୋଜନାର ୨୩ତମ କିସ୍ତି…

ଏହି ଜିଲାରେ ୨୪ ଯାଏ ସ୍କୁଲ ଛୁଟି ଘୋଷଣା: ଆଲର୍ଟ ରହିବାକୁ ନିର୍ଦ୍ଦେଶ

ଗଜପତି,୨୧।୯: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଧୀରେ ଧୀରେ ଗଭୀର ଅବପାତର ରୂପ ନେଇଛି। ଫଳରେ ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିଛି। ଆସନ୍ତା ୨୩ ଏବଂ ୨୪…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?