Posted inଜାତୀୟ

ମୋଦି ଦେଲେ ଭରସା

ଥିରୁଭାନନ୍ତପୁରମ୍‌,୧୭।୧୦: କେରଳରେ ପ୍ରବଳ ବର୍ଷା ଲାଗି ରହିଛି। ଅନେକ ସହରରେ ପରିସ୍ଥିତି ପରି ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ରବିବାର କୋକ୍କାୟାରରେ ଭୂସ୍ଖଳନ ପରେ ୩ଟି ମୃତଦେହ ଉଦ୍ଧାର କରାଯାଇଛି। ଏହା ସହ ରାଜ୍ୟରେ ଏପର୍ଯ୍ୟନ୍ତ ବର୍ଷା ଯୋଗୁ ୨୧ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ୨୦ରୁ ଅଧିକ ଲୋକ ନିଖୋଜ ଅଛନ୍ତି। ମୃତକଙ୍କ ମଧ୍ୟରେ ୧୩ ଜଣ କୋଟାୟମ ଏବଂ ଆଠ ଜଣ ଇଡୁକିରୁ ବୋଲି କୁହାଯାଉଛି।
ଏହି ବିପଦ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କେରଳ ସିଏମ ପିନାରାଇ ବିଜୟଙ୍କ ସହ କଥା ହୋଇ ବନ୍ୟା ପରିସ୍ଥିତି ସମୀକ୍ଷା କରିଛନ୍ତି। ପ୍ରବଳ ବର୍ଷା ଓ ଭୂସ୍ଖଳନ ପରେ ପରିସ୍ଥିତି ସମ୍ପର୍କରେ ଦୁହେଁ ଆଲୋଚନା କରିଥିଲେ। ଏଭଳି ସମୟରେ ରାଜ୍ୟକୁ ସମସ୍ତ ସହାୟତା ଦିଆଯିବ ବୋଲି ମୋଦି ମୁଖ୍ୟମନ୍ତ୍ରୀଙ୍କୁ ଭରସା ଦେଇଛନ୍ତି। ଆହତ ଏବଂ ପ୍ରଭାବିତ ଲୋକଙ୍କୁ ସାହାଯ୍ୟ କରିବା ପାଇଁ କାର୍ଯ୍ୟ କରାଯାଉଛି ବୋଲି ପ୍ରଧାନମନ୍ତ୍ରୀ ମୋଦି ଟୁଇଟ କରିଛନ୍ତି। କେରଳରେ ପ୍ରବଳ ବର୍ଷା ଓ ଭୂସ୍ଖଳନ ଯୋଗୁ କିଛି ଲୋକ ପ୍ରାଣ ହରାଇଛନ୍ତି। ସମସ୍ତଙ୍କ ସୁରକ୍ଷା ଏବଂ ସୁସ୍ଥତା ପାଇଁ ମୁଁ ପ୍ରାର୍ଥନା କରୁଛି। ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ବୋଲି ପ୍ରଧାନମନ୍ତନ୍ତ୍ରୀ ଟୁଇଟ୍‌ ଯୋଗ କହିଛନ୍ତି।
ବନ୍ୟାରୁ ଉଦ୍ଧାର ପାଇଁ ସେନା ମୁତୟନ କରାଯାଇଛି। ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ପାତନମଥିଟ୍ଟା, କୋଟାୟାମ, ଏର୍ନାକୁଲମ, ଇଡୁକି, ଥ୍ରୀସୁର ଜିଲାରେ ରେଡ ଆଲର୍ଟ ଜାରି କରାଯାଇଛି। ଥିରୁଭନନ୍ତପୁରମ, କୋଲାମ, ଆଲାପୁଜା, ପାଲକ୍କଡ, ମାଲାପୁରମ, କୋଜିକୋଡେ ଏବଂ ୱାୟନାଡ ଜିଏା ପାଇଁ ଏକ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆଦିଲ୍ଲୀ ଗସ୍ତରେ ନବୀନ; ଭେଟିପାରନ୍ତି କିଛି…

ଭୁବନେଶ୍ୱର,୧୩।୭(ସୁନିତ୍‌ ମିଶ୍ର): ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ମଙ୍ଗଳବାର ନୂଆଦିଲ୍ଲୀ ଗସ୍ତରେ ଯାଇଛନ୍ତି। ତେବେ ସେ କେତେଦିନ ଲାଗି ଗସ୍ତ କରିଛନ୍ତି…

ମା’ ସୁଭଦ୍ରାଙ୍କୁ ‘ଶ୍ରୀମତୀ’ ବୋଲି ସମ୍ବୋଧନ କଲା ଇସ୍କନ, ବାଲୁକାଶିଳ୍ପୀ ସୁଦର୍ଶନ କହିଲେ…

ପୁରୀ, ୧୪।୭: ଇସ୍କନ (ISKCON) ପକ୍ଷରୁ ପ୍ରକାଶିତ ରଥଯାତ୍ରା ବାର୍ତ୍ତାକୁ ନେଇ ଆନ୍ତର୍ଜାତିକ ଖ୍ୟାତିସମ୍ପନ୍ନ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ଏକ ଗୁରୁତ୍ୱପୂର୍ଣ୍ଣ ପରାମର୍ଶ ଦେଇଛନ୍ତି। ଇସ୍କନ…

ଜଣେ ସାଙ୍ଗ ସିନା ବଞ୍ଚିଗଲେ, ହେଲେ ଆଉ ଜଣେ ଫେରିଲେନି: ଭୀମକୁଣ୍ଡରେ ବୁଡ଼ି କେନ୍ଦ୍ରାପଡ଼ା ଯୁବକଙ୍କ ମୃତ୍ୟୁ

ପାଟଣା, ୧୪।୭ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ଭୀମକୁଣ୍ଡରେ ଆଜି ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଗାଧୋଉଥିବା…

କାଲି ଭଦ୍ରକର ସମସ୍ତ ସ୍କୁଲ ଛୁଟି, ଜାଣନ୍ତୁ କାହିଁକି ହେଲା ଏଭଳି…

ଭଦ୍ରକ, ୧୪।୭: ରାଜ୍ୟରେ ଜାରି ରହିଥିବା ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଭଦ୍ରକ ଜିଲା ପ୍ରଶାସନ ପକ୍ଷରୁ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ବର୍ଷା ଯୋଗୁ ଛାତ୍ରଛାତ୍ରୀଙ୍କ…

ନବଯୌବନ ବେଶରେ ଦର୍ଶନ ଦେଲେ ଶ୍ରୀ ଦଧିବାମନ, ଦର୍ଶନ କରିବା ପାଇଁ…

ବରଗଡ଼, ୧୪।୭ (ପ୍ରେମାନନ୍ଦ ଖମାରୀ): ଦିନକ ପରେ ପବିତ୍ର ରଥଯାତ୍ରା ଥିବାରୁ ବରଗଡ଼ ଜିଲା ଭଟଲି ଅଞ୍ଚଳ ଚଳଚଞ୍ଚଳ ହୋଇପଡ଼ିଛି। ଶ୍ରୀ ଶ୍ରୀ ଦଧିବାମନ ମହାପ୍ରଭୁଙ୍କ ରଥଯାତ୍ରା…

ଦିନ ଦ୍ବିପହରରେ ସଶସ୍ତ୍ର ଡକାୟତି ଉଦ୍ୟମ: ବନ୍ଧୁକ ମୁନରେ ଭୟଭୀତ କଲେ; ହେଲେ ଗ୍ରାମବାସୀଙ୍କ ସାହସିକତା ଯୋଗୁ…

କୋକସରା,୧୪।୭(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ବାଙ୍କିମୁଣ୍ଡା ଗ୍ରାମରେ ମଙ୍ଗଳବାର ଦିନ ଦ୍ବିପ୍ରହରରେ ଏକ ସାଂଘାତିକ ସଶସ୍ତ୍ର ଡକାୟତି ଉଦ୍ୟମ ବିଫଳ ହୋଇଛି।…

ଗ୍ୟାସ ସିଲିଣ୍ତରକୁ ନେଇ ବଡ଼ ଖବର! ମାତ୍ର ୬୭୩ ଟଙ୍କାରେ ମିଳିବ ସିଲିଣ୍ତର? ଜାଣନ୍ତୁ କିପରି କରିବେ ବୁକିଂ..

ନୂଆଦିଲ୍ଲୀ,୧୪ା୭: LPG ଗ୍ରାହକଙ୍କ ପାଇଁ ଆସିଲା ଖୁସି ଖବର । ଗ୍ୟାସକୁ ନେଇ ଆସିଛି ବଡ଼ ଅପଡେଟ୍ । କିଣିବାକୁ ଚାହୁଁଥିଲେ ଜାଣନ୍ତୁ ପୂରା ଖବର ।…

Budh Uday: ୨୫ ଜୁଲାଇ ପରେ ୫ ରାଶିଙ୍କ ବିଜନେସ୍-କ୍ୟାରିୟରରେ ହେବ ବଡ଼ ଉନ୍ନତି; ଭାଗ୍ୟବାନ ରାଶି…

୨୫ ଜୁଲାଇ, ୨୦୨୬ରେ ବୁଧ ନିଜ ରାଶି ମିଥୁନ ରାଶିରେ ଉଦୟ ହେବ, ଯାହା ଅନେକ ରାଶି ପାଇଁ ସେମାନଙ୍କ କ୍ୟାରିଅର ଏବଂ ବ୍ୟବସାୟରେ ଲାଭ ଆଣିପାରେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri