ଓଡ଼ିଶା ଆସିବା ପୂର୍ବରୁ ‘ଏକ୍ସ’ରେ ସୂଚନା ଦେଲେ ମୋଦି: ଦେବେ ବଡ଼ ଉପହାର

ନୂଆଦିଲ୍ଲୀ,୨୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଦିନିକିଆ ଝାରସୁଗୁଡ଼ା ଗସ୍ତରେ ଆସିବେ। ଝାରସୁଗୁଡ଼ାସ୍ଥିତ ଆମଲିପାଲି ପଡ଼ିଆଠାରେ ଆୟୋଜିତ ସାଧାରଣ ସଭାରେ ଯୋଗଦେଇ ପ୍ରଧାନମନ୍ତ୍ରୀ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଏବଂ ଲୋପାର୍ପଣ କରିବା କାର୍ଯ୍ୟକ୍ରମ ରହିଛି। ଏହାପୂର୍ବରୁ ଆଜି ଝାରସୁଗୁଡ଼ା ଆସୁଥିବା ନେଇ ‘ଏକ୍ସ’ରେ ସୂଚନା ଦେଇଛନ୍ତି ପ୍ରଧାନମନ୍ତ୍ରୀ। ସେ କହିଛନ୍ତି, ଝାରସୁଗୁଡାରେ ୫୦,୦୦୦ କୋଟିରୁ ଅଧିକ ମୂଲ୍ୟର ବିକାଶମୂଳକ କାର୍ଯ୍ୟର ଉଦ୍‌ଘାଟନ ହେବ। ୯୭,୫୦୦ରୁ ଅଧିକ ଟେଲିକମ ଟାୱାର କାର୍ଯ୍ୟକ୍ଷମ କରାଯିବ। ଏସବୁ ସ୍ଥାନୀୟ ପ୍ରଯୁକ୍ତି ବ୍ୟବହାର କରି ନିର୍ମିତ ହୋଇଛି। ସୀମାନ୍ତ ଅଞ୍ଚଳ, ମାଓ ପ୍ରଭାବିତ ଅଞ୍ଚଳଗୁଡ଼ିକରେ ସଂଯୋଗ ବୃଦ୍ଧି କରିବ। ରେଳ ସଂଯୋଗ, IIT ଭିତ୍ତିଭୂମି ସମ୍ପ୍ରସାରଣ, ଦକ୍ଷତା ବିକାଶ କେନ୍ଦ୍ର ଉଦ୍ଘାଟନ ରହିଛି। ଏସବୁ ଆମର ବିକଶିତ ଭାରତ ଗଠନର ଦୃଷ୍ଟିକୋଣ ସହିତ ସମନ୍ବିତ।
ସୂଚନାଯୋଗ୍ୟ, ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟକ୍ରମ ଯେପରି ସଫଳ ହେବ ସେଥିଲାଗି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୂର୍ବରୁ ଝାରସୁଗୁଡ଼ା ଗସ୍ତ କରି ସମୀକ୍ଷା କରିଛନ୍ତି। କାର୍ଯ୍ୟକ୍ରମ ସ୍ଥଳର ବ୍ୟବସ୍ଥାକୁ ମଧ୍ୟ ସେ ଗୋଟି ଗୋଟି କରି ଦେଖିବା ସହ ଯେଉଁଠି କିଛି ତ୍ରୁଟି ରହିଯାଇଛି ତୁରନ୍ତ ତାକୁ ଠିକ କରିବା ପାଇଁ ନିର୍ଦ୍ଦେଶ ଦେଇଥିବାର ଭିଡିଓ ସାମାଜିକ ଗଣମାଧ୍ୟମରୁ ଦେଖିବାକୁ ମିଳିଛି। ପ୍ରଧାନମନ୍ତ୍ରୀ ଶନିବାର ସକାଳ ୯ଟା ୨୦ମି. ସମୟରେ ନୂଆଦିଲ୍ଲୀ ବିମାନବନ୍ଦରରୁ ସ୍ବତନ୍ତ୍ର ବାୟୁସେବା ବିମାନ ଯୋଗେ ବାହାରି ଝାରସୁଗୁଡ଼ା ବିମାନବନ୍ଦରଠାରେ ପୂର୍ବାହ୍ନ ୧୧ଟା୧୦ମିନିଟ୍ରେ ପହଞ୍ଚିବେ। ସେଠାରୁ ସଡ଼କ ପଥରେ ଯାଇ ପୂର୍ବାହ୍ନ ୧୧ ଟା ୨୫ମି.ରେ ଅମଲିପାଲି ସ୍ଥିତ ପଡ଼ିଆରେ ପହଞ୍ଚି ଆୟୋଜିତ କାର୍ଯ୍ୟକ୍ରମ ସ୍ଥଳରେ ଯୋଗଦେବେ। ସେଠାରେ ପ୍ରଧାନମନ୍ତ୍ରୀ ପୂର୍ବ ନିର୍ଦ୍ଧାରଣ ଅନୁସାରେ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ, ଉଦ୍ଘାଟନ ଏବଂ ଲୋକାର୍ପଣ କରିବେ। ଏହାପରେ ଅପରାହ୍ନ ୧୨ଟା ୪୫ମି.ରେ ନୂଆଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିବା କାର୍ଯ୍ୟକ୍ରମ ରହିଛି। ଏହି କାର୍ଯ୍ୟକ୍ରମରେ ଜନସାଧାରଣ, ମହିଳା, ଛାତ୍ରୀଛାତ୍ର, ଯୁବବର୍ଗଙ୍କ ସମେତ ପ୍ରାୟ ୬୦ହଜାର ଜନସମାବେଶ ହେବା ନେଇ ଆଶା କରାଯାଉଛି। ପ୍ରଧାନମନ୍ତ୍ରୀଙ୍କ ଗସ୍ତ କାର୍ଯ୍ୟକ୍ରମକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ଝାରସୁଗୁଡ଼ାର ବିଭିନ୍ନ ସ୍ଥାନରେ ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀଙ୍କ ବ୍ୟାନର, ପୋଷ୍ଟର ଏବଂ ଫ୍ଲେକ୍ସରେ ଛାଉଣି ହୋଇସାରିଥିବା ଦେଖିବାକୁ ମିଳିଛି। ସୂଚନାଯୋଗ୍ୟ, ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟକ୍ରମ ପ୍ରଥମେ ବ୍ରହ୍ମପୁରଠାରେ ହେବ ବୋଲି ନିଷ୍ପତ୍ତି ହୋଇଥିଲା। ହେଲେ ପାଣିପାଗ ବିଭାଗ ତରଫରୁ ବର୍ଷା ହେବା ସମ୍ପର୍କରେ ପୂର୍ବାନୁମାନ ଯୋଗୁ ପରବର୍ତ୍ତୀ ସମୟରେ ଏଥିରେ ପରିବର୍ତ୍ତନ କରାଯାଇଛି।

 

Dharitri – Odisha’s No.1, Most Trusted Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?