ଓଡ଼ିଶା ଆସିବା ପୂର୍ବରୁ ‘ଏକ୍ସ’ରେ ସୂଚନା ଦେଲେ ମୋଦି: ଦେବେ ବଡ଼ ଉପହାର

ନୂଆଦିଲ୍ଲୀ,୨୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଦିନିକିଆ ଝାରସୁଗୁଡ଼ା ଗସ୍ତରେ ଆସିବେ। ଝାରସୁଗୁଡ଼ାସ୍ଥିତ ଆମଲିପାଲି ପଡ଼ିଆଠାରେ ଆୟୋଜିତ ସାଧାରଣ ସଭାରେ ଯୋଗଦେଇ ପ୍ରଧାନମନ୍ତ୍ରୀ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଏବଂ ଲୋପାର୍ପଣ କରିବା କାର୍ଯ୍ୟକ୍ରମ ରହିଛି। ଏହାପୂର୍ବରୁ ଆଜି ଝାରସୁଗୁଡ଼ା ଆସୁଥିବା ନେଇ ‘ଏକ୍ସ’ରେ ସୂଚନା ଦେଇଛନ୍ତି ପ୍ରଧାନମନ୍ତ୍ରୀ। ସେ କହିଛନ୍ତି, ଝାରସୁଗୁଡାରେ ୫୦,୦୦୦ କୋଟିରୁ ଅଧିକ ମୂଲ୍ୟର ବିକାଶମୂଳକ କାର୍ଯ୍ୟର ଉଦ୍‌ଘାଟନ ହେବ। ୯୭,୫୦୦ରୁ ଅଧିକ ଟେଲିକମ ଟାୱାର କାର୍ଯ୍ୟକ୍ଷମ କରାଯିବ। ଏସବୁ ସ୍ଥାନୀୟ ପ୍ରଯୁକ୍ତି ବ୍ୟବହାର କରି ନିର୍ମିତ ହୋଇଛି। ସୀମାନ୍ତ ଅଞ୍ଚଳ, ମାଓ ପ୍ରଭାବିତ ଅଞ୍ଚଳଗୁଡ଼ିକରେ ସଂଯୋଗ ବୃଦ୍ଧି କରିବ। ରେଳ ସଂଯୋଗ, IIT ଭିତ୍ତିଭୂମି ସମ୍ପ୍ରସାରଣ, ଦକ୍ଷତା ବିକାଶ କେନ୍ଦ୍ର ଉଦ୍ଘାଟନ ରହିଛି। ଏସବୁ ଆମର ବିକଶିତ ଭାରତ ଗଠନର ଦୃଷ୍ଟିକୋଣ ସହିତ ସମନ୍ବିତ।
ସୂଚନାଯୋଗ୍ୟ, ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟକ୍ରମ ଯେପରି ସଫଳ ହେବ ସେଥିଲାଗି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୂର୍ବରୁ ଝାରସୁଗୁଡ଼ା ଗସ୍ତ କରି ସମୀକ୍ଷା କରିଛନ୍ତି। କାର୍ଯ୍ୟକ୍ରମ ସ୍ଥଳର ବ୍ୟବସ୍ଥାକୁ ମଧ୍ୟ ସେ ଗୋଟି ଗୋଟି କରି ଦେଖିବା ସହ ଯେଉଁଠି କିଛି ତ୍ରୁଟି ରହିଯାଇଛି ତୁରନ୍ତ ତାକୁ ଠିକ କରିବା ପାଇଁ ନିର୍ଦ୍ଦେଶ ଦେଇଥିବାର ଭିଡିଓ ସାମାଜିକ ଗଣମାଧ୍ୟମରୁ ଦେଖିବାକୁ ମିଳିଛି। ପ୍ରଧାନମନ୍ତ୍ରୀ ଶନିବାର ସକାଳ ୯ଟା ୨୦ମି. ସମୟରେ ନୂଆଦିଲ୍ଲୀ ବିମାନବନ୍ଦରରୁ ସ୍ବତନ୍ତ୍ର ବାୟୁସେବା ବିମାନ ଯୋଗେ ବାହାରି ଝାରସୁଗୁଡ଼ା ବିମାନବନ୍ଦରଠାରେ ପୂର୍ବାହ୍ନ ୧୧ଟା୧୦ମିନିଟ୍ରେ ପହଞ୍ଚିବେ। ସେଠାରୁ ସଡ଼କ ପଥରେ ଯାଇ ପୂର୍ବାହ୍ନ ୧୧ ଟା ୨୫ମି.ରେ ଅମଲିପାଲି ସ୍ଥିତ ପଡ଼ିଆରେ ପହଞ୍ଚି ଆୟୋଜିତ କାର୍ଯ୍ୟକ୍ରମ ସ୍ଥଳରେ ଯୋଗଦେବେ। ସେଠାରେ ପ୍ରଧାନମନ୍ତ୍ରୀ ପୂର୍ବ ନିର୍ଦ୍ଧାରଣ ଅନୁସାରେ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ, ଉଦ୍ଘାଟନ ଏବଂ ଲୋକାର୍ପଣ କରିବେ। ଏହାପରେ ଅପରାହ୍ନ ୧୨ଟା ୪୫ମି.ରେ ନୂଆଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିବା କାର୍ଯ୍ୟକ୍ରମ ରହିଛି। ଏହି କାର୍ଯ୍ୟକ୍ରମରେ ଜନସାଧାରଣ, ମହିଳା, ଛାତ୍ରୀଛାତ୍ର, ଯୁବବର୍ଗଙ୍କ ସମେତ ପ୍ରାୟ ୬୦ହଜାର ଜନସମାବେଶ ହେବା ନେଇ ଆଶା କରାଯାଉଛି। ପ୍ରଧାନମନ୍ତ୍ରୀଙ୍କ ଗସ୍ତ କାର୍ଯ୍ୟକ୍ରମକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ଝାରସୁଗୁଡ଼ାର ବିଭିନ୍ନ ସ୍ଥାନରେ ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀଙ୍କ ବ୍ୟାନର, ପୋଷ୍ଟର ଏବଂ ଫ୍ଲେକ୍ସରେ ଛାଉଣି ହୋଇସାରିଥିବା ଦେଖିବାକୁ ମିଳିଛି। ସୂଚନାଯୋଗ୍ୟ, ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟକ୍ରମ ପ୍ରଥମେ ବ୍ରହ୍ମପୁରଠାରେ ହେବ ବୋଲି ନିଷ୍ପତ୍ତି ହୋଇଥିଲା। ହେଲେ ପାଣିପାଗ ବିଭାଗ ତରଫରୁ ବର୍ଷା ହେବା ସମ୍ପର୍କରେ ପୂର୍ବାନୁମାନ ଯୋଗୁ ପରବର୍ତ୍ତୀ ସମୟରେ ଏଥିରେ ପରିବର୍ତ୍ତନ କରାଯାଇଛି।

 

Dharitri – Odisha’s No.1, Most Trusted Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ମିଳିଲାନି ଝଡ଼ବର୍ଷା କ୍ଷତିପୂରଣ: ରାଜରାସ୍ତାକୁ ଓହ୍ଲାଇଲେ କ୍ଷତିଗ୍ରସ୍ତ

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ଚକରକେନ୍ଦ ଗ୍ରାମରେ ଗତ ଜୁଲାଇ ୨୮ ତାରିଖ ସାରେ ହୋଇଥିବା ଝଡ଼ବର୍ଷାରେ ବ୍ୟାପକ କ୍ଷୟକ୍ଷତି ହୋଇଥିଲା। ଘରଦ୍ୱାର ଭାଙ୍ଗିବା ସହିତ ଚାଷଜମି…

କଳଙ୍କିତ ଘଟଣା: ୭ ବର୍ଷର ଝିଆରୀଙ୍କୁ ବଡ଼ବାପାଙ୍କ ଯୌନ ନିର୍ଯାତନା, ପୋଲିସ ଆଗରେ ସବୁ କଥା ପ୍ରକାଶ କରିବା ପରେ…

ମହାକାଳପଡ଼ା,୫ା୯( ପ୍ରତାପ ଚନ୍ଦ୍ର ସ୍ବାଇଁ ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ତନ୍ତିଆପାଳ ସାମୁଦ୍ରିକ ଥାନା ଅଞ୍ଚଳରେ ଏକ ଅତ୍ୟନ୍ତ ସମ୍ବେଦନଶୀଳ ତଥା ହୃଦୟବିଦାରକ ଘଟଣା…

ଚିତାବାଘ, ଭାଲୁ ସହ ଜଙ୍ଗଲୀ କୁକୁରର ଭୟ…, ଏହାକୁ ଖାତିର ନକରି ଦୁଇ ଭଉଣୀଙ୍କୁ ପାଠ ପଢ଼ାଇବା ପାଇଁ ଜଙ୍ଗଲ ମଧ୍ୟରେ ୫ କିଲୋମିଟର ଚାଲି ଚାଲି ଯାଉଛନ୍ତି ଶିକ୍ଷକ

ମୁମ୍ବାଇ,୪।୯: ଜଣେ ଶିକ୍ଷକଙ୍କ ଶିକ୍ଷା ପ୍ରତି ଆଗ୍ରହ ଏବଂ ପିଲାମାନଙ୍କ ଭବିଷ୍ୟତ ଗଠନ ପ୍ରତି ତାଙ୍କର ଉତ୍ସର୍ଗତାର ଏକ ପ୍ରେରଣାଦାୟକ ଉଦାହରଣ ମହାରାଷ୍ଟ୍ରର କୋହ୍ଲାପୁର ଜିଲାରୁ ସାମ୍ନାକୁ…

‘ମୁଁ ଆପଣଙ୍କ ଛାତ୍ର, ମୋତେ…’, ଶିକ୍ଷକଙ୍କ ସହ PM ମୋଦିଙ୍କ ରୋଚକ କଥାବାର୍ତ୍ତା

ନୂଆଦିଲ୍ଲୀ,୫।୯: ଶିକ୍ଷକ ଦିବସ ଅବସରରେ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କିଛି ବିଶେଷ ଶିକ୍ଷକଙ୍କୁ ଭେଟିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ଆବାସରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ…

DAରେ ୧୮% ବୃଦ୍ଧି! ସରକାରୀ କର୍ମଚାରୀଙ୍କୁ ସରକାରଙ୍କ ‘ଜନ୍ମାଷ୍ଟମୀ ଉପହାର’

ନୂଆଦିଲ୍ଲୀ,୫।୯: ପଞ୍ଜାବର ପ୍ରାୟ ୮୫ ହଜାର ସରକାରୀ କର୍ମଚାରୀଙ୍କୁ ଜନ୍ମାଷ୍ଟମୀ ଅବସରରେ ବଡ଼ ଉପହାର ଦେବାକୁ ଯାଉଛନ୍ତି ରାଜ୍ୟ ସରକାର। ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା (DA)କୁ…

ଆଜି ଭାରତ-ପାକିସ୍ତାନ ମ୍ୟାଚ: କିଏ ଜିତିବ ବାଜି

ଦୁବାଇ, ୫।୯ (ପି.ଟି.):ଚଳିତ ଏସିଆ କପ୍‌ ମହିଳା କ୍ରିକେଟରେ ପ୍ରତୀକ୍ଷିତ ଭାରତ-ପାକିସ୍ତାନ ମ୍ୟାଚ ଶନିବାର ଅନୁଷ୍ଠିତ ହେବ। ପ୍ରଥମ ଦୁଇ ମ୍ୟାଚରେ ବିଜୟୀ ହୋଇ ସେମିଫାଇନାଲରେ ପ୍ରବେଶ…

ହଠାତ୍‌ ମୋଚିରାମଙ୍କୁ କାମୁଡ଼ିଲା ସାପ: ତା’ପରେ ଏମିତି କାମ କଲେ ଡାକ୍ତର ଆଶ୍ଚର୍ଯ୍ୟ

ଉଦଳା,୫।୯(ସନ୍ତୋଷ ବାଛିନୀ): ଅଚାନକ କାମୁଡିଲା ସାପ, ଆଉ ସାପକୁ ମାରି ତାକୁ ଧରି ମେଡିକାଲରେ ପହଁଚିଲେ ଯୁବକ। ଏଭଳି ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲା ଉଦଳା…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri