Posted inଜାତୀୟ

ନରୱେର ରାଜଦମ୍ପତିଙ୍କୁ ଓଡ଼ିଶାର କଳାକୃତି ଉପହାର ଦେଲେ ମୋଦି

ନୂଆଦିଲ୍ଲୀ, ୨୨ା୫:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିଜର ପାଞ୍ଚ ଦେଶ ଗସ୍ତର ଚତୁର୍ଥ ପର୍ଯ୍ୟାୟରେ ନରୱେର ମହାରାଜା ହାରାଲ୍ଡ (୫ମ)ଙ୍କୁ ସାକ୍ଷାତ କରିଛନ୍ତି। ଏହି ଅବସରରେ ସେ ମହାରାଜାଙ୍କୁ କଟକର ପ୍ରସିଦ୍ଧ ରୁପା ତାରକସି କାମରେ ନିର୍ମିତ ଏକ ସୁନ୍ଦର ଡଙ୍ଗା ମଡେଲ ଉପହାର ଦେଇଛନ୍ତି। ଏହାସହ ନରୱେର ମହାରାଣୀ ସୋନଜାଙ୍କୁ ଓଡ଼ିଶାର ଅନ୍ୟତମ ପ୍ରାଚୀନ ତଥା ପାରମ୍ପରିକ କଳାକୃତି ‘ତାଳପତ୍ର ପଟ୍ଟଚିତ୍ର’ ଉପହାର ସ୍ବରୂପ ପ୍ରଦାନ କରିଛନ୍ତି।
ଓଡ଼ିଶାର ଏହି ଅମୂଲ୍ୟ କଳାକୃତିକୁ ନରୱେର ରାଜଦମ୍ପତିଙ୍କୁ ଉପହାର ଦେଇ ବିଶ୍ୱ ଦରବାରରେ ରାଜ୍ୟର ଗୌରବ ବଢ଼ାଇଥିବାରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭୂୟସୀ ପ୍ରଶଂସା କରିଛନ୍ତି।
ସୋସିଆଲ ମିଡିଆ ପୋଷ୍ଟ ମାଧ୍ୟମରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ମହାରାଣୀ ସୋନଜାଙ୍କୁ ପ୍ରଦାନ କରାଯାଇଥିବା ତାଳପତ୍ର ପଟ୍ଟଚିତ୍ର ହେଉଛି ଓଡ଼ିଶାର ମନ୍ଦିର ପରମ୍ପରା ସହ ଜଡ଼ିତ ଏକ ଶ୍ରେଷ୍ଠ କଳାକୃତି। ଏହା ଶତାବ୍ଦୀ ଶତାବ୍ଦୀର ସୂକ୍ଷ୍ମ କାରିଗରି ଏବଂ ଭକ୍ତିପୂର୍ଣ୍ଣ କଳାର ଏକ ଜ୍ୱଳନ୍ତ ପ୍ରମାଣ। କଟକର ପ୍ରସିଦ୍ଧ ତାରକସି ଶିଳ୍ପରେ ନିର୍ମିିତ ରୁପାର ଡଙ୍ଗା, ଯେଉଁଠାରେ ଦକ୍ଷ କାରିଗରମାନେ ରୁପାର ସୂକ୍ଷ୍ମ ସୂତାକୁ ଏକ ଚିତ୍ତାକର୍ଷକ ରୂପ ଦେଇଛନ୍ତି, ତାହା ଭାରତର ସମୃଦ୍ଧ ସାମୁଦ୍ରିକ ଐତିହ୍ୟ ଏବଂ ଦୁଇ ଦେଶ ମଧ୍ୟରେ ଥିବା ବନ୍ଧୁତ୍ୱର ପ୍ରତୀକକୁ ଦର୍ଶାଉଛି। ‘ତାଳପତ୍ର ପଟ୍ଟଚିତ୍ର’ ବା ‘ତାଳପତ୍ର ଚିତ୍ର’ ଓଡ଼ିଶାର ସବୁଠାରୁ ପ୍ରାଚୀନ ଏବଂ ଜଟିଳ କଳା ମଧ୍ୟରୁ ଅନ୍ୟତମ। ଏଥିରେ କପଡ଼ା ବଦଳରେ ତାଳପତ୍ର ଉପରେ ସୂକ୍ଷ୍ମ ଭାବେ ଖୋଦେଇ କରି ଚିତ୍ର ପ୍ରସ୍ତୁତ କରାଯାଇଥାଏ। ସୂତାଦ୍ୱାରା ଯୋଡ଼ାଯାଇଥିବା ଏହି ତାଳପତ୍ର ଗୁଡ଼ିକରେ କାହାଣୀ, ସୁନ୍ଦର ଅକ୍ଷର ଏବଂ ଶାସ୍ତ୍ରୀୟ ପ୍ରତିମାଶିଳ୍ପର ଏକ ଅପୂର୍ବ ସମନ୍ବୟ ଦେଖିବାକୁ ମିଳେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ହାଇଜମ୍ପରେ ସ୍ବର୍ଣ୍ଣପଦକ ଜିତିଲେ ରୁକ୍ମିଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଭଞ୍ଜନଗର,୬।୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ ବାହାଡ଼ାପଦର ଉଚ୍ଚ ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ରୀ ରୁକ୍ମିଣୀ ବିଷୋୟୀ ରାଜ୍ୟସ୍ତରୀୟ ହାଇଜମ୍ପ ପ୍ରତିଯୋଗିତାରେ ସ୍ବର୍ଣ୍ଣପଦକ…

ସେଣ୍ଟ୍ରାଲ ମୁମ୍ବାଇର ବସ୍‌ ଡିପୋରେ ଭୟଙ୍କର ଅଗ୍ନିକାଣ୍ଡ

ମୁମ୍ବାଇ,୧୦।୫: ସେଣ୍ଟ୍ରାଲ ମୁମ୍ବାଇର ଏକ ବସ୍‌ ଡିପୋରେ ସୋମବାର ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡlରେ ଗୋଟିଏ କି ଦୁଇଟି ନୁହେଁ, ୧୦ଟି ବସ୍‌ ପୋଡ଼ି ପାଉଁଶ…

ହୋଟେଲରୁ ଫିଲ୍ମ ନିର୍ଦ୍ଦେଶକଙ୍କ ମୃତଦେହ ଜବତ, ପୋଲିସର ତଦନ୍ତ ଜାରି

ଭୁବନେଶ୍ୱର,୫।୧୦(ତ୍ରିନାଥ ମହାନ୍ତି): ଭରତପୁର ଥାନା ଅଧୀନ କଳିଙ୍ଗ ବିହାର ଅଞ୍ଚଳରେ ଥିବା ଏକ ହୋଟେଲ୍‌ରୁ ଫିଲ୍ମ ନିର୍ଦ୍ଦେଶକ ଏସ୍‌.କେ. ମୂରଲୀଧରନଙ୍କ ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ଘଟିଛି। ଖବର…

ଥାଇଲାଣ୍ଡରେ ବନ୍ୟା, ୩୧ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

ବ୍ୟାଙ୍କକ୍‌, ୫।୧୦: ଥାଇଲାଣ୍ଡରେ ପ୍ରବଳ ବର୍ଷା ଏବଂ ଆକସ୍ମିକ ବନ୍ୟା ଆସିବା ନେଇ ଚେତାବନୀ ଜାରି କରାଯାଇଛି। ସେପ୍ଟେମ୍ବର ୧୬ରୁ ଦେଶବ୍ୟାପୀ ବନ୍ୟା ଯୋଗୁ ମୃତ୍ୟୁସଂଖ୍ୟା ୩୧କୁ…

ବଡ଼ ସଫଳତା:୫ ଶାବକ ଜନ୍ମଦେଲା ଭାରତରେ ଜନ୍ମିତ ଚିତା

ନୂଆଦିଲ୍ଲୀ,୫ା୧୦:ଭାରତରେ ଜନ୍ମିତ ଚିତା ସୋମବାର ମଧ୍ୟପ୍ରଦେଶର କୁନୋ ଜାତୀୟ ଉଦ୍ୟାନରେ ୫ଟି ଶାବକ ଜନ୍ମ ଦେଇଛି, ଯାହାକି ପ୍ରୋଜେକ୍ଟ ଚିତା ପାଇଁ ଏକ ବଡ଼ ସଫଳତା। ଶାବକମାନଙ୍କ…

ଛାତ୍ର ସଂସଦ ନିର୍ବାଚନ ଘୋଷଣା: ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଉତ୍ସବର ମାହୋଲ

ଭବାନୀପାଟଣା, ୫।୧୦ (ଉତ୍ତମ କୁମାର ଦାଶ): ଦୀର୍ଘ ୮ ବର୍ଷର ଅପେକ୍ଷାର ଅନ୍ତ ଘଟାଇ ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଆନୁଷ୍ଠାନିକ ଘୋଷଣା ହେବା ପରେ…

ଟିମ ଇଣ୍ଡିଆରୁ ବାଦ ପଡ଼ିବା ପରେ ବଡ଼ ନିଷ୍ପତ୍ତି ନେଲେ ସୂର୍ଯ୍ୟକୁମାର: ଏବେ କରିବେ ଏହି କାମ

ମୁମ୍ବାଇ,୫।୧୦: ଭାରତୀୟ ଟି-୨୦ ଦଳର ଅଧିନାୟକ ପଦ ହରାଇବା ସହ ଜାତୀୟ ଦଳରୁ ବାଦ ପଡ଼ିବା ପରେ ନିଜ ଫର୍ମ ଫେରାଇବା ପାଇଁ ଘରୋଇ କ୍ରିକେଟକୁ ଫେରୁଛନ୍ତି…

ଗାଁରେ ଚାଲିଥିଲା ଜୁଆ ଖେଳ: ମାଡ଼ିବସିଲା ପୋଲିସ, ଆଉ ତା’ପରେ…

ଦିଗପହଣ୍ଡି,୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗାଁରେ ଜୁଆ ଖେଳ ଚାଲିଥିଲା। ଖବର ପାଇ ଦିଗପହଣ୍ଡି ପୋଲିସର ଏକ ଟିମ୍‌ ଚଢ଼ାଉ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?