Posted inଜାତୀୟ

ଲକ୍‌ଡାଉନ ସମୟରେ କେତେ ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ ହୋଇଛି ଜାଣି ନାହାନ୍ତି ସରକାର

ନୂଆଦିଲ୍ଲୀ,୧୪ ।୯: ପାର୍ଲାମେଣ୍ଟର ମୌସୁମୀ ଅଧିବେଶନ ସୋମବାର ଆରମ୍ଭ ହୋଇଛି । ଏଥିରେ ବିରୋଧି ଲିଖିତ ଭାବେ ପ୍ରଶ୍ନ ପଚାରୁଛନ୍ତି । କରୋନା ସଙ୍କଟ ଓ ଲକ୍‌ଡାଉନ ସମୟରେ ପ୍ରବାସୀ ଶ୍ରମିକ ବହୁ ଅସୁବିଧାର ସମ୍ମୁଖୀନ ହୋଇଛନ୍ତି । ଏହାକୁ ନେଇ ବିରୋଧି ସରକାରଙ୍କୁ ପ୍ରଶ୍ନ କରିଛନ୍ତି । ବିରୋଧିଙ୍କ ପ୍ରଶ୍ନ ରହିଥିଲା ଲକ୍‌ଡାଉନ ଓ କରୋନା ସଙ୍କଟ ସମୟରେ କେତେ ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ ହୋଇଛି । ହେଲେ ସରକାରଙ୍କ ଉତ୍ତର ଥିଲା ଏଭଳି କୌଣସି ଡାଟା ସରକାରଙ୍କ ପାଖରେ ନାର୍ହି । ତେବେ ଲକ୍‌ଡାଉନ ସମୟରେ ହଜାର ହଜାର ଶ୍ରମିକଙ୍କ ମୃତ୍ୟୁ ଖବର ସାମ୍ନାକୁ ଆସିଥିଲା । ଏହାସହ ସମସ୍ତ ରାଶନ କାର୍ଡଧାରୀଙ୍କୁ ସରକାର ମାଗଣାରେ ଖାଦ୍ୟ ଯୋଗାଇ ଦେଇଛନ୍ତି କି ନା ତାହା ମଧ୍ୟ ଜାଣିବାକୁ ଚାହିଁଛି ବିରୋଧି । ଯଦି ସମସ୍ତଙ୍କୁ ମାଗଣା ଖାଦ୍ୟ ଯୋଗେଇ ଦିଆଯାଇଛି ତେବେ ସରକାର ଏହାର ତଥ୍ୟ ରଖନ୍ତୁ ବୋଲି ବିରୋଧି ଦାବି କରିଛି । ଏହାସହ କରୋନା ସମୟରେ ସରକାର କି କି ପଦକ୍ଷେପ ନେଇଛନ୍ତି ତାହାର ମଧ୍ୟ ତଥ୍ୟ ମାଗିଛି ବିରୋଧି । ମାଗଣା ଖାଦ୍ୟକୁ ନେଇ କୌଣସି ତଥ୍ୟ ନ ଥିବା ବେଳେ ୮୦ କୋଟି ଲୋକଙ୍କୁ ୫ କିଲୋ ଅତିରିକ୍ତ ଚାଉଳ, ଗହମ, ୧ କିଲୋ ଡାଲି ନଭେମ୍ବର ୨୦୨୦ ସୁଦ୍ଧା ଯୋଗାଇ ଦିଆଯିବ ବୋଲି ସରକାର କହିଛନ୍ତି । ଏହାସହ ଗରିବ କଲ୍ୟାଣ ଯୋଜନା, ଆତ୍ମନିର୍ଭର ଭାରତ ପ୍ୟାକେଜ, ଇପିଏଫ୍ ସ୍କିମ ଲାଗୁ କରାଯିବ ବୋଲି ସରକାରକ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଧୋନୀ, କପିଲଙ୍କୁ କ୍ଷମା ମାଗିଲେ ଯୁବରାଜ, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୩ା୪: କିମ୍ୱଦନ୍ତୀ ଅଲରାଉଣ୍ଡର ଯୁବରାଜ ସିଂଙ୍କ ବାପା ଯୋଗରାଜ ସିଂ କିଛି ବର୍ଷ ତଳେ ଦେଶର ଦୁଇ ମହାନ୍‌ କ୍ରିକେଟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଓ…

ଥମୁନି ଦାଦନ ଦୁଖଃ: ତାମିଲନାଡୁରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର,୩ା୪(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ କୋଳିହଳା ଗ୍ରାମର ଜଣେ ଦାଦନ ଶ୍ରମିକଙ୍କ କୋଏମ୍ୱାଟୁରରେ ହୃଦ୍‌ଘାତରେ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ବେହେରା(୪୫)।…

ଏମିତି ବି ଆସେ ମୃତ୍ୟୁ: ରାତିରେ ଖାଇପିଇ ଶୋଇଲେ ସକାଳକୁ…

ପାତ୍ରପୁର,୩।୪(ଉମାଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ କୋଳିହଳା ଗ୍ରାମର ବାସୁଦେବ ବେହେରା(୪୫)କୋଏମ୍ବାଟୁରର ଏକ ସୁତା କଳରେ ଦାଦନ ଖଟୁଥିବା ବେଳେ ଗୁରୁବାର ରାତିରେ ହୃଦଘାତରେ ତାଙ୍କର…

ବନ୍ଧୁ ମିଳନ ନାମରେ ବଳ କଷିଲେ ଯୁବ ଗୋଷ୍ଠୀ: ସାମିଲ ହେଲେ ଶହ ଶହ…

ଗଞ୍ଜାମ,୩।୪(ବିଦ୍ୟାଧର ସାହୁ ): ୧୬ ନଂ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ମା’ ଏଲେମା ମନ୍ଦିର ପ୍ରାଙ୍ଗଣରେ ଗଞ୍ଜାମ ସହରର ଏକ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଶୁକ୍ରବାର…

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

ମାମୁଁ ଘରକୁ ଆସି ଗତକାଲିଠୁ ଥିଲେ ନିଖୋଜ: ଆଜି କେନାଲରୁ ମିଳିଲା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ପଟ୍ଟାମୁଣ୍ଡାଇ ୩।୪(କଳ୍ପତରୁ ନାୟକ) କେନ୍ଦ୍ରାପଡା ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗୁରୁବାର ପୂର୍ବାହ୍ନରୁ ନିଖୋଜ ଥିବା ଜଣେ ୭ ବର୍ଷୀୟ ନାବାଳିକା ସ୍କୁଲ…

ଇସ୍ରାଏଲକୁ ‘ପଙ୍ଗୁ’ କରିଦେଲା ଇରାନ: IDF ‘ଗୁପ୍ତଚର’ଙ୍କୁ ତାଲିମ ଦେଇଥିବା କାରଖାନାକୁ ଉଡ଼ାଇ ଦେଲା

ତେହରାନ,୩।୪: ଇରାନ ପୁଣିଥରେ ଇସ୍ରାଏଲର ଏକ ଉଚ୍ଚ-ପ୍ରଯୁକ୍ତି ପ୍ରତିରକ୍ଷା କେନ୍ଦ୍ର ଉପରେ ଏକ ସଠିକ ବାଲିଷ୍ଟିକ କ୍ଷେପଣାସ୍ତ୍ର ଆକ୍ରମଣ କରିଛି। ଏଥର, ଟାର୍ଗେଟ ଥିଲା ପେଟାହ ଟିକଭା…

ଆମେରିକାକୁ ଇରାନର ଖୋଲା ଧମକ, କହିଲା ‘ଆମେ ଆମେରିକାକୁ ପ୍ରସ୍ତର ଯୁଗଠାରୁ ବି ପୂର୍ବ ଯୁଗକୁ ଫେରାଇ ଦେବୁ’

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଏବେ ଆହୁରି ବିପଦପୂର୍ଣ୍ଣ ପର୍ଯ୍ୟାୟରେ ପ୍ରବେଶ କରିଛି। ଏହି ମୁକାବିଲା ଆଉ କେବଳ ଦୁଇଟି ରାଷ୍ଟ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri