ମହାମାରୀ ତାଣ୍ଡବ ଚେତାବନୀକୁ ଅଣଦେଖା କରିଛନ୍ତି ମୋଦି ସରକାର…

ନୂଆଦିଲ୍ଲୀ,୧।୫: ଭାରତରେ କରୋନା ମହାମାରୀ ଯୋଗୁ ପ୍ରତିଦିନ ମୃତ୍ୟୁ ସଂଖ୍ୟା ସହିତ ସମତାଳରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଚାଲିଛି। ଫଳରେ ଦେଶର ବିଭିନ୍ନ ଶ୍ମଶାନରେ ଚିତା ଲିଭିବାର ନାଁ ଧରୁନି। ଦେଶରେ ଏଭଳି ସ୍ଥିତି ସୃଷ୍ଟି ହେବ ବୋଲି ମାର୍ଚ୍ଚ ଆରମ୍ଭରେ ବୈଜ୍ଞାନିକମାନଙ୍କ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଥିଲା। ତେବେ ଏହାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଅଣଦେଖା କରିଥିବା ଗଣମାଧ୍ୟମ ସଂସ୍ଥା ରଏଟରରେ ପ୍ରକାଶିତ ଏକ ରିପୋର୍ଟରେ ଉଲ୍ଲେଖ କରାଯାଇଛି। ଏଭଳି ରିପୋର୍ଟ ୟୁଏସ୍‌ ନ୍ୟୁଜ୍‌ ସହିତ ଅନ୍ୟ ଖ୍ୟାତି ସମ୍ପନ୍ନ ଗଣମାଧ୍ୟମ ସଂସ୍ଥା ପକ୍ଷରୁ ମଧ୍ୟ ପ୍ରକାଶ ପାଇଛି। ଇଣ୍ଡିଆନ୍‌ ସାର୍ସ-କୋଭ୍‌-୨ ଜେନେଟିକ୍ସ୍‌ କନସୋର୍ଟିୟମ (ଇନସାକୋଗ୍‌) ପକ୍ଷରୁ ଦେଶରେ ଦ୍ୱିତୀୟ ଲହରର ଭୟଙ୍କର ରୂପ ସମ୍ପର୍କରେ ରିପୋର୍ଟ ପ୍ରକାଶ କରାଯାଇଥିଲା। ତେବେ ଏହାକୁ ଅଣଦେଖା କରି ସରକାର କୁମ୍ଭମେଳା ସମେତ ଅନ୍ୟ ଧାର୍ମିକ ଉତ୍ସବ ପାଳନ କରିବାକୁ ଅନୁମତି ଦେବା ସହିତ ନିର୍ବାଚନ ରାଲିମାନ କରିଥିଲେ। ସେହିପରି କୃଷି ଆଇନ ବିରୋଧରେ ପ୍ରଦର୍ଶନ ମଧ୍ୟ ଜାରି ରହିଥିଲା। ଅପରପକ୍ଷରେ ଲୋକେ କରୋନାର ଭୟାବହତା ଭୁଲି ମାସ୍କ୍‌ ପିନ୍ଧିବା ଏବଂ ସାମାଜିକ ଦୂରତା ବଜାୟ ରଖିବା ପ୍ରତି ସଚେତନ ହୋଇ ନ ଥିଲେ। ଏନେଇ କେନ୍ଦ୍ର ତଥା ବିଭିନ୍ନ ରାଜ୍ୟ ସରକାରଙ୍କ ପକ୍ଷରୁ କୌଣସି କଡ଼ା ପଦକ୍ଷେପ ମଧ୍ୟ ଗ୍ରହଣ କରାଯାଇ ନ ଥିଲା। ଏହାର ଫଳ ସ୍ବରୂପ କରୋନା ମହାମାରୀ ଭାରତରେ ତାଣ୍ଡବ ରଚିଥିବା ରଏଟର କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଲୋକ ସଭା ପରେ ରାଜ୍ୟ ସଭାରେ ବି ମୋହର; ପାରିତ ହେଲା ‘ଆଣ୍ଟି-ପେପର ଲିକ୍ ବିଲ୍’, ଦୋଷୀଙ୍କୁ ହେବ ୧୦ ବର୍ଷ ଜେଲ୍

ନୂଆଦିଲ୍ଲୀ,୩୦।୭: ଲୋକ ସଭାରେ ଆଣ୍ଟି-ପେପର ଲିକ୍ ବିଲ୍ ଗୃହୀତ ହେବା ପରେ, ରାଜ୍ୟ ସଭାରେ ପାସ୍ ହୋଇଛି। ଅଧ୍ୟକ୍ଷ ସି.ଭି. ରାଧାକୃଷ୍ଣନ୍ ଏହାକୁ ଭଏସ୍ ଭୋଟ୍ ଦ୍ୱାରା…

ରକ୍ଷାବନ୍ଧନ ପୂର୍ବରୁ ବଡ଼ ଝଟକା! ପୋଷ୍ଟ ଅଫିସ ବଢ଼ାଇଲା ସ୍ପିଡ୍ ପୋଷ୍ଟ ଦର, ଜାଣିନିଅନ୍ତୁ କେତେ…

ନୂଆଦିଲ୍ଲୀ,୩୦।୭: ଆଜି ମଧ୍ୟ, ବହୁ ସଂଖ୍ୟକ ଲୋକ ପାନ୍, ଆଧାର କିମ୍ବା ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ ପଠାଇବା ପାଇଁ ସ୍ପିଡ୍ ପୋଷ୍ଟ ବ୍ୟବହାର କରିବାକୁ ପସନ୍ଦ କରନ୍ତି…

୪୮ ଘଣ୍ଟା ପାଇଁ ଧବଳେଶ୍ବର ପୀଠକୁ ଯିବା ମନା: ଲାଗିଲା ପ୍ରଶାସନିକ କଟକଣା

ଆଠଗଡ଼, ୩୦।୭: ଆଠଗଡ଼ର ପ୍ରସିଦ୍ଧ ଶୈବପୀଠ ବାବା ଧବଳେଶ୍ବରଙ୍କ ପୀଠକୁ ଗୁରୁବାର ଅପରାହ୍ଣ ୪ଟାରୁ ପରବର୍ତ୍ତୀ ୪୮ ଘଣ୍ଟା ପାଇଁ ଶ୍ରଦ୍ଧାଳୁଙ୍କ ଯିବା ଆସିବା ସମ୍ପୂର୍ଣ୍ଣ ବାରଣ…

କକରୋଚ୍ ଜନତା ପାର୍ଟି ଆନ୍ଦୋଳନ ଉପରେ ହେବ ଫିଲ୍ମ: ୨୦୨୭ରେ ହେବ ରିଲିଜ୍‌, ଜାଣନ୍ତୁ କିଏ କରିବେ ଅଭିନୟ?

ଦିଲ୍ଲୀର ଜନ୍ତର-ମନ୍ତରରେ ‘କକରୋଚ୍ ଜନତା ପାର୍ଟି’ (CJP) ର ଆନ୍ଦୋଳନ ସାରା ଦେଶର ଧ୍ୟାନ ଆକର୍ଷଣ କରିଥିଲା। ଦେଶସାରାର ଯୁବକମାନେ ଏହି ଆନ୍ଦୋଳନର ଅଂଶବିଶେଷ ହୋଇଥିଲେ ଏବଂ…

ସାହସ ଦେଖି ସମସ୍ତେ ଆଶ୍ଚର୍ଯ୍ୟ! ଚଳନ୍ତା ବସ୍‌ ଆଗରେ ଛିଡା ହୋଇଗଲେ ACP ମୋନିକା, ଜାଣନ୍ତୁ କାରଣ

ଭୋପାଳ,୩୦।୭: ମଧ୍ୟପ୍ରଦେଶର ଭୋପାଳରେ କୃଷକ ଆନ୍ଦୋଳନ ସମୟରେ ACP ମୋନିକା ଶୁକ୍ଲାଙ୍କ ସାହସିକ ପଦକ୍ଷେପ ଏବେ ସୋସିଆଲ ମିଡିଆରେ ଚର୍ଚ୍ଚାର ବିଷୟ ପାଲଟିଛି । ଆନ୍ଦୋଳନକାରୀମାନେ ବ୍ୟାରିକେଡ୍…

ସମୁଦ୍ର ଗଭୀରରେ ଭାରତର ସବୁଠାରୁ ବଡ଼ ସନ୍ଧାନ! ମିଳିବ କି ଶ୍ରୀକୃଷ୍ଣଙ୍କ ଦ୍ୱାରକା? ୨୦୩୦ ଯାଏଁ ଚାଲିବ…

ସମୁଦ୍ରର ଗଭୀରତାରେ ଲୁଚି ରହିଥିବା ଭାରତର ପ୍ରାଚୀନ ଇତିହାସକୁ ସାମ୍ନାକୁ ଆଣିବା ପାଇଁ କେନ୍ଦ୍ର ସରକାର ଏକ ବଡ଼ ଅଭିଯାନ ଆରମ୍ଭ କରିଛନ୍ତି। ବର୍ଷ ୨୦୩୦ ପର୍ଯ୍ୟନ୍ତ…

ଗୋରୁ ବୋଝେଇ ଗାଡ଼ି ସହ ୨ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ, ହାଟରେ ବିକ୍ରି ପାଇଁ ନେଉଥିଲେ

ଦିଗପହଣ୍ଡି,୩୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଓ ସାନଖେମୁଣ୍ଡି ଅଞ୍ଚଳରେ କିଛି ଗୋରୁ ବେପାରୀ ଗତ କିଛିଦିନ ହେଲା ବେଧଡକ ଭାବେ ବେଆଇନ ଗୋରୁ ବ୍ୟବସାୟ…

ପେଲେଟ୍ ଗନ୍ କ’ଣ, ଏହା କେତେ ଘାତକ? କେଉଁ ପରିସ୍ଥିତିରେ ବ୍ୟବହାର ହୁଏ ଜାଣନ୍ତୁ

ନୂଆଦିଲ୍ଲୀ,୩୦।୭: ସଂସଦରେ ଆଣ୍ଟି ପେପର ଲିକ୍ ବିଲ୍ ଉପରେ ଆଲୋଚନା ସମୟରେ ପେଲେଟ୍ ଗନ୍ ପ୍ରସଙ୍ଗକୁ ନେଇ ଶାସକ ଓ ବିରୋଧୀଙ୍କ ମଧ୍ୟରେ ତୀବ୍ର ବାକ୍‌ଯୁଦ୍ଧ ଦେଖିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri