ମହାମାରୀ ତାଣ୍ଡବ ଚେତାବନୀକୁ ଅଣଦେଖା କରିଛନ୍ତି ମୋଦି ସରକାର…

ନୂଆଦିଲ୍ଲୀ,୧।୫: ଭାରତରେ କରୋନା ମହାମାରୀ ଯୋଗୁ ପ୍ରତିଦିନ ମୃତ୍ୟୁ ସଂଖ୍ୟା ସହିତ ସମତାଳରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଚାଲିଛି। ଫଳରେ ଦେଶର ବିଭିନ୍ନ ଶ୍ମଶାନରେ ଚିତା ଲିଭିବାର ନାଁ ଧରୁନି। ଦେଶରେ ଏଭଳି ସ୍ଥିତି ସୃଷ୍ଟି ହେବ ବୋଲି ମାର୍ଚ୍ଚ ଆରମ୍ଭରେ ବୈଜ୍ଞାନିକମାନଙ୍କ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଥିଲା। ତେବେ ଏହାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଅଣଦେଖା କରିଥିବା ଗଣମାଧ୍ୟମ ସଂସ୍ଥା ରଏଟରରେ ପ୍ରକାଶିତ ଏକ ରିପୋର୍ଟରେ ଉଲ୍ଲେଖ କରାଯାଇଛି। ଏଭଳି ରିପୋର୍ଟ ୟୁଏସ୍‌ ନ୍ୟୁଜ୍‌ ସହିତ ଅନ୍ୟ ଖ୍ୟାତି ସମ୍ପନ୍ନ ଗଣମାଧ୍ୟମ ସଂସ୍ଥା ପକ୍ଷରୁ ମଧ୍ୟ ପ୍ରକାଶ ପାଇଛି। ଇଣ୍ଡିଆନ୍‌ ସାର୍ସ-କୋଭ୍‌-୨ ଜେନେଟିକ୍ସ୍‌ କନସୋର୍ଟିୟମ (ଇନସାକୋଗ୍‌) ପକ୍ଷରୁ ଦେଶରେ ଦ୍ୱିତୀୟ ଲହରର ଭୟଙ୍କର ରୂପ ସମ୍ପର୍କରେ ରିପୋର୍ଟ ପ୍ରକାଶ କରାଯାଇଥିଲା। ତେବେ ଏହାକୁ ଅଣଦେଖା କରି ସରକାର କୁମ୍ଭମେଳା ସମେତ ଅନ୍ୟ ଧାର୍ମିକ ଉତ୍ସବ ପାଳନ କରିବାକୁ ଅନୁମତି ଦେବା ସହିତ ନିର୍ବାଚନ ରାଲିମାନ କରିଥିଲେ। ସେହିପରି କୃଷି ଆଇନ ବିରୋଧରେ ପ୍ରଦର୍ଶନ ମଧ୍ୟ ଜାରି ରହିଥିଲା। ଅପରପକ୍ଷରେ ଲୋକେ କରୋନାର ଭୟାବହତା ଭୁଲି ମାସ୍କ୍‌ ପିନ୍ଧିବା ଏବଂ ସାମାଜିକ ଦୂରତା ବଜାୟ ରଖିବା ପ୍ରତି ସଚେତନ ହୋଇ ନ ଥିଲେ। ଏନେଇ କେନ୍ଦ୍ର ତଥା ବିଭିନ୍ନ ରାଜ୍ୟ ସରକାରଙ୍କ ପକ୍ଷରୁ କୌଣସି କଡ଼ା ପଦକ୍ଷେପ ମଧ୍ୟ ଗ୍ରହଣ କରାଯାଇ ନ ଥିଲା। ଏହାର ଫଳ ସ୍ବରୂପ କରୋନା ମହାମାରୀ ଭାରତରେ ତାଣ୍ଡବ ରଚିଥିବା ରଏଟର କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଗଣତନ୍ତ୍ର ପାଇଁ ବିଜୟର ଦିନ:ମୋଦି

ନୂଆଦିଲ୍ଲୀ,୨୬।୪: ଲୋକ ସଭା ନିର୍ବାଚନର ତୃତୀୟ ପର୍ଯ୍ୟାୟରେ ପ୍ରଚାର ଚାଲିଛି। ତୃତୀୟ ପର୍ଯ୍ୟାୟରେ ବିହାରର ଅରାରିଆରେ ଏକ ରାଲିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମ୍ବୋଧିତ କରିଛନ୍ତି।...

ସନ୍ଦେଶଖାଲି ମାମଲାରେ ସିବିଆଇ ଚଢ଼ାଉ

କୋଲକାତା,୨୬ା୪: କେନ୍ଦ୍ରୀୟ ଅନୁସନ୍ଧାନ ଏଜେନ୍ସି (ସିବିଆଇ) ପଶ୍ଚିମବଙ୍ଗର ସନ୍ଦେଶଖାଲି ମାମଲାରେ ଶୁକ୍ରବାର ଅନେକ ସ୍ଥାନରେ ଚଢ଼ାଉ କରିଛି। ଅନୁସନ୍ଧାନକାରୀ ସଂସ୍ଥା ବହୁ ପରିମାଣର ଅସ୍ତ୍ରଶସ୍ତ୍ର ଏବଂ...

ନୋଟାକୁ ସର୍ବାଧିକ ଭୋଟ ମିଳିବାରୁ ପୁନର୍ବାର ନିର୍ବାଚନ କରିବାକୁ ଦାବି, ନିର୍ବାଚନ କମିଶନଙ୍କୁ ଜବାବ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୬।୪: ଭୋଟ ସମ୍ବନ୍ଧୀୟ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଶୁକ୍ରବାର ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ଦ୍ୱିତୀୟ ପର୍ଯ୍ୟାୟ ଭୋଟ ସମୟରେ ସୁପ୍ରିମକୋର୍ଟରେ ଶୁଣାଣି ହୋଇଥିଲା।...

ସିସୋଡିଆଙ୍କୁ ଝଟ୍‌କା, ମେ’ ୮ ପର୍ଯ୍ୟନ୍ତ ରହିବେ ଜେଲରେ

ନୂଆଦିଲ୍ଲୀ,୨୬।୪: ଦିଲ୍ଲୀ ଏକ୍ସାଇଜ ମାମଲାରେ ହୋଇଥିବା ଦୁର୍ନୀତି ସହ ଜଡିତ ମନି ଲଣ୍ଡରିଂ ମାମଲାରେ ମନୀଷ ସିସୋଡିଆଙ୍କ ନ୍ୟାୟିକ ହେପାଜତକୁ ଆସନ୍ତା ମେ ୮ ପର୍ଯ୍ୟନ୍ତ...

ରାହୁଲଙ୍କୁ ଶାହାଙ୍କ ପ୍ରଶ୍ନ

ନୂଆଦିଲ୍ଲୀ,୨୬।୪: ଲୋକ ସଭା ନିର୍ବାଚନ ପାଇଁ ଚାଲିଥିବା ଦ୍ୱିତୀୟ ପର୍ଯ୍ୟାୟ ମତଦାନ ମଧ୍ୟରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା କଂଗ୍ରେସକୁ ଟାର୍ଗେଟ କରିଛନ୍ତି। ସେ ଦାବି କରିଛନ୍ତି...

ପୂର୍ବାହ୍ନ ୧୧ଟା ସୁଦ୍ଧା ଏହି ରାଜ୍ୟରେ ହୋଇଛି ସବୁଠୁ ଅଧିକ ମତଦାନ

ନୂଆଦିଲ୍ଲୀ,୨୬ା୪: ଆଜି ଅର୍ଥାତ୍‌ ଏପ୍ରିଲ ୨୬ରେ ଲୋକ ସଭାର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ମତଦାନ ଚାଲିଛି। ଏହି ପର୍ଯ୍ୟାୟରେ ୧୨୦୦ରୁ ଅଧିକ ପ୍ରାର୍ଥୀ ୧୩ଟି ରାଜ୍ୟର...

ପଶ୍ଚିମବଙ୍ଗରେ ଟିଏମସି ଘୋଟାଲା କରୁଛି: ମୋଦି

କୋଲକାତା,୨୬।୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଭୋଟ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ପଶ୍ଚିମବଙ୍ଗର ମାଲଦାଠାରେ ଏକ ସାଧାରଣ ସଭାକୁ ସମ୍ବୋଧିତ କରିଛନ୍ତି।...

ମମତା ଗଡ଼ରେ ମୋଦିଙ୍କ ହୁଙ୍କାର

ନୂଆଦିଲ୍ଲୀ,୨୬ା୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଭୋଟ୍‌ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ପଶ୍ଚିମବଙ୍ଗର ମାଲଦାଠାରେ ଏକ ସାଧାରଣ ସଭାରେ ସମ୍ବୋଧିତ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri