‘ଯୋଜନାବଦ୍ଧ ଭାବେ ସୈନ୍ୟବାହିନୀକୁ ଦୁର୍ବଳ କରୁଛନ୍ତି ମୋଦି ସରକାର’

ଭୁବନେଶ୍ୱର,୨୭ା୬(ବ୍ୟୁରୋ): ଦେଶର ସୈନ୍ୟବାହିନୀକୁ ଯୋଜନାବଦ୍ଧ ଭାବେ ଦୁର୍ବଳ କରିବାକୁ କେନ୍ଦ୍ର ସରକାରଙ୍କ ପ୍ରଚେଷ୍ଟାକୁ କେବେହେଲେ ବରଦାସ୍ତ କରାଯିବ ନାହିଁ। ଦେଶର ସେନା ଓ ଯୁବବର୍ଗଙ୍କ ଭବିଷ୍ୟତକୁ ଅଗ୍ନିପଥ ଯୋଜନା ମାଧ୍ୟମରେ ଅନ୍ଧକାର ଭିତରକୁ ଠେଲି ଦେବାକୁ କେନ୍ଦ୍ର ସରକାର ଯେଉଁ ଅପଚେଷ୍ଟା ଚଳାଇଛନ୍ତି କଂଗ୍ରେସ ତାହା ସଫଳ ହେବାକୁ ଦେବନାହିଁ। ଅଗ୍ନିପଥ ଯୋଜନା ଦେଶର ଯୁବବର୍ଗଙ୍କ ଭବିଷ୍ୟତ ପ୍ରତି ଧୋକା ଏବଂ ବିଶ୍ୱାସଘାତକ ସଦୃଶ ବୋଲି ଭାରତୀୟ ଜାତୀୟ କଂଗ୍ରେସ ରାଷ୍ଟ୍ରୀୟ ମୁଖପାତ୍ର ସଚିନ ସାଓ୍ବନ୍ତ କହିଛନ୍ତି।
କଂଗ୍ରେସ ଭବନଠାରେ ରବିବାର ଆୟୋଜିତ ଖବରଦାତା ସମ୍ମିଳନୀରେ ସାୱନ୍ତ କହିଛନ୍ତି, ଭାରତ ଭଳି ଦେଶ ବର୍ତ୍ତମାନ ୫୦ ବର୍ଷର ରେକର୍ଡ ହାରରେ ଉକତ୍ଟ ବେକାରି ସମସ୍ୟା ଦେଇ ଗତି କରୁଛି। ସୈନ୍ୟବାହିନୀରେ ନିଯୁକ୍ତି ଅପେକ୍ଷାରେ ଥିବା ଏ ଦେଶର ଏକ କୋଟିରୁ ଊର୍ଦ୍ଧ୍ୱ ଯୁବକ ଏବେ ମୋଦି ସରକାରଙ୍କ ଅଗ୍ନିପଥ ଯୋଜନା ଯୋଗୁ ପ୍ରତାରିତ ଏବଂ ହତାଶ ହୋଇଛନ୍ତି। କେନ୍ଦ୍ରରେ ତୋଗଲକି ଢାଞ୍ଚାରେ ଚାଲିଥିବା ସରକାର ବିଭିନ୍ନ କଥାରେ ମନଇଚ୍ଛା ନିଷ୍ପତ୍ତି ନେଉଛନ୍ତି। କାହା ସହିତ ଆଲୋଚନା ନ କରି ଅଗ୍ନିପଥ ପରି ଏକ ଦିଶାହୀନ ଯୋଜନାକୁ ଲାଗୁ କରାଯାଉଛି। ଯୁବସମାଜର ହିତ ଦୃଷ୍ଟିରୁ ଏହାକୁ ତୁରନ୍ତ ପ୍ରତ୍ୟାହାର କରିବା ଲାଗି ସେ ଦାବି କରିଛନ୍ତି। ପୂର୍ବରୁ ସୈନ୍ୟବାହିନୀରେ ପ୍ରତ୍ୟେକ ବର୍ଷ ୮୦ ହଜାରରୁ ଊର୍ଦ୍ଧ୍ୱ ସ୍ଥାୟୀ ଚାକିରି ପାଇଁ ନିଯୁକ୍ତି ଦିଆଯାଉଥିବା ବେଳେ ମୋଦି ସରକାରଙ୍କ ସମୟରେ ତାହା କମି କମି ୨୦୧୮ ସୁଦ୍ଧା ୫୦ ହଜାରକୁ ଖସିଆସିଲା। ଏ ବର୍ଷ ଅତିକମ୍‌ରେ ୧.୫ ଲକ୍ଷ ଚାକିରି ପାଇଁ ପ୍ରକ୍ରିୟା ଆରମ୍ଭ କରିବା ପରିବର୍ତ୍ତେ ମାତ୍ର ୪୬ ହଜାର ନିଯୁକ୍ତି, ସେ ପୁଣି ଦେଶର ସୈନ୍ୟବାହିନୀରେ ଠିକାରେ ମାତ୍ର ୪ ବର୍ଷ ପାଇଁ କାର୍ଯ୍ୟ କରିବାର ପ୍ରକ୍ରିୟା। ଉକ୍ତ ପ୍ରକ୍ରିୟାକୁ ସମଗ୍ର ଯୁବ ସମାଜର ବିରୋଧକୁ କଂଗ୍ରେସ ନୈତିକ ଭାବେ ସମର୍ଥନ କରୁଛି। ସେନାରେ ଜଣେ ସ୍ଥାୟୀ କର୍ମଚାରୀ ଜୀବନଯାକ ମେଡିକାଲ, କ୍ୟାଣ୍ଟିନ, ପେନ୍‌ସନ୍‌ ଭଳି ସୁବିଧା ପାଉଥିବା ବେଳେ ୪ ବର୍ଷିଆ ଅଗ୍ନିବୀର ଏ ସୁଯୋଗରୁ ବଞ୍ଚିତ ହୋଇଛନ୍ତି। କଂଗ୍ରେସ ପାଇଁ ଦେଶର ସୈନ୍ୟବାହିନୀରେ କାର୍ଯ୍ୟ କରୁଥିବା ସୈନିକଙ୍କ ଦରମା ଓ ପେନସନ ଆଦୌ ଦେଶର ରାଜକୋଷ ଉପରେ ବୋଝ ନୁହେଁ। ମୋଦି ସରକାରଙ୍କ ସୈନ୍ୟବାହିନୀରେ ଖର୍ଚ୍ଚକାଟ କରିବାକୁ ଯାଇ ସ୍ଥାୟୀ ନିଯୁକ୍ତିକୁ ବନ୍ଦ କରିବାର ପ୍ରକ୍ରିୟାକୁ କଂଗ୍ରେସ ବିରୋଧ କରୁଛି ବୋଲି ସାଓ୍ବନ୍ତ କହିଛନ୍ତି। ଏହି ଅବସରରେ ପିସିସି ସଭାପତି ଶରତ ପଟ୍ଟନାୟକ ମଧ୍ୟ ଉପସ୍ଥିତ ରହିବା ସହ କେନ୍ଦ୍ର ବିରୋଧରେ ବର୍ଷିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଚ୍‌ ରାସ୍ତାରେ ପଡ଼ିଛି ନବଜାତ ଶିଶୁର ମୃତଦେହ, ଜନ୍ମ ପରେ…

ରାୟଗଡ଼ା,୨୦ା୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ାରେ ପୁଣି ଦେଖିବାକୁ ମିଳିଛି ଏକ ହୃଦୟ ବିଦାରକ ଦୃଶ୍ୟ। ସହରର ଗୋଦାବରୀଶ ନଗର ତଥା ରାୟଗଡ଼ା କଲେଜ ପଛ ପାର୍ଶ୍ୱ ବିଚ୍‌…

ଦେଶର ଖଣିଜ ଉତ୍ପାଦନକୁ ଓଡ଼ିଶାର ଯୋଗଦାନ ୪୩.୭

ଭୁବନେଶ୍ୱର,୨୦ା୨: ଦେଶର ଅର୍ଥନୀତିର ଚକକୁ ଗତିଶୀଳ କରିବାରେ ଓଡ଼ିଶାର ଖଣି ସମ୍ପଦ ସବୁଠାରୁ ବଡ଼ ଭୂମିକା ଗ୍ରହଣ କରିଛି। ଦେଶର ମୋଟ ଖଣିଜ ଉତ୍ପାଦନରେ ଓଡ଼ିଶାର ଅବଦାନ…

ଯୁବକଙ୍କୁ ହତ୍ୟା କରି ଫିଙ୍ଗିଦେଲେ ଦୁର୍ବୃତ୍ତ

ଛତ୍ରପୁର,୨୦ା୨(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁରରେ ଯୁବକଙ୍କୁ ସଂଘବଦ୍ଧ ଭାବେ ହତ୍ୟା କରାଯାଇଛି। ଛତ୍ରପୁର ଥାନା ଅଧୀନ ରିକାପଲ୍ଲୀ ଗେଟ୍‌ ପାଖରେ ହତ୍ୟା କରାଯାଇଥିବା ଦେଖିବାକୁ ମିଳିଛି।…

ଚାଞ୍ଚଲ୍ୟ: ସତସଙ୍ଗ ବିହାର ପାର୍କ ନିକଟରେ ମହିଳାଙ୍କୁ ଖଣ୍ଡାରେ ଆକ୍ରମଣ

ଭୁବନେଶ୍ୱର,୨୦ା୨: ରାଜଧାନୀରେ ପୁଣି ବୁଲିଲା ଖଣ୍ଡା। ଦିନ ଦ୍ୱିପ୍ରହରରେ ଜଣେ ମହିଳାଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ଦୁର୍ବୃତ୍ତ। ଭୁବନେଶ୍ୱର ସତସଙ୍ଗ ବିହାର ପାର୍କ ନିକଟରେ ଘଟିଥିବା ଏହି…

୫ମିନିଟ୍‌ ବ୍ୟବଧାନରେ ଗୋଟିଏ ଗାଡ଼ିରେ ୨ମିଲକୁ ଧାନ ଯିବା ଘଟଣା: ତଦନ୍ତ ଆରମ୍ଭ କଲା ଯୋଗାଣ ବିଭାଗ

ବରଗଡ଼,୨୦।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନକିଣାରେ ଫଲ୍ସ ଏଣ୍ଟ୍ରି ଜଣାପଡ଼ିଛି। ୫ମିନିଟ୍‌ ବ୍ୟବଧାନରେ ଗୋଟିଏ ଗାଡ଼ିରେ ୨ମିଲକୁ ଧାନ ଯାଇଥିବା ଘଟଣା ଜଣାପଡ଼ିବା ପରେ ବରଗଡ଼ ଜିଲା…

ଏଇ ଭାରତରେ

ଆନ୍ଧ୍ରପ୍ରଦେଶ ଅନନ୍ତପୁର ଜିଲାର ମରୁଡ଼ିପ୍ରବଣ ଅଞ୍ଚଳରେ ଭାରତୀୟ ବନ ସେବା ଅଧିକାରୀ(ଆଇଏଫ୍‌ଏସ୍‌) ବିନିତ କୁମାର ଓ ତାଙ୍କ ସ୍ତ୍ରୀ ତଥା ବନ୍ୟପ୍ରାଣୀ ସଂରକ୍ଷକ ରୂପା ଯାଦବ ଜଳାଶୟ…

ଅପରେସନ୍ ବ୍ଲାକ୍‌ ଫରେଷ୍ଟ-୨: ଅଣ୍ଟା ଭିଡ଼ିଛନ୍ତି ୨ହଜାରରୁ ଊର୍ଦ୍ଧ୍ୱ ଯବାନ

ମାଲକାନଗିରି,୨୦।୨: ମାଓବାଦୀଙ୍କ ବିରୋଧରେ ସୁରକ୍ଷାବଳକୁ ମିଳିଛି ଏକ ବଡ଼ ସଫଳତା। ‘ଅପରେସନ୍ ବ୍ଲାକ୍ ଫରେଷ୍ଟ-୨’ରେ ଟଳିଛନ୍ତି ୫ ଜଣ ଦୁର୍ଦ୍ଦାନ୍ତ ମାଓବାଦୀ। ଛତିଶଗଡ଼ ଓ ତେଲଙ୍ଗାନା ସୀମାନ୍ତ…

ଶବ୍ଦଘାତକର ଯୁଗଯନ୍ତ୍ରଣା

ଡାକବାଜି,, ଡିଜେ, ବାଣ ଆଦି ଶବ୍ଦ ପ୍ରଦୂଷଣ ସୃଷ୍ଟିକାରୀ ଉପାଦାନ ଏବେ କେବଳ ଆଉ ପାର୍ବଣ ପାଳନ ମଧ୍ୟରେ ସୀମିତ ରହିନାହିଁ। ସହର ବଜାରରୁ ଆରମ୍ଭ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri