ସିନ୍ଦୁରର ପ୍ରତିଶୋଧ ନେଲେ ମୋଦି ସରକାର : ଆତଙ୍କୀଙ୍କୁ ଏମିତି ଆକ୍ରମଣ କରନ୍ତୁ ଯେମିତି ଆଉଥରେ ଆକ୍ରମଣ କରିବାକୁ ପାଞ୍ଚ ଥର ଭାବିବେ

ଭୁବନେଶ୍ୱର,୭।୫: ପହଲଗାମରେ ପାକିସ୍ତାନ ଦ୍ୱାରା କରାଯାଇଥିବା ବର୍ବର ଆତଙ୍କବାଦୀ ଆକ୍ରମଣର ପ୍ରତିଶୋଧ ନେଇଛି ଭାରତ। ମଧ୍ୟରାତ୍ରିରେ ପାକିସ୍ତାନ ଛାତିରେ ଭାରତର ଏହି ଏୟାରଷ୍ଟ୍ରାଇକ ଏବେ ପାକିସ୍ତାନର ନିଦ ହଜାଇ ଦେଇଛି। ପାକ ଅଧିକୃତ କାଶ୍ମୀରରେ ବି ପ୍ରଚଣ୍ଡ ହମଲା କାଯାଇଥିବ ନେଇ ସୂଚନା ମିଳିଛି। ଲଢୁଆ ଯୁଦ୍ଧ ବିମାନ ଓ ମିଶାଇଲ ଯୋଗେ ଆତଙ୍କୀ ଶିବିରରେ ବି ଆକ୍ରମଣ କରିଛି ଭାରତୀୟ ସେନା । ମୋଟ ୯ଟି ସ୍ଥାନକୁ କରାଯାଇଛି ଟାର୍ଗେଟ । ସେନାର ଏହି ଅପରେସନର ନାମ ରଖାଯାଇଛି ‘ସିନ୍ଦୂର’ ।

ସିନ୍ଦୂରର ପ୍ରତିଶୋଧ ନେଲେ ମୋଦି ସରକାର। ଏଥିପାଇଁ ମୁଁ କେନ୍ଦ୍ର ସରକାରଙ୍କୁ ବହୁତ ଧନ୍ୟବାଦ ଜଣାଉଛି।’ ଏପରି କୋହଭରା କଣ୍ଠରେ କହିଛନ୍ତି ପହଲାଗାମ ଆତଙ୍କ ହମଲାରେ ମୃତ୍ୟୁ ବରଣ କରିଥିବା ପ୍ରଶାନ୍ତ ଶତପଥୀଙ୍କ ସ୍ତ୍ରୀ ପ୍ରିୟଦର୍ଶିନୀ।

ପାକିସ୍ତାନ ଉପରେ ଭାରତର ଏୟାରଷ୍ଟ୍ରାଇକ ପରେ ସେ କହିଛନ୍ତି, ପହଲଗାମ ହମଲା ପରେ ଆମେ ଭାବୁଥିଲୁ ସରକାର କାହିଁକି ବଦଲା ନେଉନାହାନ୍ତି। ହେଲେ ସରକାର ପୂରା ପ୍ଲାନ କରି ବଦଲା ନେଇଛନ୍ତି। ସରକାର ବହୁତ ଭଲ କାମ କରିଛନ୍ତି। ସେମାନେ ଯେପରି କାହାକୁ କିଛି ନ କହିକି ନୀରିହ ଲୋକଙ୍କୁ ମାରି ପକାଇଥିଲେ, ମୋଦି ସେପରି ପ୍ରତିଶୋଧ ନେଇଛନ୍ତି। ଏଥିପାଇଁ ମୁଁ ସରକାରଙ୍କୁ ବହୁତ ବହୁତ ଧନ୍ୟବାଦ ଜଣାଉଛି। ଆତଙ୍କୀଙ୍କୁ ଏମିତି ଆକ୍ରମଣ କରନ୍ତୁ ଯେ, ଆଉଥରେ ଆକ୍ରମଣ କରିବାକୁ ପାଞ୍ଚ ଥର ଭାବିବେ।

ସରକାରଙ୍କୁ ବହୁତ ଧନ୍ୟବାଦ, ସେ ଆତଙ୍କୀଙ୍କୁ ନିପାତ କରିବା ପାଇଁ ଚେଷ୍ଟା କରିଛନ୍ତି। ସରକାର ଯାହା କହିଥିଲେ, ତାହା କରିଛନ୍ତି। ଏଥିପାଇଁ ମୁଁ ରାଜ୍ୟ ସରକାର ଓ କେନ୍ଦ୍ର ସରକାରଙ୍କୁ ଧନ୍ୟବାଦ ଜଣାଉଛି ବୋଲିପ୍ରଶାନ୍ତ ଶତପଥୀଙ୍କ ସ୍ତ୍ରୀ ପ୍ରିୟଦର୍ଶିନୀ କହିଛନ୍ତି।

ସୂଚନାଯୋଗ୍ୟ, ପହଲଗାମରେ ଆତଙ୍କବାଦୀ ଆକ୍ରମଣର ୧୪ ଦିନ ପରେ ପ୍ରତିଶୋଧ ନେଇଛି ଭାରତ । ପାକିସ୍ତାନ ଆତଙ୍କବାଦୀଙ୍କ ବିରୋଧରେ ‘ଅପରେସନ ସିନ୍ଦୂର’ ସଫଳ ହୋଇଛି । ୧୯୭୧ ଯୁଦ୍ଧ ପରେ ପ୍ରଥମ କରି ପାକିସ୍ତାନ ଭିତରେ ପଶି ଆକ୍ରମଣ କରିଛି ଭାରତ । ପହଲଗାମରେ ୨୨ ଏପ୍ରିଲରେ ଧର୍ମ ପଚାରି ପୁରୁଷ ପର୍ଯ୍ୟଟକଙ୍କ ସେମାନଙ୍କ ପତ୍ନୀ ଓ ପରିବାର ଆଗରେ ହତ୍ୟା କରିଥିବା ଆତଙ୍କବାଦୀଙ୍କୁ ‘ଅପରେସନ ସିନ୍ଦୂର’ ମାଧ୍ୟମରେ କଡ଼ା ଜବାବ ଦେଇଛି ଭାରତୀୟ ସେନା ।


Enter your email to get our daily news in your inbox.

All Right Reserved By Dharitri.Com

ସାମ୍ରାଜ୍ୟବାଦର ନଗ୍ନ ରୂପ

ଶୀତଳ ଯୁଦ୍ଧର ଅବସାନ ପରେ ସାମ୍ରାଜ୍ୟବାଦୀ ଆମେରିକାର ଔଦ୍ଧତ୍ୟ ଯେ ବହୁଗୁଣା ବଢ଼ିଯାଇଛି, ଏଥିରେ କେହି ଦ୍ୱିମତ ହେବେ ନାହିଁ। କେତେକ ରାଷ୍ଟ୍ରରେ ସାମରିକ ଶକ୍ତି...

ଆପଣା ପଣରେ ନାରୀ

ରାଜା ବ୍ରାହ୍ମଣମାନଙ୍କୁ ପୁଚ୍ଛାକଲେ, ‘ଯେଉଁ ଫଳ ଉପୁଜାଇ ସେ ଫଳ ଖାଇ କି ନ ଖାଇ’। ତହିଁକି ବ୍ରାହ୍ମଣ ବୋଇଲେ ଯେ ଯେଉଁ ଫଳ ଉପୁଜାଇ...

ପ୍ରାଥମିକ ଶିକ୍ଷା: ଖାଲିପଡ଼ିଛି ୧୬,୯୭୩ ଶିକ୍ଷକ ପଦବୀ

ଭୁବନେଶ୍ୱର,୨୧ା୧ (ସୁଚିସ୍ମିତା ସାହୁ):ରାଜ୍ୟରେ ପ୍ରାଥମିକ ଶିକ୍ଷାକୁ ସାର୍ବଜନୀନ ଓ ଶିକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିବା ଉପରେ ଗୁରୁତ୍ୱ ଦିଆଯାଉଛି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଛାତ୍ରୀଛାତ୍ରଙ୍କୁ...

ପୁଣି ଥର୍‌ ଆତଙ୍କ: ଆସିଲା ବୁଲେଟ୍‌କୁ ପିଟିଲା , ଜଣେ ମୃତ…

ଭୁବନେଶ୍ୱର,୨୧।୧: ରାଜଧାନୀରେ ପୁଣି ଥର୍‌ ଆତଙ୍କ। ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲ ସାମ୍ନାରେ ବୁଲେଟ୍‌କୁ ଧକ୍କା ଦେଇଛି ଥର୍‌। ଘଟଣାସ୍ଥଳରେ ଜଣେ ମୃତ, ୨ ଜଣ ଗୁରୁତର...

ତାମିଲନାଡୁ ବିଧାନସଭାରୁ ରାଜ୍ୟପାଳଙ୍କ କକ୍ଷତ୍ୟାଗ

ଚେନ୍ନାଇ,୨୧ା୧: ତାମିଲନାଡୁ ରାଜ୍ୟପାଳ ଆର୍‌.ଏନ୍‌. ରବି ମଙ୍ଗଳବାର ରାଜ୍ୟ ବିଧାନସଭାରେ ଉଦ୍‌ବୋଧନ ନ ଦେଇ ଚାଲିଯାଇଛନ୍ତି। ବିନା ଭାଷଣରେ କକ୍ଷତ୍ୟାଗ କରିବା ରାଜ୍ୟପାଳ ରବିଙ୍କ ପାଇଁ...

ମଣ୍ଡିରୁ ଧାନ ଚୋରି ଅଭିଯୋଗ ପ୍ରସଙ୍ଗ: ୨ ଅଧିକାରୀଙ୍କ କଥାରେ ତାଳମେଳ ନାହିଁ

ଅମରପାଲି,୨୧ା୧(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକ ଅନ୍ତର୍ଗତ କୋଟସମଲାଇ ମଣ୍ଡିରେ ଚାଷୀ ବିକ୍ରି ପାଇଁ ରଖିଥିବା ଧାନରୁ ଗତ ୧୬ ତାରିଖ ରାତିରେ ୧୮ ପ୍ୟାକେଟ...

ଲିଭ୍‌ ଇନ୍‌ ରିଲେଶନଶିପ୍‌ରେ ମହିଳାଙ୍କୁ ସ୍ତ୍ରୀ ମାନ୍ୟତା ମିଳିବା ଆବଶ୍ୟକ: ହାଇକୋର୍ଟ

ଚେନ୍ନାଇ,୨୧ା୧: ଲିଭ୍‌-ଇନ୍‌ ରିଲେଶନଶିପ୍‌ରେ ଥିବା ମହିଳାଙ୍କୁ ଗାନ୍ଧର୍ବ ବିବାହ ବା ପ୍ରେମ ବିବାହ ଅନୁଯାୟୀ ସ୍ତ୍ରୀର ମାନ୍ୟତା ପ୍ରଦାନ ସହ ସୁରକ୍ଷା ଦିଆଯିବା ଆବଶ୍ୟକ। ଫଳରେ...

ICCର ଅଲ୍ଟିମେଟମ୍‌ ପରେ ବି ସୁଧୁରିଲାନି ବାଂଲାଦେଶ, ସିଧା ସିଧା ଶୁଣାଇଦେଲା ‘ଆମେ…’

ଢାକା,୨୧।୧: ଆସନ୍ତା ୭ ତାରିଖରୁ ହେବାକୁଥିବା ଟି୨୦ ବିଶ୍ୱକପ୍‌ରେ ଭାଗ ନେବା ପାଇଁ ବାଂଲାଦେଶ ଦଳ କୌଣସି ପରିସ୍ଥିତିରେ ଭାରତ ଯିବନାହିଁ। ୨୧ ତାରିଖ ସୁଦ୍ଧା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri