ସିନ୍ଦୁରର ପ୍ରତିଶୋଧ ନେଲେ ମୋଦି ସରକାର : ଆତଙ୍କୀଙ୍କୁ ଏମିତି ଆକ୍ରମଣ କରନ୍ତୁ ଯେମିତି ଆଉଥରେ ଆକ୍ରମଣ କରିବାକୁ ପାଞ୍ଚ ଥର ଭାବିବେ

ଭୁବନେଶ୍ୱର,୭।୫: ପହଲଗାମରେ ପାକିସ୍ତାନ ଦ୍ୱାରା କରାଯାଇଥିବା ବର୍ବର ଆତଙ୍କବାଦୀ ଆକ୍ରମଣର ପ୍ରତିଶୋଧ ନେଇଛି ଭାରତ। ମଧ୍ୟରାତ୍ରିରେ ପାକିସ୍ତାନ ଛାତିରେ ଭାରତର ଏହି ଏୟାରଷ୍ଟ୍ରାଇକ ଏବେ ପାକିସ୍ତାନର ନିଦ ହଜାଇ ଦେଇଛି। ପାକ ଅଧିକୃତ କାଶ୍ମୀରରେ ବି ପ୍ରଚଣ୍ଡ ହମଲା କାଯାଇଥିବ ନେଇ ସୂଚନା ମିଳିଛି। ଲଢୁଆ ଯୁଦ୍ଧ ବିମାନ ଓ ମିଶାଇଲ ଯୋଗେ ଆତଙ୍କୀ ଶିବିରରେ ବି ଆକ୍ରମଣ କରିଛି ଭାରତୀୟ ସେନା । ମୋଟ ୯ଟି ସ୍ଥାନକୁ କରାଯାଇଛି ଟାର୍ଗେଟ । ସେନାର ଏହି ଅପରେସନର ନାମ ରଖାଯାଇଛି ‘ସିନ୍ଦୂର’ ।

ସିନ୍ଦୂରର ପ୍ରତିଶୋଧ ନେଲେ ମୋଦି ସରକାର। ଏଥିପାଇଁ ମୁଁ କେନ୍ଦ୍ର ସରକାରଙ୍କୁ ବହୁତ ଧନ୍ୟବାଦ ଜଣାଉଛି।’ ଏପରି କୋହଭରା କଣ୍ଠରେ କହିଛନ୍ତି ପହଲାଗାମ ଆତଙ୍କ ହମଲାରେ ମୃତ୍ୟୁ ବରଣ କରିଥିବା ପ୍ରଶାନ୍ତ ଶତପଥୀଙ୍କ ସ୍ତ୍ରୀ ପ୍ରିୟଦର୍ଶିନୀ।

ପାକିସ୍ତାନ ଉପରେ ଭାରତର ଏୟାରଷ୍ଟ୍ରାଇକ ପରେ ସେ କହିଛନ୍ତି, ପହଲଗାମ ହମଲା ପରେ ଆମେ ଭାବୁଥିଲୁ ସରକାର କାହିଁକି ବଦଲା ନେଉନାହାନ୍ତି। ହେଲେ ସରକାର ପୂରା ପ୍ଲାନ କରି ବଦଲା ନେଇଛନ୍ତି। ସରକାର ବହୁତ ଭଲ କାମ କରିଛନ୍ତି। ସେମାନେ ଯେପରି କାହାକୁ କିଛି ନ କହିକି ନୀରିହ ଲୋକଙ୍କୁ ମାରି ପକାଇଥିଲେ, ମୋଦି ସେପରି ପ୍ରତିଶୋଧ ନେଇଛନ୍ତି। ଏଥିପାଇଁ ମୁଁ ସରକାରଙ୍କୁ ବହୁତ ବହୁତ ଧନ୍ୟବାଦ ଜଣାଉଛି। ଆତଙ୍କୀଙ୍କୁ ଏମିତି ଆକ୍ରମଣ କରନ୍ତୁ ଯେ, ଆଉଥରେ ଆକ୍ରମଣ କରିବାକୁ ପାଞ୍ଚ ଥର ଭାବିବେ।

ସରକାରଙ୍କୁ ବହୁତ ଧନ୍ୟବାଦ, ସେ ଆତଙ୍କୀଙ୍କୁ ନିପାତ କରିବା ପାଇଁ ଚେଷ୍ଟା କରିଛନ୍ତି। ସରକାର ଯାହା କହିଥିଲେ, ତାହା କରିଛନ୍ତି। ଏଥିପାଇଁ ମୁଁ ରାଜ୍ୟ ସରକାର ଓ କେନ୍ଦ୍ର ସରକାରଙ୍କୁ ଧନ୍ୟବାଦ ଜଣାଉଛି ବୋଲିପ୍ରଶାନ୍ତ ଶତପଥୀଙ୍କ ସ୍ତ୍ରୀ ପ୍ରିୟଦର୍ଶିନୀ କହିଛନ୍ତି।

ସୂଚନାଯୋଗ୍ୟ, ପହଲଗାମରେ ଆତଙ୍କବାଦୀ ଆକ୍ରମଣର ୧୪ ଦିନ ପରେ ପ୍ରତିଶୋଧ ନେଇଛି ଭାରତ । ପାକିସ୍ତାନ ଆତଙ୍କବାଦୀଙ୍କ ବିରୋଧରେ ‘ଅପରେସନ ସିନ୍ଦୂର’ ସଫଳ ହୋଇଛି । ୧୯୭୧ ଯୁଦ୍ଧ ପରେ ପ୍ରଥମ କରି ପାକିସ୍ତାନ ଭିତରେ ପଶି ଆକ୍ରମଣ କରିଛି ଭାରତ । ପହଲଗାମରେ ୨୨ ଏପ୍ରିଲରେ ଧର୍ମ ପଚାରି ପୁରୁଷ ପର୍ଯ୍ୟଟକଙ୍କ ସେମାନଙ୍କ ପତ୍ନୀ ଓ ପରିବାର ଆଗରେ ହତ୍ୟା କରିଥିବା ଆତଙ୍କବାଦୀଙ୍କୁ ‘ଅପରେସନ ସିନ୍ଦୂର’ ମାଧ୍ୟମରେ କଡ଼ା ଜବାବ ଦେଇଛି ଭାରତୀୟ ସେନା ।


Enter your email to get our daily news in your inbox.

All Right Reserved By Dharitri.Com

ସିଭିଲ ସର୍ଭିସ ପରୀକ୍ଷାରେ ସାତ୍ତ୍ୱିକ ସତ୍ୟକାମଙ୍କ କୃତିତ୍ୱ: ସମ୍ବର୍ଦ୍ଧିତ କରି ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀ କହିଲେ କେନ୍ଦୁଝରର ପୁଅ…

ଭୁବନେଶ୍ୱର,୭ା୩: ସର୍ବ ଭାରତୀୟ ସିଭିଲ ସର୍ଭିସ୍‌ ପରୀକ୍ଷା (UPSC)ରେ ଅଲ୍‌ ଇଣ୍ଡିଆ ର଼୍ୟାଙ୍କରେ ୧୦୦ତମ ସ୍ଥାନ ହାସଲ କରିଥିବା କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ମେଧାବୀ ଛାତ୍ର…

କମାଲ୍‌ କଲେ ସାରା ଅର୍ଜୁନ: ଧୂରନ୍ଧର: ଦି ରିଭେଞ୍ଜରେ…

‘ଧୂରନ୍ଧର: ଦି ରିଭେଞ୍ଜ’ର ଟ୍ରେଲର ରିଲିଜ ହୋଇଛି। ଦର୍ଶକ ଏହାକୁ ବେଶ୍‌ ପସନ୍ଦ କରିଛନ୍ତି। ଏହି ଟ୍ରେଲର ଏବେ ସୋସିଆଲ ମିଡିଆରେ ଟ୍ରେଣ୍ଡ କରୁଛି। ଦର୍ଶକ ପୁଣି…

ବରଗଡ଼ରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା, ସ୍ପଷ୍ଟ ଦିବାଲୋକରେ ଟ୍ରକ୍‌ ଚାଳକଙ୍କୁ ଛୁରାମାଡ଼

ବରଗଡ଼,୭ା୩(ପ୍ରେମାନନ୍ଦ ଖମାରୀ): ଶାନ୍ତିପ୍ରିୟ ବରଗଡ଼ ଜିଲାରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା ହୋଇପଡ଼ିଛି। ଦିନ ଦ୍ବିପ୍ରହରରେ ଏଠାକାର ବିଚ୍‌ ରାସ୍ତା ଉପରେ ଛୁରି, ଭୁଜାଲି ବୁଲୁଛି। ଛୁରି, ଭୁଜାଲି…

କାଲି ମିଳିବ ସୁଭଦ୍ରା ଟଙ୍କା, ସୂଚନା ଦେଇ ଉପମୁଖ୍ୟମନ୍ତ୍ରୀ କହିଲେ…

ଭୁବନେଶ୍ୱର,୭ା୩: ଆସନ୍ତାକାଲି ଅର୍ଥାତ୍‌ ରବିବାର ମିଳିବ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ଟଙ୍କା। ଏନେଇ ଶନିବାର ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ୧ କୋଟି ୧୨…

ସରକାରଙ୍କ ବଡ଼ ଘୋଷଣା: ତୃତୀୟ ସନ୍ତାନ ଜନ୍ମ ହେଲେ ମିଳିବ ୨୫,୦୦୦ ଟଙ୍କା

ହାଇଦ୍ରାବାଦ୍‌,୭।୩: ଆନ୍ଧ୍ର ପ୍ରଦେଶ ସରକାର ଏକ ନୂତନ ପଦକ୍ଷେପ ଘୋଷଣା କରିଛନ୍ତି। ରାଜ୍ୟ ମୁଖ୍ୟମନ୍ତ୍ରୀ ଏନ. ଚନ୍ଦ୍ରବାବୁ ନାଇଡୁ ବିଧାନସଭାରେ କହିଛନ୍ତି,ରାଜ୍ୟର ଜନ୍ମହାର ନିରନ୍ତର ହ୍ରାସ ପାଉଛି…

ସ୍ତ୍ରୀଙ୍କୁ ପିଟିପିଟି ମାରିଦେଲେ ସ୍ବାମୀ, ପୋଲିସ ପଚାରିବାରୁ କହିଲେ କାଲି ରାତିର ଘଟଣା…

ଦେବଗଡ଼,୭ା୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ବମ୍ପରଡ଼ା ଆଇଆରବି ବାଟାଲିୟନ ପଛପାଖରୁ ଜଣେ ମହିଳାଙ୍କ ମୃତଦେହ ଜବତ ହେଇଥିବା ଜଣାପଡ଼ିଛି। ତେବେ ଘରୋଇ କଳିରୁ…

୭ ବର୍ଷର ଶିଶୁକୁ ଅପହରଣ କରି ଗଳାକାଟି ହତ୍ୟା: ଟଙ୍କାମାଗିଲେ, ପରେ  ମୃତଦେହ ବସ୍ତାରେ ବାନ୍ଧି…

ବିଷମକଟକ,୭।୩(ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା ବିଷମକଟକ ବ୍ଲକ ଅନ୍ତର୍ଗତ ଚାଟିକଣା ଅଞ୍ଚଳରେ ଜଣେ ୭ ବର୍ଷର ଶିଶୁକୁ ଅପହରଣ ପରେ ଗଳାକାଟି ହତ୍ୟା କରାଯିବା ଘଟଣା…

ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ହିନ୍ଦୀ ଶିକ୍ଷକଙ୍କ ଅସଦାଚରଣ, ଗ୍ରାମବାସୀଙ୍କ ହୋ-ହଲ୍ଲା ପରେ…

ବାସୁଦେବପୁର,୭ା୩(ନାରାୟଣ ପ୍ରସାଦ ବାରିକ): ଭଦ୍ରକ ଜିଲାର ବାସୁଦେବପୁର ବ୍ଲକ ଅଧୀନ ସାନକୃଷ୍ଣପୁର ପଞ୍ଚାୟତର ଚାନ୍ଦିମାଳଠାରେ ଥିବା ଜବାହୀ ନବୋଦୟ ବିଦ୍ୟାଳୟରେ ପଢୁଥିବା ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ହିନ୍ଦୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri