Posted inଜାତୀୟ

ମୋଦି ସରକାରଙ୍କ ବଡ ବଡ ଆକ୍ସନ, ୟାସିମ ମଲିକଙ୍କ ଦଳ ଉପରେ ୫ ବର୍ଷ ପାଇଁ ପ୍ରତିବନ୍ଧକ

ନୂଆଦିଲ୍ଲୀ,୧୬।୩: କଶ୍ମୀର ବିଚ୍ଛିନ୍ନତାବାଦୀ ନେତା ୟାସିନ ମଲିକଙ୍କ ସଂଗଠନ ଉପରେ ପ୍ରତିବନ୍ଧକକୁ ବଢାଇ ନରେନ୍ଦ୍ର ମୋଦି ସରକାର ଶନିବାର ଘୋଷଣା କରିଛନ୍ତି ଯେ ‘ଜାମ୍ମୁ କଶ୍ମୀର ଲିବରେସନ ଫ୍ରଣ୍ଟ’ ୫ବର୍ଷ ପାଇଁ ଏକ ‘ବେଆଇନ ସଂଗଠନ’ ହେବ। କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା କହିଛନ୍ତି ଯେ ଜମ୍ମୁ କଶ୍ମୀରରେ ଆତଙ୍କବାଦ ଏବଂ ବିଚ୍ଛିନ୍ନତାକୁ ପ୍ରୋତ୍ସାହିତ କରୁଥିବା କାର୍ଯ୍ୟରେ ନିଷିଦ୍ଧ ସଂଗଠନ ଜଡିତ ଅଛି।

ସେ ଆହୁରି ମଧ୍ୟ କହିଛନ୍ତି ଯେ ଦେଶର ସୁରକ୍ଷା, ସାର୍ବଭୌମତ୍ୱ ଏବଂ ଅଖଣ୍ଡତାକୁ ଚ୍ୟାଲେଞ୍ଜ କରୁଥିବା ବ୍ୟକ୍ତିଙ୍କୁ କଠୋର ଆଇନଗତ ପରିଣାମ ଭୋଗିବାକୁ ପଡିବ। ଆତଙ୍କବାଦ ବିରୋଧୀ ଆଇନ, ବେଆଇନ କାର୍ଯ୍ୟକଳାପ (ପ୍ରତିରୋଧ) ଅଧିନିୟମ, ୧୯୬୭ (UAPA) ଅନୁଯାୟୀ ଗୃହ ମନ୍ତ୍ରଣାଳୟ (ଏମଚଏ) ୨୦୧୯ରେ ମଲିକଙ୍କ ସଂଗଠନ ଉପରେ ପ୍ରତିବନ୍ଧକ ଲଗାଇଥିଲା। ଏହି ପଦକ୍ଷେପ ହେବାର କିଛି ଦିନ ପୂର୍ବରୁ ସରକାର UAPA ର ଧାରା 3 (1) ଅନୁଯାୟୀ ଜମାତ-ଇ-ଇସଲାମି (JEI-J & K) ଉପରେ ପ୍ରତିବନ୍ଧକ ଲଗାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ଇସ୍ରାଏଲକୁ ଚେତାବନୀ ଦେଲା ଇରାନ: ହର୍ମୁଜ ପ୍ରଣାଳୀ ପୁଣି ବନ୍ଦ

ଓ୍ବାଶିଂଟନ୍‌,୯।୩: ଯଦିଓ ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହର ଅସ୍ତ୍ରବିରତି ସମ୍ପର୍କରେ ଏକ ଚୁକ୍ତି ହୋଇଛି। ତଥାପି ଯୁଦ୍ଧବିରତି ମଧ୍ୟରେ ମଧ୍ୟ ଇସ୍ରାଏଲର ଲେବାନନ ଉପରେ…

ଗାଁ ଗାଁରେ ଚୋରାମଦ, ତାତିଲେ ଲୋକେ: ହାତ ବାନ୍ଧି ବସିଛନ୍ତି ଅବକାରୀ, ପୋଲିସ

ବରଗଡ଼,୯।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ନିଶା କାରବାର ବଢ଼ିଚାଲିଛି। ଗାଁଠୁ ସହର ସବୁଆଡ଼େ ଚୋରାମଦ ସହିତ ଗଞ୍ଜେଇ, କଫ ସିରପ୍‌ ଅବାଧରେ ବିକ୍ରି ହେଉଛି। ସେହିପରି କେତେକ ସ୍ଥାନରେ…

୩ ରାଜ୍ୟର ବିଧାନସଭା ଆସନ ପାଇଁ ମତଦାନ ଆରମ୍ଭ

ନୂଆଦିଲ୍ଲୀ,୯।୪: କେରଳମ୍‌, ଆସାମ ଓ ପୁଡୁଚେରୀର ମୋଟ ୨୯୬ ଆସନରେ ଗୁରୁବାର ଗୋଟିଏ ପର୍ଯ୍ୟାୟରେ ବିଧାନସଭା ନିର୍ବାଚନ ପାଇଁ ମତଦାନ ଆରମ୍ଭ ହୋଇଛି। ସକାଳୁ ସକାଳୁ ଲାଇନରେ…

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri