Posted inଜାତୀୟ

ମୋଦି ସରକାରଙ୍କ ବଡ଼ ଘୋଷଣା, ୨୫ବର୍ଷ କାମ କରିଥିଲେ ପେନସନରେ ମିଳିବ ୫୦ପ୍ରତିଶତ

ନୂଆଦିଲ୍ଲୀ,୨୪।୮: ପେନସନ ଯୋଜନା ସମ୍ପର୍କରେ ମୋଦି ସରକାର ଏକ ବଡ ଘୋଷଣା କରିଛନ୍ତି। ଶନିବାର ଅନୁଷ୍ଠିତ କ୍ୟାବିନେଟ ବୈଠକରେ ପୁରୁଣା ପେନସନ ସ୍କିମ ଏବଂ ନୂଆ ପେନସନ ସ୍କିମ ବଦଳରେ ୟୁନିଫାଏଡ ପେନସନ ସ୍କିମ (ୟୁପିଏସ) କୁ ଅନୁମୋଦନ କରାଯାଇଛି। ସରକାର କହିଛନ୍ତି ଯେ, ୨୫ ବର୍ଷ କାମ କରିଥିବା କର୍ମଚାରୀଙ୍କୁ ପୂର୍ଣ୍ଣ ପେନସନ ମିଳିବ। ୟୁପିଏସ ଯୋଜନାରେ ୨୩ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଉପକୃତ ହେବେ। ଏହି ଯୋଜନା ୨୦୨୫ ଏପ୍ରିଲ ୧ରୁ କାର୍ଯ୍ୟକାରୀ ହେବ।

କ୍ୟାବିନେଟ ବୈଠକ ସମ୍ବନ୍ଧୀୟ ସୂଚନା ପ୍ରଦାନ କରୁଥିବାବେଳେ କେନ୍ଦ୍ର ସୂଚନା ଏବଂ ପ୍ରସାରଣ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ କହିଛନ୍ତି ଯେ, ଯେଉଁମାନେ ୧୦ବର୍ଷ ସେବା କରିଛନ୍ତି ସେମାନେ ୧୦ହଜାର ଟଙ୍କା ପେନସନ ପାଇବେ। ଯଦି କର୍ମଚାରୀଙ୍କ ଚାକିରିବେଳେ ମୃତ୍ୟୁ ହୋଇଥାଏ ତେବେ ସେମାନଙ୍କ ସ୍ତ୍ରୀଙ୍କୁ ୬୦ ପ୍ରତିଶତ ପେନସନ ମିଳିବ। ପ୍ରତି ରାଜ୍ୟ ସରକାର ମଧ୍ୟ ଏହାକୁ କାର୍ଯ୍ୟକାରୀ କରିପାରିବେ ବୋଲି ସରକାର କହିଛନ୍ତି। କର୍ମଚାରୀଙ୍କ ଉପରେ ଏହି ଯୋଜନାର କୌଣସି ବୋଝ ରହିବ ନାହିଁ ।

ୟୁପିଏସ ଅନୁସାରେ ଯଦି ଜଣେ କର୍ମଚାରୀ ସର୍ବନିମ୍ନ ୨୫ ବର୍ଷ କାମ କରିଛନ୍ତି, ତେବେ ସେ ପେନସନ ଭାବରେ ଅବସର ନେବା ପୂର୍ବରୁ ଗତ ୧୨ ମାସ ମଧ୍ୟରେ ହାରାହାରି ବେତନର ୫୦ ପ୍ରତିଶତ ପାଇବେ। ପେନସନଧାରୀଙ୍କ ମୃତ୍ୟୁ ହେଲେ ତାଙ୍କ ପରିବାରକୁ ୬୦ ପ୍ରତିଶତ ପେନସନ ମିଳିବ।

କେନ୍ଦ୍ର ମନ୍ତ୍ରୀ କହିଛନ୍ତି, ସମସ୍ତ ଏନପିଏସ ଲୋକଙ୍କୁ ୟୁପିଏସକୁ ଯିବାର ବିକଳ୍ପ ମିଳିବ। ଏହା ସମସ୍ତଙ୍କ ପାଇଁ ମଧ୍ୟ ପ୍ରଯୁଜ୍ୟ ହେବ ଯେଉଁମାନେ ଅବସର ଗ୍ରହଣ କରିଛନ୍ତି କିମ୍ବା ଆରମ୍ଭରୁ NPS ଅଧୀନରେ ଅବସର ନେବାକୁ ଯାଉଛନ୍ତି। ଏଥିପାଇଁ ସରକାର ବକେୟା ଅର୍ଥ ଦେବେ। ୨୦୦୪ରୁ ଅବସର ନେଇଥିବା କର୍ମଚାରୀମାନେ ମଧ୍ୟ ଏହି ସୁବିଧା ପାଇବେ।

ସୂଚନାଯୋଗ୍ୟ, କେନ୍ଦ୍ରର ମୋଦି ସରକାର ସରକାରୀ କର୍ମଚାରୀଙ୍କୁ ବଡ ଉପହାର ଦେଇଛନ୍ତି । ନୂଆ ପେନସନ ଯୋଜନାକୁ ଉନ୍ନତ କରିବାକୁ ହେଉଥିବା ଦାବି ଉପରେ ଧ୍ୟାନ ଦେଇ ସରକାର ୟୁନିଫାଏଡ ପେନସନ ଯୋଜନାକୁ ଅନୁମୋଦନ କରିଛନ୍ତି। ଏହାର ଉଦ୍ଦେଶ୍ୟ ହେଉଛି ସରକାରୀ କର୍ମଚାରୀଙ୍କୁ ନିଶ୍ଚିତ ପେନସନ, ପାରିବାରିକ ପେନସନ ଏବଂ ନିଶ୍ଚିତ ସର୍ବନିମ୍ନ ପେନସନ ପ୍ରଦାନ କରିବା। ନୂଆ ପେନସନ ଯୋଜନାରେ ଉନ୍ନତି ଆଣିବା ପାଇଁ ଡ. ସୋମନାଥ କମିଟି ଗଠନ କରାଯାଇଥିଲା। ଏହି କମିଟି ବିସ୍ତୃତ ଆଲୋଚନା ପରେ ରିପୋର୍ଟ ଉପସ୍ଥାପନ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କୁ ନେଇ ମୁଖ୍ୟମନ୍ତ୍ରୀ ରେଭନ୍ତ ରେଡ୍ଡୀଙ୍କ ବଡ଼ ଘୋଷଣା

ହାଇଦ୍ରାବାଦ,୮।୧୨: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ଏ. ରେଭନ୍ତ ରେଡ୍ଡୀ ହାଇଦ୍ରାବାଦର ଏକ ରାସ୍ତାକୁ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ନାମିତ କରିବାକୁ ପ୍ରସ୍ତାବ ଦେଇଛନ୍ତି। ଏହି...

କେନାଲ ଭିତରକୁ ପଶିଗଲା କାର୍‌

ପରଜଙ୍ଗ,୮ା୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନାଠାରୁ ଅଳ୍ପ ଦୂର ପରଜଙ୍ଗ ବଜାର ଦେଇ ଯାଇଥିବା ପୂର୍ତ୍ତ ବିଭାଗ ରାସ୍ତାର ପରଜଙ୍ଗ ଶାଖା କେନାଲ ଭିତରକୁ...

ଗୌତମ ଗମ୍ଭୀରଙ୍କୁ ନେଇ ଚାଞ୍ଚଲ୍ୟକର କଥା କହିଦେଲେ ରବି ଶାସ୍ତ୍ରୀ: ପରାଜୟ ପାଇଁ କେବଳ…

ନୂଆଦିଲ୍ଲୀ,୮।୧୨: ଟିମ ଇଣ୍ଡିଆର ମୁଖ୍ୟ କୋଚ ଗୌତମ ଗମ୍ଭୀର ଆଜିକାଲି ସମାଲୋଚନାର ଶିକାର ହେଉଛନ୍ତି। ଗତବର୍ଷ ଜୁଲାଇରେ କୋଚ ହେବା ପରେ ସେ ଦଳକୁ ଚାମ୍ପିଅନ୍ସ...

ପୁଣି ଖୁସିଖବର ଦେଲେ ସୀମା ହାଇଦର: ବଢୁଛି ଚର୍ଚ୍ଚା

ଲକ୍ଷ୍ନୌ,୮।୧୨: ପାକିସ୍ତାନରୁ ପ୍ରବାସୀ ସୀମା ହାଇଦର ପୁଣି ଥରେ ଚର୍ଚ୍ଚାରେ ଅଛନ୍ତି। ସୀମା ହାଇଦର ଏବେ ପୁଣି ଥରେ ଗର୍ଭବତୀ ଏବଂ ଷଷ୍ଠ ଥର ପାଇଁ...

ଫାଟୁଆ ରୋଗ ପାଇଁ ଆଗୁଆ ପ୍ରତିଷେଧକ, ୩୭ ହଜାର ଗୋରୁଙ୍କୁ ଟିକାକରଣ ଲକ୍ଷ୍ୟ

ଦାରିଙ୍ଗବାଡ଼ି,୮ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ରହିଥିବା ୨୫ ଟି ପଞ୍ଚାୟତରେ ଗାଈ ଓ ବଳଦଙ୍କ ପାଇଁ ଅଣ୍ଟା ଭଡ଼ିଛି ମତ୍ସ୍ୟ ଓ...

ନେଟ୍‌ ପ୍ରାକ୍ଟିସ ପାଇଁ ବାରବାଟୀ ଯିବେ ଦୁଇ ଦଳ: ଜାଣନ୍ତୁ କେତେବେଳେ…

ଭୁବନେଶ୍ୱର, ୭ା୧୨(ଅନାଦି କର): ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏଥିଲାଗି...

ପାରଦ ତଳ ମୁହାଁ: ଶୀତରେ ଥରୁଛନ୍ତି ବାସହୀନ

ସୋନପୁର,୮।୧୨(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲାରେ ପାରଦ ତଳ ମୁହାଁ ହୋଇଛି। ପ୍ରବଳ ଶୀତ ଓ କୁହୁଡି ଯୋଗୁ ଲୋକେ ଅସୁବିଧା ଭୋଗୁଛନ୍ତି। ବିଶେଷ କରି ବାସହୀନ...

ସକାଳୁ ସକାଳୁ ବରଗଡ଼ ସହରରେ ଅଗ୍ନିକାଣ୍ଡ: ଚଷମା ଦୋକାନ ଛାରଖାର

ବରଗଡ଼,୮ା୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ସୋମବାର ସକାଳୁ ଏକ ଅଗ୍ନିକାଣ୍ଡ ଘଟିଛି। ସ୍ଥାନୀୟ କୋର୍ଟ ସମ୍ମୁଖ ମାର୍କେଟ କମ୍ପ୍ଲେକ୍ସରେ ନିଆଁ ଲାଗିଛି। ଏକ ଚଷମା ଦୋକାନରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri