Posted inଜାତୀୟ

କେନ୍ଦ୍ର ସରକାରଙ୍କ ବଡ ଘୋଷଣା: ଏବେ ଯେ କୌଣସି ଭାରତୀୟ ଜମ୍ମୁ-କଶ୍ମୀର, ଲଦ୍ଦାଖରେ କିଣି ପାରିବେ ଜମି

ନୂଆଦିଲ୍ଲୀ,୨୭ ।୧୦: କେନ୍ଦ୍ରର ମୋଦି ସରକାର ମଙ୍ଗଳବାର ଏକ ବଡ ନିଷ୍ପତ୍ତି ନେଇଛନ୍ତି । ଏବେ ଜମ୍ମୁ-କଶ୍ମୀର ଓ ଲଦ୍ଦାଖରେ ଦେଶର ଯେ କୌଣସି ବ୍ୟକ୍ତି ଜମି କ୍ରୟ କରି ବସବାସ କରିପାରିବେ । ସ୍ୱରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ମଙ୍ଗଳବାର ଏ ସମ୍ପର୍କରେ ନୂଆ ଅଧିସୂଚନା ଜାରି କରାଯାଇଛି । ମନ୍ତ୍ରଣାଳୟ କହିଛି ଏହି ନିର୍ଦ୍ଦେଶକୁ କେନ୍ଦ୍ର ଶାସିତ ଅଞ୍ଚଳ ଜମ୍ମୁ-କଶ୍ମୀର ପୁନର୍ଗଠନ(ଆଡପଶନ ଅଫ୍ ସେଣ୍ଟ୍ରାଲ ଲଜ୍‌)ତୃତୀୟ ଆଦେଶ, ୨୦୨୦ କୁହାଯିବ । ଏହା ତୁରନ୍ତ ଲାଗୁ କରାଯିବ । ଏହାପରେ ଜମ୍ମୁ-କଶ୍ମୀର ଉପରାଜ୍ୟପାଳ ମନୋଜ ସିହ୍ନା କହିଛନ୍ତି, ଆମେ ଚାହୁଁଛୁ ବାହାରର ଉଦ୍ଦ୍ୟୋଗ ଜମ୍ମୁ-କଶ୍ମୀରରେ ସ୍ଥାପନ କରାଯାଉ । ହେଲେ ଚାଷଜମି କେବଳ ରାଜ୍ୟବାସୀଙ୍କ ପାଖରେ ରହିବ । ସୂଚନାଯୋଗ୍ୟ, ଏହା ପୂର୍ବରୁ କେବଳ ସେଠାକାର ବାସିନ୍ଦା ହିଁ ସେଠାରେ ଜମି କିଣାବିକା କରିପାରୁଥିଲେ । ମୋଦି ସରକାରଙ୍କ ନୂଆ ଅଧିସୂଚନା ଅନୁଯାୟୀ, ଏବେ ବାହାର ରାଜ୍ୟର ଲୋକେ ମଧ୍ୟ ସେଠାରେ ଜମି କିଣି ପାରିବେ । କେନ୍ଦ୍ର ସରକାରଙ୍କ ଏହି ନିଷ୍ପତ୍ତି ଜମ୍ମୁ-କଶ୍ମୀର ପୁନର୍ଗଠନ ଅଧିନିୟମ ଅନ୍ତର୍ଗତ । ଏହାପରେ ଏବେ ଯେ କୌଣସି ଭାରତୀୟ ଜମ୍ମୁ-କଶ୍ମୀରରେ ଘର, ଫ୍ୟାକ୍ଟ୍ରି ଅଥବା ଦୋକାନ ପାଇଁ ଜମି କିଣି ପାରିବେ । ଏଥିପାଇଁ ସ୍ଥାନୀୟ ବାସିନ୍ଦାର କୌଣସି ପ୍ରମାଣ ପତ୍ର ଦେବାକୁ ପଡିବ ନାହିଁ । ସୂଚନାଯୋଗ୍ୟ, ଗତବର୍ଷ କେନ୍ଦ୍ର ସରକାର ସେଠାରୁ ଅନୁଚ୍ଛେଦ ୩୭୦ ହଟାଇ ଦେଇଥିଲେ । ଏହାପରେ ୩୧ ଅକ୍ଟୋବର ୨୦୧୯ରେ ଜମ୍ମୁ-କଶ୍ମୀର କେନ୍ଦ୍ର ଶାସିତ ଅଞ୍ଚଳ ହୋଇଯାଇଥିଲା । ଏବେ ଗୋଟିଏ ବର୍ଷ ପରେ ଏଠାକାର ଆଇନରେ ପରିବର୍ତ୍ତନ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଘରେ ପଶି ମୁକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ, ଜେଲ୍‌ ଗଲେ ଯୁବକ

ଦିଗପହଣ୍ଡି,୩୦ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଶନିବାର ମଧ୍ୟାହ୍ନରେ ଘରେ ପଶି ଜଣେ ମାନସିକ ଅନଗ୍ରସର ଓ ମୁକ ଯୁବତୀ(୨୧)ଙ୍କୁ…

ବସ୍‌ ମାଲିକ ସଂଘର ପୂର୍ବତନ ସମ୍ପାଦକଙ୍କ ପରଲୋକ, ଝୁରୁଛନ୍ତି ଅଞ୍ଚଳବାସୀ

ଭଞ୍ଜନଗର,୩୦ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଘୁମୁସର ଘରୋଇ ବସ୍‌ ମାଲିକ ସଂଘ ଭଞ୍ଜନଗରର ପୂର୍ବତନ ସମ୍ପାଦକ ତଥା ବର୍ତ୍ତମାନର ଉପସଭାପତି ସୁବାସ ଚନ୍ଦ୍ର ଦିହୁଡିଙ୍କର ରବିବାର ଅପରାହ୍ନରେ…

ଶାଳକଙ୍କୁ ଏସିଡ୍‌ ଫିଙ୍ଗି ବନ୍ଧା ହେଲେ ଭିଣୋଇ

ବ୍ରହ୍ମପୁର,୩୦ା୮(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଟାଉନ ଥାନା ପୋଲିସ ଏସିଡ ମାଡ ଘଟଣାରେ ଅଭିଯୁକ୍ତଙ୍କୁ ଗିରଫ କରିଛି l ସେ ହେଲେ ପାଟପୁର ଥାନା ପୋଡାମାରି ବଜାର…

ନାବାଳିକା ଛାତ୍ରୀଙ୍କୁ ଅପହରଣ କରିନେଲେ ୨୨ ବର୍ଷୀୟ ଯୁବକ, ଗାଁରେ ଉତ୍ତେଜନା ପରେ…

ହାଟଡିହୀ/ଛେନାପଦୀ,୩୦ା୮(ଶୁଭକାନ୍ତ ନାୟକ/ନିରାକାର): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ନନ୍ଦିପଦା ଥାନା ଅଞ୍ଚଳରେ ଜଣେ ନାବାଳିକା ଦଶମ ଶ୍ରେଣୀ ଛାତ୍ରୀକୁ ଅପହରଣ କରାଯାଇଥିବା ଥାନାରେ ଅଭିଯୋଗ ହୋଇଛି। ଏହାକୁ…

ଓଡ଼ିଆ ସାହିତ୍ୟର ଜଣେ ଅମର ନକ୍ଷତ୍ର ଥିଲେ ସ୍ବଭାବ କବି ଗଙ୍ଗାଧର ମେହେର, ତାଙ୍କ କଲମ ଚାଳନାରେ ଥିଲା…

କେସିଙ୍ଗା,୩୦ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ ଚେତାବନୀ ସାହିତ୍ୟ ସଂସଦ ପକ୍ଷରୁ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ସମାରୋହ ଅନୁଷ୍ଠାନର ସଭାପତି ଯାଜ୍ଞସେନୀ ସାହାଙ୍କ…

ନିଟ୍‌ରେ ସଫଳ ଦୁଇ ଭଉଣୀଙ୍କ ଡାକ୍ତରୀ ପାଠରେ ଅର୍ଥ ସାଜିଛି ବାଧକ, ସ୍ବପ୍ନରେ ରହିଯିବ କି ଉଭୟଙ୍କ…

କର୍ଲାମୁଣ୍ଡା,୩୦ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ଗ୍ରାମର ଏକ ମେଧାବୀ ପରିବାରର ଦୁଇ ଭଉଣୀ ଏକାସାଙ୍ଗେ ନିଟ୍‌ ପରୀକ୍ଷାରେ ସଫଳତା ହାସଲ କରିବା…

୩୨ କେଭି ବିଦ୍ୟୁତ୍‌ ତାରରେ ବାଜିଗଲା ଛାତ୍ରଙ୍କ ହାତ, ଚାଲିଗଲା ଜୀବନ

ପାତ୍ରପୁର,୩୦ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ତହସିଲ ଜରଡ଼ା ଥାନା ଅନ୍ତର୍ଗତ ଭୈରପୁର ଗ୍ରାମର ସୁଶାନ୍ତ ପ୍ରଧାନଙ୍କ ପୁଅ ଚନ୍ଦନ( ୧୬)ଙ୍କ ବିଦ୍ୟୁତ୍‌ ଆଘାତରେ ମୃତ୍ୟୁ…

ଛାତ୍ରୀଛାତ୍ରଙ୍କୁ ନିଶାଠାରୁ ଦୂରେଇ ରହିବାକୁ ଆହ୍ବାନ

ବଞ୍ଚୋ,୩୦ା୮(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ବଞ୍ଚୋର ପ୍ରାଣବଲ୍ଲଭ ପବ୍ଲିକ ସ୍କୁଲରେ ‘ନିଶାମୁକ୍ତ ଭାରତ ଅଭିଯାନ’ ଅଧୀନରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଆନନ୍ଦପୁର ଏସ୍‌ଡିପିଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri