Posted inଜାତୀୟ

ସେପ୍ଟେମ୍ବରରୁ ଆରମ୍ଭ ହୋଇପାରେ ଜନଗଣନା

ନୂଆଦିଲ୍ଲୀ,୨୨ା୮: ଭାରତର ବହୁ ବିଳମ୍ବିତ ଜନଗଣନା ଆସନ୍ତା ସେପ୍ଟେମ୍ବରରୁ ଆରମ୍ଭ ହୋଇପାରେ। ସରକାରୀ ସୂତ୍ରକୁ ଉଦ୍ଧାର କରି ଏକ ଅନ୍ତର୍ଜାତୀୟ ଗଣମାଧ୍ୟମ ଏହା ପ୍ରକାଶ କରିଛି। ଜନଗଣନା ପ୍ରତି ୧୦ ବର୍ଷରେ ଥରେ ଅନୁଷ୍ଠିତ ହୋଇଥାଏ। ୨୦୨୧ରେ ଶେଷ ହେବାକୁ ଥିବା ଜନଗଣନା କୋଭିଡ୍‌ ମହାମାରୀ ପାଇଁ ବିଳମ୍ବିତ ହୋଇଥିଲା। ଏଥିସହିତ ପ୍ରଯୁକ୍ତିଗତ ଏବଂ ଲଜିଷ୍ଟିକାଲ ପ୍ରତିବନ୍ଧକ ଜନଗଣନାକୁ ଅଧିକ ବିଳମ୍ବିତ କରିଥିଲା।

ଆସନ୍ତା ମାସରୁ ଜନଗଣନା ଆରମ୍ଭ ହେଲେ ଏହା ଶେଷ ହେବାକୁ ୧୮ ମାସ ଲାଗିପାରେ ବୋଲି ଆଶା କରାଯାଉଛି। ଉକ୍ତ ସର୍ଭେ ସହ ପ୍ରତ୍ୟକ୍ଷ ଭାବେ ଜଡ଼ିତ ଅଧିକାରୀମାନେ ଏହି ସୂଚନା ଦେଇଥିବାବେଳେ ପ୍ରକ୍ରିୟା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କାର୍ଯ୍ୟାଳୟର ଚୂଡ଼ାନ୍ତ ଅନୁମୋଦନକୁ ଅପେକ୍ଷା କରିଥିବା କହିଛନ୍ତି।

ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଏବଂ ପରିସଂଖ୍ୟାନ ଓ କାର୍ଯ୍ୟକ୍ରମ ରୂପାୟନ ମନ୍ତ୍ରଣାଳୟ ଜନଗଣନା ତଦାରଖ ଦାୟିତ୍ୱ ନେଇଥାନ୍ତି। ୨୦୨୬ ମାର୍ଚ୍ଚରେ ଜନଗଣନା ଫଳାଫଳ ପ୍ରକାଶ ପାଇଁ ଲକ୍ଷ୍ୟ ରଖାଯାଇଥିବାବେଳେ ଏଥିପାଇଁ ସମୟନିର୍ଘଣ୍ଟ ସ୍ଥିର ହୋଇଛି। ତେବେ ଉଭୟ ମନ୍ତ୍ରଣାଳୟ ପକ୍ଷରୁ ଏ ସମ୍ପର୍କରେ କୌଣସି ସୂଚନା ଦିଆଯାଇ ନାହିଁ।

ସୂଚନାଯୋଗ୍ୟ, ୨୦୧୧ରେ ହୋଇଥିବା ଶେଷ ଜନଗଣନା ଅନୁଯାୟୀ ଭାରତର ଜନସଂଖ୍ୟା ସେତେବେଳେ ୧୨୧.୧ କୋଟି ଥିଲା। ଭାରତର ଜନସଂଖ୍ୟା ଏବେ ଚାଇନାକୁ ଟପି ବିଶ୍ୱର ସବୁଠୁ ଜନବହୁଳ ରାଷ୍ଟ୍ରରେ ପରିଣତ ହୋଇଥିବା ଜାତିସଂଘ ୨୦୨୩ ଏପ୍ରିଲରେ ରିପୋର୍ଟ ଦେଇଥିଲା। ସେହି ସମୟରେ ଭାରତର ଲୋକସଂଖ୍ୟା ୧୪୨ କୋଟିରୁ ଅଧିକ ହୋଇଥିବା ଆକଳନ କରାଯାଇଥିଲା।

ଜନସଂଖ୍ୟା, ଅର୍ଥନୈତିକ କାରବାର, ସାକ୍ଷରତା, ଏବଂ ଗୃହସଂଖ୍ୟା ଆଦିର ସବିଶେଷ ତଥ୍ୟ ଦଶବର୍ଷୀୟ ଜନଗଣନା ସର୍ଭେରୁ ଜଣାପଡ଼ିଥାଏ। ସରକାରୀ ଯୋଜନା ପ୍ରଣୟନ, ନୀତି ନିର୍ଦ୍ଧାରଣ ଏବଂ ସାରା ଦେଶରେ ସମ୍ବଳ ଓ ସେବାର ସୁଷମ ବଣ୍ଟନ ସୁନିଶ୍ଚିତ କରିବା ପାଇଁ ଏହି ତଥ୍ୟ ଜରୁରୀ। ଏହା ବ୍ୟତୀତ ଜନଗଣନାରୁ ଆଞ୍ଚଳିକ ତାରତମ୍ୟ ଜଣାପଡ଼ିବା ସହ ବିକାଶର ଧାରା ସମ୍ପର୍କରେ ସୂଚନା ମିଳିଥାଏ, ଯାହା ପ୍ରଭାବୀ ଶାସନ ଏବଂ ସମାନ ଅଭିବୃଦ୍ଧି ପାଇଁ ଆବଶ୍ୟକ।

୨୦୨୧ର ଜନଗଣନାରେ ଦୀର୍ଘ ବିଳମ୍ବକୁ ନେଇ କେନ୍ଦ୍ର ସରକାର ସମାଲୋଚିତ ହୋଇଛନ୍ତି। ଲୋକ ସଭା ନିର୍ବାଚନ ବେଳେ ବିରୋଧୀ ଦଳଗୁଡ଼ିକ ଜାତି ଜନଗଣନା ପାଇଁ ପ୍ରତିଶ୍ରୁତି ଦେଇଥିବାବେଳେ ଏଥିପାଇଁ ଦାବି ବଢ଼ିବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆସନ୍ତାକାଲି ପଡୁଛି ୩ ରାଜଯୋଗ; ୫ ରାଶିଙ୍କ ବଦଳିବ ଭାଗ୍ୟ, ମୋଟା ଅଙ୍କର ରୋଜଗାରକୁ ବଡ଼ କମ୍ପାନୀରୁ ଅଫର୍‌

୯ ସେପ୍ଟେମ୍ୱର, ୨୦୨୬ ହେଉଛି ଭାଦ୍ରବ ମାସ କୃଷ୍ଣ ପକ୍ଷର ତ୍ରୟୋଦଶୀ ତିଥି ଏବଂ ବୁଧବାର। ଏହା ସହିତ ଏହି ଦିନଟି ଦ୍ୱିତୀୟ ଚତୁର୍ମାସ୍ୟାର ୧୭ଶ ଦିନ…

ନୂଆଖାଇ ପୂର୍ବରୁ ଭତ୍ତା ଟଙ୍କା ଦିଅ, ନଚେତ୍ ଆନ୍ଦୋଳନ! ରାଜ୍ୟପାଳଙ୍କ ହସ୍ତକ୍ଷେପ ଦାବି କଲା ବିଜେଡି, ସ୍ମାରକପତ୍ର…

ବରଗଡ଼,୮।୯(ପ୍ରେମାନନ୍ଦ ଖମାରୀ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପୂର୍ବରୁ ସମସ୍ତ ହିତାଧିକାରୀଙ୍କୁ ସାମାଜିକ ନିରାପତ୍ତା ଭତ୍ତା ପ୍ରଦାନ କରିବା ଦାବିରେ ବରଗଡ଼ ଜିଲା ବିଜେଡି ପକ୍ଷରୁ ରାଜ୍ୟପାଳଙ୍କ…

ରାହୁଙ୍କ ମକର ରାଶିରେ ଗୋଚର, ୨୦୨୮ ଯାଏ ୩ ରାଶିରେ ଧନବର୍ଷା, ଚାକିରିରେ ମିଳିବ ପ୍ରମୋଶନ

ଶୁକ୍ର ଗ୍ରହ ୧୧ ସେପ୍ଟେମ୍ୱର ୨୦୨୬ରେ ନକ୍ଷତ୍ର ପରିବର୍ତ୍ତନ କରିବାକୁ ଯାଉଛନ୍ତି। ସେ ଚିତ୍ରା ନକ୍ଷତ୍ରରୁ ବାହାରି ରାହୁଙ୍କ ଅଧୀନରେ ଥିବା ସ୍ୱାତୀ ନକ୍ଷତ୍ରରେ ଗୋଚର କରିବେ।…

ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଉପହାର, ୨୦% ମିଳିବ ବୋନସ ଆଉ ତା’ ସହ…

ନୂଆଦିଲ୍ଲୀ,୮।୯: କର୍ମଚାରୀମାନଙ୍କ ପାଇଁ ଏକ ଖୁସି ଖବର ସାମ୍ନାକୁ ଆସିଛି। ଏବେ ନୂତନ ଶ୍ରମ କୋଡ (Labour Code) ଅଧୀନରେ କର୍ମଚାରୀମାନଙ୍କୁ ପ୍ରାୟ ୨୦ ପ୍ରତିଶତ ପର୍ଯ୍ୟନ୍ତ…

ଘର ତିଆରି ନାଁରେ ୧୬ ଲକ୍ଷ ଟଙ୍କା ନେଇ ଫେରାର , ବାଉନ୍ସ ହେଲା ଚେକ୍‌: ଅଭିଯୁକ୍ତ ଯୁବକ ଗିରଫ

ପାରଳାଖେମୁଣ୍ଡି,୮ା୯(ଗିରିଧାରୀ ପରିଛା): ୧୬ ଲକ୍ଷ ଟଙ୍କା ଠକେଇ ଓ ଜୀବନରୁ ମାରିଦେବାକୁ ଧମକ ଦେବା ଅଭିଯୋଗରେ ପାରଳାଖେମୁଣ୍ଡି ଥାନା ପୋଲିସ ଆନ୍ଧ୍ରପ୍ରଦେଶର ଜଣେ ଯୁବକଙ୍କୁ ଗିରଫ କରି…

ଭାରତ-ଆଫଗାନିସ୍ତାନ ଟି୨୦ ସିରିଜ୍‌ ଏହି ଚ୍ୟାନେଲର ହେବ ପ୍ରସାରଣ, ଜାଣନ୍ତୁ…

ନୂଆଦିଲ୍ଲୀ,୮ା୯: ଆସନ୍ତା ୧୩ ତାରିଖରୁ ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଆରମ୍ଭ ହେବାକୁ ଥିବା ଅନ୍ତର୍ଜାତୀୟ ଟି୨୦ ସିରିଜ୍‌ ଲାଗି ସୋନୀ ସ୍ପୋଟର୍‌ସ ନେଟ୍‌ଓ୍ବର୍କ ପ୍ରସାରଣ ଅଧିକାର…

ଗଣେଶପୂଜା କମିଟିକୁ ପୋଲିସର କଡ଼ା ନିର୍ଦ୍ଦେଶ, ଡିଜେ ସାଉଣ୍ଡ, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା

ପୁରୁଷୋତ୍ତମପୁର,୮।୯(ସବିତା ମିଶ୍ର): ଆସନ୍ତା ୧୪ ତାରିଖରେ ହେବାକୁ ଥିବା ଗଣେଷପୂଜାକୁ ଶାନ୍ତିଶୃଙ୍ଖଳାର ସହ ପାଳନ କରିବାକୁ ପୁରୁଷୋତ୍ତମପୁର ପୋଲିସ ଏବଂ ପ୍ରଶାସନ ପକ୍ଷରୁ କଡ଼ା ପଦକ୍ଷେପ ନିଆଯାଇଛି।…

ବାଲୁଙ୍କେଶ୍ୱର ହାଇସ୍କୁଲ ସହକାରୀ ଶିକ୍ଷକଙ୍କୁ ମରଣାନ୍ତକ ଆକ୍ରମଣ

ଖଲ୍ଲିକୋଟ, ୮/୯/୨୦୨୬ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଏନ୍‌ଏସି ଅନ୍ତର୍ଗତ ବାଲୁଙ୍କେଶ୍ୱର ହାଇସ୍କୁଲର ଜଣେ ସହକାରୀ ଶିକ୍ଷକଙ୍କୁ ସ୍କୁଲ ଗେଟ୍‌ ନିକଟରେ ମଙ୍ଗଳବାର ମରଣାନ୍ତକ ଆକ୍ରମଣ କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri