Posted inଜାତୀୟ

ଦୁଇଟି ଭାରତ ସୃଷ୍ଟି କରିଛନ୍ତି ମୋଦି

ଦାହୋଡ୍‌ (ଗୁଜରାଟ),୧୧।୫: କଂଗ୍ରେସ ନେତା ରାହୁଲ ଗାନ୍ଧୀ ମଙ୍ଗଳବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ କରିଛନ୍ତି। ମୋଦି ଦୁଇଟି ଭାରତ ସୃଷ୍ଟି କରିଛନ୍ତି, ଗୋଟିଏ ଧନୀଙ୍କ ପାଇଁ ଓ ଅନ୍ୟଟି ଗରିବଙ୍କ ପାଇଁ। ଦେଶର ସମ୍ବଳକୁ କେନ୍ଦ୍ରର ଭାଜପା ନେତୃତ୍ୱାଧୀନ ସରକାର ଅଳ୍ପ କେତେଜଣ ଧନୀ ଲୋକଙ୍କ ହାତରେ ଟେକି ଦେଇଥିବା ରାହୁଲ ଅଭିଯୋଗ କରିଛନ୍ତି। ଚଳିତ ବର୍ଷ ଶେଷ ଭାଗରେ ଗୁଜରାଟ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଥିବାବେଳେ ରାହୁଲ ମଙ୍ଗଳବାର ଆଦିବାସୀ ବହୁଳ ଦାହୋଡ ଜିଲାରେ ଦଳର ପ୍ରଚାର ଅଭିଯାନ ଆରମ୍ଭ କରିଛନ୍ତି। ସେଠାରେ ‘ଆଦିବାସୀ ସତ୍ୟାଗ୍ରହ ରାଲି’କୁ ଉଦ୍‌ବୋଧନ ଦେଇ ରାହୁଲ କହିଥିଲେ, ଏଥର ଗୁଜରାଟରେ କଂଗ୍ରେସ ନିଶ୍ଚୟ କ୍ଷମତାକୁ ଆସିବ। ୨୦୧୪ରେ ମୋଦି ପ୍ରଧାନମନ୍ତ୍ରୀ ହେବା ପୂର୍ବରୁ ଗୁଜରାଟ ମୁଖ୍ୟମନ୍ତ୍ରୀ ଥିଲେ। ସେ ଗୁଜରାଟ ମଡେଲ ନାମରେ ଉକ୍ତ ରାଜ୍ୟର କାର୍ଯ୍ୟଶୈଳୀକୁ ଦେଶରେ ପ୍ରୟୋଗ କରୁଛନ୍ତି। ଫଳରେ ଆଜି ଦେଶରେ ଦୁଇଟି ଭାରତ ସୃଷ୍ଟି ହୋଇଛି। ଗୋଟିଏ କ୍ଷମତା ଓ ପ୍ରତିପତ୍ତି ଥିବା କୋଟିପତି ଓ ବ୍ୟୁରୋକ୍ରାଟମାନଙ୍କ ପାଇଁ ଏବଂ ଅନ୍ୟଟି ସାଧାରଣ ଲୋକଙ୍କ ପାଇଁ ବୋଲି କଂଗ୍ରେସ ନେତା କହିଥିଲେ। ଭାଜପା ମଡେଲରେ ଜଳ, ଜଙ୍ଗଲ, ଜମି ଭଳି ଲୋକଙ୍କ ସମ୍ପତ୍ତିକୁ ଅଳ୍ପ କେତେଜଣ ଧନୀଙ୍କୁ ଦିଆଯାଇଛି। ରାଜ୍ୟରେ ଭାଜପା ସରକାର ଆଦିବାସୀମାନଙ୍କୁ ସେମାନଙ୍କ ଅଧିକାରରୁ ବଞ୍ଚତ୍ତ କରିଥିବା ରାହୁଲ ଅଭିଯୋଗ କରିଥିଲେ। ଭାଜପା ସରକାର ଆଦିବାସୀମାନଙ୍କୁ କିଛି ଦେଇନାହିଁ କିନ୍ତୁ ସବୁକିଛି ଛଡ଼ାଇନେଇଛି। ଆଦିବାସୀମାନେ ସେମାନଙ୍କ ଅଧିକାର ଛଡ଼ାଇ ଆଣିବାକୁ ହେବ। ତା’ହେଲେ ସେମାନେ ସବୁକିଛି ଫେରିପାଇବେ ବୋଲି ରାହୁଲ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସଫେଇ କରିବାକୁ କହି ମହିଳାଙ୍କଠାରୁ ସୁନା ଚେନ୍‌ ଲୁଟିନେଲେ ଯୁବକ, ଆଉ ତା’ପରେ…

ବଲାଙ୍ଗୀର, ୨୨।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତେଲିଗୋଠପଡାଠାରେ ସଫେଇ ନାଁରେ ଦୁଇ ଜଣ ଯୁବକ ଜଣେ ମହିଳାଙ୍କଠାରୁ ସୁନା ଚେନ୍‌ ଲୁଟି ଫେରାର୍‌ ହୋଇଯାଇଛନ୍ତି।...

ହୋଟେଲ ଭମର୍ସ ସିଲ୍‌ କଲା ପୌର ପ୍ରଶାସନ

ବଲାଙ୍ଗୀର,୨୨।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୌର ପ୍ରଶାସନ ପକ୍ଷରୁ ସୋମବାର ସ୍ଥାନୀୟ ହୋଟେଲ ଭମର୍ସକୁ ସିଲ୍‌ କରାଯାଇଛି। ପୌର ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କ...

ଆଉ ୨ ଦିନ ପରେ କ୍ରିସ୍‌ମାସ

ଭୁବନେଶ୍ୱର,୧୯ା୧୨- ଆସନ୍ତା ୨୫ ତାରିଖ ଗୁରୁବାର ବଡ଼ଦିନ ବା କ୍ରିସ୍‌ମସ। ଭୁବନେଶ୍ୱରରେ ଥିବା କ୍ୟାଥୋଲିକ୍‌ ଓ ବାପଟିଷ୍ଟ ଚର୍ଚ୍ଚରେ ଖ୍ରୀଷ୍ଟ ଧର୍ମାବଲମ୍ୱୀମାନେ ଏକାଠି ହୋଇ ପ୍ରଭୁ...

ସମ୍ବିତଙ୍କୁ ସମର୍ଥନ କଲେ ପ୍ରମିଳା ମଲ୍ଲିକ, କହିଲେ ପାଣ୍ଡିଆନ୍‌ ଆମ….

ଭୁବନେଶ୍ୱର,୨୨।୧୨:  ପାଣ୍ଡିଆନଙ୍କୁ ନେଇ ବିଜେଡି ନେତା ସମ୍ବିତ ରାଉତରାୟ ଦେଇଥିବା ବୟାନକୁ ସମର୍ଥନ କଲେ ବିରୋଧୀଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ । ସମ୍ବିତ ଯାହା...

ନୂଆ ବର୍ଷ ଆରମ୍ଭରୁ ବଦଳିଯିବ ଏସବୁ ନିୟମ: ସାଧାରଣ ଲୋକଙ୍କ ପକେଟ୍‌ ଉପରେ ପଡିବ ବଡ଼ ପ୍ରଭାବ

ନୂଆଦିଲ୍ଲୀ,୨୨।୧୨: ଡିସେମ୍ବର ମାସ ଆଉ କିଛି ଦିନ ପରେ ଚାଲିଯିବ, ଏବଂ ନୂତନ ବର୍ଷ ଆସିବ। ଏହା ସହିତ, ନିୟମାବଳୀରେ ଅନେକ ପରିବର୍ତ୍ତନ ଦେଖାଯିବ ଯାହା...

ରାଜନୀତିକୁ ସରଗରମ କରୁଛି ଲୁଲୁ-ବୁଲୁଙ୍କ ବୟାନବାଜି

ଭଦ୍ରକ,୨୨।୧୨(ସନାତନ ରାଉତ):ପୂର୍ବତନ ମନ୍ତ୍ରୀ ପ୍ରଫୁଲ୍ଲ ସାମଲଙ୍କ ପୁଅ ପ୍ରୟାସକାନ୍ତି ସାମଲ(ଲୁଲୁ) ଓ କଂଗ୍ରେସର ଯୁବନେତା ଅସିତ୍‌ ପଟ୍ଟନାୟକ(ବୁଲୁ)ଙ୍କ ବୟାନବାଜି ଭଦ୍ରକ ରାଜନୀତିକୁ ସରଗରମ କରୁଛି। ଲୁଲୁ...

୨୦୨୬ରେ ଘଟିବାକୁ ଯାଉଛି ଏମିତି, ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀ ଜାଣିଲେ…

ନୂଆଦିଲ୍ଲୀ,୨୨।୧୨: ୨୦୨୫ ବର୍ଷ ଧୀରେ ଧୀରେ ଶେଷ ହେବାକୁ ଯାଉଛି, ଏବଂ ଲୋକମାନେ ନୂତନ ବର୍ଷ ୨୦୨୬କୁ ସ୍ବାଗତ କରିବାକୁ ଉତ୍ସାହିତ। ଦେଶ ଏବଂ ବିଶ୍ୱ...

ବାଂଲାଦେଶରେ ହାଦିଙ୍କ ପରେ ଏବେ ସିକଦରଙ୍କୁ ହତ୍ୟା, ମୁଣ୍ଡରେ ଗୁଳି ମାରି…

ନୂଆଦିଲ୍ଲୀ,୨୨।୧୨:  ବାଂଲାଦେଶରେ ନିର୍ବାଚନ ଘୋଷଣା ପରେ ରାଜନୈତିକ ହତ୍ୟାର ଘଟଣା ଜାରି ରହିଛି ।ଇକବାଲ ଫୋରମର ଓସମାନ ହାଦିଙ୍କ ପରେ ଅପରାଧୀମାନେ ଏବେ ଖୁଲନାରେ ମୋତାଲେବ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri