Posted inଜାତୀୟ

ବାଇଡେନ୍‌ଙ୍କ ଭଳି ସ୍ମୃତିଶକ୍ତି ହରାଇ ବସିଲେଣି ମୋଦି: ରାହୁଲ ଗାନ୍ଧୀ

ଅମରାବତୀ,୧୭ା୧୧: ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ଙ୍କ ଭଳି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ସ୍ମୃତିଶକ୍ତି ହରାଇବସିଲେଣି ବୋଲି କଂଗ୍ରେସ ନେତା ରାହୁଲ ଗାନ୍ଧୀ ଶନିବାର ମହାରାଷ୍ଟ୍ରରେ ଏକ ନିର୍ବାଚନୀ ସଭାକୁ ଉଦ୍‌ବୋଧନ ଦେଲାବେଳେ କହିଛନ୍ତି। କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଯେଉଁ ପ୍ରସଙ୍ଗ ଉଠାଉଛନ୍ତି, ପ୍ରଧାନମନ୍ତ୍ରୀ ଆଜିକାଲି ସେହି ପ୍ରସଙ୍ଗ ଉପରେ କହୁଛନ୍ତି। ଜାତି ଜନଗଣନା ହେବା ଆବଶ୍ୟକ ଏବଂ ସଂରକ୍ଷଣରେ ୫୦ ପ୍ରତିଶତ ସୀମା ଉଠିଯିବା ଦରକାର ବୋଲି ରାହୁଲ ଲୋକ ସଭାରେ ପ୍ରଧାନମନ୍ତ୍ରୀଙ୍କୁ କହିଥିଲେ। ଅଥଚ ମୁଁ ସଂରକ୍ଷଣର ବିରୋଧୀ ବୋଲି ମୋଦି ଏବେ ନିର୍ବାଚନ ରାଲିଗୁଡ଼ିକରେ କହୁଛନ୍ତି। ତେଣୁ ସେ ସ୍ମୃତିଶକ୍ତି ହରାଇବା ସମସ୍ୟାର ସମ୍ମୁଖୀନ ବୋଲି ରାହୁଲ ଅଭିଯୋଗ କରିଛନ୍ତି।
ସମ୍ବିଧାନକୁ କଂଗ୍ରେସ ଦେଶର ଡିଏନ୍‌ଏ ବିବେଚନା କରୁଥିବାବେଳେ ଶାସକ ଭାଜପା ଏବଂ ଆର୍‌ଏସ୍‌ଏସ୍‌ ଏହାକୁ ଫାଙ୍କା ପୁସ୍ତକ କହୁଛନ୍ତି। ମହାରାଷ୍ଟ୍ର ଘଟଣା ଭଳି ବିଧାୟକଙ୍କୁ କିଣାଯାଇ ରାଜ୍ୟ ସରକାରଙ୍କୁ ଭାଙ୍ଗିଦିଆଯାଇପାରେ ବୋଲି ସମ୍ବିଧାନର କେଉଁଠି ଲେଖା ନ ଥିବା କଂଗ୍ରେସ ନେତା କହିଛନ୍ତି। ରାହୁଲ ପ୍ରଚାର ରାଲିରେ ସମ୍ବିଧାନ ନାମରେ ଏକ ଫାଙ୍କା ପୁସ୍ତକ ଦେଖାଉଛନ୍ତି ବୋଲି ମୋଦି ଏବଂ ଭାଜପା ଅଭିଯୋଗ କରିଥିବାରୁ ଲୋକ ସଭାର ବିରୋଧୀ ଦଳ ନେତା ତାହାର ଜବାବ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

ସ୍ବାୟତ୍ତ ଶାସନ ଦିବସ ପାଳନ ନେଇ ପ୍ରସ୍ତୁତି ଚୂଡ଼ାନ୍ତ

ଦିଗପହଣ୍ଡି,୨୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ପକ୍ଷରୁ ଅଗଷ୍ଟ ୩୧ରେ ପାଳନ ହେବାକୁ ଥିବା ସ୍ବାୟତ୍ତ ଶାସନ ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri