Posted inଜାତୀୟ

‘ମୋଦିଙ୍କ କିଛି ଅବଦାନ ନାହିଁ’

ନୂଆଦିଲ୍ଲୀ,୩ା୮: ଅଯୋଧ୍ୟାରେ ରାମମନ୍ଦିର ନିର୍ମାଣ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କିଛି ଅବଦାନ ନାହିଁ। ଏପରି କି ରାମମନ୍ଦିର ପ୍ରତିଷ୍ଠା ସପକ୍ଷରେ ସୁପ୍ରିମକୋର୍ଟ ରାୟ ଦେବାବେଳେ ମଧ୍ୟ ସର୍ବୋଚ୍ଚ ଅଦାଲତଙ୍କ ଅନୁଗ୍ରହ ପାଇବା ପାଇଁ ମୋଦି ସରକାର କୌଣସି ପ୍ରକାର ଉଦ୍ୟମ କରି ନ ଥିଲେ ବୋଲି ରାଜ୍ୟ ସଭା ସଦସ୍ୟ ସୁବ୍ରମଣ୍ୟମ ସ୍ବାମୀ କହିଛନ୍ତି।
ଅଗଷ୍ଟ ୫ରେ ପ୍ରଧାନମନ୍ତ୍ରୀ ମୋଦି ଭୂମି ପୂଜନ ଉତ୍ସବରେ ଯୋଗଦେବାକୁ ଅଯୋଧ୍ୟା ଯାଉଥିବାବେଳେ ରାମମନ୍ଦିର ନିର୍ମାଣ କ୍ଷେତ୍ରରେ ତାଙ୍କର କିଛି ଅବଦାନ ନାହିଁ ବୋଲି ଏକ ଟିଭି ଚ୍ୟାନେଲକୁ ସାକ୍ଷାତ୍‌କାର ଦେଇ ଭାଜପା ନେତା ସୁବ୍ରମଣ୍ୟମ ସ୍ବାମୀ ସ୍ପଷ୍ଟ କରିଛନ୍ତି। ସ୍ବାମୀ କହିଛନ୍ତି, ମନ୍ଦିର ସପକ୍ଷରେ ଆମେ ଯୁକ୍ତି ଓ ବିତର୍କ କଲୁ। ସରକାର ଏପରି କିଛି କରିନାହାନ୍ତି, ଯାହାକୁ ମନ୍ଦିର ନିର୍ମାଣ ସପକ୍ଷରେ ସୁପ୍ରିମକୋର୍ଟ ରାୟ ପାଇଁ ଏକ ଫ୍ୟାକ୍ଟର ବୋଲି କୁହାଯାଇ ପାରିବ। ଅନ୍ୟପକ୍ଷରେ ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀ ଓ ପି.ଭି. ନରସିଂହ ରାଓ ଏବଂ ବିଶ୍ୱହିନ୍ଦୁ ପରିଷଦର ଅଶୋକ ସିଂହଲ ଅଯୋଧ୍ୟାରେ ରାମମନ୍ଦିର ନିର୍ମାଣର ଏଜେଣ୍ଡାକୁ ଆଗକୁ ବଢ଼ାଇଥିଲେ ବୋଲି ସ୍ବାମୀ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାତି ସାରା ଦୁଇ ଗାଁରେ ହାଇଭୋଲଟେଜ୍ ପ୍ରେମ ଡ୍ରାମା: ନାକେଦମ ହେଲା ନନ୍ଦିପଦା ପୋଲିସ

ହାଟଡିହୀ/ଛେନାପଦୀ, ୨୬/୮ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲ୍ଲା ନନ୍ଦିପଦା ଥାନା ଅଞ୍ଚଳରେ ଗତ ମଙ୍ଗଳବାର ବିଳମ୍ବିତ ରାତିରେ ଦୁଇଟି ଭିନ୍ନ ଭିନ୍ନ ଗ୍ରାମରେ ପ୍ରେମ ବ୍ୟାପାରକୁ…

ଜିମ୍‌ରୁ ବାହାରୁଥିବା ବେଳେ ଗାୟକଙ୍କୁ ଗୁଳିକରି ହତ୍ୟା, ୨୦ରୁ ଅଧିକ..

ଲକ୍ଷ୍ନୌ,୨୬।୮: ଉତ୍ତରପ୍ରଦେଶର ଶାମଲୀରେ ବୁଧବାର ସନ୍ଧ୍ୟାରେ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ଘଟିଛି । ସଦର କୋତୱାଲି ଥାନା ଅଞ୍ଚଳରେ ଅଜଣା ଦୁର୍ବୃତ୍ତଙ୍କ ଗୁଳିମାଡ଼ରେ ଚର୍ଚ୍ଚିତ ହରିୟାଣାର ଗାୟକ…

ଗୋଧୋଇବାକୁ ଯାଇ ଫେରିଲେନି ରଥ, ସକାଳୁ ପୋଖରୀରୁ ମିଳିଲା…

ଲାଞ୍ଜିଗଡ,୨୬।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଛତ୍ରପୁର ପଞ୍ଚାୟତ ଅନ୍ତର୍ଗତ ରଘୁନାଥପୁର ଗାଁରେ ଅଭାବନୀୟ ଘଟଣା ଘଟିଛି । ପୋଖରୀରେ ବୁଡ଼ି ଜଣେ ଯୁବକଙ୍କ…

ସେପ୍ଟେମ୍ୱର ୧ରୁ ମହଙ୍ଗା ହେବ ଅଟୋ ଭଡା, ଜାଣନ୍ତୁ କେତେ ଦବାକୁ ପଡିବ ଟଙ୍କା…

ନୂଆଦିଲ୍ଲୀ,୨୬।୮: ମୁମ୍ୱାଇରେ CNG ରେ ଚାଲୁଥିବା କଳା-ହଳଦିଆ ଟ୍ୟାକ୍ସି ଏବଂ ଅଟୋ ରିକ୍ସାରେ ଯାତ୍ରା କରିବା ୧ ସେପ୍ଟେମ୍ୱରରୁ ମହଙ୍ଗା ହୋଇଯିବ। ମହାରାଷ୍ଟ୍ର ପରିବହନ ପ୍ରାଧିକରଣ ବୁଧବାର…

ସୋର ଉପକାରାଗାରର ୱାର୍ଡରଙ୍କୁ ମରଣାନ୍ତର ଆକ୍ରମଣ, ଦିବାଲୋକରେ ଗୋଡାଇ ଗୋଡାଇ ହାଣିଲେ

ସୋର,୨୬।୮(ଜନ୍ମେଜୟ ମିଶ୍ର): ସୋର ଉପକାରାଗାରର ୱାର୍ଡରଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି । ଦିନ ଦ୍ବିପହରରେ ମାଣତ୍ରୀ ଛକ ନିକଟରେ ତିନଜଣ ଦୁର୍ବୃତ୍ତ ହାଣି ଦେଇଥିବା ଜଣାପଡ଼ିଛି ।…

ଚିନି ଠାରୁ ଆରମ୍ଭ କରି ପେଟ୍ରୋଲ-LPG ଯାଏ, ସେପ୍ଟେମ୍ୱର ୧ରୁ ବଢିବ ଦର! ଜାଣନ୍ତୁ କେଉଁଟା…

ନୂଆଦିଲ୍ଲୀ,୨୬।୮: ସେପ୍ଟେମ୍ୱର ମାସ ଆରମ୍ଭ ହେବା କ୍ଷଣି ସାଧାରଣ ଲୋକଙ୍କ ଜୀବନ ସହ ଜଡ଼ିତ ଅନେକ ନିୟମ ବଦଳିବାକୁ ଯାଉଛି। ଚିନି-ପିଆଜ, ବସ ଯାତ୍ରା, ନିବେଶ, ଗ୍ୟାସ…

ମହିଳାଙ୍କ ପାଇଁ ଖୁସି ଖବର! ରାକ୍ଷୀ ପୂର୍ଣ୍ଣିମାରେ ‘ଆମ ବସ୍’ ଯାତ୍ରା ମାଗଣା, ୭ ସହରରେ ମିଳିବ ସୁବିଧା

ଭୁବନେଶ୍ବର,୨୬।୮: ଗୁରୁବାର ପବିତ୍ର ରାକ୍ଷୀ ପୂର୍ଣ୍ଣିମା । ଏହି ଅବସରରେ ମହିଳାଙ୍କ ପାଇଁ ବଡ଼ ଘୋଷଣା କରିଛି କ୍ୟାପିଟାଲ୍ ରିଜିଅନ୍ ଆର୍ବନ୍ ଟ୍ରାନ୍ସପୋର୍ଟ(CRUT) । ରକ୍ଷା ବନ୍ଧନ…

୧ ସେପ୍ଟେମ୍ୱରରେ ଶନି-ଗୁରୁଙ୍କ ମହାମିଳନ! ୩ ରାଶିଙ୍କ ସୁନା ଭଳି ଚମକିବ କ୍ୟାରିୟର, ଆଖି ପିଛୁଳାକେ ଧନ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ଗୋଚର ଏବଂ ସେମାନଙ୍କ ଦ୍ୱାରା ସୃଷ୍ଟି ହେଉଥିବା ଶୁଭ-ଅଶୁଭ ଯୋଗର ବିଶେଷ ମହତ୍ତ୍ୱ ରହିଛି। ୧ ସେପ୍ଟେମ୍ୱର ୨୦୨୬ରେ ଶନି ଏବଂ ଦେବଗୁରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri