Posted inଜାତୀୟ

ବର୍ଷେ ବିଦେଶ ଯାଇପାରିଲେନି ମୋଦି

ନୂଆଦିଲ୍ଲୀ,୨୫ା୧୧: ବିଦେଶ ଗସ୍ତକୁ ନେଇ ଚର୍ଚ୍ଚାରେ ରହୁଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚଳିତବର୍ଷ ଦେଶ ବାହାରକୁ ଯାଇପାରିଲେ ନାହିଁ। ୨୦୨୦ରେ କରୋନା ଭାଇରସ୍‌ ତାଙ୍କ ବିଦେଶ ଗସ୍ତରେ ବ୍ରେକ୍‌ ଲଗାଇଛି। ୨୦୧୪ରେ କ୍ଷମତାକୁ ଆସିବା ପରଠୁ ପ୍ରଧାନମନ୍ତ୍ରୀ ମୋଦି ସରକାରୀ କାର୍ଯ୍ୟକ୍ରମରେ ବ୍ୟୟବହୁଳ ବିଦେଶ ଗସ୍ତ କରିଆସୁଥିବାବେଳେ ବିଗତ ୩୬୫ ଦିନ ମଧ୍ୟରେ ଥରୁଟିଏ ଅନ୍ୟ ଦେଶକୁ ଯାଇନାହାନ୍ତି କି ଡିସେମ୍ବର ଶେଷ ସୁଦ୍ଧା ଯିବାର ସମ୍ଭାବନା ମଧ୍ୟ ନାହିଁ। ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ (ପିଏମ୍‌ଓ) ଓ୍ବେବ୍‌ସାଇଟ୍‌ରେ ଦିଆଯାଇଥିବା ତଥ୍ୟାନୁସାରେ ପ୍ରଧାନମନ୍ତ୍ରୀ ମୋଦି ୨୦୧୪ ଜୁନ ୧୫ରୁ ୨୦୧୯ ନଭେମ୍ବର ମଧ୍ୟରେ ୯୬ ଦେଶ ବୁଲିଥିଲେ। ୨୦୧୪ରେ ମୋଦି ୮ ଦେଶ ଗସ୍ତ କରିଥିବାବେଳେ ୨୦୧୫ରେ ୨୩, ୨୦୧୬ରେ ୧୭ ଦେଶ ଯାଇଥିଲେ। ସେହିପରି ୨୦୧୭ରେ ୧୪ ଓ ୨୦୧୮ରେ ୨୦ ଓ ୨୦୧୯ରେ ୧୪ ଦେଶ ଗସ୍ତ କରିଥିଲେ। ଗତବର୍ଷ ନଭେମ୍ବରରେ ତାଙ୍କର ଶେଷ ବିଦେଶ ଗସ୍ତ ବ୍ରାଜିଲକୁ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନ ପୂର୍ବରୁ ଜେଡିୟୁ ନେତାଙ୍କୁ ହତ୍ୟା

ପାଟନା,୨୫।୪: ବିହାରରେ ଶାସକ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ଦଳର ଜଣେ ନେତାଙ୍କୁ ଗୁଳି କରି ହତ୍ୟା କରାଯାଇଛି। ରାଜଧାନୀ ପାଟନା ଅଞ୍ଚଳରେ ଏହି ହତ୍ୟାକାଣ୍ଡ ପରେ...

ଓବିସି ବର୍ଗର ସବୁଠୁ ବଡ଼ ଶତ୍ରୁ ହେଉଛି କଂଗ୍ରେସ: ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୪ା୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର କଂଗ୍ରେସ ନେତୃତ୍ୱାଧୀନ କର୍ଣ୍ଣାଟକ ସରକାରଙ୍କ ମୁସଲିମ ସମ୍ପ୍ରଦାୟକୁ ରାଜ୍ୟ ଓବିସି ତାଲିକାରେ ଅନ୍ତର୍ଭୁକ୍ତ କରିବା ନିଷ୍ପତ୍ତିକୁ ସମାଲୋଚନା କରି...

ଏହି ଆସନରେ ନିଜର ପ୍ରାର୍ଥୀଙ୍କୁ ଭୋଟ୍‌ ନଦେବାକୁ ନିବେଦନ କରୁଛି କଂଗ୍ରେସ

ନୂଆଦିଲ୍ଲୀ,୨୪ା୪: ଦେଶରେ ଜାରି ରହିଥିବା ସାଧାରଣ ନିର୍ବାଚନକୁ ନେଇ ନାନା ରୋଚକ ଖବରମାନ ଦେଖିବାକୁ ମିଳୁଛି। ଏହାରି ମଧ୍ୟରେ ରାଜସ୍ଥାନରେ କଂଗ୍ରେସ ଏହାର ଏକ ପ୍ରାର୍ଥିଙ୍କୁ...

କିଏ ତିଆରି କରିଛି EVM ଆଉ VVPAT, ନିର୍ମାତାଙ୍କ ନାଁ ପ୍ରକାଶ କରିବାକୁ ମନା କଲା ଇସିଆଇଏଲ୍‌

ନୂଆଦିଲ୍ଲୀ,୨୪ା୪: ଇଲେକ୍ଟ୍ରୋନିକ୍ସ କର୍ପୋରେଶନ ଅଫ୍‌ ଇଣ୍ଡିଆ ଲିମିଟେଡ୍‌ (ECIL) ଏବଂ ଭାରତ ଇଲେକ୍ଟ୍ରୋନିକ୍ସ ଲିମିଟେଡ (BEL) ଇଭିଏମ୍‌ ଏବଂ ଭିଭିପାଟ୍‌ର ନିର୍ମାତାଙ୍କ ନାମ ପ୍ରକାଶ କରିବାକୁ...

ଏହି ଆସନରୁ ନିର୍ବାଚନ ଲଢିବେ ଅଖିଳେଶ,ଗୁରୁବାର ପ୍ରାର୍ଥିପତ୍ର ଦାଖଲ

ଲକ୍ଷ୍ନୌ,୨୪।୪: ଏସପି ସୁପ୍ରିମୋ ଅଖିଲେଶ ଯାଦବ କନ୍ନୌଜ ଲୋକ ସଭା ଆସନରୁ ପ୍ରତିଦ୍ୱନ୍ଦ୍ୱିତା କରିବେ। ଗୁରୁବାର ମଧ୍ୟାହ୍ନ ୧୨ଟାରେ ନାମାଙ୍କନପତ୍ର ଦାଖଲ କରାଯିବ। ଏହାପୂର୍ବରୁ ଏସପି...

ନିର୍ବାଚନ ରାଲିରେ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ଅସୁସ୍ଥ

ମୁମ୍ବାଇ,୨୨ା୪: ମଙ୍ଗଳବାର ଅପରାହ୍ନରେ ମହାରାଷ୍ଟ୍ରର ୟବତମାଲରେ ଏକ ନିର୍ବାଚନ ରାଲିରେ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ଅସୁସ୍ଥ ହୋଇପଡିଛନ୍ତି। ଗଡକରୀ ଭାଜପାର ନାଗପୁର ପ୍ରାର୍ଥୀ ଭାବରେ...

ରେଳ ବିଭାଗର ବଡ଼ ଘୋଷଣା, ଏବେ ଆପଣଙ୍କୁ ମିଳିବ କନଫର୍ମ ଟିକେଟ୍‌

ନୂଆଦିଲ୍ଲୀ,୨୪।୪: ରେଳ ବିଭାଗର ବଡ଼ ଘୋଷଣା। ଟ୍ରେନ ଯାତ୍ରୀଙ୍କ ପାଇଁ ଆସିଲା ଖୁସି ଖବର । ଆଉ ଟ୍ରେନରେ ୱେଟିଂ କି ଆରଏସି ଟିକେଟ ଝାମେଲା...

ଭିଣୋଇ ଆସିଲେ ଘରର କାଗଜ ପତ୍ର ଲୁଚାଇ ଦେବେ, ରବର୍ଟ ଭଦ୍ରାଙ୍କୁ ଟାର୍ଗେଟ କଲେ ସ୍ମୃତି ଇରାନୀ

ନୂଆଦିଲ୍ଲୀ,୨୪।୪: ବୁଧବାର ଉତ୍ତର ପ୍ରଦେଶର ଆମେଠୀରେ ଏକ ନିର୍ବାଚନ କାର୍ଯ୍ୟକ୍ରମକୁ ସମ୍ବୋଧିତ କରୁଥିବା ବେଳେ କେନ୍ଦ୍ର ମନ୍ତ୍ରୀ ସ୍ମୃତି ଇରାନୀ ଗାନ୍ଧୀ ପରିବାରକୁ ଟାର୍ଗେଟ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri