Posted inଜାତୀୟ

ଚେନାବ ବ୍ରିଜ୍‌ ଉପରେ ତ୍ରିରଙ୍ଗା ଉଡ଼ାଇଲେ ମୋଦି: ଚାଇନା-ପାକିସ୍ତାନକୁ ଦେଲେ କଡ଼ା ବାର୍ତ୍ତା

ଶ୍ରୀନଗର,୬।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜମ୍ମୁ-କଶ୍ମୀରର ରେଆସି ଜିଲା ଅନ୍ତର୍ଗତ ଚେନାବ ନଦୀ ଉପରେ ନିର୍ମିତ ବିଶ୍ୱର ସର୍ବୋଚ୍ଚ ରେଲଓ୍ବେ ବ୍ରିଜ୍‌କୁ ଉଦ୍‌ଘାଟନ କରିଛନ୍ତି। ବ୍ରିଜ୍‌ ଉଦଘାଟନ ପରେ ପ୍ରଧାନମନ୍ତ୍ରୀ ମୋଦି ତ୍ରିରଙ୍ଗା ଉଡ଼ାଉଥିବାର ଦେଖାଯାଇଥିଲା। ପ୍ରଧାନମନ୍ତ୍ରୀ ଚେନାବ ବ୍ରିଜ୍‌ରୁ ତ୍ରିରଙ୍ଗା ଉଡ଼ାଇ ଚାଇନା ଏବଂ ପାକିସ୍ତାନକୁ ଏକ କଡ଼ା ବାର୍ତ୍ତା ଦେଇଥିଲେ। ଏହି ସେତୁ ଖୋଲିବା ସହିତ କଶ୍ମୀର ଯାଉଥିବା ଲୋକଙ୍କ ପାଇଁ ଟ୍ରେନ ଯାତ୍ରା ସହଜ ହେବ। ବ୍ରିଜ୍‌ ଉଦଘାଟନ ପୂର୍ବରୁ ପ୍ରଧାନମନ୍ତ୍ରୀ ମୋଦି ଚେନାବ ରେଳ ବ୍ରିଜ୍‌ ମଧ୍ୟ ଯାଞ୍ଚ କରିଥିଲେ। ଏହା ପୂର୍ବରୁ ସେ ବ୍ରିଜ୍‌ ପାଇଁ କାମ କରୁଥିବା ଶ୍ରମିକମାନଙ୍କୁ ଭେଟିଥିଲେ। ଏହି ସମୟରେ ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଏବଂ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ମଧ୍ୟ ଉପସ୍ଥିତ ଥିଲେ। ପ୍ରଧାନମନ୍ତ୍ରୀ ମୋଦିଙ୍କ ଗସ୍ତ ପାଇଁ କଶ୍ମୀରରେ ବହୁସ୍ତରୀୟ ସୁରକ୍ଷା ବ୍ୟବସ୍ଥା କରାଯାଇଛି।

ଏଥିସହିତ ପ୍ରଧାନମନ୍ତ୍ରୀ କାଟ୍ରା-ଶ୍ରୀନଗର ବନ୍ଦେ ଭାରତ ଟ୍ରେନ୍‌ ସେବାର ଶୁଭାରମ୍ଭ କରିବେ। କାଟ୍ରାରୁ ସଙ୍ଗଲଡାନ୍‌ ରେଳ ସେକ୍ସନ୍‌ ଅନ୍ତର୍ଗତ ଚେନାବ ରେଲଓ୍ବେ ବ୍ରିଜ୍‌ ବିଶ୍ୱର ସର୍ବୋଚ୍ଚ ବର୍ତ୍ତୁଳାକାର ବ୍ରିଜ୍‌ ଯାହା ପ୍ରଥମ ଥର ପାଇଁ କଶ୍ମୀର ଉପତ୍ୟକାକୁ ଭାରତର ଅବଶିଷ୍ଟ ଭାଗ ସହ ରେଳ ସଂଯୋଗ କରାଇବ। ଚେନାବ ନଦୀର ୩୫୯ ମିଟର ଉଚ୍ଚରେ ନିର୍ମିତ ଏହି ବ୍ରିଜ୍‌ ଇଫେଲ ଟାଓ୍ବାରଠାରୁ ମଧ୍ୟ ଅଧିକ ଉଚ୍ଚ। ଜମ୍ମୁ-କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଗୁରୁବାର ଉକ୍ତ ବ୍ରିଜ୍‌ ପରିଦର୍ଶନ କରି ଚୂଡ଼ାନ୍ତ ପ୍ରସ୍ତୁତି ଅନୁଧ୍ୟାନ କରିଛନ୍ତି। ସେ ଉକ୍ତ ବ୍ରିଜ୍‌ ସମେତ ଉଦ୍‌ଘାଟନ ହେବାକୁ ଥିବା ଅଞ୍ଜି ବ୍ରିଜ୍‌ର ଫଟୋ ଓ ଭିଡିଓ ସୋସିଆଲ ମିଡିଆରେ ଶେୟାର କରିଛନ୍ତି। ଏହା ଦେଶର ପ୍ରଥମ କେବୁଲ-ଷ୍ଟେ ରେଳ ବ୍ରିଜ୍‌।

୨୨ ଏପ୍ରିଲରେ ପହଲଗାମ ଆତଙ୍କବାଦୀ ଆକ୍ରମଣର ଜବାବରେ ଭାରତୀୟ ସଶସ୍ତ୍ର ବାହିନୀ ଦ୍ୱାରା ଆରମ୍ଭ କରାଯାଇଥିବା ଅପରେଶନ ସିନ୍ଦୂର ପରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଏହି କେନ୍ଦ୍ରଶାସିତ ଅଞ୍ଚଳକୁ ଏହା ପ୍ରଥମ ଗସ୍ତ। ପହଲଗାମ ଆତଙ୍କବାଦୀ ଆକ୍ରମଣରେ ୨୬ ଜଣ ଲୋକ ପ୍ରାଣ ହରାଇଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

ତାମିଲନାଡୁ ବିଧାନସଭା ନିର୍ୱାଚନ: ଭାଜପା ପ୍ରାର୍ଥୀ ତାଲିକାରେ ଆନ୍ନାମଲାଇଙ୍କ ନାମ ନାହିଁ

ଚେନ୍ନାଇ,୩ା୪: ତାମିଲନାଡୁ ବିଧାନସଭା ନିର୍ୱାଚନ ପାଇଁ ଭାଜପା ଶୁକ୍ରବାର ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ହେଲେ ଦଳର ପୂର୍ୱତନ ରାଜ୍ୟ ସଭାପତି କେ. ଆନ୍ନାମଲାଇଙ୍କ ନାମ ଉକ୍ତ…

ପ୍ରପର୍ଟି କାଗଜପତ୍ର ନାହିଁ, ତଥାପି ମିଳିପାରିବ ହୋମ୍‌ ଲୋନ୍‌? ଜାଣନ୍ତୁ କ’ଣ କହୁଛି ବ୍ୟାଙ୍କ ନିୟମ

ନୂଆଦିଲ୍ଲୀ,୩।୪: ନିଜର ଏକ ସୁନ୍ଦର ଘରଟିଏ କରିବା ସମସ୍ତଙ୍କର ସ୍ବପ୍ନ ଥାଏ। ଏହି ସ୍ବପ୍ନକୁ ସାକାର କରିବାରେ ‘ହୋମ ଲୋନ୍‌’ ବା ଗୃହ ଋଣ ଏକ ମୁଖ୍ୟ…

ଇସ୍ରାଏଲକୁ ‘ପଙ୍ଗୁ’ କରିଦେଲା ଇରାନ: IDF ‘ଗୁପ୍ତଚର’ଙ୍କୁ ତାଲିମ ଦେଇଥିବା କାରଖାନାକୁ ଉଡ଼ାଇ ଦେଲା

ତେହରାନ,୩।୪: ଇରାନ ପୁଣିଥରେ ଇସ୍ରାଏଲର ଏକ ଉଚ୍ଚ-ପ୍ରଯୁକ୍ତି ପ୍ରତିରକ୍ଷା କେନ୍ଦ୍ର ଉପରେ ଏକ ସଠିକ ବାଲିଷ୍ଟିକ କ୍ଷେପଣାସ୍ତ୍ର ଆକ୍ରମଣ କରିଛି। ଏଥର, ଟାର୍ଗେଟ ଥିଲା ପେଟାହ ଟିକଭା…

ଆମେରିକାକୁ ଇରାନର ଖୋଲା ଧମକ, କହିଲା ‘ଆମେ ଆମେରିକାକୁ ପ୍ରସ୍ତର ଯୁଗଠାରୁ ବି ପୂର୍ବ ଯୁଗକୁ ଫେରାଇ ଦେବୁ’

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଏବେ ଆହୁରି ବିପଦପୂର୍ଣ୍ଣ ପର୍ଯ୍ୟାୟରେ ପ୍ରବେଶ କରିଛି। ଏହି ମୁକାବିଲା ଆଉ କେବଳ ଦୁଇଟି ରାଷ୍ଟ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri