Posted inଜାତୀୟ

ଆତଙ୍କବାଦ ଆକ୍ରମଣକୁ ନେଇ ଆକ୍ସନ ମୋଡ୍‌ରେ ମୋଦି: ବିମାନରୁ ଓହ୍ଲାଇବା ମାତ୍ରେ ଡୋଭାଲଙ୍କ ସହ କଲେ ବୈଠକ

ନୂଆଦିଲ୍ଲୀ,୨୩।୪: କିଛିଦିନର ନୀରବତା ପରେ ଜମ୍ମୁ-କଶ୍ମୀରରେ ପୁଣି ରକ୍ତମୁଖା ହୋଇଛନ୍ତି ଆତଙ୍କବାଦୀ। ପହଲଗାମ୍‌ ଜିଲାରେ ସେମାନେ ମଙ୍ଗଳବାର ଅପରାହ୍ନ ୩ଟାରେ ବଡ଼ଧରଣର ଆକ୍ରମଣ କରିଛନ୍ତି। ପ୍ରାକୃତିକ ଶୋଭାରାଜି ପାଇଁ ‘ମିନି ସୁଇଜରଲାଣ୍ଡ’ ଭାବେ ପରିଚିତ ଦକ୍ଷିଣ କଶ୍ମୀରର ମୁଖ୍ୟ ପର୍ଯ୍ୟଟନସ୍ଥଳ ବୈସରନ୍‌ରେ ପାକିସ୍ତାନୀ ଆତଙ୍କବାଦୀ ସଙ୍ଗଠନ ଲଶ୍କର-ଇ-ତୋଇବା (ଏଲ୍‌ଇଟି) ସଦସ୍ୟମାନେ ଅନୂ୍ୟନ ୫୦ ରାଉଣ୍ଡ ଗୁଳି ଚଳାଇଛନ୍ତି। ଏହି ଅତର୍କିତ ଆକ୍ରମଣରେ ଜଣେ ଓଡ଼ିଆ ଓ ୨ ଜଣ ବିଦେଶୀଙ୍କ ସମେତ ୨୬ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଥିବାବେଳେ ଅନ୍ୟ କେତେଜଣ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରୁ କେତେଜଣଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ମୃତ୍ୟୁସଂଖ୍ୟା ଆହୁରି ବଢ଼ିବା ଆଶଙ୍କା କରାଯାଉଛି। ଆହତଙ୍କୁ ଉଦ୍ଧାର କରିବା ପାଇଁ ସେନା ହେଲିକପ୍ଟରକୁ ନିୟୋଜିତ କରାଯାଇଛି। ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ, ପ୍ରଧାନମନ୍ତ୍ରୀ ମୋଦି ତାଙ୍କର ସାଉଦି ଗସ୍ତ ଛାଡ଼ି ଭାରତ ଫେରି ଆସିଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ବିମାନ ବନ୍ଦରରେ ସଦ୍ୟତମ ପରିସ୍ଥିତି ସମ୍ପର୍କରେ ଏକ ବୈଠକ କରିଛନ୍ତି। ଏଥିରେ NSA ଅଜିତ ଡୋଭାଲ ଉପସ୍ଥିତ ଥିଲେ।

ଶାହା ଦିଲ୍ଲୀରେ ସୁରକ୍ଷା ଏଜେନ୍ସିଗୁଡ଼ିକର ମୁଖ୍ୟମାନଙ୍କ ସହ ଉଚ୍ଚସ୍ତରୀୟ ବୈଠକ ପରେ ସ୍ଥିତି ସମୀକ୍ଷା ପାଇଁ ଶ୍ରୀନଗର ଯାଇଛନ୍ତି। ଜମ୍ମୁ-କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବ୍‌ଦୁଲ୍ଲା ଆକ୍ରମଣକାରୀଙ୍କୁ ପଶୁଙ୍କ ସହ ତୁଳନା କରିଛନ୍ତି। ଅନ୍ୟପକ୍ଷରେ ଆମେରିକା ଉପରାଷ୍ଟ୍ରପତି ଜେ.ଡି. ଭାନ୍ସ ଭାରତ ଗସ୍ତରେ ଥିବାବେଳେ ଏହି ଆକ୍ରମଣ ଯୋଜନାବଦ୍ଧ ଭାବେ ଘଟାଯାଇ ଦେଶର ଆଭ୍ୟନ୍ତରୀଣ ସୁରକ୍ଷା ସ୍ଥିତିକୁ ଦର୍ଶାଇବା ପାଇଁ ଉଦ୍ୟମ କରାଯାଇଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟପ୍ରଦେଶ ଟ୍ରାଜେଡ଼ି: ୫ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୯।୯: ମଧ୍ୟପ୍ରଦେଶକୁ ବୁଲିବାକୁ ତଥା ଦେବଦର୍ଶନ ପାଇଁ ଯାଇଥିବା ଓଡ଼ିଶାର ଗୋଟିଏ ପରିବାରର ୭ ଜଣ ସଦସ୍ୟଙ୍କର ଏକ ମର୍ମନ୍ତୁଦ ଦୁର୍ଘଟଣାରେ ଅକାଳ ମୃତ୍ୟୁ ଘଟଣାରେ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ୨୨ ସେପ୍ଟେମ୍ବର ସୁଦ୍ଧା ଗଭୀର ଅବପାତ ରୂପ ନେବା ଆଶଙ୍କା

ଭୁବନେଶ୍ୱର, ୧୯।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ତାହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଶନିବାର…

ପିଲାସାଲୁଙ୍କି ଜଳଭଣ୍ଡାରରୁ ଜଳ ନିଷ୍କାସନ: ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା, ଜାରି ହେଲା ହାଇ-ଅଲର୍ଟ!

ଖଜୁରୀପଡ଼ା,୧୯ା୯(ବିଦୁର ବେହେରା): ବଙ୍ଗୋପସାଗରରେ ସୃଷ୍ଟ ସକ୍ରିୟ ଲଘୁଚାପ ପ୍ରଭାବରେ ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ ପିଲାସାଲୁଙ୍କି ଜଳଭଣ୍ଡାରର ଉପରମୁଣ୍ଡରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଦେଖାଦେଇଛି। ଜଳଭଣ୍ଡାରର…

ଦୁଆଙ୍କୁ ମିଳିଲା ସାନ ଭଉଣୀ: ଦ୍ୱିତୀୟ କନ୍ୟାରତ୍ନଙ୍କୁ ସ୍ୱାଗତ କଲେ ‘ଦୀପବୀର୍‌’

ମୁମ୍ବାଇ: ବଲିଉଡ୍‌ର ଚର୍ଚ୍ଚିତ ତଥା ଲୋକପ୍ରିୟ ଯୋଡ଼ି ଦୀପିକା ପାଦୁକୋନ୍‌ ଏବଂ ରଣବୀର୍‌ ସିଂହଙ୍କ ଘରକୁ ଆସିଛି ନୂଆ ଅତିଥି। ଶନିବାର ଏହି ଷ୍ଟାର୍‌ ଦମ୍ପତିଙ୍କ କୋଳକୁ…

ସମୁଦ୍ର ତଟକୁ ସ୍ବଚ୍ଛ ରଖିବା ପାଇଁ ପ୍ରୟାସ, ବରୁଣ ଦେବତାଙ୍କୁ ବନ୍ଦାପନା କରି…

ମହାକାଳପଡ଼ା,୧୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ପୁରାଣରେ ବର୍ଣ୍ଣିତ ସମୁଦ୍ରକୂ ବରୁଣ ଦେବତା ରୂପେ ପୂଜା କରାଯାଏ। ଶନିବାର ପୂର୍ବାହ୍ନରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରା ପଞ୍ଚାୟତ ଶାସନ…

ଉପ-ନିର୍ବାଚନକୁ ନେଇ ମମତାଙ୍କୁ ବଡ଼ ଆଶ୍ୱସ୍ତି; ଏହି ଆସନରେ ହେଲା ଟୁଇଷ୍ଟ

କୋଲକାତା,୧୯।୯: ରେଜିନଗର ବିଧାନସଭା ଉପ-ନିର୍ବାଚନ ପାଇଁ ମମତା ବାନାର୍ଜୀଙ୍କ ଶିବିରର ପ୍ରାର୍ଥୀ ରବିଉଲ ଆଲାମ ଚୌଧୁରୀଙ୍କ ନାମାଙ୍କନକୁ ନେଇ ଶନିବାର ଏକ ନୂଆ ରାଜନୈତିକ ମୋଡ଼ ସାମ୍ନାକୁ…

ଦୁଇ ମୋଟରସାଇକେଲ ମୁହାଁମୁହିଁ, ଶିକ୍ଷକ ଗୁରୁତର ହୋଇ…

ପଟ୍ଟାଙ୍ଗି,୧୯ା୯(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ପଡାଲଗୁଡ଼ା ଛକ ନିକଟରେ ଦୁଇ ମୋଟରସାଇକେଲ ମୁହାଁମୁହିଁ ଧକ୍କା ହେବା ଫଳରେ ବିଦ୍ୟାଳୟକୁ ଯାଉଥିବା ଶିକ୍ଷକ…

ଅକ୍ଟୋବର ୧୫ରୁ ବଦଳିଯିବ UPI ପେମେଣ୍ଟ କରିବାର ପଦ୍ଧତି; ଗ୍ୟାସ ସିଲିଣ୍ଡର ପାଇଁ ନଗଦ ଟଙ୍କା ଦେବାକୁ ପଡ଼ିବ ନା ନାହିଁ? ଜାଣନ୍ତୁ…

ନୂଆଦିଲ୍ଲୀ,୧୯।୯: ସାରା ଦେଶରେ LPG ସିଲିଣ୍ଡରର ବହୁଳ ବ୍ୟବହାର ହୋଇଥାଏ; ତେଣୁ, ଯଦି ଆପଣ ମଧ୍ୟ ଘରେ LPG ସିଲିଣ୍ଡର ବ୍ୟବହାର କରନ୍ତି, ତେବେ ଏହି ସୂଚନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?