ଭୁବନେଶ୍ୱରରେ ମୋଦି, ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ ସମାରୋହରେ ଦେବେ ଯୋଗ

ଭୁବନେଶ୍ୱର,୧୨।୬: ଭୁବନେଶ୍ବରରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଶପଥ ସମାରୋହରେ ଯୋଗଦେବା ପାଇଁ ପହଞ୍ଚଛନ୍ତି ପ୍ରଧାନମନ୍ତ୍ରୀ। ବୁଦବାର ସଂଧ୍ୟାରେ ଜନତା ମଇଦାନରେ ଓଡିଶାର ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହେବାକୁ ଯାଉଛି। ପ୍ରଧାନମନ୍ତ୍ରୀଙ୍କ ସମେତ ବହୁ ଭିଭିଆଇପି ଓ ଭିଆଇପି ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଏଥିପାଇଁ କମିଶନରେଟ ପୋଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି।

ଶପଥ ସମାରୋହରେ ୩୦ ହଜାରରୁ ଊର୍ଦ୍ଧ୍ୱ ଲୋକଙ୍କ ସମାଗମକୁ ଦୃଷ୍ଟିରେ ରଖାଯାଇ ସ୍ବତନ୍ତ୍ର ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ପୋଲିସ ପକ୍ଷରୁ ମୋଟ ୬୭ ପ୍ଲାଟୁନ ଫୋର୍ସ ମୁତୟନ କରାଯାଇଥିବାବେଳ ସମ୍ପୂର୍ଣ୍ଣ ସଭାସ୍ଥଳକୁ କଡା ସୁରକ୍ଷା ବଳୟ ମଧ୍ୟରେ ରଖାଯାଇଛି। ସୁରକ୍ଷା ଦାୟିତ୍ୱକୁ ୩ଟି ଭାଗରେ ବିଭକ୍ତ କରାଯାଇ ବିଶେଷକରି ଜଣେ ଆଇଜି ଓ ଦୁଇ ଡିଆଇଜିଙ୍କୁ ଦାୟିତ୍ୱ ଦିଆଯାଇଛି। ଶପଥ ଗ୍ରହଣ ଉତ୍ସବ ସ୍ଥଳ ଜନତା ମଇଦାନରେ ସୁରକ୍ଷା ବ୍ୟବସ୍ଥା ତଦାରଖ ପାଇଁ ଆଇଜି (ପର୍ସନାଲ) ପ୍ରବୀଣ କୁମାରଙ୍କୁ ଦାୟିତ୍ୱ ଦିଆଯାଇଛି। ବିମାନ ବନ୍ଦର ଦେଇ ପ୍ରଧାନମନ୍ତ୍ରୀଙ୍କ ସମେତ ବହୁ ରାଜନେତା ଓ ବରିଷ୍ଠ ବ୍ୟକ୍ତିବିଶେଷମାନେ ଆସିବେ। ତେଣୁ ବିମାନବନ୍ଦର ଓ ଏହାର ଆଖପାଖ ଅଞ୍ଚଳରେ ମଧ୍ୟ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ବିମାନ ବନ୍ଦର ସୁରକ୍ଷାରେ ଡିଆଇଜି ସାର୍ଥକ ଷଡ଼ଙ୍ଗୀ ରହିଛନ୍ତି। ସେହିପରି ଏୟାରପୋର୍ଟଠାରୁ ଜନତା ମଇଦାନ ରାସ୍ତା ଏବଂ ଜନସାଧାରଣଙ୍କ ଆଗମନ ଓ ପାର୍କିଂ ପରିଚାଳନା ପାଇଁ ଡିଆଇଜି ଉମାଶଙ୍କର ଦାଶଙ୍କୁ ଦାୟିତ୍ୱ ଦିଆଯାଇଛି। ଏଥିସହ ଭୁବନେଶ୍ୱର ଡିସିପି ପ୍ରତୀକ ସିଂଙ୍କ ସମେତ ୧୩ ଜଣ ଡିସିପି ର଼୍ୟାଙ୍କର ଅଧିକାରୀ, ୧୮ ଜଣ ଅତିରିକ୍ତ ଡିସିପି, ୫୮ ଜଣ ଏସିପି, ୯୪ ଜଣ ଇନ୍ସପେକ୍ଟର, ୩୧୨ ଜଣ ଏସଆଇ/ଏଏସଆଇ ଦାୟିତ୍ୱରେ ରହିଛନ୍ତି। ଅନ୍ୟପକ୍ଷରେ ଆତଙ୍କବାଦୀ କାର୍ଯ୍ୟକଳାପକୁ ପ୍ରତିହତ କରିବା ପାଇଁ ୩ଟି ସ୍ପେଶାଲ ଟାକ୍ଟିକାଲ ୟୁନିଟ (ଏସ୍ଟିୟୁ) ମୁତୟନ କରାଯାଇଛି। ଏଥିସହ କୌଣସି ପ୍ରତିକୂଳ ପରିସ୍ଥିତି ପାଇଁ ଗୋଟିଏ ଓଡ୍ରାଫ ଟିମ ମଧ୍ୟ ଦାୟିତ୍ୱରେ ରହିଛନ୍ତି। ବ୍ଲ୍ୟୁ ବୁକ ଅନୁଯାୟୀ ସମସ୍ତ ସୁରକ୍ଷା ବ୍ୟବସ୍ଥା କରାଯାଇଥିବାବେଳେ ରୁଟ ଲାଇନ ଓ ଜନତା ମଇଦାନର ଡଗ ସ୍କ୍ବାଡ ଦ୍ୱାରା ନିୟମିତ ଯାଞ୍ଚ ଜାରି ରହିଛି। ଭୁବନେଶ୍ୱରରେ ବିଭିନ୍ନ ହୋଟେଲରେ ମଧ୍ୟ ଯାଞ୍ଚ ସହ ନାଇଟ ବ୍ଲକିଂ ଓ ଚେକିଂ ଜାରି ରହିଥିବା ପୋଲିସ କମିଶନର ସଞ୍ଜୀବ ପଣ୍ଡା ସୂଚନା ଦେଇଛନ୍ତି।
ଅନ୍ୟପକ୍ଷରେ ପୂର୍ବାହ୍ନରେ ଜନତା ମଇଦାନରେ ସମସ୍ତ ଫୋର୍ସ ଓ ଅଧିକାରୀଙ୍କୁ ନେଇ ଏକ ବୈଠକ ଆୟୋଜିତ ହୋଇଥିଲା। ସୁରକ୍ଷା ଦାୟିତ୍ୱ କିପରି ର୍ନିବାହ କରାଯିବ ସେନେଇ ପୋଲିସ କର୍ମଚାରୀ ଓ ଅଧିକାରୀମାନଙ୍କୁ ପରାମର୍ଶ ଦିଆଯାଇଥିଲା। ସେହିଭଳି କମିଶନରେଟ ପୋଲିସ ପକ୍ଷରୁ ପ୍ରଧାନମନ୍ତ୍ରୀ ଗସ୍ତର ରୁଟ ଲାଇନ ଅର୍ଥାତ୍ ବିମାନବନ୍ଦରରୁ ରାଜଭବନ ଦେଇ ଜନତା ମଇଦାନ ପର୍ଯ୍ୟନ୍ତ ଏକ କାର୍କେଡ ରିହର୍ସାଲ କରାଯାଇଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ବଡ଼ ଘୋଷଣା, ଇରାନ ବିରୋଧରେ ୫ ଦିନ ଯୁଦ୍ଧ ସ୍ଥଗିତ ରଖିଲା ଆମେରିକା

ନୂଆଦିଲ୍ଲୀ,୨୩।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଘୋଷଣା କରିଛନ୍ତି ଯେ ସେ ଆଗାମୀ ପାଞ୍ଚ ଦିନ ପାଇଁ ଇରାନର ଏନର୍ଜୀ ଭିତ୍ତିଭୂମି ଉପରେ ଆକ୍ରମଣ ଯୋଜନାକୁ ସ୍ଥଗିତ…

ଇତିହାସରେ ପ୍ରଥମ: ଏଥର ହେବ ଡିଜିଟାଲ ଜନଗଣନା, ଗାଁରେ ଘରକୁ ଘର ବୁଲି…

ଭୁବନେଶ୍ୱର,୨୩ା୩: ରାଜ୍ୟରେ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ଜନଗଣନା ପ୍ରସ୍ତୁତି। ଏନେଇ ଓଡ଼ିଶା ଜନଗଣନା ନିର୍ଦ୍ଦେଶକ ନିଖିଲ ପଓ୍ବନ କଲ୍ୟାଣ ସୂଚନା ଦେଇଛନ୍ତି। ଏପ୍ରିଲ ୧ରୁ ୧୫ ତାରିଖ…

ମୃତଦେହ ସହିତ ୧୩ ଘଣ୍ଟା ଉଡିଲା ବିମାନ, ହେଲେ ଜରୁରୀକାଳୀନ ଅବତରଣ କଲେନି ପାଇଲଟ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୩।୩: ହଂକଂରୁ ଲଣ୍ଡନ ଯାଉଥିବା ବ୍ରିଟିଶ ଏୟାରୱେଜ ବିମାନ BA32ରେ ଏକ ଏଭଳି ଘଟଣା ଘଟିଛି, ଯାହା ବିମାନ ଚଳାଚଳ ନିୟମ ଏବଂ ମାନବ ସମ୍ବେଦନଶୀଳତା ମଧ୍ୟରେ…

ଗାଁରେ ପଡିଛି ମହିଳାଙ୍କ ଦରପୋଡା ମୃତଦେହ, ହତ୍ୟା ପରେ ଜାଳିଦେଲେ….

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା କୁଣ୍ଢେଇଗୋଳା ଥାନା ମହ୍ଲାରବାହାଲ ଗ୍ରାମରେ ଭୟାନକ ହତ୍ୟାକାଣ୍ଡ । ମହିଳାଙ୍କୁ ହତ୍ୟା ପରେ ନିଆଁ ଲଗାଇ ପୋଡି ଦେଇଥିବା ନେଇ…

ଯୁଦ୍ଧ ମଧ୍ୟରେ ସଂସଦରେ କଡ଼ା ବାର୍ତ୍ତା ଦେଲେ ପ୍ରଧାନମନ୍ତ୍ରୀ ମୋଦି, ସାରା ବିଶ୍ୱରେ ପଡିଗଲା ଚହଳ

ନୂଆଦିଲ୍ଲୀ,୨୩।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଯୋଗୁ ଭାରତ ସାମ୍ନା କରୁଥିବା ଚ୍ୟାଲେଞ୍ଜ ବିଷୟରେ ଲୋକ ସଭାରେ ସୂଚନା ଦେଇଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ପଶ୍ଚିମ ଏସିଆର…

ପାଣି ପାଇଁ ତାତିଲେ ଗ୍ରାମବାସୀ: ହାଣ୍ଡି, ମାଠିଆ, ବାଲଟି ରଖି ରାସ୍ତାରେ ଶୋଇ ପ୍ରତିବାଦ

ବାରଙ୍ଗ,୨୩।୩(ଲିଙ୍ଗରାଜ ରାଉତ): ପିଇବା ପାଣି ଠିକ୍‌ ଭାବେ ନ ମିଳିବା ପ୍ରତିବାଦରେ ସୋମବାର ପାଟପୁର ଗ୍ରାମବାସୀ ତ୍ରିଶୁଳିଆ-ବାଙ୍କି ରାସ୍ତାକୁ ପାଟପୁର ଗାଁ ମୁଣ୍ଡରେ ଅବରୋଧ କରିଥିଲେ ।…

ଡାକ୍ତରଙ୍କ ଅମାନବୀୟ କାର୍ଯ୍ୟ; ଚିକିତ୍ସା ବାହାନାରେ ନିଶା ଇଞ୍ଜେକ୍ସନ ଦେଲେ, ଅଶ୍ଳୀଳ ଭିଡିଓ କରି…

ଭୋପାଳ,୨୩।୩: ମଧ୍ୟପ୍ରଦେଶର ଇନ୍ଦୋର ଜିଲ୍ଲାର ମହୁରେ, ଜଣେ ଡାକ୍ତର ଏକ ଘୃଣ୍ୟ କାର୍ଯ୍ୟ ସାମ୍ନାକୁ ଆସିଛି ।ଅଭିଯୋଗ ହୋଇଛି ଯେ ଡାକ୍ତର ଜଣେ ଯୁବତୀଙ୍କୁ ଚିକିତ୍ସା ସମୟରେ…

ପୁଣିଥରେ ସାରା ବିଶ୍ୱରେ ଘାରିଲାଣି ଲକ୍‌ଡାଉନ ଛାୟା, ପ୍ରସ୍ତୁତି ଆରମ୍ଭ କରିଦେଲେଣି ଅନେକ ଦେଶ

ନୂଆଦିଲ୍ଲୀ,୨୩।୩: ମଧ୍ୟପ୍ରାଚ୍ୟରେ, ଇରାନ ସହିତ ଚାଲିଥିବା ଉତ୍ତେଜନା ହର୍ମୁଜ ପ୍ରଣାଳୀକୁ ପ୍ରାୟତଃ ଅବରୋଧ କରିଛି, ଯେଉଁଠାରୁ ବିଶ୍ୱ ତୈଳ ଯୋଗାଣର ଏକ ବଡ଼ ଅଂଶ ଯାଏ। ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri