ଓଡ଼ିଶାରେ ମୋଦି: ଆଜି ବ୍ରହ୍ମପୁର, ନବରଙ୍ଗପୁରରେ କରିବେ ପ୍ରଚାର

ଭୁବନେଶ୍ୱର,୬।୫(ସୁନିତ୍‌ ମିଶ୍ର):୨୦୨୪ ନିର୍ବାଚନ ପାଇଁ ପ୍ରଚାର କରିବାକୁ ଭାଜପା କେନ୍ଦ୍ରୀୟ ନେତାମାନେ ଘନଘନ ଓଡ଼ିଶା ଗସ୍ତ ଆରମ୍ଭ କରିଦେଇଛନ୍ତି। ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା ଦିନିକିଆ ଓଡ଼ିଶା ଗସ୍ତ ଶେଷ କରି ରବିବାର ଫେରିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାତ୍ରି ପ୍ରାୟ ୧୦ଟା ୪୫ ମିନିଟ୍‌ରେ ସ୍ବତନ୍ତ୍ର ବିମାନ ଯୋଗେ ଆସି ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚତ୍ଛନ୍ତି। ମୋଦିଙ୍କୁ ସ୍ବାଗତ କରିବା ଲାଗି ଉଭୟ କେନ୍ଦ୍ର ଓ ରାଜ୍ୟର ବହୁ ଆଗଧାଡ଼ିର ନେତା ଓ ଶତାଧିକ କର୍ମୀ ବିମାନବନ୍ଦରଠାରେ ଉପସ୍ଥିତ ଥିଲେ। ମୋଦିଙ୍କୁ ଭବ୍ୟ ସ୍ବାଗତ ସହ ବିଭିନ୍ନ ପ୍ରକାର ନାଚ, ଗୀତର ଆୟୋଜନ ହୋଇଥିଲା। ଶତାଧିକ ସମର୍ଥକ ମଧ୍ୟ ମୋଦିଙ୍କ ଓଡ଼ିଶା ଗସ୍ତ ନେଇ ଖୁସିରେ ନାଚୁଥିବାର ଦୃଶ୍ୟ ଦେଖିବାକୁ ମିଳିଥିଲା। ମୋଦି ମୋଦି ନାରାରେ ବିମାନବନ୍ଦର ପ୍ରକମ୍ପିତ ହୋଇଉଠିଥିଲା। ପ୍ରଧାନମନ୍ତ୍ରୀ ବିମାନବନ୍ଦରରୁ ସିଧାସଳଖ ରାଜଭବନ ଅଭିମୁଖେ ଗସ୍ତ କରିଥିବାବେଳେ ସ୍ବାଗତ ଜଣାଇବାକୁ ରାସ୍ତାପାର୍ଶ୍ୱରେ ବହୁ କର୍ମୀ ଏବଂ ସାଧାରଣଲୋକ ଅପେକ୍ଷା କରି ଠିଆ ହୋଇଥିଲେ। ମୋଦି ମଧ୍ୟ ଗାଡ଼ି ଭିତରେ ବସି କର୍ମୀ ଏବଂ ସାଧାରଣ ଜନତାଙ୍କୁ ଭାଜପାର ନିର୍ବାଚନୀ ଚିହ୍ନ ଥିବା ସିମ୍ବଲ ଲାଇଟ୍‌ ଦେଖାଇ ଖୁସି ବ୍ୟକ୍ତ କରିଥିଲେ। ମୋଦି ସୋମବାର ପୂର୍ବାହ୍ନ ୧୦ଟାରେ ବ୍ରହ୍ମପୁର ନିକଟସ୍ଥ କନିସି ଛକ ଏବଂ ମଧ୍ୟାହ୍ନ ୧୨.୩୦ରେ ନବରଙ୍ଗପୁରର ଚିକିଲି ଛକଠାରେ ଅନୁଷ୍ଠିତ ବିଜୟ ସଂକଳ୍ପ ସମାବେଶକୁ ସମ୍ବୋଧନ କରିବାର କାର୍ଯ୍ୟକ୍ରମ ରହିଛି। ମୋଦିଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ବ୍ୟାପକ ପୋଲିସ ମୁତୟନ କରାଯାଇଛି।
ଅନ୍ୟପଟେ ଆସନ୍ତା ୮ ତାରିଖରେ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ରାୟଗଡ଼ା ଗସ୍ତ କରିବା କାର୍ଯ୍ୟକ୍ରମ ରହିଛି। ଆସନ୍ତା ୧୨ ତାରିଖରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଥିବା ଦଳର ରାଜ୍ୟ ନିର୍ବାଚନ ପ୍ରଭାରୀ ବିଜୟପାଲ ସିଂ ତୋମାର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ଅନ୍ୟ ଜାତିର ଝିଅକୁ ପ୍ରେମ ବିବାହ ପଡିଲା ମହଙ୍ଗା: ଲଣ୍ଡା ହେଲେ ବର, ଚୁଟି କାଟିଲେ କନ୍ୟା

କୋରାପୁଟ,୨୩।୩(ଅମିତାଭ ବେହେରା ):ଆଧୁନିକ ସଭ୍ୟ ସମାଜରେ ଏବଂ ଡିଜିଟାଲ ଯୁଗରେ ଏବେ ମଧ୍ୟ କୁଳପ୍ରଥା ବଞ୍ଚିଛି । ଏହାର ଏକ ଜ୍ୱଳନ୍ତ ନମୁନା କୋରାପୁଟ ବ୍ଲକ ମାଛରା…

ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ବଡ଼ ଘୋଷଣା, ଇରାନ ବିରୋଧରେ ୫ ଦିନ ଯୁଦ୍ଧ ସ୍ଥଗିତ ରଖିଲା ଆମେରିକା

ନୂଆଦିଲ୍ଲୀ,୨୩।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଘୋଷଣା କରିଛନ୍ତି ଯେ ସେ ଆଗାମୀ ପାଞ୍ଚ ଦିନ ପାଇଁ ଇରାନର ଏନର୍ଜୀ ଭିତ୍ତିଭୂମି ଉପରେ ଆକ୍ରମଣ ଯୋଜନାକୁ ସ୍ଥଗିତ…

ଇତିହାସରେ ପ୍ରଥମ: ଏଥର ହେବ ଡିଜିଟାଲ ଜନଗଣନା, ଗାଁରେ ଘରକୁ ଘର ବୁଲି…

ଭୁବନେଶ୍ୱର,୨୩ା୩: ରାଜ୍ୟରେ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ଜନଗଣନା ପ୍ରସ୍ତୁତି। ଏନେଇ ଓଡ଼ିଶା ଜନଗଣନା ନିର୍ଦ୍ଦେଶକ ନିଖିଲ ପଓ୍ବନ କଲ୍ୟାଣ ସୂଚନା ଦେଇଛନ୍ତି। ଏପ୍ରିଲ ୧ରୁ ୧୫ ତାରିଖ…

ଗାଁରେ ପଡିଛି ମହିଳାଙ୍କ ଦରପୋଡା ମୃତଦେହ, ହତ୍ୟା ପରେ ଜାଳିଦେଲେ….

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା କୁଣ୍ଢେଇଗୋଳା ଥାନା ମହ୍ଲାରବାହାଲ ଗ୍ରାମରେ ଭୟାନକ ହତ୍ୟାକାଣ୍ଡ । ମହିଳାଙ୍କୁ ହତ୍ୟା ପରେ ନିଆଁ ଲଗାଇ ପୋଡି ଦେଇଥିବା ନେଇ…

ଯୁଦ୍ଧ ମଧ୍ୟରେ ସଂସଦରେ କଡ଼ା ବାର୍ତ୍ତା ଦେଲେ ପ୍ରଧାନମନ୍ତ୍ରୀ ମୋଦି, ସାରା ବିଶ୍ୱରେ ପଡିଗଲା ଚହଳ

ନୂଆଦିଲ୍ଲୀ,୨୩।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଯୋଗୁ ଭାରତ ସାମ୍ନା କରୁଥିବା ଚ୍ୟାଲେଞ୍ଜ ବିଷୟରେ ଲୋକ ସଭାରେ ସୂଚନା ଦେଇଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ପଶ୍ଚିମ ଏସିଆର…

ପାଣି ପାଇଁ ତାତିଲେ ଗ୍ରାମବାସୀ: ହାଣ୍ଡି, ମାଠିଆ, ବାଲଟି ରଖି ରାସ୍ତାରେ ଶୋଇ ପ୍ରତିବାଦ

ବାରଙ୍ଗ,୨୩।୩(ଲିଙ୍ଗରାଜ ରାଉତ): ପିଇବା ପାଣି ଠିକ୍‌ ଭାବେ ନ ମିଳିବା ପ୍ରତିବାଦରେ ସୋମବାର ପାଟପୁର ଗ୍ରାମବାସୀ ତ୍ରିଶୁଳିଆ-ବାଙ୍କି ରାସ୍ତାକୁ ପାଟପୁର ଗାଁ ମୁଣ୍ଡରେ ଅବରୋଧ କରିଥିଲେ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri