ସମ୍ବଲପୁରରେ ମୋଦି: ଚିଟ୍‌ଫଣ୍ଡରେ ଯିଏ ବୁଡ଼ିଛନ୍ତି, ସେ କେମିତି ଆପଣଙ୍କ କଥା ବୁଝିବେ

ଭୁବନେଶ୍ୱର,୧୬।୪(ବ୍ୟୁରୋ): ନିର୍ବାଚନୀ ପ୍ରଚାର ପାଇଁ ମଙ୍ଗଳବାର ଓଡ଼ିଶା ଆସିଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମ୍ବଲପୁରରେ ଏକ ସାଧାରଣ ସଭାରେ ଯୋଗଦେଇ ଉଦ୍‌ବୋଧନ ଦେଇଛନ୍ତି। ସମ୍ବଲପୁରର ରେମେଡ୍‌ ଛକ ପଡ଼ିଆରେ ଆୟୋଜିତ ବିଶାଳ ଜନସମାବେଶକୁ ଉଦ୍‌ବୋଧନ ଦେଇ ମୋଦି ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିବା ସହ ବିରୋଧୀଙ୍କ ଉପରେ ବର୍ଷିଛନ୍ତି। ସେ କହିଛନ୍ତି ଯେ, ଭ୍ରଷ୍ଟାଚାର ବିରୋଧୀ ନୀତି ଦେଖି ମୋତେ ତଡ଼ିବାକୁ ବସିଛନ୍ତି। ସ୍ବାଧୀନତାର ଏତେ ବର୍ଷ ପରେ ବି ଓଡ଼ିଶା ଲୋକେ ଗରିବ ରହିଛନ୍ତି। ଏଠାରେ ମହାନଦୀ, ହୀରାକୁଦ ପରିି ଜଳ ସମ୍ପଦ ରହିଛି। ତେବେ ଧାନକୁ ରୋଗରୁ ମୁକ୍ତ ପାଇଁ ରାଜ୍ୟ ବ୍ୟବସ୍ଥା କରି ନାହିଁ। ଏମ୍‌ଏସ୍‌ପି ବଢ଼ାଯାଇଛି। ସେ ଲାଭ ରାଜ୍ୟ ଚାଷୀଙ୍କୁ ଦେଉ ନାହିଁ। ଏଠାରେ କିଷାନରେ ଚାଷୀମାନେ ଲାଭ ପାଉ ନାହାନ୍ତି। ଆହୁରି ମଧ୍ୟ େମୋଦି କହିଛନ୍ତି, ଓଡ଼ିଶାରେ ବି ଭାଜପା ସରକାର ହେବା ଜଣାପଡ଼ିଯାଇଛି। ଆମ ଦେଶରେ ପ୍ରାକୃତିକ ସମ୍ପଦର ଅଭାବ ନାହିଁ। ତାକୁ ଠିକ୍‌ ଭାବେ କାର୍ଯ୍ୟକାରୀ କରିବାର ଅଭାବ ରହିଥିଲା। ଦିଲ୍ଲୀକୁ ଆସୁଥିବା ଟଙ୍କା ଲୋକଙ୍କ ପାଖରେ ଠିକ୍‌ ଭାବେ ପହଞ୍ଚୁ ନ ଥିଲା। ଦିଲ୍ଲୀରୁ ୧ ଟଙ୍କା ଆସିଲେ ୮୫ ପଇସା ଦଲାଲ ନେଇଯାଉଥିଲା। ସ୍ବାଧୀନତା ପରଠାରୁ ଏ ଭ୍ରଷ୍ଟାଚାର ଚାଲିଥିଲା, କେହି ରୋକୁ ନ ଥିଲେ। ମୋଦି ଆସିବା ପରେ ଏ ଭ୍ରଷ୍ଟାଚାର ବନ୍ଦ ହୋଇଯାଇଛି। ଦିଲ୍ଲୀରୁ ୧ ଟଙ୍କା ଆସିଲେ, ସବୁ ଟଙ୍କା ଲୋକଙ୍କ ପାଇଁ ଖର୍ଚ୍ଚ ହେଉଛି ବୋଲି ମୋଦି କହିଛନ୍ତି। ପୁଣି ମୋଦି ସରକାର ଆସିଲେ ଚାଷୀଙ୍କ ଖାତାକୁ ସିଧା ଟଙ୍କା ଯିବ। କୌଣସି ଦଲାଲ ଚାଷୀଙ୍କ ଟଙ୍କାରେ ହାତ ମାରିପାରିବେ ନାହିଁ। ରାଜ୍ୟ ସରକାରଙ୍କୁ ଟାର୍ଗେଟ କରି ମୋଦି କହିଛନ୍ତି ଯେ, ଯାହାର କେବଳ ପିସିରେ ମନ, ତାଙ୍କର ଆପଣମାନଙ୍କ କଥା କେମିତି ମନେ ପଡିବ। ଚିଟଫଣ୍ଡରେ ଯିଏ ବୁଡ଼ିଛନ୍ତି, ସେ କେମେତି ଆପଣଙ୍କ କଥା ବୁଝିବେ ବୋଲି ମୋଦି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାପ କାମୁଡ଼ାରେ ନାବାଳିକାର ମୃତ୍ୟୁ: ଶବ ବ୍ୟବଚ୍ଛେଦ ପାଇଁ ୩୬ ଘଣ୍ଟାର ପ୍ରତୀକ୍ଷା, ୩ଟି ମେଡିକାଲ ବୁଲିଲେ …

ଥୁଆମୂଳ ରାମପୁର, ୨।୮ (ଦୁର୍ଗା କୀର୍ତ୍ତି): ମୃତ୍ୟୁ ପରେ ମଧ୍ୟ ମିଳିଲାନି ସମ୍ମାନ। ଶବ ବ୍ୟବଚ୍ଛେଦ ପାଇଁ ଶୋକସନ୍ତପ୍ତ ପରିବାରକୁ ଦୀର୍ଘ ୩୬ ଘଣ୍ଟା ଧରି ସଂଘର୍ଷ…

ବାଇକ୍‌ରେ ଘରକୁ ଯାଉଥିବା ବେଳେ ମୁହାଁମୁହିଁ ଧକ୍କା: ସ୍ପେଶାଲ ବ୍ରାଞ୍ଚ ଏଏସ୍‌ଆଇ ମନୋଜ ପାଢ଼ୀଙ୍କ ମୃତ୍ୟୁ, ପୋଲିସ ମହଲରେ…

ପାରଳାଖେମୁଣ୍ଡି,୧।୮ (ଗିରିଧାରୀ ପରିଛା): ଗଜପତି ଜିଲା ସ୍ପେଶାଲ ବ୍ରାଞ୍ଚରେ କାର୍ଯ୍ୟରତ ଏଏସ୍‌ଆଇ ମନୋଜ କୁମାର ପାଢ଼ୀଙ୍କର ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଏହି…

ଆର୍ଯ୍ୟପଲ୍ଲୀରେ ପୁଣି କୂଳ ଲଙ୍ଘିଲା ସମୁଦ୍ର: ଲୀନ ହେଲା ଗ୍ରାମ ରାସ୍ତା-ମନ୍ଦିର, ସ୍ଥାୟୀ ପ୍ରତିକାର ଦାବିରେ…

ଛତ୍ରପୁର, ୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଗଞ୍ଜାମ ଜିଲାରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ପରିସ୍ଥିତିକୁ ନେଇ ଚିନ୍ତା ବଢ଼ିବାରେ ଲାଗିଥିବାବେଳେ ସ୍ଥାନୀୟ…

୭ ବର୍ଷର ଛାତ୍ରୀଙ୍କୁ ବଳାତ୍କାର, ଶିକ୍ଷକଙ୍କୁ ମିଳିଲା ଏହି ଦଣ୍ଡ, ଜାଣନ୍ତୁ…

କେନ୍ଦୁଝର,୧।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଜଣେ ୭ ବର୍ଷୀୟା ଛାତ୍ରୀଙ୍କୁ ବଳାତ୍କାର ମାମଲାରେ କୋଚିଂ ସେଣ୍ଟରର ଜଣେ ଶିକ୍ଷକଙ୍କୁ କଠୋର ଦଣ୍ଡାଦେଶ ଦେଇଛନ୍ତି ପୋସ୍କୋ ଅଦାଲତ । ଅତିରିକ୍ତ…

ରାସ୍ତାରେ ଖୁଚୁରା ଟଙ୍କା ପକାଇ ମୁହୂର୍ତ୍ତକ ଭିତରେ ନେଇଗଲେ ୫ ଲକ୍ଷ ଟଙ୍କା ଭର୍ତ୍ତି ବ୍ୟାଗ

ଗଜପତି,(ଗିରିଧାରୀ ପରିଛା) ୧।୮: ଦିନଦ୍ୱିପ୍ରହରରେ ବ୍ୟାଙ୍କ ସାମ୍ନାରେ ଫିଲ୍ମ ଷ୍ଟାଇଲରେ ଲୁଟ୍। ରାସ୍ତାରେ ଖୁଚୁରା ଟଙ୍କା ପକାଇ ଧ୍ୟାନ ଭୁଲାଇଦେଲେ, ଆଉ ମୁହୂର୍ତ୍ତକ ଭିତରେ ୫ ଲକ୍ଷ…

୪୦ ଫୁଟ ତଳକୁ ଖସିଲା ବାଇକ୍; ଜଣେ ମୃତ, ଜଣେ ଗୁରୁତର

ଗୁଣୁପୁର, ୧/୮ (ସଂକେତ ପାତ୍ର): ରାୟଗଡ଼ା ଜିଲା ପୁଟାସିଂ ଥାନା ଅନ୍ତର୍ଗତ ଆରାଡୁଲ ଘାଟିରେ ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଇକ୍ ଭାରସାମ୍ୟ…

ମା’ ପାଇଁ ଭକ୍ତଙ୍କ ଉପହାର :ମନ୍ଦିରକୁ ୨ ଲକ୍ଷ ୫୪ ହଜାର ଟଙ୍କା ସହ…

ଛତ୍ରପୁର, ୧।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଛତ୍ରପୁର ସହରର ଆରାଧ୍ୟ ଦେବୀ ମା’ ରାମାୟଣାମ୍ମା ଠାକୁରାଣୀ ଯାତ୍ରା କମିଟି ପକ୍ଷରୁ ମନ୍ଦିର ପରିଚାଳନା କମିଟି ଓ ବହୁ…

odisha flood: ମହାନଦୀ ବନ୍ୟାକୁ ନେଇ ଆସିଲା ବଡ଼ ଅପଡେଟ୍‌, ସର୍ବୋଚ୍ଚ ଯନ୍ତ୍ରୀ କହିଲେ…

ଭୁବନେଶ୍ୱର,୧।୮: ଆଗକୁ ବର୍ଷା ନ ହେବା ଯାଏଁ ମହାନଦୀରେ ବନ୍ୟା ଆଶଙ୍କା ନାହିଁ ବୋଲି ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ ଶନିବାର ଗଣମାଧ୍ୟମକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri