ଆଇଆର୍‌ଆଇଏସ୍‌ ଶୁଭାରମ୍ଭ କଲେ ମୋଦି

ଗ୍ଲାସ୍‌ଗୋ, ୩ା୧୧: ଗ୍ଲାସ୍‌ଗୋ ଜଳବାୟୁ ସମ୍ମିଳନୀର ଦ୍ୱିତୀୟ ଦିନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଛୋଟ ଦ୍ୱୀପପୁଞ୍ଜଗୁଡ଼ିକରେ ଭିତ୍ତିଭୂମି ବିକାଶ ନିମନ୍ତେ ମଙ୍ଗଳବାର ଏକ ଉଚ୍ଚାଭିଳାଷୀ ପଦକ୍ଷେପର ଶୁଭାରମ୍ଭ କରିଛନ୍ତି। ଇନ୍‌ଫ୍ରାଷ୍ଟ୍ରକଚର ଫର୍‌ ରେଜିଲିଏଣ୍ଟ ଆଇଲାଣ୍ଡ୍‌ ଷ୍ଟେଟ୍‌ସ(ଆଇଆର୍‌ଆଇଏସ୍‌) ଜଳବାୟୁ ପରିବର୍ତ୍ତନ ଜନିତ ସବୁଠୁ ବଡ ବିପଦର ସମ୍ମୁଖୀନ ହେଉଥିବା ଅସୁରକ୍ଷିତ ଦେଶମାନଙ୍କ ପାଇଁ ଏହା ନୂତନ ଆଶା, ଆତ୍ମବିଶ୍ୱାସ ପ୍ରଦାନ କରିବ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି। ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ବୋରିସ୍‌ ଜନ୍‌ସନ୍‌ ସହିତ ମୋଦି ସମ୍ମିଳନରେ ଉପସ୍ଥିତ ରହିଥିଲେ। ଆଇଆର୍‌ଆଇଏସ୍‌ ଶୁଭାରମ୍ଭ କାର୍ଯ୍ୟକ୍ରମରେ ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ସ୍କଟ୍‌ ମୋରିସନ୍‌, ଜାତିସଂଘ ମହାସଚିବ ଆଣ୍ଟୋନିଓ ଗୁଟେରସ୍‌ ମଧ୍ୟ ଯୋଗ ଦେଇଥିଲେ। ଏହି ପଦକ୍ଷେପ ସବୁଠାରୁ ଅସୁରକ୍ଷିତ ଦେଶ ପାଇଁ କିଛି କରିପାରିବାର ଅତ୍ମସନ୍ତୋଷ ଦେବ। ଛୋଟ ଦ୍ୱୀପପୁଞ୍ଜର ଭିତ୍ତିଭୂମି ବିକାଶ ନିମନ୍ତେ ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ) ଉପଗ୍ରହ ମାଧ୍ୟମରେ ପ୍ରାକୃତିକ ବିପର୍ଯ୍ୟୟ ବାବଦରେ ଠିକ୍‌ ସମୟରେ ସୂଚନା ପ୍ରଦାନ କରିବା ପାଇଁ ଏକ ସ୍ବତନ୍ତ୍ର ଡାଟା ୱିଣ୍ଡୋ ନିର୍ମାଣ କରାଯିବ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ୟୁକ୍ରେନ୍‌-ରୁଷିଆ ଯୁଦ୍ଧ: ୟୁକ୍ରେନ୍‌ର ଡ୍ରୋନ ଆକ୍ରମଣରେ ଜଳିଗଲା ରୁଷିଆର ବଡ଼ ଗୋଦାମ ଘର

ମସ୍କୋ,୧୬ା୮: ରୁଷିଆ ୟୁକ୍ରେନ୍‌ ଉପରେ ଜୋର୍‌ଦାର ଏୟାରଷ୍ଟ୍ରାଇକ୍‌ କରିଥିବା ବେଳେ କିଭ୍‌ ମଧ୍ୟ ଏହାର କଡ଼ା ଜବାବ ଦେଇଛି। ମସ୍କୋ ଅଞ୍ଚଳରେ ୟୁକ୍ରେନ୍‌ ଓଜନଦାର ଡ୍ରୋନ୍‌ ଯୋଗେ…

Ananya Raj Death: ୩୫ ବର୍ଷରେ ଅଭିନେତ୍ରୀ ଅନନ୍ୟା ରାଜଙ୍କ ପରଲୋକ, ମାସେ ପରେ ସାମ୍ନାକୁ ଆସିଲା ଖବର

ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

UGC NET 2026: ପରୀକ୍ଷା ନେଇ ବଡ଼ ଖବର: ଏହି ୩ବିଷୟରେ ପୁନଃ ପରୀକ୍ଷା ଦେବେ ଛାତ୍ରୀଛାତ୍ର!

ନୂଆଦିଲ୍ଲୀ,୧୬।୮: UGC-NET ଜୁନ୍ ୨୦୨୬ ପରୀକ୍ଷାକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । ସୂଚନା ଅନୁସାରେ, ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) ଇଂରାଜୀ, କମର୍ସ ଏବଂ…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

BJPକୁ ବଡ଼ ଝଟକା! ଦଳ ଛାଡିଲେ ଏହି ଅଭିନେତା, ମଞ୍ଚ ଉପରୁ ଘୋଷଣା କରି ଚମକାଇଦେଲେ

ତିରୁଭାନନ୍ତପୁରମ୍‌,୧୬।୮: କେରଳରେ ଭାଜପାକୁ ବଡ଼ ଝଟକା ଲାଗିଛି । ଅଭିନେତା ତଥା କେରଳ ଭାଜପାର ଉପାଧ୍ୟକ୍ଷ ଏସ୍‌. ଦେବନ ଦଳର ଉପାଧ୍ୟକ୍ଷ ପଦ ସହ ପ୍ରାଥମିକ ସଦସ୍ୟତାରୁ…

ଜଳପ୍ରପାତରେ ଗାଧୋଉଥିବା ବେଳେ ଖସିପଡ଼ିଲେ ଶିକ୍ଷକ, ତାପରେ….

ବରଗଡ଼,୧୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ଅଞ୍ଚଳରେ ଥିବା ପର୍ଯ୍ୟଟନସ୍ଥଳୀ ବାରବଖରା ଜଳପ୍ରପାତରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି । ଏହି ଜଳପ୍ରପାତରେ ଗାଧୋଉଥିବା…

ଦିନ ଦ୍ବିପ୍ରହରରେ ଆତଙ୍କ ମଚାଇଲେ ଦୁର୍ବୃତ୍ତ, ଦିବ୍ୟାଙ୍ଗଙ୍କ ଘର କବାଟ ଭାଙ୍ଗି ଲୁଟିନେଲେ…

ଦାରିଙ୍ଗବାଡି,୧୬।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ପଞ୍ଚାୟତ କାରିପାଙ୍ଗା ସାହିରେ ରବିବାର ଦିନ ଦ୍ବିପ୍ରହରରେ ଏକ ଲୁଟ୍ ଘଟଣା ସମଗ୍ର ଅଞ୍ଚଳରେ ଆତଙ୍କ ସୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri