Posted inଜାତୀୟ

ମେଗା ଏକ୍ସପ୍ରେସ୍‌ଓ୍ବେ ଉଦ୍‌ଘାଟନ କଲେ ମୋଦି

ନୂଆଦିଲ୍ଲୀ,୧୩।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଜସ୍ଥାନର ଦଉସାଠାରେ ଦେଶର ଦୀର୍ଘତମ ରାଜପଥ ୧,୪୦୦ କିଲୋମିଟର ଦୀର୍ଘ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସ୍‌ ଓ୍ବେର ପ୍ରଥମ ପର୍ଯ୍ୟାୟକୁ ରବିବାର ଉଦ୍‌ଘାଟନ କରିଛନ୍ତି। ଦିଲ୍ଲୀ-ଦଉସା-ଲାଲ୍‌ସଟ୍‌ ୨୪୬ କିଲୋମିଟର ଏକ୍ସପ୍ରେସ୍‌ ଓ୍ବେ ଉଦ୍‌ଘାଟିତ ହେବା ଫଳରେ ଦିଲ୍ଲୀରୁ ଜୟପୁର ମଧ୍ୟରେ ଯାତ୍ରା ସମୟ ୫ ଘଣ୍ଟାରୁ ୩.୫ ଘଣ୍ଟାକୁ ହ୍ରାସ ପାଇଛି। ଏହି ଏକ୍ସପ୍ରେସ୍‌ଓ୍ବେ ନିର୍ମାଣ ଫଳରେ ଉକ୍ତ ଅଞ୍ଚଳରେ ଆର୍ଥତ୍କ ସୁଯୋଗ ବଢ଼ାଇବ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି।

ଦେଶ ପାଇଁ ସବ୍‌କା ସାଥ୍‌ ସବ୍‌କା ବିକାଶ ତାଙ୍କ ସରକାରର ମନ୍ତ୍ର ଏବଂ ଏହାକୁ ଅନୁସରଣ କରି ଆମେ ସମର୍ଥ ଭାରତ ଗଢ଼ିବୁ। ଏକ୍ସପ୍ରେସ୍‌ ଓ୍ବେ ଭାରତ ବିକାଶର ଏକ ଆକର୍ଷଣୀୟ ଚିତ୍ର ବୋଲି ମୋଦି କହିଥିଲେ। ଏହି କାର୍ଯ୍ୟକ୍ରମରେ କେନ୍ଦ୍ର ସଡ଼କ ପରିବହନ ଓ ଜାତୀୟ ରାଜପଥ ମନ୍ତ୍ରୀ ନୀତୀନ ଗଡ଼କରି, ରାଷ୍ଟ୍ରମନ୍ତ୍ରୀ ଭି.କେ. ସିଂ, କେନ୍ଦ୍ରମନ୍ତ୍ରୀ ଗଜେନ୍ଦ୍ର ସିଂ ଓ ଅନ୍ୟ ନେତାମାନେ ଉପସ୍ଥିତ ଥିଲେ। ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ଏବଂ ହରିୟାଣା ମୁଖ୍ୟମନ୍ତ୍ରୀ ମନୋହରଲାଲ୍‌ ଖଟ୍ଟାର ଭିଡିଓ ଲିଙ୍କ୍‌ ଜରିଆରେ କାର୍ଯ୍ୟକ୍ରମକୁ ଉଦ୍‌ବୋଧନ ଦେଇଥିଲେ। ଆଗକୁ ରାଜସ୍ଥାନ ବିଧାନସଭା ନିର୍ବାଚନ ଥିବାବେଳେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ଭାରତ ଯୋଡ଼ୋ ଯାତ୍ରା ଏହି ରାଜ୍ୟରେ ବିଶେଷ ପ୍ରଭାବ ପକାଇଛି। ତେଣୁ ପ୍ରଧାନମନ୍ତ୍ରୀଙ୍କ ଗସ୍ତ ଏବଂ ବୃହତ୍‌ ଭିତ୍ତିଭୂମି ପ୍ରକଳ୍ପର ଉଦ୍‌ଘାଟନ ଉକ୍ତ ଅଞ୍ଚଳରେ ଭାଜପାର ରେଟିଂ ବଢ଼ାଇବ ବୋଲି ଦଳ ପକ୍ଷରୁ ଆଶା କରାଯାଇଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ରାତିରେ ପ୍ରେମିକଙ୍କ ସହ ଯୁବତୀଙ୍କୁ ଦେଖିଦେଲେ ଗ୍ରାମବାସୀ, ମାଡ଼ ମାରି କଲେ ଭିଡିଓ ଭାଇରାଲ…ଲୋକଲଜ୍ଜା ସହି ନ ପାରି…

ବେତିଆ,୮।୨: ବିହାରର ପଶ୍ଚିମ ଚମ୍ପାରଣ ଜିଲାର ଶିକାରପୁର ଥାନା ଅଞ୍ଚଳର ଏକ ଗାଁରୁ ଏକ ଚକିତ କଲାଭଳି ଘଟଣା ଘଟିଛି। ପ୍ରେମରେ ପଡ଼ିଥିବା ଜଣେ ଯୁବତୀ ମାନସିକ…

୧୩ ବରିଷ୍ଠ ରାଜସ୍ବ ସହାୟକଙ୍କୁ ସେକ୍ସନ ଅଫିସର ପଦବୀକୁ ପଦୋନ୍ନତି

କୋରାପୁଟ,୮ା୨(ଅମିତାଭ ବେହେରା): କୋରାପୁଟ ଜିଲାର ବିଭିନ୍ନ ବିଭାଗରେ କାର୍ଯ୍ୟ କରୁଥିବା ବରିଷ୍ଠ ରାଜସ୍ବ ସହାୟକଙ୍କ ମଧ୍ୟରୁ ୧୩ ଜଣଙ୍କୁ ଜିଲାପାଳ ମନୋଜ ସତ୍ୟବାନ ମହାଜନ ସେକ୍ସନ ଅଫିସର…

ଜାମ୍ମୁ-କାଶ୍ମୀର ବଜେଟକୁ ସମାଲୋଚନା କଲେ ଭାଜପା ବିଧାୟିକା; ଶାସକ ଦଳର ବିଧାୟକ କଲେ ପ୍ରଶଂସା

ଶ୍ରୀନଗର,୮ା୨: ଜାମ୍ମୁ-କାଶ୍ମୀର ବିଧାନସଭାରେ ଦେଖିବାକୁ ମିଳିଛି ଏକ ବିରଳ ଦୃଶ୍ୟ। ଭାଜପା ବିଧାୟିକା ଦେବୟାନୀ ରାଣା ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲାଙ୍କ ବଜେଟକୁ କଡ଼ା ସମାଲୋଚନା କରିଥିଲେ। ଯାହାକୁ…

ଶିକ୍ଷକ କର୍ମଶାଳା ପାଲଟିଲା ରଣାଙ୍ଗନ: ପ୍ରଧାନଶିକ୍ଷକଙ୍କ ଉନ୍ମତ୍ତ କାଣ୍ଡ, ଅଶ୍ଳୀଳ ଭାଷା କହି…

ପରଜଙ୍ଗ,୮ା୨(ନିଗମାନନ୍ଦ ଦଳବେହେରା): ବିଦ୍ୟାଳୟରେ ଚାଲିଥିଲା ପାଞ୍ଚଦିନିଆ ଶିକ୍ଷକ କର୍ମଶାଳା। ଭାଗ ନେଇଥିଲେ ୫୦ରୁ ଊର୍ଦ୍ଧ୍ୱ ଶିକ୍ଷକ ଓ ଶିକ୍ଷୟିତ୍ରୀ। କିନ୍ତୁ ହଠାତ୍‌ କର୍ମଶାଳା ପାଲଟିଲା ରଣାଙ୍ଗନ। ନିଶାସକ୍ତ…

ପ୍ରେମିକାର ନିର୍ବନ୍ଧ ଖବର ଶୁଣି ବଡିବିଲ୍ଡରଙ୍କ ଆତ୍ମହତ୍ୟା

ବେଙ୍ଗାଲୁରୁ,୮।୨: ପ୍ରେମିକାର ଅନ୍ୟତ୍ର ବିବାହ ଖବର ଶୁଣି ସହିପାରିଲେନି ବଡି ବିଲ୍ଡର ପ୍ରେମିକ। ମାତ୍ର ୨୬ ବର୍ଷ ବୟସରେ କରିଦେଲେ ଆତ୍ମହତ୍ୟା। ମୃତ ଯୁବକଙ୍କ ନାମ କିରଣ…

ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଲେଖାଏ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୮ା୨: ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଚିକିଟି ବ୍ଲକ ଅନ୍ତର୍ଗତ ସୁନପୂରର ୨ ମୃତକଙ୍କ ପରିବାରକୁ ୪ ଲକ୍ଷ ଲେଖାଏ ଅନୁକମ୍ପା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ…

ବିବାହ ଏକ ସାମାଜିକ କର୍ତ୍ତବ୍ୟ, କେବଳ ଶାରୀରିକ ସମ୍ପର୍କ ନୁହେଁ: ମୋହନ ଭାଗବତ

ନାଗପୁର,୮।୨: ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ (RSS) ମୁଖ୍ୟ ମୋହନ ଭାଗବତ ରବିବାର ଦେଶର ଜନସଂଖ୍ୟା, ଅର୍ଥନୀତି ଏବଂ ସୁରକ୍ଷା ଭଳି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ନିଜର ମତ ରଖିଛନ୍ତି।…

ରୋଗୀଙ୍କୁ ଚିକିତ୍ସା ପାଇଁ ନେଉଥିଲେ ବିଶାଖାପାଟଣା, ବାଟରେ ଘଟିଲା ବଡ଼ ଅଘଟଣ, ଚାଲିଗଲା ୨ ଜୀବନ

ପାତ୍ରପୁର/ଚିକିଟି,୮ା୨(ଉମାଚରଣ ନେପାକ/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଅନ୍ତର୍ଗତ ପାତିସୁନପୁର ଗ୍ରାମର ଗୋଟିଏ ପରିବାରର ୬ ଜଣ ବିଶାଖାପାଟଣା ଯାଉଥିବା ବେଳେ ରବିବାର ଅପରାହ୍ନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri