Posted inଜାତୀୟ

‘ଆଦି ମହୋତ୍ସବ’ ଉଦ୍‌ଘାଟନ କଲେ ମୋଦି

ନୂଆଦିଲ୍ଲୀ,୧୬।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀର ମେଜର ଧ୍ୟାନଚାନ୍ଦ ଜାତୀୟ ଷ୍ଟାଡିୟମରେ ‘ଆଦି ମହୋତ୍ସବ’ର ଉଦଘାଟନ କରିଛନ୍ତି। ଏହି ଅବସରରେ କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଅର୍ଜୁନ ମୁଣ୍ଡା ତାଙ୍କ ସହ ଥିଲେ। ପ୍ରଧାନମନ୍ତ୍ରୀ ମୋଦୀ ଏଠାରେ ସ୍ବାଧୀନତା ସଂଗ୍ରାମୀ ତଥା ଆଦିବାସୀ ନେତା ବିର୍ସା ମୁଣ୍ଡାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ଆଦିବାସୀ ସଂସ୍କୃତି, ହସ୍ତଶିଳ୍ପ, ରୋଷେଇ ଘର, ବାଣିଜ୍ୟ ଏବଂ ପାରମ୍ପାରିକ କଳା ପ୍ରଦର୍ଶିତ ହେଉଛି। ଆଦିବାସୀ ସମ୍ପ୍ରଦାୟ ଦ୍ୱାରା ଉତ୍ପାଦିତ ଶ୍ରୀ ଅନ୍ନ ଏହି କାର୍ଯ୍ୟକ୍ରମର କେନ୍ଦ୍ରବିନ୍ଦୁ ହେବ।
ଦେଶର ଆଦିବାସୀ ଜନଜାତିଙ୍କ କଲ୍ୟାଣ ପାଇଁ ପ୍ରଧାନମନ୍ତ୍ରୀ ମୋଦି କ୍ରମାଗତ ଭାବରେ ବିଭିନ୍ନ ପଦକ୍ଷେପ ନେଉଛନ୍ତି। ଏଥିସହ ସେ ଦେଶର ପ୍ରଗତି ତଥା ବିକାଶରେ ଆଦିବାସୀ ସମ୍ପ୍ରଦାୟର ଅବଦାନକୁ ମଧ୍ୟ ସମ୍ମାନ ପ୍ରଦାନ କରୁଥିବା ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ (ପିଏମଓ) ପକ୍ଷରୁ କୁହାଯାଇଛି।
ଆଦିବାସୀ ବ୍ୟାପାର ମନ୍ତ୍ରଣାଳୟ ଅଧୀନରେ ଥିବା ଆଦିବାସୀ କୋଅପରେଟିଭ ମାର୍କେଟିଂ ଡେଭଲପମେଣ୍ଟ ଫେଡେରେସନ ଅଫ ଇଣ୍ଡିଆ ଲିମିଟେଡ (ଟିଆରଆଇଏଫ୍‌ଇଡି)ର ଅଧୀନରେ ‘ଆଦି ମହୋତ୍ସବ’ ଆୟୋଜିତ ହୁଏ। ଚଳିତ ବର୍ଷ ଏହା ୧୬ ରୁ ୨୭ ଫେବୃଆରୀ ପର୍ଯ୍ୟନ୍ତ ଦିଲ୍ଲୀର ମେଜର ଧ୍ୟାନଚାନ୍ଦ ଜାତୀୟ ଷ୍ଟାଡିୟମରେ ଆୟୋଜିତ ହେଉଛି। ଏହି କାର୍ଯ୍ୟକ୍ରମରେ ୨୦୦ ଷ୍ଟଲ ମାଧ୍ୟମରେ ସମଗ୍ର ଦେଶରେ ଆଦିବାସୀ ସମ୍ପ୍ରଦାୟର ସମୃଦ୍ଧ ଏବଂ ବିବିଧ ଐତିହ୍ୟ ପ୍ରଦର୍ଶିତ ହେବ। ଏହି ଉତ୍ସବରେ ପ୍ରାୟ ଏକ ହଜାର ଆଦିବାସୀ କାରିଗର ଅଂଶଗ୍ରହଣ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?