Posted inଜାତୀୟ

ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେର ପ୍ରଥମ ପର୍ଯ୍ୟାୟ ଉଦ୍‌ଘାଟନ କଲେ ମୋଦି

ନୂଆଦିଲ୍ଲୀ,୧୨।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେର ଦିଲ୍ଲୀ-ଡାଉସା-ଲାଲସୋଟକୁ ଦେଶ ପାଇଁ ଉତ୍ସର୍ଗ କରିଛନ୍ତି। ଡାଉସାଠାରୁ ଏକ୍ସପ୍ରେସ ୱେର ପ୍ରଥମ ପର୍ଯ୍ୟାୟ ଉଦଘାଟନ କରିବା ପରେ ପ୍ରଧାନମନ୍ତ୍ରୀ କହିଛନ୍ତି, ଗତ ୯ ବର୍ଷ ଧରି ଆମେ ଭିତ୍ତିଭୂମି ପାଇଁ ବହୁ ବିନିଯୋଗ କରୁଛୁ। ରାଜସ୍ଥାନ ଏହି ବିନିଯୋଗର ବିପୁଳ ଲାଭ ପାଇବାକୁ ଯାଉଛି। ଆଜି ମୁଁ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେର ପ୍ରଥମ ପର୍ଯ୍ୟାୟ ଦେଶକୁ ଉତ୍ସର୍ଗ କରିଥିବାରୁ ଗର୍ବିତ। ଏହା ଦେଶର ସବୁଠାରୁ ବଡ ଏବଂ ଆଧୁନିକ ଏକ୍ସପ୍ରେସୱେ ମଧ୍ୟରୁ ଅନ୍ୟତମ। ବିକଶିତ ଭାରତର ଏହା ଆଉ ଏକ ବଡ଼ ଚିତ୍ର। ମୁଁ ଡାଉସା ବାସିନ୍ଦା ଏବଂ ଦେଶବାସୀଙ୍କୁ ଅଭିନନ୍ଦନ ଜଣାଉଛି। ଚଳିତ ବର୍ଷର ବଜେଟରେ ଆମେ ଭିତ୍ତିଭୂମି ପାଇଁ ୧୦ ଲକ୍ଷ କୋଟି ଟଙ୍କାର ବ୍ୟବସ୍ଥା କରିଛୁ। ୨୦୧୪ଠାରୁ ଏହି ରାଶିର ପରିମାଣ ପାଞ୍ଚଗୁଣ ଅଧିକ। ରାଜସ୍ଥାନ ଏହି ବିନିଯୋଗରୁ ବହୁତ ଲାଭବାନ ହେବାକୁ ଯାଉଛି।
ପ୍ରଧାନମନ୍ତ୍ରୀ ମଧ୍ୟ ଭିତ୍ତି ପ୍ରସ୍ତର ସ୍ଥାପନ କରି ଡାଉସରେ ୧୮,୧୦୦ କୋଟିରୁ ଅଧିକ ମୂଲ୍ୟର ସଡକ ପ୍ରକଳ୍ପର ଉଦଘାଟନ କରିଥିଲେ। ପ୍ରଧାନମନ୍ତ୍ରୀ କହିଛନ୍ତି, ଏହିପରି ଆଧୁନିକ ସଡ଼କ, ଆଧୁନିକ ରେଳ ଷ୍ଟେସନ, ରେଳ ଟ୍ରାକ, ମେଟ୍ରୋ ଏବଂ ବିମାନବନ୍ଦର ନିର୍ମାଣ ହେଲେ ଦେଶର ପ୍ରଗତି ବୃଦ୍ଧି ପାଇବ। ଭିତ୍ତିଭୂମି ଉପରେ ବିନିଯୋଗ ଅଧିକ ବିନିଯୋଗକୁ ଆକର୍ଷିତ କରିଥାଏ। କେନ୍ଦ୍ର ସରକାର ମଧ୍ୟ ନିରନ୍ତର ଭିତ୍ତିଭୂମି ଉପରେ ବିପୁଳ ପୁଞ୍ଜି ବିନିଯୋଗ କରୁଛନ୍ତି।
ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେର ଦିଲ୍ଲୀ-ଡାଉସା-ଲାଲସୋଟ ବିଭାଗର ଲମ୍ବ ୨୪୬ କିଲୋମିଟର, ଯାହା ୧୨,୧୫୦ କୋଟିରୁ ଅଧିକ ମୂଲ୍ୟରେ ବିକଶିତ ହୋଇଛି । ଏହି ବିଭାଗର କାର୍ଯ୍ୟ ଆରମ୍ଭ ହେବା ସହିତ ଦିଲ୍ଲୀରୁ ଜୟପୁର ଯାତ୍ରା ସମୟ ପାଞ୍ଚ ଘଣ୍ଟାରୁ ସାଢେ ତିନି ଘଣ୍ଟାକୁ ହ୍ରାସ ପାଇବ। ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେ ଭାରତର ଦୀର୍ଘତମ ଏକ୍ସପ୍ରେସୱେ ହେବ, ଯାହାର ମୋଟ ଲମ୍ବ ୧,୨୮୬ କିଲୋମିଟର।


Enter your email to get our daily news in your inbox.

All Right Reserved By Dharitri.Com

BMCର ବଡ଼ ସୂଚନା: ଜାନୁଆରୀ ୪ରେ ‘ପଥ ଉତ୍ସବ’

ଭୁବନେଶ୍ବର,୩୦।୧୨: ଭୁବନେଶ୍ୱର ମହାନଗର ନିଗମ୍‌(BMC) ପକ୍ଷରୁ ମଙ୍ଗଳବାର ଏକ ବଡ଼ ସୂଚନା ଦିଆଯାଇଛି। ରାଜଧାନୀ ଭୁବନେଶ୍ୱରରେ ଜାନୁଆରୀ ୪ତାରିଖରୁ ଚଳିତ ସିଜିନ୍‌ର ପ୍ରଥମ ‘ପଥ ଉତ୍ସବ’...

ସଲମାନଙ୍କ ଗାଲୱାନ ଟ୍ରେଲର ଦେଖି ରାଗିଗଲା ଚାଇନା, ଏପରି କହିଲା ଭାରତ

ନୂଆଦିଲ୍ଲୀ,୩୦।୧୨: ସଲମାନଙ୍କ ଉପରେ ରାଗିଗଲା ଡ୍ରାଗନ। ‘ବ୍ୟାଟେଲ ଅଫ୍ ଗାଲୱାନ’ର ଟିଜର ମୁକ୍ତିଲାଭ କରିବା ପରେ ଚାଇନା ଏଥିରେ କ୍ଷୁବ୍ଧ ହୋଇଛି। ଚାଇନାର ସରକାରୀ ଗଣମାଧ୍ୟମ...

ବଲିଉଡ ଅଭିନେତ୍ରୀଙ୍କ ବିସ୍ଫୋରକ ବୟାନ, ବିବାହିତ ସୂରିୟାଙ୍କୁ ନେଇ ଚର୍ଚ୍ଚା

ମୁମ୍ବାଇ,୩୦।୧୨: ଭାରତୀୟ ଟି-୨୦ କ୍ରିକେଟ ଦଳର ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କୁ ନେଇ ଚାଞ୍ଚଲ୍ୟକର ଦାବି କରିଛନ୍ତି ବଲିଉଡ ଅଭିନେତ୍ରୀ। ପୂର୍ବରୁ ଅନେକ ଅଭିନେତ୍ରୀଙ୍କ ସହିତ କ୍ରିକେଟରଙ୍କ...

ରାଜ୍ୟସ୍ତରୀୟ ଚକରା ବିଷୋୟୀ ଜୟନ୍ତୀ: ଆମେ ଲୋକଙ୍କ ଡାକ ପିଅନ କହିଲେ…

ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ବିଞ୍ଜିଗିରି ଠାରେ ବୀର ଚକରା ବିଷୋୟୀଙ୍କ ରାଜ୍ୟ ସ୍ତରୀୟ ୨୦୩ ତମ ଜୟନ୍ତୀ ପାଳିତ ହୋଇଯାଇଛି। ଏଥିରେ...

ସତ ହେବ ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀ! ବର୍ଷ ଆରମ୍ଭରୁ ୬ରାଶି…

୨୦୨୬ ବର୍ଷ ପାଇଁ ବଡ଼ ଭବିଷ୍ୟବାଣୀ କରିଯାଇଛନ୍ତି ବାବା ଭେଙ୍ଗା । କିଛି ରାଶିରେ ଅତ୍ୟନ୍ତ ଶୁଭ ହେବାକୁ ଯାଉଛି ବର୍ଷ ୨୦୨୬ । ବୃଷ,...

ବରଗଡ଼ରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ, କିଛି ସମୟ ପରେ ଧନୁଯାତ୍ରା ଦେଖିବାକୁ ଯିବେ ରାଜଦରବାର

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ବିକାଶ ଗ୍ରାଉଣ୍ଡ ହେଲିପ୍ୟାଡରେ ମୁଖ୍ୟମନ୍ତ୍ରୀ ଓହ୍ଲାଇଛନ୍ତି। କିଛି ସମୟ ପରେ ଧନୁଯାତ୍ରା ଦେଖିବାକୁ ରାଜଦରବାର ଯିବେ।...

ତାମିଲନାଡୁରେ ଓଡ଼ିଆ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ: ଷ୍ଟାଲିନ ସରକାରଙ୍କୁ ଭାଜପାର କଡ଼ା ନିନ୍ଦା

ଭୁବନେଶ୍ୱର,୩୦ ।୧୨: ତାମିଲନାଡୁରେ ଜଣେ ଓଡ଼ିଆ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରାଯାଇଛି। ଏହି ଘଟଣାକୁ ନେଇ ଶ୍ରମ ମନ୍ତ୍ରୀ ଗଣେଶରାମ ସିଂ ଖୁଣ୍ଟିଆ ତୀବ୍ର ପ୍ରତିକ୍ରିୟା...

ପ୍ରିୟଙ୍କା ଗାନ୍ଧୀଙ୍କ ବୋହୂ ଅଭିଭାଙ୍କ ସମ୍ପତ୍ତି କେତେ? ଏମିତି କରନ୍ତି ମୋଟା ଅଙ୍କର ରୋଜଗାର

ନୂଆଦିଲ୍ଲୀ,୩୦।୧୨: ଦେଶର ପ୍ରମୁଖ ରାଜନୈତିକ ପରିବାର ମଧ୍ୟରୁ ଗୋଟିଏ ଗାନ୍ଧୀ-ଭଦ୍ରା ପରିବାର ଖୁବ ଶୀଘ୍ର ବିବାହ ଘୋଷଣା କରିବାକୁ ଯାଉଛନ୍ତି। ପ୍ରସ୍ତୁତି ଚାଲିଛି, ଏବଂ ବିବାହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri