Posted inଜାତୀୟ

ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେର ପ୍ରଥମ ପର୍ଯ୍ୟାୟ ଉଦ୍‌ଘାଟନ କଲେ ମୋଦି

ନୂଆଦିଲ୍ଲୀ,୧୨।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେର ଦିଲ୍ଲୀ-ଡାଉସା-ଲାଲସୋଟକୁ ଦେଶ ପାଇଁ ଉତ୍ସର୍ଗ କରିଛନ୍ତି। ଡାଉସାଠାରୁ ଏକ୍ସପ୍ରେସ ୱେର ପ୍ରଥମ ପର୍ଯ୍ୟାୟ ଉଦଘାଟନ କରିବା ପରେ ପ୍ରଧାନମନ୍ତ୍ରୀ କହିଛନ୍ତି, ଗତ ୯ ବର୍ଷ ଧରି ଆମେ ଭିତ୍ତିଭୂମି ପାଇଁ ବହୁ ବିନିଯୋଗ କରୁଛୁ। ରାଜସ୍ଥାନ ଏହି ବିନିଯୋଗର ବିପୁଳ ଲାଭ ପାଇବାକୁ ଯାଉଛି। ଆଜି ମୁଁ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେର ପ୍ରଥମ ପର୍ଯ୍ୟାୟ ଦେଶକୁ ଉତ୍ସର୍ଗ କରିଥିବାରୁ ଗର୍ବିତ। ଏହା ଦେଶର ସବୁଠାରୁ ବଡ ଏବଂ ଆଧୁନିକ ଏକ୍ସପ୍ରେସୱେ ମଧ୍ୟରୁ ଅନ୍ୟତମ। ବିକଶିତ ଭାରତର ଏହା ଆଉ ଏକ ବଡ଼ ଚିତ୍ର। ମୁଁ ଡାଉସା ବାସିନ୍ଦା ଏବଂ ଦେଶବାସୀଙ୍କୁ ଅଭିନନ୍ଦନ ଜଣାଉଛି। ଚଳିତ ବର୍ଷର ବଜେଟରେ ଆମେ ଭିତ୍ତିଭୂମି ପାଇଁ ୧୦ ଲକ୍ଷ କୋଟି ଟଙ୍କାର ବ୍ୟବସ୍ଥା କରିଛୁ। ୨୦୧୪ଠାରୁ ଏହି ରାଶିର ପରିମାଣ ପାଞ୍ଚଗୁଣ ଅଧିକ। ରାଜସ୍ଥାନ ଏହି ବିନିଯୋଗରୁ ବହୁତ ଲାଭବାନ ହେବାକୁ ଯାଉଛି।
ପ୍ରଧାନମନ୍ତ୍ରୀ ମଧ୍ୟ ଭିତ୍ତି ପ୍ରସ୍ତର ସ୍ଥାପନ କରି ଡାଉସରେ ୧୮,୧୦୦ କୋଟିରୁ ଅଧିକ ମୂଲ୍ୟର ସଡକ ପ୍ରକଳ୍ପର ଉଦଘାଟନ କରିଥିଲେ। ପ୍ରଧାନମନ୍ତ୍ରୀ କହିଛନ୍ତି, ଏହିପରି ଆଧୁନିକ ସଡ଼କ, ଆଧୁନିକ ରେଳ ଷ୍ଟେସନ, ରେଳ ଟ୍ରାକ, ମେଟ୍ରୋ ଏବଂ ବିମାନବନ୍ଦର ନିର୍ମାଣ ହେଲେ ଦେଶର ପ୍ରଗତି ବୃଦ୍ଧି ପାଇବ। ଭିତ୍ତିଭୂମି ଉପରେ ବିନିଯୋଗ ଅଧିକ ବିନିଯୋଗକୁ ଆକର୍ଷିତ କରିଥାଏ। କେନ୍ଦ୍ର ସରକାର ମଧ୍ୟ ନିରନ୍ତର ଭିତ୍ତିଭୂମି ଉପରେ ବିପୁଳ ପୁଞ୍ଜି ବିନିଯୋଗ କରୁଛନ୍ତି।
ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେର ଦିଲ୍ଲୀ-ଡାଉସା-ଲାଲସୋଟ ବିଭାଗର ଲମ୍ବ ୨୪୬ କିଲୋମିଟର, ଯାହା ୧୨,୧୫୦ କୋଟିରୁ ଅଧିକ ମୂଲ୍ୟରେ ବିକଶିତ ହୋଇଛି । ଏହି ବିଭାଗର କାର୍ଯ୍ୟ ଆରମ୍ଭ ହେବା ସହିତ ଦିଲ୍ଲୀରୁ ଜୟପୁର ଯାତ୍ରା ସମୟ ପାଞ୍ଚ ଘଣ୍ଟାରୁ ସାଢେ ତିନି ଘଣ୍ଟାକୁ ହ୍ରାସ ପାଇବ। ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେ ଭାରତର ଦୀର୍ଘତମ ଏକ୍ସପ୍ରେସୱେ ହେବ, ଯାହାର ମୋଟ ଲମ୍ବ ୧,୨୮୬ କିଲୋମିଟର।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri