Posted inଜାତୀୟ

ବିଶ୍ୱର ସର୍ବ ବୃହତ ଶସ୍ୟ ଭଣ୍ଡାରର ଉଦଘାଟନ କଲେ ମୋଦି

ନୂଆଦିଲ୍ଲୀ,୨୪।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ‘ସମବାୟ କ୍ଷେତ୍ରରେ ବିଶ୍ୱର ସର୍ବବୃହତ ଶସ୍ୟ ସଂରକ୍ଷଣ’ ପାଇଲଟ ପ୍ରକଳ୍ପର ଉଦଘାଟନ କରିଛନ୍ତି। ସୂଚନାଯୋଗ୍ୟ, ଏହା ୧୧ଟି ରାଜ୍ୟର ୧୧ ଟି ପ୍ରାଥମିକ କୃଷି କ୍ରେଡିଟ ସୋସାଇଟି (ପିଏସିଏସ) ରେ ପରିଚାଳିତ ହେଉଛି। ଇତିମଧ୍ୟରେ ପ୍ରଧାନମନ୍ତ୍ରୀ ମୋଦି ସମବାୟ କ୍ଷେତ୍ରର ଅନ୍ୟାନ୍ୟ ଯୋଜନାର ଭିତ୍ତି ପ୍ରସ୍ତର ସ୍ଥାପନ କରିଥିଲେ। ସୂଚନାଯୋଗ୍ୟ, ବିଶ୍ୱର ସର୍ବ ବୃହତ ଧାନ ସଂରକ୍ଷଣ ଯୋଜନା ଅଧୀନରେ ୧୧ ଟି ରାଜ୍ୟର ୧୧ଟି ପ୍ୟାକ୍ସରେ ବିଶ୍ୱର ସବୁଠାରୁ ବଡ ଗୋଦାମ ଗୃହ ଉଦଘାଟନ କରାଯାଇଛି ଏବଂ ଗୋଦାମର ମୂଳଦୁଆ ୫୦୦ ପ୍ୟାକରେ ରଖାଯାଇଛି।
ପ୍ରଧାନମନ୍ତ୍ରୀ ତାଙ୍କ ଅଭିଭାଷଣରେ କହିଛନ୍ତି ଯେ ‘ବିକଶିତ ଭାରତ’ର ଅମୃତଯାତ୍ରାରେ ଆଜି ଭାରତ ମଣ୍ଡପମ ଆଉ ଏକ ପ୍ରମୁଖ ସଫଳତାର ସାକ୍ଷୀ ରହିଛି। ସହଯୋଗ ମାଧ୍ୟମରେ ଦେଶ ସମୃଦ୍ଧତା ପାଇଁ ନେଇଥିବା ସଂକଳ୍ପକୁ ହୃଦୟଙ୍ଗମ କରିବା ଦିଗରେ ଆଜି ଆମେ ଆଗକୁ ବଢୁଛୁ। ସେଆହୁରି ମଧ୍ୟ କହିଛନ୍ତି, କୃଷି ଏବଂ ଚାଷର ମୂଳଦୁଆକୁ ଦୃଢ କରିବାରେ ସହଯୋଗର ଶକ୍ତି ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ। ଏହି ଭାବନା ସହ ଆମେ ଏକ ପୃଥକ ସହଯୋଗ ମନ୍ତ୍ରଣାଳୟ ଗଠନ କରିଛୁ। ଆଜି ଆମେ ଆମର କୃଷକମାନଙ୍କ ପାଇଁ ବିଶ୍ୱର ସର୍ବ ବୃହତ ସଂରକ୍ଷଣ ଯୋଜନା ଆରମ୍ଭ କରିଛୁ।


Enter your email to get our daily news in your inbox.

All Right Reserved By Dharitri.Com

ବଙ୍ଗୋପସାଗରରେ ପୁଣି ସୃଷ୍ଟି ହେଲା ଲଘୁଚାପ: ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୨।୮: ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ ସୃଷ୍ଟି ହୋଇଥିବା ଜଣାପଡ଼ିଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ…

ଆଜିଠାରୁ ମହଙ୍ଗା ହେଲା ପେଟ୍ରୋଲ-ଡିଜେଲ! ଇନ୍ଧନ ଦରରେ ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ, ୧୨।୮: ଅନ୍ତର୍ଜାତୀୟ ବଜାରରେ କଞ୍ଚା ତେଲ (କ୍ରୁଡ ଅଏଲ) ର ଦର କ୍ରମାଗତ ଭାବେ ବୃଦ୍ଧି ପାଉଛି ଏବଂ ବ୍ରେଣ୍ଟ କ୍ରୁଡ ୯୦ ଡଲାର ପ୍ରତି…

ହଜିଯାଉଛି ଭୋଟବ୍ୟାଙ୍କ

ଦିଲ୍ଲୀର ଯନ୍ତରମନ୍ତରରେ ହୋଇଥିବା ଛାତ୍ର ପ୍ରତିବାଦଜନିତ ଅସ୍ବାଭାବିକତା ବିଷୟ ଦେଶବାସୀଙ୍କ ମନରେ ତାଜା ଥିବା ବେଳେ ଅନୁରୂପ ଘଟଣା ଝାଡ଼ଖଣ୍ଡରେ ଦେଖାଯାଇଛି। ଯନ୍ତରମନ୍ତର ଆନ୍ଦୋଳନକାରୀମାନେ ‘ଚଲୋ ସଂସଦ’…

କ୍ୟାନ୍‌ସର ଚିହ୍ନଟ ହେଲେ ସରକାରଙ୍କୁ ଜଣାଇବା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୧୨ା୮: କ୍ୟାନ୍‌ସରର ସଅଳ ଚିହ୍ନଟ ଓ ତୁରନ୍ତ ଚିକିତ୍ସା ପାଇଁ ଏହାକୁ ଏକ ‘ଅଧିସୂଚିତ ରୋଗ’ ଭାବେ ଘୋଷଣା କରିବା ନିମନ୍ତେ ସୁପ୍ରିମକୋର୍ଟ ମଙ୍ଗଳବାର ଅବଶିଷ୍ଟ ୧୯ଟି…

ଗଞ୍ଜେଇ ଖାଇଥିଲେ ପାଇଲଟ: ଏୟାର ଇଣ୍ଡିଆ ବିମାନ ୩୦୦ ଫୁଟ୍‌ ଖସିବା ଘଟଣାରେ ଚାଞ୍ଚଲ୍ୟକର ଖୁଲାସା

ନୂଆଦିଲ୍ଲୀ,୧୨ା୮:ଏୟାର ଟର୍ବୁଲାନ୍ସ ଯୋଗୁ ଗତ ୪ ତାରିଖରେ ଫୁକେଟ୍‌ରୁ ଦିଲ୍ଲୀ ଯାଉଥିବା ଏୟାର ଇଣ୍ଡିଆ ବିମାନ ହଠାତ୍‌ ୩୦୦ ଫୁଟ୍‌ ତଳକୁ ଖସିବାରୁ ୧୭ ଜଣ ଯାତ୍ରୀ…

ହାତୀ ବଞ୍ଚିଲେ ଜଙ୍ଗଲ ରହିବ: ଘାତକ ସାଜୁଛି ବିଦ୍ୟୁତ୍‌ ତାର

ପରିବେଶ ସନ୍ତୁଳନ ରକ୍ଷା ଏବଂ ଜଙ୍ଗଲ ସୃଷ୍ଟିରେ ହାତୀଙ୍କର ରହିଛି ପ୍ରମୁଖ ଭୂମିକା। କିନ୍ତୁ ହାତୀ-ମଣିଷ ସଂଘର୍ଷ, ଆବାସସ୍ଥଳୀର କ୍ଷୟ ଏବଂ ହାତୀଙ୍କର ସୁରକ୍ଷିତ ଚଳପ୍ରଚଳ ଏବେ…

ଧବଳେଶ୍ୱରଙ୍କୁ ଖୋଜୁଛନ୍ତି ମା’ବାପା: ପୋଲିସ କହୁଛି କିନ୍ନରଙ୍କ ସହ ରହୁଛନ୍ତି…

ଭୁବନେଶ୍ୱର, ୧୨ା୮(ପ୍ରସନଜିତ୍‌ ସାହୁ):ବରମୁଣ୍ଡାର ଦଶମ ଶ୍ରେଣୀ ଛାତ୍ର ପ୍ରିୟାଂଶୁ ବେହେରାଙ୍କ ନିଖୋଜ ଘଟଣାକୁ ଏକ ମାସରୁ ଅଧିକ ଦିନ ବିତିଥିବା ବେଳେ ପୁଣି ଜଣେ ନାବାଳକ ନିଖୋଜ…

ଝଡ଼ବର୍ଷା ପ୍ରଭାବିତଙ୍କୁ ମିଳିନି କ୍ଷତିପୂରଣ: ଜିଲାପାଳଙ୍କୁ ପଡ଼ାବାସୀ ଫେରାଦ

ବରଗଡ଼,୧୨।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଗତ ଜୁଲାଇ ୨୮ତାରିଖରେ ହୋଇଥିବା ଝଡ଼ବର୍ଷା ଜିଲାବାସୀଙ୍କ ନିଦ ହଜାଇ ଦେଇଥିଲା। ଏଥିରେ ବରଗଡ଼ ବ୍ଲକ ଅନ୍ତର୍ଗତ ଚକରକେନ୍ଦ ସର୍ବାଧିକ ପ୍ରଭାବିତ ହୋଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri